ରାସ୍ତା ନ ଥିବା ଗାଁ ଡୁମୁରିଗୁଡ଼ା

ଦଶମନ୍ତପୁର,୨୨ା୧୨(ଡି.ଏନ୍‌.ଏ.): କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଅନ୍ତର୍ଗତ ଗାଦିଆଗୁଡ଼ା ପଞ୍ଚାୟତରେ ଥିବା ଡୁମୁରିଗୁଡ଼ା ଗ୍ରାମକୁ ଯିବା ପାଇଁ ରାସ୍ତା ନାହିଁ। ଏହି ଗ୍ରାମରେ ଆଦିବାସୀ ସମ୍ପ୍ରଦାୟର ୪୫ ପରିବାର ବସବାସ କରନ୍ତି। ଏମାନଙ୍କ ମୁଖ୍ୟ ଜୀବିକା ହେଲା ପୋଡୁଚାଷ । ଗ୍ରାମରେ କୌଣସି କାମଧନ୍ଦା ନ ମିଳିବାରୁ ବାଧ୍ୟ ହୋଇ କେତେଜଣ ବ୍ୟକ୍ତି ଦାଦନ ଖଟିବାକୁ ବାହାର ରାଜ୍ୟକୁ ଯାଉଛନ୍ତି । ଗ୍ରାମରେ ସରକାରଙ୍କ ପ୍ରତ୍ୟେକ ଯୋଜନା ଅପହଞ୍ଚ ହୋଇ ରହିଛି। ରାସ୍ତା ନିର୍ମାଣରେ ପାହାଡ଼ ବାଧକ ସାଜିଛି। ଗ୍ରାମକୁ ଯେଉଁଆଡୁ ଗଲେ ପଡୁଛି ପାହାଡ଼ ଓ ନଦୀ। ଗ୍ରାମର ପୂର୍ବରେ ବିଜାଦାମକା ପର୍ବତ, ପଶ୍ଚିମରେ ଅଣ୍ଡ୍ରଗହଣି ପାହାଡ଼, ଉତ୍ତରରେ କରଡ଼ି ପାହାଡ଼ ଏବଂ ଦକ୍ଷିଣରେ ରହିଛି ଟିପରି ବାଲିଦାମକା ପାହାଡ଼। ଏହି ଗ୍ରାମପଞ୍ଚାୟତ କାର୍ଯ୍ୟାଳୟଠାରୁ ୩ କି.ମି. ଦୂର ହୋଇଥିବା ବେଳେ ବ୍ଲକ କାର୍ଯ୍ୟାଳୟଠାରୁ ୧୫ କି.ମି. ଦୂର। ପୋଡ଼ାଗଡ଼ ପଞ୍ଚାୟତ ସାପ୍ତାହିକ ହାଟକୁ ଯିବାକୁ ହେଲେ ଗ୍ରାମବାସୀଙ୍କୁ ବିଲାନସିଲ ଛକ ଦେଇ ଯିବାକୁ ପଡ଼େ। କଟିଆ ମଶାଣି ନଦୀ ପାରହେବାକୁ ମଧ୍ୟ ପଡିଥାଏ। ବୋଲି ଗ୍ରାମର ସୁବାଇ ସାଉଁନ୍ତା, ଧନାଇ ସାଉଁନ୍ତା, ନରସିଂହ ସାଉଁନ୍ତା, ମାଳତି ସାଉଁନ୍ତା, କୁଶ ସାଉଁନ୍ତା, ନାରଙ୍ଗ ସାଉଁନ୍ତା, ୱାଲସୀ ସାଉଁନ୍ତା, ସନା ସାଉଁନ୍ତା, ମନ ସାଉଁନ୍ତା, କମଳା ସାଉଁନ୍ତା, ନିର ସାଉଁନ୍ତା, ଅଭି ସାଉଁନ୍ତା, ଦାନ ସାଉଁନ୍ତା, ଗୁରୁନାଥ ସାଉଁନ୍ତା କହିଛନ୍ତି। ଗ୍ରାମରେ କେହି ରୋଗରେ ପଡିଲେ କିମ୍ବା ଗର୍ଭବତୀଙ୍କୁ ଚିକିତ୍ସାଳୟକୁ ନେବାକୁ ଭାର ଓ କାଉଡି ଭରସା। ଏଥିରେ ବୋହି ଗ୍ରାମବସୀ ରୋଗୀଙ୍କୁ ନେଇଥାନ୍ତି। ଗ୍ରାମ ୨ପାର୍ଶ୍ୱକୁ ସଂଯୋଗ କରୁଥିବା ଗୋଟିଏ ନଦୀ ଏବଂ ୨ଟି ଝୋଲାରେ ପୋଲ ନିର୍ମାଣ କରିବାକୁ ଗ୍ରାମବାସୀ ଦାବି କରିଛନ୍ତି। ପ୍ରଶସନ ଏଥିପ୍ରତି ଦୃଷ୍ଟିଦେବାକୁ ସାଧାରଣରେ ମତ ପ୍ରକାଶ ପାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ଖେମୁଣ୍ଡି ରାଜକୁମାର ମୋହନ ପ୍ରସାଦ ଦେବଙ୍କ ପରଲୋକ; ରାଜ ଶ୍ମଶାନରେ ହେଲା ଅନ୍ତିମ ସଂସ୍କାର, ଅଞ୍ଚଳରେ ଶୋକର ଛାୟା

ଦିଗପହଣ୍ଡି,୧୬ା୯(ଅଶେଷ ନାଥ ମିଶ୍ର): ବଡ଼ଖେମୁଣ୍ଡି ରାଜକୁମାର ମୋହନ ପ୍ରସାଦ ଦେବଙ୍କ ଦେହାନ୍ତ ହୋଇଛି । ଗଞ୍ଜାମ ଜିଲାର ତତ୍କାଳୀନ ବଡ଼ଖେମୁଣ୍ଡି ରାଜ୍ୟର ଶେଷ ସମ୍ରାଟ ରାଜା ରାମଚନ୍ଦ୍ର…

ପୀତବାସ ପଣ୍ଡା ହତ୍ୟା ମାମଲାର ସାକ୍ଷୀଙ୍କୁ ଜେଲରୁ ଧମକ, ବିକ୍ରମ ପଣ୍ଡାଙ୍କ ନାଁରେ ପୁଣି ମାମଲା

ବ୍ରହ୍ମପୁର,୧୬ା୯(ସୁବାସ ଚନ୍ଦ୍ର ପାଢ଼ୀ ): ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କ ପୁଣି ବଢ଼ିଲା ଅଡୁଆ । ଜେଲରେ ରହିଥିବା ସମୟରେ ମୃତ ଭାଜପା ନେତା ତଥା ଆଇନଜୀବୀ…

ଆଦର୍ଶ ଆଇନଜୀବୀ ଭାବେ ପରିଚିତ ଥିଲେ ବଂଶୀଧର, ଆଜି ତାଙ୍କୁ ଝୁରୁଛି ଓକିଲ ସଂଘ

ଦିଗପହଣ୍ଡି,୧୬ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ଓକିଲ ସଂଘର ବରିଷ୍ଠ ସଦସ୍ୟ ବରିଷ୍ଠ ଆଇନଜୀବୀ ବଂଶୀଧର ପାଳଙ୍କ ଭୁବନେଶରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ…

ସହରର ମୁଖ୍ୟ ରାସ୍ତାରେ ଗଦାହୋଇଛି ବାଲି, ଦୁର୍ଘଟଣାକୁ ଆମନ୍ତ୍ରଣ କରି…

ଗଞ୍ଜାମ,୧୬ା୯(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥଠାରୁ ଗଞ୍ଜାମ ସହରକୁ ସଂଯୋଗ ମୁଖ୍ୟ ରାସ୍ତାରେ ଅଧିକାଂଶ ସମୟରେ ଘର ନିର୍ମାଣ କାର୍ଯ୍ୟ ପାଇଁ ବାଲି ଶୁଖା ଯାଉଥିବା…

ବାଲସି ଗାଁରେ ନୂଆଖାଇ ଜୁହାର, ଏକାଠି ହୋଇ ନବାନ୍ନ ଭକ୍ଷଣ କରିବା ପରେ…

କେସିଙ୍ଗା,୧୬ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବାଲସି ଗ୍ରାମର ତୈଳିକ ବୈଶ୍ୟ ହଳଦିଆ ସାହୁ ସମାଜର ଷଣା ବଂଶ ପକ୍ଷରୁ ନୂଆଖାଇ ଓ ଜୁହାର କାର୍ଯ୍ୟକ୍ରମ…

ବଜ୍ରପାତରେ ଦୁଇ ପରିବାରର ଚାଲିଗଲା ୨ ଜୀବନ

ବଞ୍ଚୋ/ଆନନ୍ଦପୁର,,୧୬ା୯(ପ୍ରଦୋଷ ବିଶ୍ୱାଳ/ ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଅଞ୍ଚଳରେ ବୁଧବାର ବଜ୍ରପାତ ଘଟି ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ଅଚାନକ ବଜ୍ରପାତରେ ଦୁଇଟି…

ମୂର୍ତ୍ତି ବିସର୍ଜନବେଳେ ପୋଖରୀରେ ବୁଡ଼ି ଛାତ୍ରଙ୍କ ଜୀବନ ଗଲା, ଗାଁରେ ଶୋକାକୁଳ ପରିବେଶ

ଦିଗପହଣ୍ଡି,୧୬ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ପଞ୍ଚାୟତ ସିଦ୍ଧଖଣ୍ଡି ଗାଁ ସ୍କୁଲରେ ୮ମ ଶ୍ରେଣୀରେ ପଢୁଥିବା ମରମ ଜେନାଙ୍କ ପୁଅ ସୀତାଂଶୁ (୧୩)ଙ୍କ…

ମା’ ଗଜଲକ୍ଷ୍ମୀଙ୍କ ପୂଜା ପାଇଁ ସ୍ଥାପନ ହେଲା ଶୁଭଖୁଣ୍ଟି, ୩୦ ବର୍ଷରେ…

ଗୁଣପୁର,୧୬ା୯(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଅଫିସ ସମ୍ମୁଖରେ ଜାଗୃତି ସାଂସ୍କୃତିକ ସଙ୍ଗଠନ ପକ୍ଷରୁ ହେବାକୁ ଥିବା ମା’ ଗଜଲକ୍ଷ୍ମୀଙ୍କ ପୂଜା ପାଇଁ ବୁଧବାର ଶୁଭଖୁଣ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?