ଦାଦନ ଖଟିବାକୁ ଯାଇ ଡଙ୍ଗରିଆ ଯୁବତୀଙ୍କ ମୃତ୍ୟୁ

ରାୟଗଡ଼ା,୨୦।୪(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ଜିଲାର ଆଦିମ ଜନଜାତି ଭାବେ ପରିଚିତ ଡଙ୍ଗରିଆ କନ୍ଧ ସମ୍ପ୍ରଦାୟର ଜଣେ ନାବାଳିକା ଦାଦନ ଖଟିବାକୁ ଯାଇ ଶନିବାର କେରଳ ରାଜ୍ୟ ଥ୍ରିସୁର ଜିଲା ଅଟନିଠାରେ ମୃତ୍ୟୁବରଣ କରିଥିବା ଜଣାପଡିଛି। ମୃତ ଡଙ୍ଗରିଆ କନ୍ଧ ନାବାଳିକା ଜଣକ ହେଲେ ବିଷମକଟକ ବ୍ଲକ ନିୟମଗିରି ପାହାଡ଼ର ଖଜୁରୀ ଗ୍ରାମର ଗଣେଶ ୱାଡାକାଙ୍କ ଝିଅ ଆଦାଇ ୱାଡାକା । ଆଦାଇ ଜଣେ ଗରିବ ପରିବାରର ଝିଅ ହୋଇଥିବାରୁ ତାଙ୍କ ପରିବାରବର୍ଗ ଝିଅର ମୃତଦେହ ଆଣିବାରେ ଅସୁବିଧାର ସମ୍ମୁଖିନ ହେଉଛନ୍ତି। ତେଣୁ ଏନେଇ ବହୁଜନ ସମାଜ ପାର୍ଟିର ଜିଲା ସଭାପତି ଜିତୁ ଜାକାକା ଜିଲ୍ଲାପାଳଙ୍କୁ ଚିଠି ଲେଖି ଶବ ଫେରାଇ ଆଣି ପରିବାରବର୍ଗଙ୍କୁ ହସ୍ତାନ୍ତର କରିବାକୁ ଅନୁରୋଧ କରିଛନ୍ତି।

ସୂଚନା ମୁତାବକ ଆଦାଇ ଅଟନି ସ୍ଥିତ କଲତିଲା ନାମକ ଏକ ଟାଇଲ କମ୍ପାନୀରେ କାମ କରିବାକୁ ଯାଇଥିଲେ। ହେଲେ ସେଠାରେ ତାଙ୍କର ମୃତ୍ୟୁ ଘଟିଛି ଏବଂ ତାଙ୍କ ମରଶରୀର ଥ୍ରିସୁର ମେଡ଼ିକାଲରେ ରହିଛି। ଖବର ପାଇବା ପରେ ଜିଲାପାଳ ପାରୁଲ ପଟାୱରି ଶବ ଫେରାଇ ଆଣିବା ପାଇଁ ଶ୍ରମ ବିଭାଗକୁ ନିର୍ଦ୍ଦେଶ ଦେଇଥିବା ଜଣାପଡିଛି। ଏହି ଘଟଣାରେ ଜିଲାପାଳଙ୍କ ହସ୍ତକ୍ଷେପ ପରେ ଶ୍ରମ ବିଭାଗ ତତ୍ପରତା ଦେଖାଇଛି। ଜିଲାପାଳ ପାରୁଲଙ୍କ ସୂଚନା ଅନୁସାରେ ଆଦାଇଙ୍କ ମୃତଦେହବ ସୋମବାର ସନ୍ଧ୍ୟା ସୁଦ୍ଧା ପହଞ୍ଚିବା ନେଇ ଜିଲା ଶ୍ରମ ଅଧିକାରୀ ରବୀନ୍ଦ୍ର ତ୍ରିପାଠୀ ସୂଚନା ଦେଇଛନ୍ତି। ସେହିଭଳି ବିଷମକଟକ ବ୍ଲକ କାଙ୍କୁବାଡ଼ି ଗ୍ରାମର ନାବାଳକ ବିଜୟ ହିକକା ଗୁଜରାଟ ଯାଉଥିବା ବେଳେ ଟ୍ରେନରୁ ଖସି ପଡ଼ି ମୃତ୍ୟୁବରଣ କରିଥିବା ସୂଚନା ମିଳିଛି। ତେବେ ବିଜୟ ଦାଦନ ଖଟିବାକୁ ଗୁଜରାଟ ଯାଉଥିବା ନେଇ ସନ୍ଦେହ ସୃଷ୍ଠି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

ରାଜ୍ୟସ୍ତରୀୟ ବିଜ୍ଞାନ ମେଳାରେ କେ ଏମ ଭାଲିଆସାହି ଛାତ୍ରୀ, ଶୁଭେଚ୍ଛା ଜ୍ଞାପନ କରି…

ମୋହନା,୨୫ ।୧୨(ମନ୍ମଥ ମିଶ୍ର ): କେଉଁ ଆଦିମ କାଳରୁ ବିଜ୍ଞାନ ମନୁଷ୍ୟ ସମାଜର ଅଶେଷ ହିତ ସାଧନ କରି ଆସିଅଛି।ବିଜ୍ଞାନ ବିନା ସମାଜର ଉନ୍ନତିର ପରିକଳ୍ପନା...

ଅସହାୟଙ୍କୁ ସହାୟତାର ହାତ ବଢାଇଲା ନ୍ୟୁ ଲାଇଫ ମିଶନ

କେସିଙ୍ଗା,୨୫ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କୁର୍ଲୁପଡ଼ା ଗ୍ରାମର ନ୍ୟୁ ଲାଇଫ ମିଶନ ପରିସରରେ ଅନୁଷ୍ଠାନର ପ୍ରତିଷ୍ଠାତା ତଥା ଡାଇରେକ୍ଟର ସିଆନି ହରପାଲ...

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

ପରିତ୍ୟକ୍ତ ଅବସ୍ଥାରେ ସରକାରୀ ଆୟୁର୍ବେଦିକ ଚିକିତ୍ସାଳୟ, ଅର୍ଥ ମଞ୍ଜୁର ହୋଇଥିଲେ ବି…

କର୍ଲାମୁଣ୍ଡା,୨୫।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡ଼ବରାଠାରେ ପରିତ୍ୟକ୍ତ ଅବସ୍ଥାରେ ରହିଛି ସରକାରୀ ଆୟୁର୍ବେଦିକ ଚିକିତ୍ସାଳୟ। ସରକାର ୧୯୮୮ ମସିହାରେ ଏହି ଚିକିତ୍ସାଳୟ...

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

ତୁଳସୀରେ ଅଛି ଅନେକ ଔଷଧୀୟ ଗୁଣ: ସକାରାତ୍ମକ ପରିବେଶ…

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ରେ ତୁଳସୀ ପୂଜନ ଉତ୍ସବ ପାଈଁ ଅଞ୍ଚଳ ଉତ୍ସବ ମୁଖର ହୋଇଛି। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri