ଦୁର୍ଗାମାଧବ ରାଜ୍ୟରେ ଦ୍ୱିତୀୟ: ଛୁଟୁଛି ଶୁଭେଚ୍ଛାର ସୁଅ

ଗଞ୍ଜାମ,୨୧।୫(ବିଦ୍ୟାଧର ସାହୁ): ଚଳିତବର୍ଷ ଯୁକ୍ତଦୁଇ ବିଜ୍ଞାନରେ ରାଜ୍ୟରେ ୨ୟ ସ୍ଥାନ ଅଧିକାର କରିଛନ୍ତି ଦୁର୍ଗାମାଧବ ବାରିକ l ଗଞ୍ଜାମ ସହର ଦୁର୍ଗାଦେବୀ ସାହି ବାସିନ୍ଦା ତଥା ଶିକ୍ଷକ ପ୍ରମୋଦ କୁମାର ବାରିକ ଓ ମାତା ବନଜା ବାରିକଙ୍କ ପୁଅ ଦୁର୍ଗା ଚଳିତବର୍ଷ ଯୁକ୍ତ ଦୁଇ ବିଜ୍ଞାନରେ ୫୯୬ ନମ୍ବର ରଖି ରାଜ୍ୟରେ ୨ୟ ସ୍ଥାନ ଅଧିକାର କରିଛନ୍ତି l ସେ ବ୍ରହ୍ମପୁରସ୍ଥିତ ନାଳନ୍ଦା ଶ୍ରୀ ଉଚ୍ଚମାଧ୍ୟମିକ ବିଦ୍ୟାଳୟର ଛାତ୍ର ଅଟନ୍ତି। ଦୁର୍ଗାଙ୍କ ଏହି ସଫଳତା ଗଞ୍ଜାମ ପାଇଁ ଗର୍ବ ଆଉ ଗୌରବ l ପିଲାବେଳୁ ମେଧାବୀ ଛାତ୍ର ଥିବା ତୃତୀୟ ଓ ପଞ୍ଚମ ଶ୍ରେଣୀରେ ବୃତ୍ତି ଓ ନବମ ଶ୍ରେଣୀରେ ପଠାଣି ସାମନ୍ତ ବୃତ୍ତି ପାଇଥିଲେ। ମାଟ୍ରିକରେ ମଧ୍ୟ ବ୍ଲକ ଟପ୍ପର ଥିଲେ l ଭଗବାନଙ୍କ ଆଶୀର୍ବାଦ ଆଉ ବାପା ମା’ଙ୍କ ପ୍ରେରଣା ଓ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ଉଚିତ ଶିକ୍ଷା ଏହି ସଫଳତା ଆଣିଥିବା ଦୁର୍ଗାମାଧବ ଗଣମାଧ୍ୟମକୁ କହିଛନ୍ତି l ଏହାସହ ନିଷ୍ଠା, ପରିଶ୍ରମ ଓ ଏକାଗ୍ରତା ସଫଳତାର ମୂଳମନ୍ତ୍ର ବୋଲି କହିବା ସହ ଭବିଷ୍ୟତରେ ଭଲ ମଣିଷଟିଏ ହେବା ସହ ଇଞ୍ଜିନିୟର ହେବାର ଲକ୍ଷ୍ୟ ଥିବା କହିଛନ୍ତି l ଗଞ୍ଜାମ ସହରରେ ଏହି ଭଳି ସଫଳତା ପ୍ରଥମଥର ହୋଇଥିବା ଜଣାପଡ଼ିଛି l ଏହି ସଫଳତା ପାଇଁ ଦୁର୍ଗାଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁହ ଛୁଟିଛି l

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

SIRରେ କଟିଲା ୨୦ ଲକ୍ଷରୁ ଊର୍ଦ୍ଧ୍ୱ ଭୋଟରଙ୍କ ନାଁ

ଭୁବନେଶ୍ୱର,୫ା୭: ରାଜ୍ୟରେ SIR ପ୍ରକ୍ରିୟାରେ ୨୦ ଲକ୍ଷ ୧୪ ହଜାର ଭୋଟରଙ୍କ ନାଁ କଟିଛି। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଆର୍‌.ଏସ୍‌ ଗୋପାଳନ।…

ବର୍ଷାରେ ଡ୍ରେନ୍‌ ପାଣି ନିଷ୍କାସନ ନ ହେବାରୁ ନିଜେ ସଫା କଲେ ସରପଞ୍ଚ, ଦିବ୍ୟାଙ୍ଗ ହୋଇ ବି…

କେସିଙ୍ଗା,୫ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ବେଲଖଣ୍ଡି ପଞ୍ଚାୟତର ପଲସାପଡ଼ା ଗ୍ରାମରେ ଡ୍ରେନ୍‌ ପୋତି ହୋଇଯିବାରୁ ଗାଁ ରାସ୍ତାରେ ପାଣି ଜମିରହିଥିଲା। ଗାଁ ରାସ୍ତାରେ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଅବପାତ: ଓଡ଼ିଶା ଉପକୂଳ ଆଡ଼କୁ ମାଡ଼ି ଆସୁଛି, ୨୪ ଘଣ୍ଟା ମଧ୍ୟରେ…

ଭୁବନେଶ୍ୱର,୫ା୭: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଅବପାତ। ବାଲେଶ୍ୱରର ଦକ୍ଷିଣ-ଦକ୍ଷିଣପୂର୍ବ ଦିଗର ୫୦ କିମି ଦୂରରେ ଅବପାତ ହୋଇଥିବାବେଳେ ଚାନ୍ଦବାଲିର ଉତ୍ତରପୂର୍ବ ଦିଗର ୬୦ କିମି ଦୂରରେ କେନ୍ଦ୍ରୀଭୂତ…

ବିଦ୍ୟାଳୟ ଭିତରେ ପଶିଲା ପାଣି, ପିଲା ପାଠ ପଢ଼ିବାରେ ବ୍ୟାହତ

କର୍ଲାମୁଣ୍ଡା,୫ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସାପଲହରା ପଞ୍ଚାୟତ ବାଞ୍ଜିପଦର୍‌ ପ୍ରାଥମିକ ବିଦ୍ୟାଳୟରେ ଦୁଇ ଫୁଟ ବର୍ଷା ପାଣି ଜମି ରହିଥିବା ଦେଖିବାକୁ ମିଳିଛି।…

ଶୋଇଥିବାବେଳେ ହତ୍ୟା: ବ୍ୟବଚ୍ଛେଦ ପାଇଁ ଖଟିଆରେ ବୁହା ହୋଇ ଆସିଲା ମୃତଦେହ

ହାଟଡିହୀ/ଆନନ୍ଦପୁର/ଛେନାପଦୀ,୫ା୭(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ/ନିରାକାର ପରିଡ଼ାଭ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କଣ୍ଟିପାଳ ପଞ୍ଚାୟତ ପଇତାପାଣି ଗ୍ରାମରେ ଗତ ଜୁଲାଇ ୩ ତାରିଖ ରାତିରେ ଶୋଇଥିବାବେଳେ ଏକ…

ଡ୍ରେନେଜ ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ: ଅସମ୍ପୁର୍ଣ୍ଣ କାମ ସାରିବାକୁ ନିର୍ଦ୍ଦେଶ

ବରଗଡ଼,୫।୭(ପ୍ରେମାନନ୍ଦ ଖମାରୀ): ଲଗାଣ ବର୍ଷା ଯୋଗୁ ବରଗଡ଼ ସହରସ୍ଥିତ ସରକାରୀ ବସଷ୍ଟାଣ୍ଡ ସମେତ ବିଭିନ୍ନ ଅଞ୍ଚଳ ଜଳାର୍ଣ୍ଣବ ହୋଇ ପଡ଼ିଥିଲା। ଡ୍ରେନେଜ ଅବ୍ୟବସ୍ଥା ଯୋଗୁ ପ୍ରଥମ ବର୍ଷାରେ…

ବଉଳା କୁମ୍ଭୀରଙ୍କ ଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ: ମା’ ଅଣ୍ଡାଦାନସ୍ଥଳରେ ଜଗି ରହିଥିବାବେଳେ ପୁରୁଷ କୁମ୍ଭୀର…

ମହାକାଳପଡ଼ା,୫ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ମହାନଦୀ ତ୍ରିକୋଣଭୂମି ଅବବାହିକା ଶାଖା ନଦୀ, ନାଳ ଘେରାରେ ବଉଳା କୁମ୍ଭୀରଙ୍କ ଅଣ୍ଡାଦାନ ପ୍ରକ୍ରିୟା…

ପୁଣି ଅଡୁଆରେ ଜଳସମ୍ପଦ ବିଭାଗ :ବ୍ରିଜ ନିର୍ମାଣରେ ତ୍ରୁଟି ଅଭିଯୋଗ, ତେଜିଲା ଅସନ୍ତୋଷ

ବରଗଡ଼,୫।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜଳସମ୍ପଦ ବିଭାଗର ବିବାଦ ପିଛା ଛାଡୁନାହିଁ। ବରଗଡ଼-ଭେଡ଼େନ କେନାଲରେ ବକ୍ସ କଣ୍ଡୁଇଟ୍‌ (କେନାଲ ସୌନ୍ଦର୍ଯ୍ୟକରଣ ପାଇଁ ତିଆରି ହୋଇଥିବା କାର୍ଯ୍ୟ) ନିର୍ମାଣରେ ଅନିୟମିତତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri