୮୦ ବର୍ଷ ବୟସରେ ୩ ସ୍ବର୍ଣ୍ଣ ପଦକ ଜିତିଲେ ଦୁର୍ଗାଚରଣ: କଳାହାଣ୍ଡି ପାଇଁ ଆଣିଲେ ଗୌରବ

ଭବାନୀପାଟଣା,୨୯।୭:(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ମନ୍ଦାର ବଗିଚା ପଡ଼ାସ୍ଥିତ ଅବସରପ୍ରାପ୍ତ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ(ଏଏସପି) ଦୁର୍ଗାଚରଣ ମିଶ୍ର ନେପାଳର ପୋଖରାଠାରେ ଗତ ୨ ଦିନ ଧରି ଚାଲିଥିବା ସଂଯୁକ୍ତ ଭାରତୀୟ ଖେଳ ଫେଡେରେସନ ଏସବିକେଏଫ ଅନ୍ତର୍ଜାତୀୟ କ୍ରୀଡ଼ାରେ ତିନୋଟି ସ୍ବର୍ଣ୍ଣ ପଦକ ହାସଲ କରି ଜିଲା ପାଇଁ ଗୌରବ ଆଣିଛନ୍ତି। ୮୦ ବର୍ଷରୁ ଉର୍ଦ୍ଧ୍ୱ ବୟସ ବର୍ଗରେ ସେ ସଟପୁଟ, ଡିସକସ ଥ୍ରୋ ଓ ଜାଭେଲିନ ଥ୍ରୋରେ ସେ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ଏହି ଅନ୍ତର୍ଜାତୀୟ କ୍ରୀଡ଼ାରେ ଭାରତ, ଶ୍ରୀଲଙ୍କା ଓ ନେପାଳର ୩ ଶହ ଭେଟେରାନ ଖେଳାଳି ଅଂଶ ଗ୍ରହଣ କରିଥିଲେ।

ଏଠାରେ ପ୍ରକାଶ ଯେ, ଶ୍ରୀ ମିଶ୍ର ଉଭୟ ଫୁଟବଲ ଓ ଭଲିବଲର ଦକ୍ଷ ଖେଳାଳି ସହ ଜଣେ ଶ୍ରେଷ୍ଠ କ୍ରୀଡ଼ାବିତ୍‌ ଥିଲେ। ଯୁବକ ଅବସ୍ଥାରେ ସେ ଓଡ଼ିଶା ଫୁଟବଲ ଓ ଭଲିବଲ ଅଧିନାୟକ ଥିଲେ। ଅବସର ପରେ ସେ ଭେଟେରାନ କ୍ରୀଡ଼ାବିତ୍ ଭାବରେ ବିଦେଶରେ ଅନେକ ମାଷ୍ଟର୍ସ ଗେମରେ ଅଂଶଗ୍ରହଣ କରି ଅନେକ ପଦକ ହାସଲ କରିଛନ୍ତି। ତାଙ୍କର ଏହି ସଫଳତା ପାଇଁ ଜିଲା କ୍ରୀଡା ସଂସ୍ଥାର ସାଧାରଣ ସମ୍ପାଦକ ଜଗମୋହନ ପଟ୍ଟନାୟକ, କଳାହାଣ୍ଡି ବ୍ରାହ୍ମଣ ସମାଜ ସମେତ ଜିଲାର ବହୁ କ୍ରୀଡ଼ାବିତ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କଲେ ଏନସିଏସ୍‌କେର ଉପାଧ୍ୟକ୍ଷ, ସଫେଇ କର୍ମଚାରୀଙ୍କ ସହ କଲେ ଆଲୋଚନା

ଜୁନାଗଡ଼,୧୩।୯(ଅଂଶୁମାନ ଯୋଶୀ): ଜାତୀୟ ସଫେଇ କର୍ମଚାରୀ ଆୟୋଗ(ଏନସିଏସକେ) ଉପାଧ୍ୟକ୍ଷ କୈଶବ ବିହାରୀ ରବିବାର ଜୁନାଗଡ଼ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେ ସ୍ବସ୍ଥ୍ୟକେନ୍ଦ୍ରର ବିଭିନ୍ନ…

ନୂଆଖାଇ ପୂର୍ବରୁ ନିଆରା କାର୍ଯ୍ୟକ୍ରମ, ଅସହାୟଙ୍କୁ ଅଢିଆ ପ୍ରଦାନ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ ଗାନ୍ଧୀ ପାଠାଗାରରେ ସମ୍ବିଧାନ ସୁରକ୍ଷା ମଞ୍ଚ ତରଫରୁ ରବିବାର ନୂଆଁଖାଇ ଜୋଟଜାଟ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି । ମହାନ କୃଷିଭିତ୍ତିକ ଗଣ…

କଟକରେ ମହିଳାଙ୍କୁ ହତ୍ୟା; ବନ୍ଦ ଘର ଭିତରେ ପଥର ଛେଚି….

କଟକ,୧୩।୯(ପ୍ରଭୁକଲ୍ୟାଣ ପାଲ୍): କଟକ ସିଡିଏ ସେକ୍ଟର ୧୩ ନମ୍ବରରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ଫେଜ ୨ ଥାନା ଅନ୍ତର୍ଗତ କାଠଯୋଡ଼ି ନଦୀ କୂଳ ବସ୍ତିରେ ମହିଳାଙ୍କୁ…

ଋଷିକୁଲ୍ୟା ରୟତ ମହାସଭାର ବଡ଼ ଦାବି

ଛତ୍ରପୁର,୧୩ା୯(ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ଭାଗଚାଷୀଙ୍କ ସ୍ବାର୍ଥରକ୍ଷା ପାଇଁ ସ୍ବତନ୍ତ୍ର ଭାଗଚାଷୀ ଆଇନ ପ୍ରଣୟନ ସହ ଭୂ-ବନ୍ଦୋବସ୍ତ ପ୍ରକ୍ରିୟା ତୁରନ୍ତ କାର୍ଯ୍ୟକାରୀ କରିବାକୁ ଋଷିକୁଲ୍ୟା ରୟତ ମହାସଭା ପକ୍ଷରୁ…

ଦବିଲା ଋଷିକୁଲ୍ୟା ନଦୀର ପଥର ବାଜ, ବିପଦରେ ଦାମୋଦରପୁର

ଗଞ୍ଜାମ,୧୩।୯(ବିଦ୍ୟାଧର ସାହୁ ): ନଦୀକୂଳ ତଟବର୍ତ୍ତୀ ଅଞ୍ଚଳକୁ ବନ୍ୟା ଜଳରୁ ସୁରକ୍ଷା ଦେବା ପାଇଁ ପଦକ୍ଷେପ ଗ୍ରହଣ କରାଯାଇଥିଲା । ଗଞ୍ଜାମ ଏନଏସି ଅନ୍ତର୍ଗତ ଦାମୋଦରପୁର ଗ୍ରାମ…

ଛାତ୍ରଙ୍କୁ ହୋଟେଲକୁ ଡାକି ଅପ୍ରାକୃତିକ ଯୌନ ସମ୍ପର୍କ ରଖିଥିଲେ ଅଧ୍ୟକ୍ଷ, ମେସେଜ୍‌ କରି ପରିବାର ଲୋକଙ୍କୁ ଜଣାଇବାରୁ…

ବରଗଡ଼,୧୩ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ବରଡୋଲସ୍ଥିତ ଏକ ଘରୋଇ ଯୁକ୍ତଦୁଇ କଲେଜର ଅଧ୍ୟକ୍ଷ ଜଣେ ନାବାଳକ ଛାତ୍ର(୧୫)ଙ୍କ ସହିତ ଅପ୍ରାକୃତିକ ଯୌନ ସମ୍ପର୍କ ରଖିବା ସହିତ…

ବଡ଼ ଘୋଷଣା କଲେ ସ୍ବରାଷ୍ଟ୍ର ମନ୍ତ୍ରୀ, ମୋଦିଙ୍କ ଜନ୍ମଦିନ ଠାରୁ ଆରମ୍ଭ ହେବ….

ନୂଆଦିଲ୍ଲୀ,୧୩।୯ : ୨୦୨୯ ପୂର୍ବରୁ ଭାଜପା ନେତୃତ୍ୱାଧୀନ NDA ସରକାର ୨୧ଟି ରାଜ୍ୟରେ ୟୁନିଫର୍ମ ସିଭିଲ୍ କୋଡ୍‌ (UCC) ଲାଗୁ କରାଯିବ । ଏଭଳି ଦାବି କରିଛନ୍ତି…

Video: ସତରେ ସେମାନେ ହିରୋ! ଭାରତୀୟ କ୍ରିକେଟରଙ୍କର ୮୦ ଦଶକର ଲୁକ (look) ଦେଖନ୍ତୁ, ବୈଭବଙ୍କ ଲୁକ୍ସ ତ…

ନୂଆଦିଲ୍ଲୀ,୧୩।୯: ୧୯୮୦ ଦଶକ ବହୁତ ଆଗରୁ ବିତିଯାଇଥିଲେ ମଧ୍ୟ, ଟିମ ଇଣ୍ଡିଆର ଖେଳାଳିମାନଙ୍କୁ ହଠାତ ସେହି ସମୟର ଲୁକ ବା ବେଶଭୂଷାରେ ଦେଖିବାକୁ ମିଳିଥିଲା। ଆଫଗାନିସ୍ତାନ ବିପକ୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?