ଏହି କାରଣରୁ ଅଟକିଛି ଭାଜପା ପ୍ରାର୍ଥୀ ଘୋଷଣା

ପାଟଣା,୧୬ା୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବିଧାନସଭା କ୍ଷେତ୍ର ପାଇଁ ବିଧାୟକ ଜଗନ୍ନାଥ ନାଏକଙ୍କୁ ବିଜେଡି ପ୍ରାର୍ଥୀ କରିଛି। କଂଗ୍ରେସ ରବିବାର ଏଠାରୁ ୫ଥର ପ୍ରତିନିଧିତ୍ୱ କରିଥିବା ପୂର୍ବତନ ବିଧାୟକ ହୃଷୀକେଶ ନାଏକଙ୍କ ପ୍ରାର୍ଥୀତ୍ୱରେ ମୋହର ମାରିଛି। ନବ ନିର୍ମାଣ କୃଷକ ସଂଗଠନ ଦୀପକ ନାୟକଙ୍କୁ ସ୍ବାଧୀନ ପ୍ରାର୍ଥୀ କରିଛି। ତେବେ ପ୍ରମୁଖ ବିରୋଧୀ ଦଳ ଭାଜପା ଏପର୍ଯ୍ୟନ୍ତ ପାଟଣା ନିର୍ବାଚନ ମଣ୍ଡଳୀ ପାଇଁ ପ୍ରାର୍ଥୀ ଘୋଷଣା କରି ନ ଥିବାରୁ ଦଳୀୟ କର୍ମୀମାନେ ନିର୍ବାଚନ ପ୍ରଚାରରେ ପଛରେ ପଡ଼ିଛନ୍ତି। ଭାଜପାରୁ ଅବସରପ୍ରାପ୍ତ ପ୍ରଶାସନିକ ଅଧିକାରୀ ଅଖିଳ ଚନ୍ଦ୍ର ନାୟକ, ପୂର୍ବତନ ଜିଲା ପରିଷଦ ସଦସ୍ୟା ମମିତା ନାଏକ, ପୂର୍ବତନ ସାହାରପଡ଼ା ବ୍ଲକ୍‌ ଅଧ୍ୟକ୍ଷ ଗୌତମ ନାଏକ ଟିକେଟ ପାଇଁ ଲବି ଚଳାଇଛନ୍ତି। ତେବେ ଚାମ୍ପୁଆର ପ୍ରଭାବଶାଳୀ ନେତା ସନାତନ ମହାକୁଡ଼ ଭାଜପାରେ ଯୋଗ ଦେବା ନେଇ ଆଲୋଚନା ହେଉଛି। ତେଣୁ ପାଟଣା, ଚମ୍ପୁଆ ଓ ତେଲକୋଇ ଭଳି ବିଧାନସଭା କ୍ଷେତ୍ରରେ ଭାଜପା ପ୍ରାର୍ଥୀ ଦେବାରେ ବିଳମ୍ବ କରୁଛି ବୋଲି ଭାଜପାର ଜଣେ ନେତା ନାମ ଗୋପନ ରଖି କହିଛନ୍ତି। ସନାତନ କୁଆଡ଼େ ନିଜ ସମର୍ଥିତ ପ୍ରାର୍ଥୀ ଦେବାକୁ ଚାହୁଁ ଥିବାରୁ ଅଡ଼ୁଆ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପରିବାରର ବିରୋଧ ସତ୍ତ୍ୱେ ପ୍ରେମୀ ଯୁଗଳଙ୍କ ହେଲା ବିବାହ; ନିରାଶ ହୋଇ ଫେରିଲେ ଝିଅ ଘର ଲୋକ

ହାଟଡିହୀ, ୨୬/୬ (ଶୁଭକାନ୍ତ ନାୟକ): ପରିବାର ଲୋକଙ୍କ ପ୍ରବଳ ବିରୋଧ ସତ୍ତ୍ୱେ ଜଣେ ପ୍ରେମୀ ଯୁଗଳ ନିଜ ଇଚ୍ଛାରେ ବିବାହ କରିଛନ୍ତି। ଝିଅକୁ ଫେରାଇ ନେବାକୁ ଆସିଥିବା…

ଟ୍ରକ ପଛରେ ପିକଅପ୍‌ର ଧକ୍କା; ଚାଲିଗଲା ଦୁଇ ଜୀବନ

ଛତ୍ରପୁର, ୨୪/୬ (ଦିଲ୍ଲୀପ ସାମଲ): ଜାତୀୟ ରାଜପଥ ପୁଣି  ରକ୍ତରଞ୍ଜିତ ହୋଇଛି। ଏକ ଭୟାବହ ସଡ଼କ ଦୁର୍ଘଟଣାରେ ଦୁଇ ଜଣଙ୍କ ଜୀବନ ଚାଲିଯାଇଛି। ଏହି ଦୁର୍ଘଟଣା ଗଞ୍ଜାମ…

ଓଡ଼ିଶା କଂଗ୍ରେସର ନୂଆ ପ୍ରଭାରୀ ହେଲେ ଲାଲ୍‌ଜୀ ଦେଶାଇ: AICC ପକ୍ଷରୁ ବିଜ୍ଞପ୍ତି ଜାରି

ଭୁବନେଶ୍ୱର,୨୬।୬: ରାଜ୍ୟ କଂଗ୍ରେସ ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଲାଲ୍‌ଜୀ ଦେଶାଇଙ୍କୁ ରାଜ୍ୟ କଂଗ୍ରେସର ନୂଆ ପ୍ରଭାରୀ ଭାବେ ନିଯୁକ୍ତ କରାଯାଇଛି। ସେ ପୂର୍ବତନ…

ଗଞ୍ଜେଇ ଚାଲାଣ ବେଳେ ମାଡି ବସିଲା ଅବକାରୀ ବିଭାଗ: ଦୁଇ ଶିକ୍ଷକ ସମେତ ଜଣେ ଗିରଫ

ଭବାନୀପାଟଣା,୨୬।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ଦୁଇ ଜଣ ଶିକ୍ଷକ ସମେତ ଜଣେ ଯୁବକ ଗଞ୍ଜେଇ ଚାଲାଣ କରୁଥିବା ବେଳେ ଶୁକ୍ରବାର ବଲାଙ୍ଗୀର ଜିଲା…

ବିଧାୟକଙ୍କ ବିରୋଧରେ ଅଭିଯୋଗକୁ ଭାଜପାର ଖଣ୍ଡନ: ଭାବମୂର୍ତ୍ତିକୁ ମଳିନ କରିବାକୁ ନ୍ୟସ୍ତସ୍ବାର୍ଥ ବ୍ୟକ୍ତିଙ୍କ…

ପୁରୁଷୋତ୍ତମପୁର,୨୬ା୬ (ସବିତା ମିଶ୍ର):କବିସର୍ଯ୍ୟନଗର ବିଧାୟକ ପ୍ରତାପଚନ୍ଦ୍ର ନାୟକଙ୍କ ବିକାଶମୂଳକ ଓ ଜନହିତକର କାର୍ଯ୍ୟକୁ ସହି ନ ପାରି ତାଙ୍କ ଭାବମୂର୍ତ୍ତିକୁ ମଳିନ କରିବାକୁ କିଛି ନ୍ୟସ୍ତସ୍ବାର୍ଥ ବ୍ୟକ୍ତି…

ଜାରି କରାଯାଇଥିଲା ଜାମିନବିହୀନ ଗିରଫ ପରୱାନା: ଏବେ ହେଲେ…

ଦିଗପହଣ୍ଡି,୨୬|୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ରାଧାଦେଇପୁର ଗ୍ରାମର ହୀନ ଦଳେଇଙ୍କୁ ଶୁକ୍ରବାର ପାଟପୁର ପୋଲିସ ଗିରଫ କରି ସାନଖେମୁଣ୍ଡି ଗ୍ରାମ୍ୟ ନ୍ୟାୟାଳୟ କୋର୍ଟକୁ…

ଫିଲ୍ମ ପରେ ଏବେ କ୍ରିକେଟ ମଇଦାନରେ ଜନ ଆବ୍ରାହମଙ୍କ ଏଣ୍ଟ୍ରି, ହେଲେ ଏହି ଟିମ୍‌ର ମାଲିକ

ନୂଆଦିଲ୍ଲୀ, ୨୬।୬: ବଲିଉଡର ଆକ୍ସନ ଷ୍ଟାର୍ ଜନ ଅବ୍ରାହମ୍ ଏବେ କ୍ରିକେଟ୍ ପିଚ୍‌ରେ ନଜର ଆସିବେ। ସେ ପ୍ରଥମ ୟୁରୋପିଆନ୍ ଟି-୨୦ ପ୍ରିମିୟର ଲିଗ୍ (ETPL)ର ଫ୍ରାଞ୍ଚାଇଜ୍…

ଧରିତ୍ରୀ ପୋର୍ଟାଲର ପ୍ରଭାବ: ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଏମ୍‌ଏସ୍‌ଏମ୍‌ଇ ପାର୍କର ଉଦ୍‌ଘାଟନ

କେସିଙ୍ଗା,୨୬।୬(ତୁମେଶ୍ୱର ସାହୁ): କେସିଙ୍ଗା ନିର୍ବାଚନ ମଣ୍ଡଳୀକୁ ପୁନର୍ବାର ଫେରାଇ ଆଣିବାକୁ ଜନସାଧାରଣଙ୍କ ଦାବି ଶୀର୍ଷକ ଏକ ଖବର ଗୁରୁବାର ଧରିତ୍ରୀ ପୋର୍ଟାଲରେ ପ୍ରକାଶ ପାଇଥିଲା। ଉକ୍ତ ଖବରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri