ସବୁ ଯୋଜନାରୁ ବଞ୍ଚତ୍ତ ହେଉଛନ୍ତି ଡମେ

ମାଥିଲି,୨୬।୧୧(ଡି.ଏନ.ଏ.): ରାଜ୍ୟ ସରକାର ବହୁ ବିକାଶମୂଳକ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ମାତ୍ର ଏହକୁ କାର୍ଯ୍ୟକାରିତାରେ ଅବହେଳା ଯୋଗୁ ହିତାଧିକାରୀମାନେ ସେଥିରୁ ସୁଫଳ ପାଇବାରୁ ବଞ୍ଚତ୍ତ ହେଉଛନ୍ତି। ତୃଣମୂଳ ସ୍ତରରେ ଯୋଜନାଗୁଡ଼ିକ ପହଞ୍ଚୁ ନ ଥିବାରୁ ସେଥିରୁ ସୁଫଳ ମିଳୁ ନ ଥିବା ଅଭିଯୋଗ ହେଉଛି। ଏହାର ଉଦାହରଣ ହେଉଛନ୍ତି ମାଲକାନଗିରି ଜିଲା ମାଥିଲି ବ୍ଲକ ମେକ୍କା ପଞ୍ଚାୟତ ସଦର ଗ୍ରାମର ୭୫ ବର୍ଷୀୟା ବେସାହାରା ବିଧବା ବୃଦ୍ଧା ଡମେ ନାୟକ। ତାଙ୍କ ସ୍ବାମୀ ଦୀର୍ଘବର୍ଷ ହେବ ମୃତ୍ୟୁବରଣ କରିସାରିଛନ୍ତି। ତାଙ୍କର ଗୋଟିଏ ଝିଅ, ଗୋଟିଏ ପୁଅ । ପୁଅଟିର କୌଣସି ଖୋଜ ଖବର ନ ଥିବା ବେଳେ ଡମେ ଏବେ ପାଙ୍ଗାମ ପଞ୍ଚାୟତ ଅନ୍ତର୍ଗତ ସାନ ନାୟକଗୁଡ଼ା ଗ୍ରାମରେ ଝିଅ ସମାରୀଙ୍କ ଘରେ ଆଶ୍ରୟ ନେଇଛନ୍ତି। ଡମେଙ୍କ ଆଧାର ଓ ଭୋଟର କାର୍ଡ ନାହିଁ। ଏଥିଯୋଗୁ ସେ ସରକାରଙ୍କ ସବୁ ଯୋଜନାରୁ ସୁଫଳ ପାଉନାହାନ୍ତି। ଏଯାଏ ତାଙ୍କୁ ଭତ୍ତା ମିଳିନାହିଁ। ଏ ସମ୍ପର୍କରେ ସରପଞ୍ଚ ରଞ୍ଜିତା ପୂଜାରୀ ଜାଣିବା ପରେ ତାଙ୍କୁ ମାତ୍ର ୫ କେଜି ପିଡିଏସ୍‌ ଚାଉଳ ଦେଇଛନ୍ତି। ସମୟ ମିଳିଲେ ଡମେଙ୍କ ଆଧାର ଓ ଭୋଟର କାର୍ଡ କରିଦେବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ତେବେ ବ୍ଳକ ଓ ଜିଲା ପ୍ରଶାସନ ଡମେଙ୍କୁ ଆଧାରକାର୍ଡ ଓ ଭୋଟର ପରିଚୟପତ୍ର ଯୋଗାଇ ଦେବାକୁ ଗ୍ରାମବାସୀ ଦାବି କରିଛନ୍ତି। ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ଭୋଳାନାଥ ବିଶ୍ୱାସଙ୍କୁ ଏନେଇ ପଚାରିବାରୁ ସେ କହିଥିଲେ, ଏ ବିଷୟରେ ଅବଗତ ନ ଥିଲେ। ଯଥା ସମ୍ଭବ ବୃଦ୍ଧାଙ୍କୁ ଆଧାର କେନ୍ଦ୍ରକୁ ପଠାଇ ଆଧାର କାର୍ଡ କରିବା ବ୍ୟବସ୍ଥା କରିବେ। ପରେ ତାଙ୍କୁ ସମସ୍ତ ପ୍ରକାର ସରକାରୀ ସହାୟତା ମିଳିିବ ।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…

ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍‌ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri