ନାରୀ ସୁରକ୍ଷା ପାଇଁ ଦୁର୍ଗା

ସୁନ୍ଦରଗଡ଼, ୨୭।୯ (ଡି.ଏନ୍‌.ଏ): ଶାରଦୀୟ ଦୁର୍ଗାପୂଜା ଓ ଅନ୍ତର୍ଜାତୀୟ କନ୍ୟା ଦିବସ ଅବସରରେ ସୁନ୍ଦରଗଡ ଜିଲା ପୋଲିସ ବିଭାଗ ପକ୍ଷରୁ ସଶକ୍ତ ସୁନ୍ଦରଗଡ, ସୁରକ୍ଷିତ ସୁନ୍ଦରଗଡ -ଦୁର୍ଗା ନାମରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଛି। ସ୍ଥାନୀୟ ଭବାନୀ ଭବନ ପଡିଆଠାରେ ସୋମବାର ଆୟୋଜିତ ଏକ ସ୍ବତନ୍ତ୍ର ସମାରୋହରେ ପଶ୍ଚିମାଞ୍ଚଳ ଡିଆଇଜି ନୀତି ଶେଖର ଏହି ଅଭିନବ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ଏହି କାର୍ଯ୍ୟକ୍ରମ ଦ୍ୱାରା ନାରୀମାନଙ୍କ ପ୍ରତି ହେଉଥିବା ବିଭିନ୍ନ ପ୍ରକାର ଉପତ୍ୀଡନ, ଅଶୋଭନୀୟ ଆଚରଣ, ଅଶ୍ଳିଳ ଡିଓଭାଇରାଲ ମାମଲାରେ ଯୁବତୀ ଓ ଛାତ୍ରୀମାନଙ୍କୁ ତତ୍କାଳ ପୋଲିସ ସହାୟତା କରାଯାଇପାରିବ। ଏଥି ନିମନ୍ତେ ଜିଲା ପୋଲିସ ପକ୍ଷରୁ ସ୍ବତନ୍ତ୍ର ନାରୀ ହେଲପ ଲାଇନ୍‌ର ୯୪୩୮୯୧୫୮୫୪ ଶୁଭାରମ୍ଭ କରାଯାଇଛି। ଏହି ହେଲପ ଲାଇନ ଅହୋରାତ୍ର କାମ କରିବ। ଏହି ଅବସରରେ ସୁନ୍ଦରଗଡ ଅଞ୍ଚଳର ବିଭିନ୍ନ ଶିକ୍ଷାନୁଷ୍ଠାନର ଅଷ୍ଟମରୁ ଦଶମ ଶ୍ରେଣୀ ୩୦୦ରୁ ଊର୍ଦ୍ଧ୍ୱ ଛାତ୍ରୀଙ୍କୁ ଆତ୍ମରକ୍ଷା କୌଶଳ ନିମନ୍ତେ ୨ଦିନିଆଁ ଶିବିର ଅନୁଷ୍ଠିତ ହେଉଛି। ସୁନ୍ଦରଗଡ଼ ଏସ୍‌ପି ସାଗରିକା ନାଥଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସମାରୋହରେ ଓଡିଆ ସିନେତାରକା ଅର୍ଚିତା ସାହୁ ସମ୍ମାନିତ ଅତିଥି ଭାବେ ଯୋଗଦେଇ ପ୍ରଶିକ୍ଷଣ ଶିବିରରେ ଭାଗ ନେଇଥିବା ଛାତ୍ରୀମାନଙ୍କୁ ଉତ୍ସାହିତ କରିଥିଲେ। ଅତିରିକ୍ତ ଏସ୍‌ପି ସୁରେନ୍ଦ୍ର କୁମାର ମାଝି ଧନ୍ୟବାଦ ଅର୍ପଣ କରିଥିଲେ। ଏହି ଉଦ୍‌ଘାଟନୀ ସମାରୋହରେ ରାଜଗାଙ୍ଗପୁର, ବୀରମିତ୍ରପୁର ଓ ସୁନ୍ଦରଗଡ଼ ସଦର ଏସଡିପିଓ ଓ ବିଭିନ୍ନ ଥାନା ଅଧିକାରୀମାନେ ଉପସ୍ଥିତ ଥିଲେ। ଏହି ଶିବିରର ଦ୍ୱିତୀୟ ଦିବସରେ ମଙ୍ଗଳବାର ସ୍ବତନ୍ତ୍ର ଆଲୋଚନା ଓ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri