Posted inଖେଳ

ଏହି କାରଣରୁ ଆଗାମୀ ମ୍ୟାଚ୍‌ ଖେଳି ନ ପାରନ୍ତି ଧୋନୀ

ନୂଆଦିଲ୍ଲୀ,୨।୪: ଆଇପିଏଲରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷରେ ସନରାଇଜର୍ସ ଖେଳିବ। ହାଇଦ୍ରାବାଦର ରାଜୀବ ଗାନ୍ଧୀ ଅନ୍ତର୍ଜାତୀୟ ଷ୍ଟାଡିୟମରେ ଉଭୟ ଦଳ ମୁହାଁମୁହିଁ ହେବେ। କିନ୍ତୁ ମହେନ୍ଦ୍ର ସିଂ ଧୋନୀ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ଖେଳିବେ ନାହିଁ। ଦିଲ୍ଲୀ କ୍ୟାପିଟାଲ୍‌ ବିପକ୍ଷ ମ୍ୟାଚରେ ମହେନ୍ଦ୍ର ସିଂ ଧୋନୀ ପଡ଼ିଆରୁ ଯାଉଥିବାବେଳେ ଗୋଡରେ ପଟି ବାନ୍ଧିଥିବାର ନଜର ଆସିଥିଲେ। କ୍ୟାପଟେନ କୁଲ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷ ଏକାଦଶ ଖେଳରୁ ବାଦ ପଡିପାରନ୍ତି।
ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷ ମ୍ୟାଚରେ ମହେନ୍ଦ୍ର ସିଂ ଧୋନୀ ଏକ ଚମତ୍କାର ଇନିଂସ ଖେଳିଥିଲେ। କ୍ୟାପଟେନ କୁଲ ୧୬ଟି ବଲରେ ୩୭ ରନ ସ୍କୋର କରିଥିଲେ। ସେ ତାଙ୍କ ଇନିଂସରେ ୪ ଚୌକା ଓ ୩ ଛକା ମାରିଥିଲେ, କିନ୍ତୁ ଦଳକୁ ବିଜୟ ଆଡକୁ ନେଇପାରି ନ ଥିଲେ। ତେବେ ଏହି ମ୍ୟାଚ ପରେ ମହେନ୍ଦ୍ର ସିଂ ଧୋନୀ ଯେଉଁଭଳି ଭାବରେ ପଡ଼ିଆରୁ ବାହାରି ଯାଇଥିଲେ ତାହା ପ୍ରଶଂସକଙ୍କ ପାଇଁ ଖୁସି ଖବର ନୁହେଁ। ଯଦି କ୍ୟାପଟେନ କୁଲ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷ ଏକାଦଶ ଖେଳରୁ ଦୂରେଇ ଯାଆନ୍ତି ତେବେ ଡିଫେଣ୍ଡିଂ ଚାମ୍ପିଅନ ପାଇଁ ଏହା ଏକ ବଡ ଝଟକା ହେବ।
ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ପରାଜୟ ପରେ ଚେନ୍ନାଇ ସୁପର କିଙ୍ଗ୍ସ ପଏଣ୍ଟ ଟେବୁଲରେ ଦ୍ୱିତୀୟ ସ୍ଥାନକୁ ଖସି ଆସିଛି। ଚେନ୍ନାଇ ସୁପର କିଙ୍ଗ୍ସ ୩ ମ୍ୟାଚରେ ୨ଟି ଜିତିଥିବାବେଳେ ଗୋଟିଏ ମ୍ୟାଚରେ ପରାଜୟର ସମ୍ମୁଖୀନ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri