ଲୋକାର୍ପିତ ଅପେକ୍ଷାରେ ଡୁଲୁରୀ ପାଇନ୍‌ ବଣ: ସେଲ୍‌ଫି ପଏଣ୍ଟ ହେବ ମୁଖ୍ୟ ଆକର୍ଷଣ

ଦାରିଙ୍ଗବାଡି, ୨୪।୧୦ (ଅରୁଣ ସାହୁ)-ଆସିଲା ପର୍ଯ୍ୟଟନ ଋତୁ । ଧୀରେ ଧୀରେ ଜଳବାୟୁର ପରିବର୍ତ୍ତନ ହେବାରେ ଲାଗିଛି । ବାତ୍ୟା ପାଇଁ ପାଗ ମେଘୁଆ ରହିବା ସହ ଦିନ ଓ ରାତିରେ ଶୀତ ଅନୁଭୁତ ହେଉଛି। ସର୍ବନିମ୍ନ ତାପମାତ୍ରାରେ ହ୍ରାସ ପାଇଛି। ବାତ୍ୟା ପରେ ଶୀତ ବୃଦ୍ଧି ପାଇବା ଆଶଙ୍କା କରାଯାଇଛି। ଶୀତର ମଜା ନେବା ପାଇଁ ଏବେଠାରୁ ପର୍ଯ୍ୟଟକ ଦାରିଙ୍ଗବାଡିକୁ ଆସିବା ଆରମ୍ଭ ହୋଇଥିବା ବେଳେ ନଭେମ୍ବର ଠାରୁ ପର୍ଯ୍ୟଟକଙ୍କ ଆସିବା ସଂଖ୍ୟା ବୃଦ୍ଧି ପାଇବ ବୋଲି କୁହାଯାଉଛି ଏହାକୁ ଦୃଷ୍ଟିରେ ରଖି ଦାରିଙ୍ଗବାଡି ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଉଛି ବିଶେଷ କରି ଡୁଲୁରୀ ପାଇନ ବଣକୁ ରୂପାନ୍ତର କରାଯାଉଛି ଏହା ଖୁବଶୀଘ୍ର ଲୋକାର୍ପଣ କରାଯିବ ବୋଲି ବିଡ଼ିଓ ଗଦାଧର ପାତ୍ର କହିଛନ୍ତି।

ବିଡିଓ କହିଛନ୍ତି, ୮୫ ଲକ୍ଷ ଟଙ୍କା ବିନିମୟରେ ଡୁଲୁରୀ ପାଇନବଣରେ ମୁଖ୍ୟ ଫାଟକ, ତାର ବାଡ଼, ଟିକେଟ କାଉଣ୍ଟର,ଆଉଟଲେଟ, ଗୋଷ୍ଠୀ ଶୌଚାଳୟ, ବିଶ୍ରାମ କକ୍ଷ, ସେଲ୍ଫି ପଏଣ୍ଟ, ଶିଶୁ ଉଦ୍ୟାନ, ସିମେଣ୍ଟ ବ୍ୟାଞ୍ଚ ପକାଯିବା ସହ ବଣ ଭୋଜି ପାଇଁ ପିଣ୍ଡି ଭଳି ଶୁଦ୍ଧ ପିଇବା ପାଣିର ବ୍ୟବସ୍ଥା କାର୍ଯ୍ୟ କରାଯାଇଛି, ଯାହାକି କାର୍ଯ୍ୟ ସରିବାର ଶେଷ ପର୍ଯ୍ୟାୟ ହୋଇସାରିଛି। ଖୁବଶୀଘ୍ର ଏହା ଲୋକାର୍ପିତ କରାଯିବ ବୋଲି ବିଡ଼ିଓ ପାତ୍ର କହିଛନ୍ତି।

ସୂଚନାଯୋଗ୍ୟ ଯେ, ଦାରିଙ୍ଗବାଡିକୁ ଆସୁଥିବା ପର୍ଯ୍ୟଟକମାନେ କଫି ବଗିଚା ପରେ ଡୁଲୁରୀ ପାଇନ ବଣରେ ବୁଲିବା, ବଣ ଭୋଜି କରିବା ଓ ଅଧିକା ସମୟ କାଟିବାକୁ ପସନ୍ଦ କରିଥାନ୍ତି ତେଣୁ ପର୍ଯ୍ୟଟକଙ୍କୁ ମୌଳିକ ସୁବିଧା ଯୋଗାଇଦେବାକୁ ସ୍ଥାନୀୟ ପ୍ରଶାସନ ପକ୍ଷରୁ ଏହା ବଡ଼ ପଦକ୍ଷେପ ନିଆଯାଇଥିବା ବିଡ଼ିଓ ପାତ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁନ୍ଦରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାରୁ ହତ୍ୟା ଅଭିଯୁକ୍ତ ଫେରାର

ସୁନ୍ଦରଗଡ଼, ୨୬।୮ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ଜଣେ ହତ୍ୟା ଅଭିଯୁକ୍ତ ମଙ୍ଗଳବାର ରାତିରେ ଫେରାର ହୋଇଯାଇଛନ୍ତି। ପରିସ୍ରା ଯିବା…

ହସ୍ପିଟାଲରେ ଭୀଷଣ ଅଗ୍ନିକାଣ୍ଡ: ଜୀଅନ୍ତା ଜଳିଗଲେ ୧୫ ନବଜାତ ଶିଶୁ

ଇସଲାମାବାଦ,୨୬।୮: ଇସଲାମାବାଦର ପାକିସ୍ତାନ ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସର ସ୍ତ୍ରୀ ରୋଗ ୱାର୍ଡରେ ଭୀଷଣ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୧୫ ନବଜାତ ଶିଶୁଙ୍କ ମୃତ୍ୟୁ ହୋଇଛଇ। ୱାର୍ଡରେ…

ମୁଁ ଆଶା କରୁଛି ଯେ…ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୨୬।୮:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମିଲାଦ-ଉନ-ନବି (ଇଦ) ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ବୁଧବାର ସମାଜକୁ ଏକ ବାର୍ତ୍ତା ଦେଇ, ସେ କରୁଣା ଏବଂ ସମ୍ପ୍ରଦାୟ ପ୍ରତି ଅବଦାନର…

ସେପ୍ଟେମ୍ବରରେ ଶୁକ୍ରଙ୍କ ନକ୍ଷତ୍ର ପରିବର୍ତ୍ତନ ଆଣିବ ବଡ଼ ସଫଳତା: ଏହି ୩ ରାଶିଙ୍କ ଉପରେ ଧନବର୍ଷା, ଲଭ ଲାଇଫ୍‌ରେ…

ଶୁକ୍ର ଗ୍ରହ ୨୫ ଅଗଷ୍ଟରେ ଚିତ୍ରା ନକ୍ଷତ୍ରରେ ପ୍ରବେଶ କରିଛନ୍ତି। ଏବେ ଶୁକ୍ର ସ୍ବାତୀ ନକ୍ଷତ୍ରରେ ପ୍ରବେଶ କରିବେ। ଜ୍ୟୋତିଷ ଅନୁସାରେ, ଶୁକ୍ର ଗ୍ରହ ସୁଖ, ସୌନ୍ଦର୍ଯ୍ୟ,…

ଯୁବ ରେଡକ୍ରସ ସଚେତନତା କାର୍ଯ୍ୟକ୍ରମ: ସମାଜରୁ ଅନ୍ଧବିଶ୍ୱାସ ଦୂର କରିବାକୁ ଆହ୍ବାନ

ଦିଗପହଣ୍ଡି,୨୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ଗ୍ରାମସ୍ଥିତ ଚିଦାନନ୍ଦ ସରସ୍ବତୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ୨୦୨୬-୨୭ ଶିକ୍ଷାବର୍ଷର ଯୁବ ରେଡକ୍ରସ ୟୁନିଟର ଇଣ୍ଡକ୍ସନ…

ଏଇ ଭାରତରେ

ବେଙ୍ଗାଲୁରୁରେ ବର୍ଷା ହେବା କ୍ଷଣି ବନ୍ୟା ସ୍ଥିତି ସୃଷ୍ଟି ହେଉଛି। ଏହା ଯୋଗୁ ଲୋକେ ଅସୁବିଧାର ସମ୍ମୁଖୀନ ହେବା ସହ ବୁଲାକୁକୁରଙ୍କ ଜୀବନ ପ୍ରତି ବିପଦ ଦେଖାଦେଉଛି।…

ପଦବୀ ନୁହେଁ କ୍ଷମତା

ଭାରତୀୟ ଗଣତନ୍ତ୍ରର ସବୁଠାରୁ ବଡ଼ ଶକ୍ତି ହେଉଛି ସମାନତା। ଆମ ସମ୍ବିଧାନ ପ୍ରତ୍ୟେକ ନାଗରିକଙ୍କୁ ଜାତି, ଧର୍ମ, ବର୍ଣ୍ଣ, ଲିଙ୍ଗ କିମ୍ବା ଆର୍ଥିକ ସ୍ଥିତିର ଭେଦଭାବ ବିନା…

ସଂସ୍କାରମୂଳକ ଶିକ୍ଷା ଓ ସାମାଜିକ ଦାୟିତ୍ୱବୋଧ

ଗଲା ବର୍ଷର ଏକ ଖବରଟିଏ ସମସ୍ତଙ୍କ ମଧ୍ୟରେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଥିଲା। ୨୦୧୯ ବ୍ୟାଚ୍‌ ଓଏଏସ୍‌ ଟପ୍ପର ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା ଅଭିଯୋଗରେ ଭିଜିଲାନ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri