Posted inଖେଳ

ଡୁ’ପ୍ଲେସି ୧୯୯: ଦକ୍ଷିଣ ଆଫ୍ରିକା ୬୨୧

ସେଞ୍ଚୁରିଅନ୍‌ (ଦକ୍ଷିଣ ଆଫ୍ରିକା), ୨୯ା୧୨ (ଏପି)-ସ୍ଥାନୀୟ ସୁପର ସ୍ପୋର୍ଟ ପାର୍କରେ ଚାଲିଥିବା ଶ୍ରୀଲଙ୍କା ବିପକ୍ଷ ପ୍ରଥମ କ୍ରିକେଟ ଟେଷ୍ଟର ପ୍ରଥମ ଇନିଂସରେ ଦକ୍ଷିଣ ଆଫ୍ରିକା ୨୨୫ରନର ବୃହତ୍‌ ଅଗ୍ରଣୀ ଲାଭ କରିଛି। ଜବାବରେ ଭ୍ରମଣକାରୀ ଦଳ ସୋମବାର ଖେଳ ଶେଷ ସୁଦ୍ଧା ୨ଉଇକେଟ ବିନିମୟରେ ୬୫ ରନ କରିଛି। କୁଶାଲ ପେରେରା ୩୩ ଓ ଦୀନେଶ ଚାଣ୍ଡିମଲ ୨୧ ରନ କରି ଅପରାଜିତ ରହିଛନ୍ତି। ତେବେ ଦକ୍ଷିଣ ଆଫ୍ରିକା ପ୍ରଥମ ଇନିଂସଠାରୁ ଶ୍ରୀଲଙ୍କା ଆହୁରି ୧୬୦ରନ ପଛରେ ରହିଛି। ଘରୋଇ ଦଳ ତୃତୀୟ ଦିବସରେ ଏହାର ପୂର୍ବଦିନର ଅସମାପ୍ତ ପ୍ରଥମ ଇନିଂସ ସ୍କୋର ୩୧୭/୪ରୁ ଖେଳ ଆରମ୍ଭ କରିଥିଲା। ଦଳ ୬୨୧ ସ୍କୋରରେ ଅଲଆଉଟ ହୋଇଯାଇଥିଲା। ଶ୍ରୀଲଙ୍କା ଦୁର୍ବଳ ବୋଲିଂର ଫାଇଦା ଉଠାଇ ଫାଫ୍‌ ଡୁପ୍ଲେସି ତାଙ୍କ କ୍ୟାରିୟର ଶ୍ରେଷ୍ଠ ୧୯୯ରନ କରିଥିଲେ। ଏହାଥିଲା ତାଙ୍କର ୧୦ମ ଟେଷ୍ଟ ଶତକ।
ସଂକ୍ଷିପ୍ତ ସ୍କୋର
ଶ୍ରୀଲଙ୍କା ପ୍ରଥମ ଇନିଂସ: ୩୯୬
ଦକ୍ଷିଣ ଆଫ୍ରିକା ପ୍ରଥମ ଇନିଂସ: ୬୨୧ (ଫାଫ୍‌ ଡୁ’ପ୍ଲେସି-୧୯୯, ଡିନ୍‌ ଏଲ୍‌ଗାର-୯୫, କେଶବ ମହାରାଜ-୭୩, ଟେମ୍ବା ବାଭୁମା-୭୧, ଏଡେନ୍‌ ମାରକ୍ରାମ୍‌-୬୮, ଓ୍ବାନିଣ୍ଡୁ ହସରଙ୍ଗା-୪/୧୭୧, ଦାସୁନ ଶାନକା-୨/୯୮)।
ଶ୍ରୀଲଙ୍କା ଦ୍ୱିତୀୟ ଇନିଂସ: ୬୫/୨ (କୁଶାଲ ପେରେରା-୩୩*, ଲୁନ୍‌ଗି ଏନଗିଡି-୨/୨୮)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Vijay Hazare Trophy: ବିରାଟ କୋହଲିଙ୍କ ଧୂଆଁଧାର ବ୍ୟାଟିଂ, ୧୬ ବର୍ଷ ପରେ ଏପରି ଶତକ ମାରିଲେ…

ନୂଆଦିଲ୍ଲୀ,୨୪।୧୨: ବିରାଟ କୋହଲିଙ୍କ ବ୍ୟାଟ୍ ବନ୍ଦ ହେବାର କୌଣସି ସଙ୍କେତ ଦେଖାଯାଉନାହିଁ । ଏହା ଅନ୍ତର୍ଜାତୀୟ କ୍ରିକେଟ୍ ହେଉ କି ଘରୋଇ କ୍ରିକେଟ୍ ସବୁ ସ୍ଥାନରେ...

ମାତ୍ର ୧୪ ବର୍ଷ ବୟସରେ ବଡ଼ ରେକର୍ଡ ଭାଙ୍ଗିଦେଲେ ବୈଭବ ସୂର୍ଯ୍ୟବଂଶୀ: କ୍ରିକେଟ୍‌ ଜଗତରେ ପଡ଼ିଗଲା ଚହଳ

ନୂଆଦିଲ୍ଲୀ,୨୪।୧୨: ବିଜୟ ହଜାରେ ଟ୍ରଫି ୨୦୨୫-୨୬ ବୈଭବ ସୂର୍ଯ୍ୟବଂଶୀ ଏବଂ ତାଙ୍କ ଦଳ ବିହାର ପାଇଁ ଏକ ଭଲ ଆରମ୍ଭ ହୋଇଛି। ବିହାରର ଉପ-ଅଧିନାୟକ ବୈଭବ...

ନେମାରଙ୍କ ଅସ୍ତ୍ରୋପଚାର ସଫଳ

ସାଓ ପାଉଲୋ,୨୪ା୧୨: ବ୍ରାଜିଲର ଷ୍ଟାର ଖେଳାଳି ନେମାରଙ୍କ ବାମ ଆଣ୍ଠୁରେ ଅସ୍ତ୍ରୋପଚାର ହୋଇଛି। ତାଙ୍କ କ୍ଲବ ସାଣ୍ଟୋସ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୩୩ ବର୍ଷୀୟ...

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

ବିଜୟ ହଜାରେ ଟ୍ରଫି ଖେଳିବେ ବିରାଟ କୋହଲି, ରୋହିତ ଶର୍ମା: ପ୍ରତି ମ୍ୟାଚ୍ ପାଇଁ କେତେ ଟଙ୍କା ପାଇବେ ?

ମୁମ୍ବାଇ,୨୩।୧୨: ଭାରତୀୟ କ୍ରିକେଟର ଦୁଇ ମହାରଥୀ ବିରାଟ କୋହଲି ଏବଂ ରୋହିତ ଶର୍ମା ଚଳିତ ବିଜୟ ହଜାରେ ଟ୍ରଫିରେ ନିଜ ନିଜର ଘରୋଇ ଦଳ ପକ୍ଷରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri