ଦୁଲ୍‌ଦୁଲିର ରହିଛି ମହନୀୟତା

ଝାରସୁଗୁଡ଼ା ଅଫିସ,୧୫।୧: ଜିଲା ପ୍ରଶାସନ ଓ ଜିଲା ସଂସ୍କୃତି ପରିଷଦ ତରଫରୁ ସରହବାହାଲ ହାଇସ୍କୁଲ୍‌ ପଡିଆରେ ୨୧ତମ ଜିଲା ମହୋତ୍ସବ ଦୁଲ୍‌ଦୁଲି ଶନିବାର ଆରମ୍ଭ ହୋଇଛି। ଏହା ବୁଧବାର ପର୍ଯ୍ୟନ୍ତ ଚାଲିବ। ମହୋତ୍ସବ କମିଟି କର୍ମକର୍ତ୍ତା ଝାଡେଶ୍ୱର ମନ୍ଦିରରେ ପୂଜାର୍ଚ୍ଚନା କରି ଶୋଭାଯାତ୍ରାରେ ଯାଇ କନକଦୁର୍ଗା ମନ୍ଦିରରେ ପହଞ୍ଚତ୍ଥିଲେ। ସେଠାରେ ପୂଜାର୍ଚ୍ଚନା ପରେ କଳସ ଶୋଭାଯାତ୍ରା ଦୁଲ୍‌ଦୁଲି ମଣ୍ଡପରେ ପହଞ୍ଚତ୍ଥିଲା।
ସନ୍ଧ୍ୟାରେ ଦୁଲ୍‌ଦୁଲି ମଣ୍ଡପରେ ପ୍ରଭୁ ଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରାଙ୍କ ଫଟୋଚିତ୍ରରେ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ, ଏମ୍‌ପି ସୁରେଶ ପୂଜାରୀ ପ୍ରମୁଖ ଅତିଥିମାନେ ପ୍ରଦୀପ ପ୍ରଜ୍ଜ୍ୱଳନ ପୂର୍ବକ ମହୋତ୍ସବ ଓ ପଲ୍ଲିଶ୍ରୀ ମେଳା ଉଦ୍‌ଘାଟନ କରିଥିଲେ। ପଲ୍ଲିଶ୍ରୀ ମେଳାରେ ପ୍ରଦର୍ଶିତ ହୋଇଥିବା ବିଭିନ୍ନ ଷ୍ଟଲ୍‌ ପରିଦର୍ଶନ କରିଥିଲେ। ମଞ୍ଚରେ ଜିଲା ସଂସ୍କୃତି ବିଭାଗ ସଭାପତି ତଥା ଜିଲାପାଳ ସରୋଜ କୁମାର ସାମଲଙ୍କ ଅଧ୍ୟକ୍ଷତାରେ ସାନ୍ଧ୍ୟ ଅଧିବେଶନ ଆରମ୍ଭ ହୋଇଥିଲା। ଏଥିରେ ସ୍ବାସ୍ଥ୍ୟମନ୍ତ୍ରୀ ଦାସ ମୁଖ୍ୟଅତିଥି ଓ ଏମ୍‌ପି ପୂଜାରୀ, ଜିଲା ପରିଷଦ ଅଧ୍ୟକ୍ଷା ତୁଳାବତୀ ମିଞ୍ଜ, ଝାରସୁଗୁଡା ବ୍ଲକ୍‌ ଅଧ୍ୟକ୍ଷା ଚିତ୍ରାଣୀ ପଟେଲ, ପୌରାଧ୍ୟକ୍ଷା ରାନୀ ହାତୀ, ଅତିରିକ୍ତ ଜିଲାପାଳ ପ୍ରବୀର କୁମାର ନାୟକ ପ୍ରମୁଖ ସମ୍ମାନିତ ଅତିଥିଭାବେ ଯୋଗଦେଇଥିଲେ। କମିଟି କର୍ମକର୍ତ୍ତା ତାପସ ରାୟ ଚୌଧୁରୀ କାର୍ଯ୍ୟକ୍ରମ ପରିଚାଳନା କରିଥିବାବେଳେ ଅତିରିକ୍ତ ଜିଲାପାଳ ନାୟକ ସ୍ବାଗତ ଅଭିଭାଷଣ ଦେଇଥିଲେ। ମଞ୍ଚରେ କବି ଅଧ୍ୟାପିକା ମନ୍ଦାକିନୀ ଶତପଥୀଙ୍କୁ ମୁଖ୍ୟଅତିଥି ଉପଢୌକନ ପ୍ରଦାନ କରି ସମ୍ବର୍ଦ୍ଧିତ କରିଥିଲେ। ଜିଲାର କଳା ସଂସ୍କୃତି ଓ ଐତିହ୍ୟକୁ ନେଇ ପ୍ରକାଶିତ ସ୍ମରଣିକା ଦୁଲ୍‌ଦୁଲିକୁ ଅତିଥିମାନେ ଉନ୍ମୋଚନ କରିଥିଲେ। ଜିଲାର କଳା ସଂସ୍କୃତି ଓ ଐତିହ୍ୟକୁ ନେଇ ଇତିହାସ ରହିଛି। ମହୋତ୍ସବ ମାଧ୍ୟମରେ ଏହାକୁ ବଜାୟ ରଖିବା ଜିଲାବାସୀଙ୍କ ଦାୟିତ୍ୱ ଓ କର୍ତ୍ତବ୍ୟ ବୋଲି ଅତିଥିମାନେ କହିଥିଲେ। ଜିଲାପାଳ ସାମଲ କହିଥିଲେ ଜିଲା ମହୋତ୍ସବର ସ୍ବତନ୍ତ୍ର ମହନୀୟତା ରହିଛି। ଜିଲାବାସୀ ହୃଦୟରୁ ଭଲ ପାଉଥିବାରୁ ଏହାର କଳେବର ବୃଦ୍ଧି ପାଇବାରେ ଲାଗିଛି। ପରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ପଞ୍ଜାବ ରୟାଲ ଏକାଡେମୀର ଭାଙ୍ଗଡା ନୃତ୍ୟ, ରାଜସ୍ଥାନର ଲୋକନୃତ୍ୟ, ଖୋର୍ଦ୍ଧାର ଗୋଟିପୁଅ, ଭୁବନେଶ୍ୱରର ଦଶମହାବିଦ୍ୟା, ବଲାଙ୍ଗୀରର ଘୁଡୁକା ଆଦି ନୃତ୍ୟ ଆଦି ପରିବେଷିତ ହୋଇଥିଲା। ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଅଜୟ କୁମାର ଜେନା ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ପାଇଁ ଗୌରବ ଆଣିଲେ ଓମପ୍ରକାଶ: ଅନ୍ତର୍ଜାତୀୟ ବାଳୁକା କଳା ପ୍ରଦର୍ଶନୀରେ…

କର୍ଲାମୁଣ୍ଡା,୨।୭(ପ୍ରଦୀପ କୁମାର ସାହୁ):ଆସନ୍ତା ୪ରୁ ୧୦ ଜୁଲାଇ ପର୍ଯ୍ୟନ୍ତ ତାଇୱାନରେ ଅନୁଷ୍ଠିତ ହେବାକୁ ଥିବା ଟଙ୍ଗସାଇଓ ବାଲୁକା ଭାସ୍କର୍ଯ୍ୟ କଳା ପ୍ରଦର୍ଶନରେ ଭାଗନେବା ପାଇଁ ପୁଣିଥରେ ନିମନ୍ତ୍ରିତ…

୫୦ହଜାର ଖସିଲାଣି ସୁନାଦର! ଏକ୍ସପର୍ଟ କହିଲେ ଆଗକୁ ଲକ୍ଷେ ତଳକୁ…

ନୂଆଦିଲ୍ଲୀ, ୨ା୭: ସୁନା ବଜାରରେ ଜାରି ରହିଥିବା ଦ୍ରୁତ ଅଭିବୃଦ୍ଧି ଏବେ ଓଲଟା ମୋଡ଼ ନେଇଛି। ଚଳିତ ବର୍ଷ ପ୍ରାରମ୍ଭରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX)ରେ ପ୍ରତି…

ହ୍ବାଟ୍ସଆପ୍‌ ‘ୟୁଜରନେମ’କୁ ନେଇ ମେଟାର ସ୍ପଷ୍ଟୀକରଣ, ନମ୍ବର ଓ ବ୍ୟକ୍ତିଗତ ତଥ୍ୟକୁ…

ନୂଆଦିଲ୍ଲୀ, ୨ା୭: ହ୍ୱାଟସଆପର ନୂତନ ୟୁଜରନେମ୍ ଫିଚରକୁ ନେଇ ବିବାଦ ଦେଖାଯାଇଥିବା ବେଳେ ମେଟା ସ୍ପଷ୍ଟୀକରଣ ଦେଇଛି । କମ୍ପାନୀ କହିଛି ଯେ ସରକାରଙ୍କ ଦ୍ୱାରା ଉଠାଯାଇଥିବା…

ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଜାରି: ରୋଗୀସେବା ବ୍ୟାହତ

ରାଇକିଆ,୨।୭(ପ୍ରଦୀପ ବେହେରା): ଓମସାର ଆହ୍ବାନ କ୍ରମେ ଡାକ୍ତରମାନେ ରାଜ୍ୟବ୍ୟାପୀ ଅନିର୍ଦ୍ଦିଷ୍ଟ କାଳ ପାର୍ଯ୍ୟନ୍ତ କାର୍ଯ୍ୟବନ୍ଦ ଆନ୍ଦୋଳନ ଦ୍ୱିତୀୟ ଦିନରେ ପହଞ୍ଚିଛି। ୧୦ ଦଫା ଦାବି ପୂରଣ ନ…

ବାପା ହେବା ପରେ ନିଜକୁ ‘ଗେ’ ବୋଲି କହିଲେ ସ୍ୱାମୀ, ତାଜୁବ ହୋଇଗଲେ ସ୍ତ୍ରୀ…

ନୂଆଦିଲ୍ଲୀ, ୨ା୭: ସୋସିଆଲ ମିଡିଆରେ ବେଶ୍ ଭାଇରାଲ ହେଉଥିବା ଏକ ଭିଡିଓ ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଏହି ଭିଡିଓରେ ଜଣେ ମହିଳା ନିଜ ବୈବାହିକ ଜୀବନର…

IMD କଲା ଆଲର୍ଟ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, କାଲିଠୁ ଏସବୁ ଜିଲାରେ ପ୍ରବଳ ବର୍ଷା!

ନୂଆଦିଲ୍ଲୀ, ୨ା୭: ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ, ଆଜି ଦେଶର ୧୯ଟି ରାଜ୍ୟରେ ମୂଷଳଧାରାରେ ବର୍ଷା ହେବ। ଆଜି ଦିଲ୍ଲୀ, ପଞ୍ଜାବ, ହରିୟାଣା, ଚଣ୍ଡିଗଡ଼, ଉତ୍ତରପ୍ରଦେଶ, ବିହାର,…

ଏମଭିଆଇ-ଷ୍ଟେନୋଙ୍କ ଅବସର: ଭବିଷ୍ୟତ ସୁଖମୟ ହେବାକୁ କାମନା

ଛତ୍ରପୁର,୨।୭: ଗଞ୍ଜାମ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟର ଏମଭିଆଇ ରାଜ କୁମାର ବେହେରା ଏବଂ ଷ୍ଟେନୋ ଶ୍ୟାମସୁନ୍ଦର ମାର୍ଥାଙ୍କ ଚାକିରିରୁ ଅବସର ହୋଇଯାଇଛି l ଏନେଇ କାର୍ଯ୍ୟାଳୟ ପକ୍ଷରୁ…

ପାଠ୍ୟ ପୁସ୍ତକରେ ତ୍ରୁଟି, ତେଜୁଛି ଆନ୍ଦୋଳନ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ନୂତନଭାବେ ପ୍ରକାଶ ପାଇଥିବା ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ବିଭିନ୍ନ ପାଠ୍ୟ ପୁସ୍ତକରେ ରହିଥିବା ଅନେକ ତ୍ରୁଟିକୁ ନେଇ ରାଜ୍ୟରେ ଅସନ୍ତୋଷ ଥମିବାର ନାଁ ନେଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri