Posted inଖେଳ

ଡୁରାଣ୍ଡ କପ୍‌ ଫୁଟ୍‌ବଲ: ବିଜୟ ସହ ଓଡ଼ିଶା ଏଫ୍‌ସିର ଅଭିଯାନ

ଭୁବନେଶ୍ୱର, ୩।୮ (ତପନ ସ୍ବାଇଁ): ଆସାମର କୋକ୍ରାଝରରେ ଚାଲିଥିବା ଡୁରାଣ୍ଡ କପ୍‌ ଫୁଟବଲ ଟୁର୍ନାମେଣ୍ଟରେ ଓଡ଼ିଶା ଏଫ୍‌ସି ବିଜୟ ସହ ଅଭିଯାନ ଆରମ୍ଭ କରିଛି। ଶନିବାର ଅନୁଷ୍ଠିତ ମ୍ୟାଚରେ ଓଡ଼ିଶା ଦଳ ୫-୦ ଗୋଲରେ ବିଏସ୍‌ଏଫ୍‌ ଏଫ୍‌ଟିକୁ ପରାସ୍ତ କରିଛି। ଗ୍ରୁପ୍‌ ‘ଇ’ର ଏହି ମ୍ୟାଚରେ ଓଡ଼ିଶା ଏଫ୍‌ସି ପକ୍ଷରୁ ଗିବସନ ସିଂ ୫୮ ଓ ୭୮ ମିନିଟରେ ୨ଟି ଏବଂ ରାହୁଲ ୫୦, ଆଫୋବା ୫୫ ଓ ରୋଶନ ୭୭ତମ ମିନିଟରେ ଗୋଟିଏ ଲେଖାଏ ଗୋଲ ଦେଇଥିଲେ।

ମ୍ୟାଚ ଆରମ୍ଭରୁ ଓଡ଼ିଶା ଏଫ୍‌ସି ଆକ୍ରମଣାତ୍ମକ ଖେଳିଥିଲେ ହେଁ ପ୍ରଥମାର୍ଦ୍ଧରେ ଗୋଲ ହୋଇପାରି ନ ଥିଲା। ୮ମ ମିନିଟ୍‌ରେ ଅଧିନାୟକ ସାଙ୍ଗାଙ୍କ ଶଟ୍‌ ଟାର୍ଗେଟରେ ଯାଇଥିଲେ ହେଁ ବିଏସ୍‌ଏଫ୍‌ କିପର ଚମତ୍କାର ସେଭ୍‌ କରି ଦେଇଥିଲେ। ସେହିପରି ୨୫ତମ ମିନିଟରେ କ୍ରସ୍‌ ପାସ୍‌କୁ ଠିକ୍‌ଭାବେ ଉପଯୋଗ କରାଯାଇ ପାରି ନ ଥିଲା।

ଦ୍ୱିତୀୟାର୍ଦ୍ଧରେ କିନ୍ତୁ ଓଡ଼ିଶା ଏଫ୍‌ସି ଭିନ୍ନ ଧରଣର ଖେଳ ଦେଖାଇଥିଲା। ୫୦ତମ ମିନିଟରେ ରାହୁଲ ଗୋଲ ଦେବାପରେ ଦଳ ଆଉ ପଛକୁ ଫେରି ଚାହିଁ ନ ଥିଲା। ଏହି ବିଜୟ ସହ କଳିଙ୍ଗ ଓ୍ବାରିୟର୍ସ ଦଳ ଲିଗ୍‌ ଟେବୁଲର ଶୀର୍ଷରେ ରହିଛି। ପରବର୍ତ୍ତୀ ମ୍ୟାଚରେ ଏହି ଦଳ ୬ ତାରିଖରେ ବୋଡୋଲାଣ୍ଡ ଏଫ୍‌ସିକୁ ଭେଟିବ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ

ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri