ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ଅବିକଳ ଚେହେରା, ଚାଟ୍‌ ବିକି ପ୍ରସିଦ୍ଧ ହେଲେ ଏହି ବ୍ୟକ୍ତି

ଭୋପାଳ,୨୦ା୧୦: ମଧ୍ୟପ୍ରଦେଶର ଗ୍ବାଲିଅରରେ ଗୁପ୍ତା ଜୀ ଚାଟ୍‌ ବିକାଳି ବେଶ୍‌ ପ୍ରସିଦ୍ଧ। ତାଙ୍କ ଚେହେରା ଅବିକଳ ଆମ୍‌ ଆଦମୀ ପାର୍ଟିର ମୁଖ୍ୟ ତଥା ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ପରି। ମୋତିମହଲ ବ୍ୟାଙ୍କ ସମ୍ମୁଖରେ ଗୁପ୍ତା ଜୀ ଏକ ଚାଟ୍‌ ଦୋକାନ ଖୋଲିଛନ୍ତି। ତାଙ୍କ ଚେହେରା ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ପରି ହୋଇଥିବାରୁ ଲୋକେ ଚାଟ୍‌ ଖାଇବାକୁ ଭିଡ଼ ଜମାଇଥାନ୍ତି। ତାଙ୍କ ନାମ ଗୌରବ ଗୁପ୍ତା। ସେ ଜାଗୃତି ନଗର, ଲକ୍ଷ୍ମୀଗଞ୍ଜ ନିବାସୀ ଅଟନ୍ତି। ଉତ୍ତରପ୍ରଦେଶରେ ରହୁଛନ୍ତି।

ଗୁପ୍ତା ଜୀ କୁହନ୍ତି, ସେ ଯେଉଁଆଡ଼େ ଯାଆନ୍ତି ତାଙ୍କୁ ଦେଖିବା ପାଇଁ ଲୋକଙ୍କ ଭିଡ଼ ଜମେ। କେଜ୍‌ରିଓ୍ବାଲ କହି ଚିଡ଼ାନ୍ତି। ସେ ମୁଖ୍ୟତଃ ପାପ୍‌ଡି ଚାଟ୍‌, କଟୋରୀ ଚାଟ୍‌, ରସଗୋଲା, ଦହିବରା, ସିଙ୍ଗଡ଼ା ପରି ଅନେକ ଖାଦ୍ୟ ସାମଗ୍ରୀ ପ୍ରସ୍ତୁତ କରିଥାନ୍ତି।

ଗତ ୧୦-୧୧ ବର୍ଷ ଧରି ସେ ଏହି ଚାଟ୍‌ ଦୋକାନ କରିଛନ୍ତି। ଦିନ ୧୨ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ସେ ଦୋକାନ ଖୋଲିଥାନ୍ତି। ଏପରିକି ସକାଳ ୬ରୁ ପୂରା ପରିବାର ମିଶି ଦୋକାନ କାମରେ ଲାଗିଥାନ୍ତି। ପୂର୍ବରୁ ସେ ଏକ ଜଳଖିଆ ଦୋକାନ କରିଥିଲେ। ଗୌରବଙ୍କ ଇଚ୍ଛା ଥିଲା ସେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ଭେଟିବେ। ମାତ୍ର ସେ ଭାଗ୍ୟ ତାଙ୍କର ଏଯାଏ ଜୁଟିନି। ଗୌରବଙ୍କର ରାଜନୀତିରେ କୌଣସି ଲେଣଦେଣ ନାହିଁ। ତଥାପି ସେ ଥରେ କେଜ୍‌ରିଓ୍ବାଲଙ୍କୁ ଭେଟିବାକୁ ଚାହାନ୍ତି। ଦେଖାଯାଉ କେବେ ସେ ସୁଯୋଗ ଆସୁଛି।


Enter your email to get our daily news in your inbox.

All Right Reserved By Dharitri.Com

କଳାହାଣ୍ଡିରେ ମନ୍ଥର ଗତିରେ ଚାଲିଛି ଧାନକିଣା

ଭବାନୀପାଟଣା,୨୦।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଧାନର ଅଭାବୀ ବିକ୍ରି ଦେଖିବାକୁ ମିଳିଛି। ଜିଲାରେ ଗତ ନଭେମ୍ବର ୨୯ରୁ ଖରିଫ ଧାନ ପାଇଁ ମଣ୍ଡି ଶୁଭାରମ୍ଭ...

ହିନ୍ଦୁ ଯୁବକଙ୍କ ଉପରେ ଅତ୍ୟାଚାର ମାମଲାରେ ବାଂଲାଦେଶରେ ୭ ଗିରଫ, ବହୁ ଚର୍ଚ୍ଚା ପରେ ଶେଷରେ ନଇଁଲେ ୟୁନୁସ ସରକାର

ଢାକା,୨୦।୧୨: ବାଂଲାଦେଶର ମୈମନସିଂ ଜିଲାରେ ଜଣେ ହିନ୍ଦୁ ଯୁବକଙ୍କୁ ହତ୍ୟା ଘଟଣାରେ ୭ ଜଣଙ୍କୁ ଗିରଫ କରାଯାଇଛି। ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ...

ଗ୍ରାମ୍ୟ ଜଙ୍ଗଲ ଜମିରେ ଧାନକଟାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦ

ମହାକାଳପଡ଼ା,୨୦ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅଧୀନ ପେଟଛେଲା ଗାଁରେ ୨୪ ଏକର ସରକାରୀ ଗ୍ରାମ୍ୟ ଜଙ୍ଗଲ ଜମିରେ...

ଆଜି ୨୦୨୫ର ଶେଷ ୨୦ ତାରିଖ, ପଡୁଛି ଅଶୁଭ ଯୋଗ; ରାତି ଭିତରେ ଘଟିଯିବ…

ଏହି ବର୍ଷର ଶେଷ ୨୦ ତାରିଖ, ଅର୍ଥାତ ୨୦ ଡିସେମ୍ୱର, ୨୦୨୫ ରେ ଏକ ଅତ୍ୟନ୍ତ ଅଶୁଭ ଯୋଗ ସୃଷ୍ଟି ହେଉଛି, ଯାହା ଯୋଗୁଁ ଲୋକମାନଙ୍କୁ...

ମଣ୍ଡି ଖୋଲିବା ଦାବିରେ ଜିଲାପାଳଙ୍କ ଅଫିସ ସମ୍ମୁଖରେ ଧାରଣା ଦେଲେ ଚାଷୀ

ବଲାଙ୍ଗୀର,୨୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାର ଅଧିକାଂଶ ମଣ୍ଡି ଏ ଯାଏ ଖୋଲିପାରିନାହିଁ। ଯାହା ଫଳରେ ଚାଷୀମାନେ ଧାନ ବିକ୍ରି କରି ନ ପାରି ହଇରାଣ...

ଟି-୨୦ ବିଶ୍ୱକପ୍‌ ଟିମ୍‌ରୁ ଗିଲ୍‌ ଆଉଟ୍‌: କାରଣ କହିଦେଲେ ଚୟନକର୍ତ୍ତା

ନୂଆଦିଲ୍ଲୀ,୨୦।୧୨: ଭାରତୀୟ ଦଳର ଷ୍ଟାର ବ୍ୟାଟ୍ସମ୍ୟାନ ଶୁବମନ ଗିଲ କିଛି ଦିନ ହେବ ଖରାପ ଫର୍ମରେ ଅଛନ୍ତି। ଆଘାତ ଯୋଗୁ ଗିଲ ଦକ୍ଷିଣ ଆଫ୍ରିକା ବିପକ୍ଷରେ...

ଏମିତି ଦେଶ, ଯେଉଁଠି ଦେଖିବାକୁ ମିଳନ୍ତି ନାହିଁ ପିମ୍ପୁଡ଼ି, କାରଣ ଜାଣିଲେ…

ପିମ୍ପୁଡ଼ି ସବୁଠି ଦେଖାଯାନ୍ତି। ପୃଥିବୀରେ ଏପରି କୌଣସି ସ୍ଥାନ ନାହିଁ, ଯେଉଁଠାରେ ପିମ୍ପୁଡ଼ି ନାହାନ୍ତି। ସାରା ବିଶ୍ୱରେ ବିଭିନ୍ନ ପ୍ରକାରର ପିମ୍ପୁଡ଼ି ଦେଖିବାକୁ ମିଳିଥାନ୍ତି। ସେମାନଙ୍କ...

ରେଞ୍ଜରଙ୍କ ଘରୁ ମିଳିଲାଣି ପୁଳାପୁଳା ଟଙ୍କା : ୬୭ ଲକ୍ଷର ଜମା

ଜଗତ୍‌ସିଂହପୁର,୨୦।୧୨: ଜଗତସିଂହପୁର ରାହାମା ରେଞ୍ଜର ରାଜେନ୍ଦ୍ର ସାମନ୍ତରାୟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ପରେ ମିଳିଲାଣି ୬୭ ଲକ୍ଷ ବ୍ୟାଙ୍କ ଓ ପୋଷ୍ଟାଲ ଜମା। ଆୟ ବର୍ହିଭୂତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri