Posted inଖେଳ

୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ରେ ବିପର୍ଯ୍ୟୟ

ବାସେଟେରେ,୧୮।୧: ଚଳିତ ୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ରେ ସୋମବାର ଏକ ବିପର୍ଯ୍ୟୟ ଘଟିଛି। ବାସେଟେରେ ଅଷ୍ଟ୍ରେଲିଆକୁ ୪ ଉଇକେଟରେ ହରାଇ ଦେଇଛି ଶ୍ରୀଲଙ୍କା। ପୂରା ମ୍ୟାଚ୍‌ରେ ଅଧିନାୟକ ଦୁନିଥ ଓ୍ବେଲାଲାଗେ ଛାୟୀ ହୋଇ ରହିଥିଲେ। ଉଭୟ ବ୍ୟାଟ ଓ ବଲରେ ତାଙ୍କର ଉଲ୍ଲେଖନୀୟ ପ୍ରଦର୍ଶନ ଯୋଗୁ ଶ୍ରୀଲଙ୍କା ଏହି ସହଜ ବିଜୟ ହାସଲ କରିପାରିଛି। ପ୍ରଥମେ ଶ୍ରୀଲଙ୍କା ଅଧିନାୟକ ୨୮ ରନ୍‌ ଖର୍ଚ୍ଚ କରି ୫ ଉଇକେଟ ନେଇ ଅଷ୍ଟ୍ରେଲିଆର ମିଡ୍‌ଲ ଅର୍ଡରକୁ ସମ୍ପୂର୍ଣ୍ଣ ରୂପେ ଧ୍ୱଂସ କରି ଦେଇଥିଲେ। ଫଳରେ ୧୭୫ ରନ୍‌ରେ ସୀମିତ ରହିଥିଲା ଅଷ୍ଟ୍ରେଲିଆ। ଅଧିନାୟକ ଓ୍ବେଲାଲାଗେ (୫୨)ଙ୍କ ଅର୍ଦ୍ଧଶତକ ଯୋଗୁ ଶ୍ରୀଲଙ୍କା ୧୩ ଓଭର ପୂର୍ବରୁ ୬ ଉଇକେଟ କ୍ଷତିରେ ବିଜୟଲକ୍ଷ୍ୟ ହାସଲ କରିନେଇଥିଲା।

ଏକଦା ଶ୍ରୀଲଙ୍କା ୪୯ ରନ୍‌ରେ ୪ ଉଇକେଟ ହରାଇ ସଙ୍କଟରେ ପଡ଼ିଥିଲା। ଲାଗୁଥିଲା ଅଷ୍ଟ୍ରେଲିଆ ଦଳ ମ୍ୟାଚ୍‌ ଛଡ଼ାଇ ନେବ। କିନ୍ତୁ ଓ୍ବେଲାଲାଗେ ଏବଂ ଉଇକେଟକିପର ଅଞ୍ଜାଲା ବାନ୍ଦାରା ୫ମ ଉଇକେଟ ପାଇଁ ୭୦ ରନ୍‌ ଯୋଡ଼ିଥିଲେ। ସେମାନେ ଆଉଟ୍‌ ହେବା ପରେ ରାନୁଦା ସମରଥନେଙ୍କ ୩୨ ରନ୍‌ ପାଳି ଶ୍ରୀଲଙ୍କାକୁ ଆଣି ଦେଇଥିଲା ସହଜ ବିଜୟ। ଏହା ଟୁର୍ନାମେଣ୍ଟର ଲିଗ୍‌ ପର୍ଯ୍ୟାୟରେ ଶ୍ରୀଲଙ୍କାର ଦ୍ୱିତୀୟ ବିଜୟ। ଏଥିଯୋଗୁ ୪ ପଏଣ୍ଟ ସହ ଶ୍ରୀଲଙ୍କା ଗ୍ରୁପ୍‌ ଡି’ ଶୀର୍ଷରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମେଡିକାଲ ଆଗରେ ପଡ଼ିଛି ଯୁବକଙ୍କ ରକ୍ତାକ୍ତ ମୃତଦେହ, ହତ୍ୟା ଅଭିଯୋଗ

ବେଲପାହାଡ଼,୩ା୭(ସୁବାସ ପ୍ରଧାନ): ବେଲପାହାଡ଼ ପୌରାଞ୍ଚଳରେ ଶୁକ୍ରବାର ସକାଳୁ ଏକ ଅଭାବନୀୟ କାଣ୍ଡ ଘଟିଯାଇଥିବା ଅଭିଯୋଗ ହୋଇଛି। ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଏବଂ ଉତ୍ତେଜନା ପ୍ରକାଶ…

Cristiano Ronaldo Retirement Plans: ବିଶ୍ୱକପ ପରେ କ୍ରିଷ୍ଟିଆନୋ ରୋନାଲ୍ଡୋ ଅବସର ନେବେ? ଭଉଣୀ କହିଲେ ବଡ଼ କଥା

ଲିସବନ,.୩।୭: କ୍ରିଷ୍ଟିଆନୋ ରୋନାଲ୍ଡୋ ଗୁରୁବାର ଫିଫା ବିଶ୍ୱକପ ନକଆଉଟ ମ୍ୟାଚରେ ସବୁଠାରୁ ବୟସ୍କ ଖେଳାଳି ହୋଇ ଆଉ ଏକ ରେକର୍ଡ ସ୍ଥାପନ କରିଛନ୍ତି। ଗୁରୁବାର ରାଉଣ୍ଡ ଅଫ…

ମାଲାମାଲ ଅକ୍ଷୟ: ଗୋଟିଏ ମାସରେ ୪ ଫ୍ଲାଟ୍‌ ବିକି ଏତିକି ଟଙ୍କା କଲେ ଲାଭ

ବଲିଉଡ ଅଭିନେତା ଅକ୍ଷୟ କୁମାର କେବଳ ଚଳଚ୍ଚିତ୍ରରୁ ନୁହେଁ ବରଂ ରିଅଲ ଇଷ୍ଟେଟରୁ ମଧ୍ୟ ରୋଜଗାର କରୁଛନ୍ତି। ସାମ୍ପ୍ରତିକ ମାସ ଗୁଡ଼ିକରେ ତାଙ୍କର ପ୍ରୋଜେକ୍ଟ ‘ଭୂତ ବଙ୍ଗଳା’…

ପେଟ୍ରୋଲରେ ଇଥାନଲ ମିଶାଇଲେ ଗାଡ଼ିର ମାଇଲେଜ କମିଯାଏ କି? କେନ୍ଦ୍ରମନ୍ତ୍ରୀ କହିଲେ…

ନୂଆଦିଲ୍ଲୀ,୩।୭: ପେଟ୍ରୋଲରେ ଇଥାନଲ ବ୍ୟବହାର ନେଇ ଦେଶରେ ବର୍ତ୍ତମାନ ଏକ ଉଷ୍ମ ବିତର୍କ ଚାଲିଛି। ଏହି ପ୍ରସଙ୍ଗକୁ ସମ୍ବୋଧିତ କରି ପେଟ୍ରୋଲିୟମ ମନ୍ତ୍ରୀ ହରଦୀପ ସିଂହ ପୁରୀ…

ପୁଅ ଅନ୍ୟ ଜାତିରେ ବାହା ହୋଇଥିଲେ ବୋଲି ବାପାଙ୍କ ମୃତଦେହକୁ ଛୁଇଁଲେନି କେହି: ୧୦ ଘଣ୍ଟା ପରେ…

ପାଟଣାଗଡ଼,୩।୭(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲାର ପାଟଣାଗଡ଼ ବ୍ଳକ ଅନ୍ତର୍ଗତ ତୁଳସୀଡୁଙ୍ଗରି ଗାଁରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ବୃଦ୍ଧାଙ୍କ ପୁଅ ଅନ୍ୟଜାତିର ବାହା…

‘ମୋ ବିବାହ ଜୁଲାଇରେ…’ ଗୌରୀ ସ୍ପ୍ରେଟଙ୍କ ସହିତ ଓ୍ବେଡିଂ ପ୍ଲାନ ପ୍ରକାଶ କଲେ ଆମିର

ମୁମ୍ବାଇ: ବଲିଉଡର ‘ମିଷ୍ଟର ପରଫେକ୍ସନିଷ୍ଟ’ ଆମିର ଖାନ ଜୁଲାଇ ୫ରେ ତାଙ୍କ ପ୍ରେମିକା ଗୌରୀ ସ୍ପ୍ରେଟଙ୍କୁ ବିବାହ କରିବାକୁ ଯାଉଛନ୍ତି। ଅଭିନେତା ପୂର୍ବରୁ ଦୁଇଥର ବିବାହ କରିଛନ୍ତି,…

ଆମେରିକା-ଇରାନ ଶାନ୍ତି ଚୁକ୍ତି ମଧ୍ୟରେ ଟ୍ରମ୍ପଙ୍କ ବଡ଼ ଦାବି, ଇରାନ ସମସ୍ତ ସର୍ତ୍ତ ଗ୍ରହଣ…

ଓ୍ବାଶିଂଟନ,୩ା୭: ଆମେରିକା ଏବଂ ଇରାନ ମଧ୍ୟରେ ଏକ ସମ୍ଭାବ୍ୟ ଶାନ୍ତି ଚୁକ୍ତିନାମା ସମ୍ପର୍କରେ ଆଲୋଚନା ପରେ, ଗୁରୁବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଦାବି କରିଛନ୍ତି…

ଶାନ୍ତି ଆଲୋଚନା ପାଇଁ ପାକିସ୍ତାନ ଆସିଥିବା ଆରାଘଚିଙ୍କ ସହ ଗାଲିବାଫଙ୍କୁ ହତ୍ୟା କରିବାକୁ ଚାହୁଁଛି ଇସ୍ରାଏଲ! ହତ୍ୟା ଷଡ଼ଯନ୍ତ୍ରର…

ଜେରୁଜେଲମ,୩।୭: ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଉତ୍ତେଜନା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ଦାବି ସାମ୍ନାକୁ ଆସିଛି। ଆମେରିକୀୟ ଖବରକାଗଜ ନ୍ୟୁୟର୍କ ଟାଇମ୍ସର ଏକ ରିପୋର୍ଟ ଅନୁଯାୟୀ, ଯେତେବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri