ଫାଇଲିନ୍‌ରେ ଲିଭି ନ ଥିଲା ଅଖଣ୍ଡ ଦୀପ

ବ୍ରହ୍ମପୁର,୧୦ା୧୦(ସ୍ମୃତି ରଞ୍ଜନ ମହାଲିକ): କମାପଲୀର ଦୁର୍ଗା ପୂଜା ୬୦ ବର୍ଷରେ ପହଞ୍ଚିଛି। ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ମା’ ଦୁର୍ଗତିନାଶିନୀଙ୍କ ଆଗମନ ପାଇଁ କମାପଲୀ ଦୂର୍ଗା ପୂଜା କମିଟି ପକ୍ଷରୁ ବ୍ୟାପକ ଆୟୋଜନ କରାଯାଇଛି। ଚଳିତ ମାସ ଆରମ୍ଭରୁ କମିଟି ପକ୍ଷରୁ ମୂର୍ତ୍ତି ନିର୍ମାଣ ଓ ତୋରଣ କାର୍ଯ୍ୟ ଆରମ୍ଭ ହୋଇଛି। କଟକ କାରିଗରଙ୍କ ଦ୍ୱାରା ମା’ଙ୍କ ମୃଣ୍ମୟୀ ମୂର୍ତ୍ତି ନିର୍ମାଣ କରାଯାଇଛି। ମୂର୍ତ୍ତିର ଉଚ୍ଚତା ପ୍ରାୟ ୮ ଫୁଟ ରହିଛି। ଢେଙ୍କାନାଳ ଜିଲାର କାରିଗରଙ୍କ ଦ୍ୱାରା ତାଜମହଲ ଢାଞ୍ଚାରେ ନିର୍ମାଣ ଚାଲିଥିବା ତୋରଣର ଉଚ୍ଚତା ୬୫ ଫୁଟ ଏବଂ ଓସାର ୪୦ ଫୁଟ ରହିଛି। ନବରାତ୍ରିଠାରୁ ମଣ୍ଡପରେ ମା’ଙ୍କ ପୂଜା ଆରମ୍ଭ ହେବ। ପ୍ରତିଦିନ ସୂର୍ଯ୍ୟ ପୂଜା ପରେ ମା’ଙ୍କ ପୂଜାର୍ଚ୍ଚନା, ବିଶ୍ରାମ, ଚଣ୍ଡୀପାଠ, ଆଳତୀ, ଷୋଡଶ ପୂଜା, ହୋମଯଜ୍ଞ କରାଯିବ। ପ୍ରତ୍ୟେକ ସନ୍ଧ୍ୟାରେ ଭଜନ ସମାରୋହ ଅନୁଷ୍ଠିତ। ଭଜନ ସମାରୋହରେ ରାଜ୍ୟର ସୁନାମଧନ୍ୟ କଣ୍ଠଶିଳ୍ପୀ ଯୋଗ ଦେବା କାର୍ଯ୍ୟକ୍ରମ ରହିଛି। ପ୍ରତ୍ୟେକ ସନ୍ଧ୍ୟାରେ କମିଟି ପକ୍ଷରୁ ପ୍ରସାଦ ବଣ୍ଟନ କରାଯିବ। ଭିଡକୁ ଦୃଷ୍ଟିରେ ରଖି କମିଟି ପକ୍ଷରୁ ସ୍ବେଚ୍ଛାସେବୀ ଓ ୨ ଜଣ ସିକ୍ୟୁରିଟି ଗାର୍ଡଙ୍କୁ ନିୟୋଜିତ କରାଯିବ। ପୋଲିସ ପ୍ରଶାସନ ପକ୍ଷରୁ ମଧ୍ୟ ସୁରକ୍ଷା ବ୍ୟବସ୍ଥା ଯୋଗାଇ ଦିଆଯିବ। ସେହିପରି କମିଟି ପକ୍ଷରୁ କମାପଲୀ ଛକଠାରୁ ଲାଞ୍ଜିପଲୀ ଓଭରବ୍ରିଜ, ଟାଟାବେଞ୍ଜ ଟ୍ରାଫିକ ଛକ ଓ ନନ୍ଦିଘୋଷ ଆପାର୍ଟମେଣ୍ଟ୍‌ ଯାଏଁ ସୁନ୍ଦର ଆଲୋକମାଳାରେ ସଜାଯିବ।
ଫାଇଲିନ୍‌ ବାତ୍ୟାରେ ପୂଜା ମଣ୍ଡପରେ ତୋରଣ ଭୁଶୁଡି ପଡିବା ସାଙ୍ଗକୁ ମୂର୍ତ୍ତି ମଧ୍ୟ ଭାଙ୍ଗି ଯାଇଥିଲା। କିନ୍ତୁ ମା’ଙ୍କ ନିକଟରେ ପୂଜା ପାଉଥିବା ଅଖଣ୍ଡ ଦୀପ ଲିଭି ନ ଥିଲା। ଯାହାକି ମା’ଙ୍କ ମହିମା। କମାପଲୀର ସମସ୍ତ ବ୍ୟବସାୟୀ ଓ ସ୍ଥାନୀୟ ବାସିନ୍ଦାଙ୍କ ସହଯୋଗରେ ପୂଜା ହୋଇ ଆସୁଛି। ଶ୍ରଦ୍ଧାଳୁମାନେ ମା’ଙ୍କୁ ସୁରୁଖୁରୁରେ ଦର୍ଶନ କରିବା ନିମନ୍ତେ ସମସ୍ତ ପ୍ରକାର ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ବୋଲି ପୂଜା କମିଟି ପରିଚାଳକ ସୋମନାଥ ପାଢୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତକୁ ନେଇ ଏମିତି କହିଲେ ମେଲୋନି ସଭିଏଁ ଚକିତ, କହିଲେ ‘ଦିଲ୍ଲୀରେ ନିର୍ବାଚନ ଲଢିଥିଲେ…’

ରୋମ/ନୂଆଦିଲ୍ଲୀ,୨୬।୬: ଏକ ନୂତନ ପୁସ୍ତକରେ, ଇଟାଲୀ ପ୍ରଧାନମନ୍ତ୍ରୀ ଜିଓର୍ଜିଆ ମେଲୋନି ତାଙ୍କ 2023 ଭାରତ ଗସ୍ତର ଏକ ଆକର୍ଷଣୀୟ କାହାଣୀ ବାଣ୍ଟିଛନ୍ତି, ଯେଉଁଥିରେ ସେ ବର୍ଣ୍ଣନା କରିଛନ୍ତି…

ଅନିଶ୍ଚିତତାରେ ଆଖଡ଼ାଶାଳି ପ୍ରସ୍ତାବିତ ନଦୀଭିତ୍ତିକ ବନ୍ଦର, ଭାଜପା ସରକାର ଗଠନ ପରେ ବି ରାଜନେତାମାନେ ଚୁପ୍‌

କେନ୍ଦ୍ରାପଡ଼ା,୨୬ା୬(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍‌ ଆଖଡ଼ାଶାଳି ଗ୍ରାମ ନିକଟ ମହାନଦୀରେ ରାଜ୍ୟର ପ୍ରଥମ ନଦୀଭିତ୍ତିକ ବନ୍ଦର ହେବ। ପିପିପି ମୋଡ୍‌ରେ ପାରାଦୀପ ପୋର୍ଟ ଏହାର…

ରାଶନ କାର୍ଡଧାରୀଙ୍କ ପାଇଁ ବଡ଼ ଖବର! ଏବେ ମିଳିବ ମୁଣ୍ଡପିଛା ମିଳିବ…

ନୂଆଦିଲ୍ଲୀ,୨୬।୬: କେନ୍ଦ୍ର ସରକାର ଅନ୍ତ୍ୟୋଦୟ ଅନ୍ନ ଯୋଜନା (AAY) ଅଧୀନରେ ମିଳୁଥିବା ପରିବାର ପିଛା ମାସିକ ୩୫ କିଲୋଗ୍ରାମର ଖାଦ୍ୟଶସ୍ୟ ଅଧିକାରକୁ ବଦଳାଇ, ଏହାକୁ ପ୍ରତି ବ୍ୟକ୍ତି…

ଧର୍ମେନ୍ଦ୍ର ପ୍ରଧାନଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇ ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି: ଚାରିଆଡ଼େ ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୬।୬:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇ ଜାତୀୟ ଶିକ୍ଷା ନୀତି (NEP) କାର୍ଯ୍ୟକାରୀ କରିବା ଦିଗରେ ତାଙ୍କର…

ନିଜ କାର୍ଯ୍ୟକୁ ଫେରିଲେ ସରପଞ୍ଚ ଚାମେଲୀ ଓଝା, ପଞ୍ଚାୟତର ଉନ୍ନୟନ କାର୍ଯ୍ୟର ସମୀକ୍ଷା କରି…

ମହାକାଳପଡ଼ା, ୨୬ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡା ବ୍ଲକ ତିଖିରୀ ପଞ୍ଚାୟତର ଉନ୍ନୟନମୂଳକ କାର୍ଯ୍ୟକୁ ରୋକାଯିବା ଓ କରାଯାଇଥିବା କାମର ବିଲ୍‌ ପ୍ରଦାନ କରାଯାଉ ନ…

ଡେବ୍ୟୁ କରିବା ମାତ୍ରେ ଭାରତୀୟ କ୍ରିକେଟ ଇତିହାସ ବଦଳାଇଦେବେ ବୈଭବ ସୂର୍ଯ୍ୟବଂଶୀ: ଭାଙ୍ଗିବେ ୫ ମହାରେକର୍ଡ

ନୂଆଦିଲ୍ଲୀ,୨୬।୬:ଭାରତୀୟ କ୍ରିକେଟ ଦଳର ୧୫ ବର୍ଷୀୟ ବ୍ୟାଟସମ୍ୟାନ ବୈଭବ ସୂର୍ଯ୍ୟବଂଶୀ ଚର୍ଚ୍ଚାର ବିଷୟ ପାଲଟିଛନ୍ତି। ସେ ଆୟରଲାଣ୍ଡ ବିପକ୍ଷରେ ଆଗାମୀ ଟି-୨୦ ସିରିଜ ପାଇଁ ବରିଷ୍ଠ ଭାରତୀୟ…

Ketan Murder Case: ଏବେ ପୋଲିସକୁ ନୂଆ କାହାଣୀ ଶୁଣାଇଲେ ଅଭିଯୁକ୍ତ ସିୟା, ପୋଲିସ ଚକିତ

ନୂଆଦିଲ୍ଲୀ,୨୬।୬: ପୁଣେର କେତନ ଅଗ୍ରୱାଲ ହତ୍ୟାକାଣ୍ଡର ଅଭିଯୁକ୍ତ ବାନ୍ଧବୀ ସିୟା ଗୋୟଲ ଏବେ ପୋଲିସ ହେପାଜତରେ ଅଛନ୍ତି। ପୋଲିସ ସିୟାକୁ ଏହି ମାମଲାକୁ ନେଇ ପଚରାଉଚରା ଜାରି…

ଭେନେଜୁଏଲା ଭୂମିକମ୍ପର ଭାରତ ଉପରେ କି ପ୍ରଭାବ ପଡ଼ିବ? ଅଶୋଧିତ ତୈଳ ଯୋଗାଣ ପାଇଁ ଦେଖାଦେଲାଣି ସଙ୍କଟ

କାରାକାସ,୨୬।୬: ଭେନେଜୁଏଲାରେ ଦୁଇଟି ଶକ୍ତିଶାଳୀ ଭୂମିକମ୍ପ କେବଳ ସେଠାରେ ବ୍ୟାପକ କ୍ଷୟକ୍ଷତି ଘଟାଇନାହିଁ ବରଂ ଭାରତର ଅଶୋଧିତ ତୈଳ ଯୋଗାଣ ସମ୍ପର୍କରେ ନୂତନ ଚିନ୍ତା ସୃଷ୍ଟି କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri