ବିଦ୍ୟାଳୟ ମୁଖ୍ୟ ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରୀଛାତ୍ର, ଅବିଭାବକ: ଶିକ୍ଷକ ନଥିବାରୁ…

ଧର୍ମଶାଳା,୨୯।୧(ଶିବ ପ୍ରସାଦ ମହାନ୍ତି ): ଯାଜପୁର ଜିଲା ରସୁଲପୁର ବ୍ଲକ କଲଣ ପଞ୍ଚାୟତ ନୂଆହାଟ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବରୁ ବିଦ୍ୟାଳୟ ମୁଖ୍ୟ ଫାଟକରେ ତାଲା ପକାଇ ଅବିଭାବକ ଓ ଛାତ୍ରୀଛାତ୍ର ଧାରଣାରେ ବସିଛନ୍ତି। ସୂଚନା ମୁତାବକ ବିଦ୍ୟାଳୟରେ ୫ଟି ଶ୍ରେଣୀରେ ମୋଟ ୧୬୧ ଛାତ୍ରୀଛାତ୍ର ପାଇଁ ଏବେ ମାତ୍ର ୨ ଜଣ ଶିକ୍ଷକ ରହିଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ ଶିକ୍ଷକ ଏସଆଇଆର୍‌ ପାଇଁ କାର୍ଯ୍ୟ କରୁଥିବାବେଳେ ଆଉ ମାତ୍ର ଜଣେ ଶିକ୍ଷକ ୧୬୧ ଛାତ୍ରୀଛାତ୍ରୀଙ୍କୁ କିପରି ପାଠ ପଢ଼ାଇବେ ବୋଲି ଅଭିଯୋଗ କରିଛନ୍ତି ଅବିଭାବକ। ସେପଟେ ବ୍ଲକ ଶିକ୍ଷାଧିକାରୀ ସୁଦର୍ଶନ ମଳିକ କହିଛନ୍ତି , ସ୍କୁଲରେ ତିନି ଜଣ ଶିକ୍ଷକ ଅଛନ୍ତି । ଜଣେ ଏସଆଇଆର୍‌ ପାଇଁ କାର୍ଯ୍ୟ କରୁଛନ୍ତି ତଥାପି ଆଉ ଜଣେ ଶିକ୍ଷକ ଆଜି ଅପରାହ୍ନ ସୁଦ୍ଧା ସେଠାରେ କାର୍ଯ୍ୟ କରିବା ପାଇଁ ଯୋଗଦାନ କରିବେ ବୋଲି କହିଛନ୍ତି। ତେବେ ଅବିଭାବକମାନଙ୍କୁ ଏହି ପ୍ରତିଶ୍ରୁତି ଦେଇ ଅନୁରୋଧ କରିବା ପରେ ସେମାନେ ଧାରଣାରୁ ଉଠିଥିବା ଜଣାପଡିଛି।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

Read more

ଭୁବନେଶ୍ବର, ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂ ହୋଇଥିବା ନେଇ ସୂଚନା ରହିଛି । ଏହାରି ଭିତରେ ମୁହଁ ଖୋଲିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ।…

ଟ୍ରମ୍ପଙ୍କୁ ଧୋକା ଦେଲେ ଏହି ଦେଶ, ଯୁଦ୍ଧ ମଝିରେ ଛାଡିଦେଲେ ହାତ, ଏବେ କରିବେ କ’ଣ?

ଓ୍ବାଶିଂଟନ୍‌,୧୬।୩: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ବିବାଦକୁ ଦୃଷ୍ଟିରେ ରଖି, ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହର୍ମୁଜ ପ୍ରଣାଳୀକୁ ସୁରକ୍ଷା ଦେବା ପାଇଁ ସହଯୋଗୀ ରାଷ୍ଟ୍ରଗୁଡ଼ିକୁ ଯୁଦ୍ଧଜାହାଜ…

କ୍ରସ୍‌ ଭୋଟିଂକୁ ମାନିନେଲେ ସୌଭିକ୍‌, କହିଲେ ବାପାଙ୍କୁ ବହିଷ୍କାର କରିଥିଲେ, ପ୍ରତିଶୋଧ ନେଲି

ଭୁବନେଶ୍ୱର,୧୬ା୩:  ରାଜ୍ୟ ସଭା ନିର୍ବାଚନରେ କ୍ରସ୍‌ ଭୋଟିଂ ହୋଇଥିବା ଜୋର୍‌ଦାର ଚର୍ଚ୍ଚା ହେଉଛି। ତେବେ ଏହି କ୍ରସ୍‌ ଭୋଟିଂକୁ ମାନି ନେଇଛନ୍ତି ବିଧାୟକ ସୌଭିକ ବିଶ୍ବାଳ। ବିଜୁ…

ଭାରତୀୟ ଜାହାଜକୁ ହର୍ମୁଜ ଷ୍ଟ୍ରେଟ ଦେଇ ଆସିବାକୁ କେମିତି ଅନୁମତି ଦେଲା ଇରାନ୍? ଜୟଶଙ୍କର କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୧୬।୩: ମଧ୍ୟପ୍ରାଚ୍ୟରେ ସଂଘର୍ଷ ଏବଂ ହର୍ମୁଜ୍ ଷ୍ଟ୍ରେଟ ସମ୍ପର୍କରେ ଇରାନର କଠୋର ଆଭିମୁଖ୍ୟ ମଧ୍ୟରେ, ଏଲପିଜି ବୋଝେଇ ଦୁଇଟି ଭାରତୀୟ ଜାହାଜ ଗୁଜୁରାଟ ଉପକୂଳରୁ ଆସିବାକୁ ଯାଉଛି…

ଆଉ ଅଭାବ ହେବନି ଗ୍ୟାସ! ଗୋଟିଏ ଘଣ୍ଟା ମଧ୍ୟରେ ଏଲପିଜି ନେଇ ଭାରତରେ ପହଞ୍ଚିବ ‘ଶିବାଲିକ’, ଜାଣନ୍ତୁ ଶିବାଲିକ କ’ଣ….

ନୂଆଦିଲ୍ଲୀ,୧୬।୩: ଉପସାଗରୀୟ ଅଞ୍ଚଳରେ ଇରାନ, ଇସ୍ରାଏଲ ଏବଂ ଆମେରିକା ମଧ୍ୟରେ ବଢ଼ୁଥିବା ଭୂରାଜନୈତିକ ଉତ୍ତେଜନା ଯୋଗୁ ବିଶ୍ୱ ସାମୁଦ୍ରିକ ବାଣିଜ୍ୟ ମାର୍ଗଗୁଡ଼ିକ ଚାପରେ ପଡ଼ିଛି। ହର୍ମୁଜ ପ୍ରଣାଳୀ…

କୂଅରେ ପଡିଛି ଯୁବକଙ୍କ ମୃତଦେହ: କୁକୁର ଧରି ପହଞ୍ଚିଲେ ସାଇଣ୍ଟିଫିକ୍‌ ଟିମ୍‌

ଗଞ୍ଜାମ,୧୬।୩ (ବିଦ୍ୟାଧର ସାହୁ ): ଗଞ୍ଜାମ ଥାନା ଅନ୍ତର୍ଗତ ଲକ୍ଷ୍ମୀପୁର ଗ୍ରାମ ନିକଟସ୍ଥ ଏକ କୂଅରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି।  ରବିବାର କୂଅରେ…

ଆଇସିସି ଚେୟାରମ୍ୟାନ୍‌ ଜୟ ଶାହାଙ୍କ ବଡ଼ ବୟାନ, କହିଲେ…

ମୁମ୍ୱାଇ,୧୬ା୩: ନିକଟରେ ଶେଷ ହୋଇଥିବା ଟି୨୦ ବିଶ୍ୱକପ୍‌ରେ ଦେଖାଦେଇଥିବା ବିବାଦ ଏବଂ ଅନିଶ୍ଚିତତା ସମ୍ପର୍କରେ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ(ଆଇସିସି) ଚେୟାରମ୍ୟାନ୍‌ ଜୟ ଶାହା ପ୍ରଥମଥର ପାଇଁ ମୁହଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri