ସ୍କୁଲରେ ତାଲା, ପାଠପଢ଼ା ବ୍ୟାହତ

ଖୋର୍ଦ୍ଧା,୨୪।୯(ପ୍ରଭାତ ପାଣିଗ୍ରାହୀ): ୩ଦଫା ଦାବି ନେଇ ଦୁଇ ସପ୍ତାହରୁ ଊର୍ଦ୍ଧ୍ୱ ଦିନ ହେଲା ଧାରଣାରେ ବସିଛନ୍ତି ଖୋର୍ଦ୍ଧା ବ୍ଲକ ମିଳିତ ପ୍ରାଥମିକ ଶିକ୍ଷକ ସଂଘ। ସେପଟେ ଶିକ୍ଷକଙ୍କ ଆନ୍ଦୋଳନ ଯୋଗୁ ବିଦ୍ୟାଳୟରେ ତାଲା ଝୁଲୁଥିବା ବେଳେ ପିଲାଙ୍କ ପାଠପଢା ଠପ୍‌ ହୋଇଯାଇଛି। ପିଲାମାନେ ସ୍କୁଲକୁ ଆସି ଫେରୁଥିବା ଦେଖିବାକୁ ମିଳିଛି। ଶିକ୍ଷକଙ୍କ ଆନ୍ଦୋଳନ ଏବଂ ପିଲାଙ୍କ ପାଠପଢା ବ୍ୟାହତ ନେଇ ଉଦ୍‌ବେଗ ପ୍ରକାଶ କରିଛି ରାଜ୍ୟ ଅଭିଭାବକ ମହାସଂଘ। ଏନେଇ ମହାସଂଘର କର୍ମକର୍ତ୍ତା ଜିଲାର ବିଭିନ୍ନ ବିଦ୍ୟାଳୟ ବୁଲି ଅଭିଭାବକ ଏବଂ ଧାରଣାରତ ଶିକ୍ଷକଙ୍କ ସହ ଆଲୋଚନା କରିଥିଲେ। ସରକାର ଶିକ୍ଷକଙ୍କ ଦାବିପ୍ରତି ଗୁରୁତ୍ୱ ଦେବା ସହ ତୁରନ୍ତ ବିଦ୍ୟାଳୟ ଖୋଲିବା ବ୍ୟବସ୍ଥା ପାଇଁ ମହାସଂଘ ସଭାପତି ବାସୁଦେବ ଭଟ୍ଟ ଦାବି କରିଛନ୍ତି। ଶନିବାର ବର୍ଷା ସତ୍ତ୍ୱେ ଶିକ୍ଷୟିତ୍ରୀ, ଶିକ୍ଷକମାନେ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ଆଗରେ ଧାରଣା ଜାରି ରଖିଛନ୍ତିି। ରାଜ୍ୟ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ସଂଘର ଉପସଭାପତି ଓ ଜିଲା ସଭାପତି ଅଗାଧୁ ସେଠୀ, ବ୍ଲକ ସଭାପତି ସ୍ବପ୍ନେଶ୍ୱର ପ୍ରଧାନ, ସମ୍ପାଦକ ମୃତ୍ୟୁଞ୍ଜୟ ମହାପାତ୍ର ଓ ମିଳିତ ଶିକ୍ଷକ ସଂଘର କାର୍ଯ୍ୟକାରୀ ଓ ଏକ୍ସ କ୍ୟାଡର ସଭାପତି ପ୍ରସନ୍ନ କୁମାର ମହାପାତ୍ରଙ୍କ ନେତୃତ୍ୱରେ ଚାଲିଛି ଆନ୍ଦୋଳନ। ଶନିବାର ପୂର୍ବାହ୍ନରେ ପୁରୁଣା ପେନ୍‌ସନ୍‌ ଶିକ୍ଷକ ସଂଘର ଜିଲା ସଭାପତି ରତ୍ନାକର ରାଉତରାୟ, ବ୍ଲକ ସଭାପତି ଅଭିରାମ ବେହେରା, ଶିକ୍ଷକ ନେତା ସନ୍ତୋଷ ମହାପାତ୍ର, ଓ ନିମ୍ନ ମାଧ୍ୟମିକ ଶିକ୍ଷକ ସଂଘ ଓଡ଼ିଶା କୋଷାଧ୍ୟକ୍ଷ ସୁରେଶ ଚନ୍ଦ୍ର ବିଶ୍ୱାଳ ଧାରଣାସ୍ଥଳରେ ପହଞ୍ଚି ଶିକ୍ଷୟିତ୍ରୀ ଶିକ୍ଷକଙ୍କ ସହ ଆଲୋଚନା କରିବା ସହିତ ଆନ୍ଦୋଳନକୁ ସମର୍ଥନ ଜଣାଇଥିଲେ। ଶିକ୍ଷା ବ୍ୟବସ୍ଥାରେ ଯାହା କ୍ଷତି ହୋଇଛି ସେଥିପାଇଁ ସରକାର ଦାୟୀ ରହିବେ ବୋଲି ନେତୃମଣ୍ଡଳୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଇପ୍‌ ଫାଟି ଭାସୁଛି ପାଣି, ହେଲେ ଲୋକଙ୍କ ନିକଟରେ ପହଞ୍ଚୁନି

କେନ୍ଦୁଝର,୧୫ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଯୋଡ଼ା ବ୍ଲକ ଅନ୍ତର୍ଗତ ବଳଦା ପଞ୍ଚାୟତର ଖଣି ଖାଦାନ ଦ୍ୱାରା ପ୍ରଭାବିତ ବି ପ୍ଲଟ ଗ୍ରାମରେ ଦୀର୍ଘ ଏକ ମାସ ହେବ ବସୁଧା…

ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…

ଶୀତଳ ଭଣ୍ଡାରରେ ଭାୟାବହ ଅଗ୍ନିକାଣ୍ଡ: ୧୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ନଷ୍ଟ, ନିଆଁ ଲିଭାଉଛି ରୋବର୍ଟ

କୁଚିଣ୍ଡା,୧୫।୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ନିକଟସ୍ଥ ନୁଁନୁନିଆମୁଣ୍ଡା ସ୍ଥିତ ଲାଠ ଶୀତଳ ଭଣ୍ଡାରରେ ରଵିବାର ସକାଳେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଛି । ଏଥିରେ କୋଟି…

ମହାଶିବରାତ୍ରି: ଵାଲୀ ଲୋକନାଥ-ଝାଡ଼େଶ୍ୱର ଓ ବଟେଶ୍ୱର ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ,୧୫ା୨(ବିଦ୍ୟାଧର ସାହୁ ): ସମଗ୍ର ରାଜ୍ୟରେ ମହା ଶିବରାତ୍ରି ଜାଗର ଯାତ୍ରା ପାଳିତ ହେଉଥିବା ବେଳେ ଗଞ୍ଜାମରେ ମଧ୍ୟ ଏହି ଜାଗର ଯାତ୍ରା ମହା ଆଡମ୍ବରରେ ପାଳିତ…

ଜୀବିତ ସାବିତ୍ରୀଙ୍କୁ ମୃତ ଦର୍ଶାଇଲା ପ୍ରଶାସନ, ଧରିତ୍ରୀରେ ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର,୧୫ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଓଡରୀ ପଞ୍ଚାୟତ ଦୋଳଗୁଡ଼ା ଗ୍ରାମର ଜଣେ ଅସହାୟା ମହିଳାଙ୍କୁ ନେଇ ପ୍ରଶାସନର ଚରମ ଅବହେଳା…

ଜାଗରରେ ଅଘଟଣ: ଦୀପରୁ ମହିଳାଙ୍କ ଦେହରେ ଲାଗିଲା ନିଆଁ, ଆଉ ତା’ ପରେ…

ଖଇରା,୧୫ା୨(ଉତ୍କଳ ବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ଗଣ୍ଡିବେଡ଼ସ୍ଥିତ ଲଙ୍କେଶ୍ୱର ଶିବ ମନ୍ଦିର ପ୍ରାଙ୍ଗଣରେ ଦୀପରୁ ନିଆଁ ଲାଗିବା ଯୋଗୁ ଗଣ୍ଡିବେଡ଼ ଗ୍ରାମର ଭଗବାନ…

OSRTC ବସ୍‌ ଦୁର୍ଘଟଣା: ୨୯ ଯାତ୍ରୀଙ୍କ ମଧ୍ୟରୁ…

କୋରାପୁଟ/ପଟ୍ଟାଙ୍ଗି,୧୫ା୨(ଅମିତାଭ ବେହେରା/ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ପଡ଼ୋଶୀ ଆନ୍ଧ୍ର ରାଜ୍ୟ ସାଲୁର୍‌ ବାଇପାସ ରାସ୍ତାରେ ଶନିବାର ବିଳମ୍ବିତ ରାତିରେ ଭାରସାମ୍ୟ ହରାଇ ଓଡ଼ିଶା…

ଗଞ୍ଜାମ ଉତ୍ସବମୁଖର: ଶିବାଳୟରେ ଭକ୍ତଙ୍କ ପ୍ରବଳ ଭିଡ଼

ଗଞ୍ଜାମ,୧୫ା୨(ଅନାଥ ତରାଇ): ପବିତ୍ର ମହାଶିବରାତ୍ରି ଅବସରରେ ରବିବାର ଗଞ୍ଜାମ ସହର ଉତ୍ସବମୁଖର ହୋଇଉଠିଛି। ସ୍ଥାନୀୟ ପ୍ରସିଦ୍ଧ ଖଣ୍ଡେଶ୍ୱର ମନ୍ଦିରରେ ଭୋର୍‌ ସମୟରୁ ଶତାଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri