ଦୁର୍ଗାପ୍ରସାଦବାସୀଙ୍କ ଭୋଟ ବର୍ଜନ ଚେତାବନୀ

ଢେଙ୍କାନାଳ ଅଫିସ,୨୯।୧ ଢେଙ୍କାନାଳ ସଦର ବ୍ଲକ ବେଲଟିକିରି ପଞ୍ଚାୟତର ଦୁର୍ଗାପ୍ରସାଦ ଗ୍ରାମକୁ ନୂତନ ରାଜସ୍ବ ମୌଜା ଘୋଷଣା କରାଯାଉନାହିଁ। ଫଳରେ ଚଳିତ ନିର୍ବାଚନରେ ଭୋଟ ବର୍ଜନ କରିବାକୁ ନିଷ୍ପତ୍ତି ନେଇଛନ୍ତି ଅଞ୍ଚଳବାସୀ। ଏ ନେଇ ଶୁକ୍ରବାର ଗ୍ରାମବାସୀ ଜିଲାପାଳଙ୍କୁ ଭେଟି ଲିଖିତ ଭାବେ ଜଣାଇଛନ୍ତି।
ଅଭିଯୋଗ ଅନୁଯାୟୀ, ଗତବର୍ଷ ଜୁଲାଇ ୨୭ରେ ରାଜ୍ୟ ସରକାର ୪୦୦୦ ପଡ଼ା ଗ୍ରାମକୁ ରାଜସ୍ବ ଗ୍ରାମର ମାନ୍ୟତା ଦେବାକୁ ବିଜ୍ଞପ୍ତି ଜାରି କରିଥିଲେ। ଦୁର୍ଗାପ୍ରସାଦକୁ ରାଜସ୍ବ ଗ୍ରାମର ମାନ୍ୟତା ଦେବାକୁ କାଗଜପତ୍ର ଦାଖଲ କରାଯାଇଥିଲା। ହେଲେ ଏ ଦିଗରେ ପ୍ରଶାସନିକ ପଦକ୍ଷେପ ନିଆଯାଉନାହିଁ। ୧୨୦ ବର୍ଷ ପୁରୁଣା ଏହି ଗ୍ରାମର ଜନସଂଖ୍ୟା ୧୬୦୦ ହୋଇଥିବାବେଳେ ଭୋଟରଙ୍କ ସଂଖ୍ୟା ୧୧୫୦। ତଥାପି ଏହିଗ୍ରାମ ପଡ଼ା ତାଲିକାଭୁକ୍ତ ହୋଇ ରହିଛି। ଏହାର ମୂଳ ରାଜସ୍ବ ଗ୍ରାମ ବନ୍ଧନୂଆଗଁା। ଗ୍ରାମରେ ୧୧ ଓ ୧୨ନଂ. ୱାର୍ଡ, ୨ଟି ଅଙ୍ଗନଓ୍ବାଡି କେନ୍ଦ୍ର ଅଛି। ୪୦ ସ୍ବୟଂ ସହାୟକ ଗୋଷ୍ଠୀ କାର୍ଯ୍ୟକ୍ଷମ ରହିଛି। ୧୯୫୪ରୁ ସରକାରୀ ପ୍ରାଥମିକ ବିଦ୍ୟାଳୟ ସ୍ଥାପିତ ହୋଇଛି। ଏହାକୁ ବାଦ୍‌ଦେଲେ ଦେବୋତ୍ତର ବିଭାଗ ପରିଚାଳନାରେ ଶ୍ରୀ ରଘୁନାଥ ଜୀଉଙ୍କ ମନ୍ଦିର, ୨ଟି ଭାଗବତ ଟୁଙ୍ଗୀ ଅଛି। ଗ୍ରାମଦେବୀ ମଙ୍ଗଳା ମନ୍ଦିରରେ ପ୍ରତିବର୍ଷ ଚୈତ୍ର ପୂର୍ଣ୍ଣିମାରେ ପ୍ରସିଦ୍ଧ ଝାମୁଯାତ୍ରା ହୁଏ। ବ୍ଲକର ସାମାଜିକ, ସାଂସ୍କୃତିକ ବିକାଶରେ ଅଗ୍ରଣୀ ଭୂମିକା ଗ୍ରହଣ କରିଥିବା ଦୁର୍ଗାପ୍ରସାଦକୁ ରାଜସ୍ବ ମୌଜା କରିବା ଲାଗି ୨୦୦୯ରୁ ଗ୍ରାମବାସୀ ଦାବି କରି ଆସୁଛନ୍ତି। ହେଲେ ସରକାର ଏହାକୁ କର୍ଣ୍ଣପାତ କରୁନାହାନ୍ତି। ଏହାର ପ୍ରତିବାଦରେ ନିର୍ବାଚନ ବର୍ଜନ କରିବାକୁ ନିଷ୍ପତ୍ତି ନିଆଯାଇଥିବା ଗ୍ରାମ କମିଟି ସଭାପତି ସୋମନାଥ ବେହେରା, ସମ୍ପାଦକ ଝାଟୁ ରଞ୍ଜନ ମିଶ୍ର, ପୂର୍ବତନ ସଭାପତି ମାଧବାନନ୍ଦ କର ପ୍ରମୁଖ ଜିଲାପାଳଙ୍କୁ ଲିଖିତ ଭାବେ ଜଣାଇଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଉପ ମୁଖ୍ୟମନ୍ତ୍ରୀଙ୍କୁ କଡ଼ା ଟାର୍ଗେଟ କଲା ବିଜେଡି

ବରଗଡ଼,୧୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଏକ ପାୱାର ସବ୍‌ଷ୍ଟେଶନ ଉଦ୍‌ଘାଟନ କରିବା ପାଇଁ ରବିବାର ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଆସିଥିଲେ। ତେବେ ଗତ ସାଧାରଣ ନିର୍ବାଚନ…

ବରଗଡ଼ ରାଜନୀତିରେ ହଇଚଇ, ଉପମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ଏମପିଙ୍କ ଅନୁପସ୍ଥିତିକୁ ନେଇ ଚର୍ଚ୍ଚା

ଅତାବିରା,୧୨ା୭(ଯୁଧିଷ୍ଠିର ମହାପାତ୍ର): ଅତାବିରାରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କ ଉପସ୍ଥିତିରେ ଆୟୋଜିତ ବହୁମୁଖୀ ଭବନ ଲୋକାର୍ପଣ ଓ ବୁଦ୍ଧିଜୀବୀ ସମ୍ମିଳନୀରେ ବରଗଡ଼ ଜିଲାର ସମସ୍ତ ଭାଜପା ବିଧାୟକ…

ଦିଗପହଣ୍ଡିରେ ହେବ ଖେମୁଣ୍ଡି ଲୋକ ମହୋତ୍ସବ, ୨ ମନ୍ତ୍ରୀ ୪ ବିଧାୟକଙ୍କୁ କରାଯିବ ନିମନ୍ତ୍ରଣ

ଦିଗପହଣ୍ଡି,୧୨।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସମ୍ମିଳନୀ କକ୍ଷରେ ରବିବାର ଅପରାହ୍ନରେ ଖେମୁଣ୍ଡି ଲୋକ ମହୋତ୍ସବ ଆୟୋଜନ କରିବା ନିମନ୍ତେ ପ୍ରସ୍ତୁତି ବୈଠକ…

ଜାତୀୟସ୍ତରରେ ସମ୍ମାନିତ ହେଲେ ବ୍ରାହ୍ମଣୀଗାଁର ଝିଅ ଲକ୍ଷ୍ମୀପ୍ରିୟା

ଦାରିଙ୍ଗବାଡ଼ି, ୧୨ା୭ (ଅରୁଣ ସାହୁ): ଦାରିଙ୍ଗବାଡ଼ି ବ୍ଲକ୍‌ ବ୍ରାହ୍ମଣୀଗାଁ ଅଞ୍ଚଳରର ଝିଅ ଲକ୍ଷ୍ମୀପ୍ରିୟା ପରିଡ଼ା ପୁଣିଥରେ ଜାତୀୟସ୍ତରରେ ସମ୍ବର୍ଦ୍ଧିତ ହୋଇ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି।…

ଭଗ୍ନ ସରକାରୀ କାର୍ଯ୍ୟାଳୟରେ ଖାଲି କଫ ସିରପ ଶିଶି, ଅଞ୍ଚଳବାସୀ କହିଲେ…

କର୍ଲାମୁଣ୍ଡା,୧୨ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲାର କର୍ଲାମୁଣ୍ଡା ବ୍ଲକର ଏକ ପରିତ୍ୟକ୍ତ ଉଦ୍ୟାନ ବିଭାଗ କାର୍ଯ୍ୟାଳୟ ପରିସରରେ ବହୁ ସଂଖ୍ୟକ କଫ ସିରପର ଖାଲି ଶିଶି ପଡ଼ିଥିବା…

ବାଇକ୍‌ ଉପରେ ଚଢ଼ିଗଲା ଟ୍ରକ, ଚାଲିଗଲା ବାପାଙ୍କ ସହ ୨ ପୁଅଙ୍କ ଜୀବନ

ଉମରକୋଟ,୧୨।୭(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ରାଇଘର ବ୍ଲକ ଦେଓଭରଣ୍ଡୀଠାରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ ବାଇକ୍‌ ଉପରେ ଚଢ଼ିଯିବ ଫଳରେ ବାପାଙ୍କ…

ପ୍ରଭାତ ଭାଜପାରେ ସାମିଲ ହେବା ପରେ ବର୍ଷିଲେ ମୁଖ୍ୟମନ୍ତ୍ରୀ, ବିଜେଡିରେ ଭୂକମ୍ପ….

ଭୁବନେଶ୍ବର,୧୨ା୭: ଭାଜପାରେ ମିଶିଲେ ବିଜେଡିରୁ ବିତାଡ଼ିତ ହୋଇଥିବା ବରିଷ୍ଠ ନେତା ପ୍ରଭାତ ବିଶ୍ୱାଳ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ…

ନିଶାମୁକ୍ତ ଓଡ଼ିଶା ପାଇଁ ସରକାରଙ୍କ ବଡ଼ ମାଷ୍ଟର ପ୍ଲାନ

ଭୁବନେଶ୍ୱର,୧୨।୭: ନିଶାମୁକ୍ତ ଓଡ଼ିଶା ପାଇଁ ରାଜ୍ୟ ସରକାର ଏକ ବଡ଼ ମାଷ୍ଟର ପ୍ଲାନ ପ୍ରସ୍ତୁତ କରିଛନ୍ତି। ଏହାର ଅନୁମୋଦନ ପାଇଁ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri