କୋଭିଡ୍‌ ହସ୍ପିଟାଲ ହେଉ ଟ୍ରମା କେୟାର ସେଣ୍ଟର

ନିଶ୍ଚିନ୍ତକୋଇଲି, ୧୩ା୧୦(ସ୍ବ.ପ୍ର): ଦୁଇ ବର୍ଷରୁ ଊର୍ଦ୍ଧ୍ୱ କରୋନା ମହାମାରୀ ସମଗ୍ର ବିଶ୍ୱକୁ ଆତଙ୍କିତ କରି ରଖିଥିବା ବେଳେ ଗତ ୯ରୁ୧୦ ମାସ ହେବ ଏହାର ପ୍ରକୋପ ହ୍ରାସ ପାଇଛି। ସ୍ବାଭାବିକ ହୋଇଛି ଜୀବନ ଯାତ୍ରା। କିନ୍ତୁ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ବ୍ୟୟରେ ନିର୍ମିତ କୋଭିଡ ହସ୍ପିଟାଲ କାର୍ଯ୍ୟକ୍ଷମ ନ ହେବାରୁ ସରକାରୀ ଅର୍ଥ ପାଣିରେ ପଡ଼ିବା ସଦୃଶ ହୋଇଛି। ଏପରି ଏକ ନଜିର ରହିଛି କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ କେନ୍ଦୁପାଟଣା ନିୟନ୍ତ୍ରିତ ବଜାର କମିଟି ପରିସରରେ। ୧୦ ମାସ ତଳେ ଲୋକାର୍ପିତ ହୋଇଥିବା କୋଭିଡ ହସ୍ପିଟାଲ କାର୍ଯ୍ୟକ୍ଷମ ନ ହୋଇ ପଡିରହିଛି। ଏହି ହସ୍ପିଟାଲକୁ ସାଧାରଣ ହସ୍ପିଟାଲ ତଥା ଟ୍ରମା କେୟାର ସେଣ୍ଟର ଭାବେ କାର୍ଯ୍ୟକ୍ଷମ କରିବାକୁ ଦାବି ହୋଇଛି।

ସୂଚନା ଅନୁଯାୟୀ, କେନ୍ଦୁପାଟଣା ନିୟନ୍ତ୍ରିତ ବଜାର କମିଟି ପରିସରରେ ୧୦୦ ଶଯ୍ୟା ବିଶିଷ୍ଟ ଅତ୍ୟାଧୁନିକ କୋଭିଡ ହସ୍ପିଟାଲ ଜାନୁୟାରୀ ୭ରେ ମାହାଙ୍ଗା ବିଧାୟକ ପ୍ରତାପ ଜେନା ଏବଂ କଟକ ଜିଲାପାଳ ଭବାନି ଶଙ୍କର ଚଇନି ଲୋକାର୍ପଣ କରିଥିଲେ। ଆମେରିକାନ ଇଣ୍ଡିଆନ ଫାଉଣ୍ଡେଶନ ଓ ଓଡ଼ିଶା ସରକାରଙ୍କ ମିଳିତ ସହଯୋଗରେ ଏହି ପୋର୍ଟେବୁଲ ହସ୍ପିଟାଲ ପାଇଁ ୧ କୋଟି ୨୩ ଲକ୍ଷ ଟଙ୍କା ବ୍ୟୟ ବରାଦ କରାଯାଇଥିଲା। ବ୍ଲକ ପକ୍ଷରୁ ହସ୍ପିଟାଲ ଚତୁଃପାର୍ଶ୍ୱ ତଥା ଭିତ୍ତିଭୂମିର ବିକାଶ ପାଇଁ ୬୦ ଲକ୍ଷ ଟଙ୍କା ବିନିଯୋଗ ହୋଇଥିବା ଏକ ନିର୍ଭର ଯୋଗ୍ୟ ସୂତ୍ରରୁ ସୂଚନା ମିଳିଛି। ତେବେ ବାକିଆ ଟଙ୍କା ଅଦ୍ୟାବଧି ବିନିଯୋଗ ହୋଇନାହିଁ କିମ୍ବା ଏହି ହସ୍ପିଟାଲ କାର୍ଯ୍ୟକ୍ଷମ ହୋଇପାରୁନାହିଁ। ଯଦି ଭିତ୍ତିଭୂମି ସମ୍ପୂର୍ଣ୍ଣ ବିକଶିତ ହୋଇ ନ ଥିଲା, ତେବେ କାହିଁକି ଏହାକୁ ଲୋକାର୍ପଣ କରାଯାଇଥିଲା ବୋଲି ପ୍ରଶ୍ନ ଉଠିଛି। ଉକ୍ତ ହସ୍ପିଟାଲରେ ୮ ଆଇସିୟୁ ବେଡ, ୨୬ ଅକ୍ସିଜେନ ବେଡ, ୬୬ ସାଧାରଣ ବେଡ ଓ ୨ ଡାକ୍ତର ଚାମ୍ବର ରହିଛି। ହସ୍ପିଟାଲଟି ବିଦ୍ୟୁତକରଣ ହୋଇଥିବା ବେଳେ ପାନୀୟ ଜଳ ପରିମଳ, ପରୀକ୍ଷା ନିରୀକ୍ଷା ପାଇଁ ଲାବୋରେଟୋରି ଓ ସୁରକ୍ଷା ପାଇଁ ପାଚେରି କାର୍ଯ୍ୟ ଅଧାପାନ୍ତରିଆ ହୋଇରହିଛି। ଏହି ଡାକ୍ତରଖାନାଟି ନିଶ୍ଚିନ୍ତକୋଇଲି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ତତ୍ତ୍ୱାବଧାନରେ ଥିଲେ ହେଁ ଏହା କାର୍ଯ୍ୟକ୍ଷମ ହେଉ ନ ଥିବାରୁ ଭୂତକୋଠିରେ ପରିଣତ ହେବାକୁ ବସିଲାଣି। ହସ୍ପିଟାଲରେ ଆମେରିକାନ ଇଣ୍ଡିଆନ ଫାଉଣ୍ଡେଶନ ପକ୍ଷରୁ ଗୃହ ଓ ଆନୁଷଙ୍ଗିକ ଜିନିଷପତ୍ର ମହଜୁଦ ଥିଲେ ହେଁ ଏହା ସାଧାରଣ ଲୋକଙ୍କ କୌଣସି କାମରେ ଆସୁନାହିଁ। କଟକ-ଚାନ୍ଦବାଲି ରାସ୍ତାରେ ଦୈନନ୍ଦିନ ଦୁର୍ଘଟଣା ଘଟୁଛି। କେନ୍ଦ୍ରାପଡ଼ାରୁ କଟକ ମଧ୍ୟରେ କୌଣସି ସ୍ଥାନରେ ଦୁର୍ଘଟଣାଗ୍ରସ୍ତ ରୋଗୀଙ୍କ ତ୍ୱରିତ ସେବା କିମ୍ବା ଟ୍ରମା କେୟାର ସେଣ୍ଟର ନ ଥିବାରୁ ଏହି କୋଭିଡ ହସ୍ପିଟାଲକୁ ସରକାର ରୂପାନ୍ତରଣ କରିବାକୁ ସାଧାରଣରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ସ୍ଥାନରେ ମାଓବାଦୀଙ୍କ ବଡ଼ ଅସ୍ତ୍ରାଗାର ଠାବ, ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ

କୋରାପୁଟ,୩ା୭(ଅମିତାଭ ବେହେରା): କୋରାପୁଟ ଜିଲାର ବୈପାରୀଗୁଡ଼ା ଥାନା ଅଧୀନ ତେନ୍ତୁଳିଗୁମ୍ମା ଜଙ୍ଗଲରେ କୋରାପୁଟ ଡିଭିଏଫ୍‌ ପକ୍ଷରୁ ଚଳାଯାଇଥିବା ସର୍ଚ୍ଚ ଅପରେଶନ ସମୟରେ ମାଓବାଦୀଙ୍କ ଏକ ବଡ଼ ଅସ୍ତ୍ର…

ଅନ୍ଧାରରେ ପାଙ୍ଗାଲି ଗ୍ରାମବାସୀ, ଆନ୍ଦୋଳନ ପାଇଁ ନିଷ୍ପତ୍ତି ନେଇ କହିଲେ…

ଦାରିଙ୍ଗବାଡ଼ି,୩ା୭(ଅରୁଣ ସାହୁ): ଦିନେ କି ଦୁଇ ଦିନ ନୁହଁ ଗତ ୪ ଦିନ ବିତିଲା ଏକ ଅନୁସୂଚିତ ଜନଜାତି ବସବାସ କରୁଥିବା ଦୁର୍ଗମ ଗ୍ରାମ ଅନ୍ଧାରରେ ରହିଛି…

ଦୁଇ ବାଇକ୍‌ ମୁହାଁମୁହିଁ, ଜଣଙ୍କ ଜୀବନ ଗଲା, ୨ ଗୁରୁତରଙ୍କୁ…

ମୋହନା,୩ା୭(ମନ୍ମଥ ମିଶ୍ର): ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା ହେବାରୁ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଦୁଇ ଜଣ ଗୁରୁତର ହୋଇଛନ୍ତି। ଗଜପତି ଜିଲା ମୋହନା ଥାନା ୩୨୬ ଜାତୀୟ…

ଏଣିକି ୧୨୫ ଦିନ ମିଳିବ କାମ: ନୂଆ ଯୋଜନାକୁ ନେଇ ଉତ୍ସାହିତ ଶ୍ରମିକ

ଭଞ୍ଜନଗର,୩।୭(ବାବୁଲା ପ୍ରଧାନ): ଜୁଲାଇ ୧ ତାରିଖରୁ ଭି.ବି-ଜୀ ରାମ ଜୀ ଯୋଜନା ସମଗ୍ର ଦେଶରେ ଲାଗୁ ହୋଇଛି। ପୂର୍ବରୁ ଥିବା ମହାତ୍ମା ଗାନ୍ଧୀ ନିଶ୍ଚିତ ଗ୍ରାମୀଣ ନିଯୁକ୍ତି…

ମେଡିକାଲ ଆଗରେ ପଡ଼ିଛି ଯୁବକଙ୍କ ରକ୍ତାକ୍ତ ମୃତଦେହ, ହତ୍ୟା ଅଭିଯୋଗ

ବେଲପାହାଡ଼,୩ା୭(ସୁବାସ ପ୍ରଧାନ): ବେଲପାହାଡ଼ ପୌରାଞ୍ଚଳରେ ଶୁକ୍ରବାର ସକାଳୁ ଏକ ଅଭାବନୀୟ କାଣ୍ଡ ଘଟିଯାଇଥିବା ଅଭିଯୋଗ ହୋଇଛି। ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଏବଂ ଉତ୍ତେଜନା ପ୍ରକାଶ…

ସବୁଜ ଭବିଷ୍ୟତ ଗଢ଼ିବା ପାଇଁ ଶପଥ ନେଲେ ଛାତ୍ରୀଛାତ୍ର, ଜଳବାୟୁ ପରିବର୍ତ୍ତନରେ…

ମହାକାଳପଡ଼ା,୩ା ୭ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବାରଡ଼ାଙ୍ଗ ପଞ୍ଚାୟତ ନନ୍ତାର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ହେବ ସଜୁବ ବନାନୀ। ଏଥିପାଇଁ ସ୍କୁଲ…

ପୁଅ ଅନ୍ୟ ଜାତିରେ ବାହା ହୋଇଥିଲେ ବୋଲି ବାପାଙ୍କ ମୃତଦେହକୁ ଛୁଇଁଲେନି କେହି: ୧୦ ଘଣ୍ଟା ପରେ…

ପାଟଣାଗଡ଼,୩।୭(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲାର ପାଟଣାଗଡ଼ ବ୍ଳକ ଅନ୍ତର୍ଗତ ତୁଳସୀଡୁଙ୍ଗରି ଗାଁରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ବୃଦ୍ଧାଙ୍କ ପୁଅ ଅନ୍ୟଜାତିର ବାହା…

ପୋଡମପେଟା ସମୁଦ୍ର କୂଳ ଲଂଘିବା ଘଟଣା: ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୩।୭(ଅନାଥ ତରାଇ):  ବିଶ୍ୱତାପନ ଓ ବଙ୍ଗୋପସାଗରରେ କ୍ରମାଗତ ଜଳସ୍ତର ବୃଦ୍ଧି ଯୋଗୁଁ ଗଞ୍ଜାମ ଜିଲା ଉପକୂଳରେ ସ୍ଥିତି ଗମ୍ଭୀର ରହିଛି । ଏହାର ସ୍ଥାୟୀ ସମାଧାନ ପାଇଁ ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri