ନାରୀ ସୁରକ୍ଷା ପାଇଁ ଦୁର୍ଗା

ସୁନ୍ଦରଗଡ଼, ୨୭।୯ (ଡି.ଏନ୍‌.ଏ): ଶାରଦୀୟ ଦୁର୍ଗାପୂଜା ଓ ଅନ୍ତର୍ଜାତୀୟ କନ୍ୟା ଦିବସ ଅବସରରେ ସୁନ୍ଦରଗଡ ଜିଲା ପୋଲିସ ବିଭାଗ ପକ୍ଷରୁ ସଶକ୍ତ ସୁନ୍ଦରଗଡ, ସୁରକ୍ଷିତ ସୁନ୍ଦରଗଡ -ଦୁର୍ଗା ନାମରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଛି। ସ୍ଥାନୀୟ ଭବାନୀ ଭବନ ପଡିଆଠାରେ ସୋମବାର ଆୟୋଜିତ ଏକ ସ୍ବତନ୍ତ୍ର ସମାରୋହରେ ପଶ୍ଚିମାଞ୍ଚଳ ଡିଆଇଜି ନୀତି ଶେଖର ଏହି ଅଭିନବ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ଏହି କାର୍ଯ୍ୟକ୍ରମ ଦ୍ୱାରା ନାରୀମାନଙ୍କ ପ୍ରତି ହେଉଥିବା ବିଭିନ୍ନ ପ୍ରକାର ଉପତ୍ୀଡନ, ଅଶୋଭନୀୟ ଆଚରଣ, ଅଶ୍ଳିଳ ଡିଓଭାଇରାଲ ମାମଲାରେ ଯୁବତୀ ଓ ଛାତ୍ରୀମାନଙ୍କୁ ତତ୍କାଳ ପୋଲିସ ସହାୟତା କରାଯାଇପାରିବ। ଏଥି ନିମନ୍ତେ ଜିଲା ପୋଲିସ ପକ୍ଷରୁ ସ୍ବତନ୍ତ୍ର ନାରୀ ହେଲପ ଲାଇନ୍‌ର ୯୪୩୮୯୧୫୮୫୪ ଶୁଭାରମ୍ଭ କରାଯାଇଛି। ଏହି ହେଲପ ଲାଇନ ଅହୋରାତ୍ର କାମ କରିବ। ଏହି ଅବସରରେ ସୁନ୍ଦରଗଡ ଅଞ୍ଚଳର ବିଭିନ୍ନ ଶିକ୍ଷାନୁଷ୍ଠାନର ଅଷ୍ଟମରୁ ଦଶମ ଶ୍ରେଣୀ ୩୦୦ରୁ ଊର୍ଦ୍ଧ୍ୱ ଛାତ୍ରୀଙ୍କୁ ଆତ୍ମରକ୍ଷା କୌଶଳ ନିମନ୍ତେ ୨ଦିନିଆଁ ଶିବିର ଅନୁଷ୍ଠିତ ହେଉଛି। ସୁନ୍ଦରଗଡ଼ ଏସ୍‌ପି ସାଗରିକା ନାଥଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସମାରୋହରେ ଓଡିଆ ସିନେତାରକା ଅର୍ଚିତା ସାହୁ ସମ୍ମାନିତ ଅତିଥି ଭାବେ ଯୋଗଦେଇ ପ୍ରଶିକ୍ଷଣ ଶିବିରରେ ଭାଗ ନେଇଥିବା ଛାତ୍ରୀମାନଙ୍କୁ ଉତ୍ସାହିତ କରିଥିଲେ। ଅତିରିକ୍ତ ଏସ୍‌ପି ସୁରେନ୍ଦ୍ର କୁମାର ମାଝି ଧନ୍ୟବାଦ ଅର୍ପଣ କରିଥିଲେ। ଏହି ଉଦ୍‌ଘାଟନୀ ସମାରୋହରେ ରାଜଗାଙ୍ଗପୁର, ବୀରମିତ୍ରପୁର ଓ ସୁନ୍ଦରଗଡ଼ ସଦର ଏସଡିପିଓ ଓ ବିଭିନ୍ନ ଥାନା ଅଧିକାରୀମାନେ ଉପସ୍ଥିତ ଥିଲେ। ଏହି ଶିବିରର ଦ୍ୱିତୀୟ ଦିବସରେ ମଙ୍ଗଳବାର ସ୍ବତନ୍ତ୍ର ଆଲୋଚନା ଓ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri