ସବୁ ଯୋଜନାରୁ ବଞ୍ଚତ୍ତ ହେଉଛନ୍ତି ଡମେ

ମାଥିଲି,୨୬।୧୧(ଡି.ଏନ.ଏ.): ରାଜ୍ୟ ସରକାର ବହୁ ବିକାଶମୂଳକ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ମାତ୍ର ଏହକୁ କାର୍ଯ୍ୟକାରିତାରେ ଅବହେଳା ଯୋଗୁ ହିତାଧିକାରୀମାନେ ସେଥିରୁ ସୁଫଳ ପାଇବାରୁ ବଞ୍ଚତ୍ତ ହେଉଛନ୍ତି। ତୃଣମୂଳ ସ୍ତରରେ ଯୋଜନାଗୁଡ଼ିକ ପହଞ୍ଚୁ ନ ଥିବାରୁ ସେଥିରୁ ସୁଫଳ ମିଳୁ ନ ଥିବା ଅଭିଯୋଗ ହେଉଛି। ଏହାର ଉଦାହରଣ ହେଉଛନ୍ତି ମାଲକାନଗିରି ଜିଲା ମାଥିଲି ବ୍ଲକ ମେକ୍କା ପଞ୍ଚାୟତ ସଦର ଗ୍ରାମର ୭୫ ବର୍ଷୀୟା ବେସାହାରା ବିଧବା ବୃଦ୍ଧା ଡମେ ନାୟକ। ତାଙ୍କ ସ୍ବାମୀ ଦୀର୍ଘବର୍ଷ ହେବ ମୃତ୍ୟୁବରଣ କରିସାରିଛନ୍ତି। ତାଙ୍କର ଗୋଟିଏ ଝିଅ, ଗୋଟିଏ ପୁଅ । ପୁଅଟିର କୌଣସି ଖୋଜ ଖବର ନ ଥିବା ବେଳେ ଡମେ ଏବେ ପାଙ୍ଗାମ ପଞ୍ଚାୟତ ଅନ୍ତର୍ଗତ ସାନ ନାୟକଗୁଡ଼ା ଗ୍ରାମରେ ଝିଅ ସମାରୀଙ୍କ ଘରେ ଆଶ୍ରୟ ନେଇଛନ୍ତି। ଡମେଙ୍କ ଆଧାର ଓ ଭୋଟର କାର୍ଡ ନାହିଁ। ଏଥିଯୋଗୁ ସେ ସରକାରଙ୍କ ସବୁ ଯୋଜନାରୁ ସୁଫଳ ପାଉନାହାନ୍ତି। ଏଯାଏ ତାଙ୍କୁ ଭତ୍ତା ମିଳିନାହିଁ। ଏ ସମ୍ପର୍କରେ ସରପଞ୍ଚ ରଞ୍ଜିତା ପୂଜାରୀ ଜାଣିବା ପରେ ତାଙ୍କୁ ମାତ୍ର ୫ କେଜି ପିଡିଏସ୍‌ ଚାଉଳ ଦେଇଛନ୍ତି। ସମୟ ମିଳିଲେ ଡମେଙ୍କ ଆଧାର ଓ ଭୋଟର କାର୍ଡ କରିଦେବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ତେବେ ବ୍ଳକ ଓ ଜିଲା ପ୍ରଶାସନ ଡମେଙ୍କୁ ଆଧାରକାର୍ଡ ଓ ଭୋଟର ପରିଚୟପତ୍ର ଯୋଗାଇ ଦେବାକୁ ଗ୍ରାମବାସୀ ଦାବି କରିଛନ୍ତି। ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ଭୋଳାନାଥ ବିଶ୍ୱାସଙ୍କୁ ଏନେଇ ପଚାରିବାରୁ ସେ କହିଥିଲେ, ଏ ବିଷୟରେ ଅବଗତ ନ ଥିଲେ। ଯଥା ସମ୍ଭବ ବୃଦ୍ଧାଙ୍କୁ ଆଧାର କେନ୍ଦ୍ରକୁ ପଠାଇ ଆଧାର କାର୍ଡ କରିବା ବ୍ୟବସ୍ଥା କରିବେ। ପରେ ତାଙ୍କୁ ସମସ୍ତ ପ୍ରକାର ସରକାରୀ ସହାୟତା ମିଳିିବ ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri