ମା’ଙ୍କ ଆଗମନରେ ଝଲସୁଛି ପୁରପଲ୍ଲୀ

ଆନନ୍ଦପୁର,୩।୧୦(ସ୍ବ.ପ୍ର.): ମା’ଙ୍କ ଆଗମନରେ ପୁରପଲ୍ଲୀ ଏବେ ଚଳଚଞ୍ଚଳ ହୋଇଉଠିଛି। ସହରଠାରୁ ଆରମ୍ଭ କରି ଗ୍ରାମାଞ୍ଚଳମାନଙ୍କରେ ମା’ଙ୍କର ମୃଣ୍ମୟ ପ୍ରତିମା ପୂଜା ପାଇ ଆସୁଛନ୍ତି। ଏଥିପାଇଁ ଅନୁଷ୍ଠାନଗୁଡିକ ପକ୍ଷରୁ ବିଭିନ୍ନ ପ୍ରକାରର ସାଜସଜ୍ଜା ସାଙ୍ଗକୁ ମନୋରଞ୍ଜନଧର୍ମୀ କାର୍ଯ୍ୟ ହାତକୁ ନିଆଯାଇଛି। ଆନନ୍ଦପୁରର ସାର୍ବଜନୀନ ଦୁର୍ଗାପୂଜା କମିଟି ପକ୍ଷରୁ ବଡଦାଣ୍ଡସ୍ଥିତ ପୂଜା ମଣ୍ଡପରେ ମା’ଙ୍କ ଅଷ୍ଟମୀ ପୂଜା ଯଥାରୀତି ଅନୁଷ୍ଠିତ ହୋଇଛି। ଚଳିତ ବର୍ଷ ପୂଜାକୁ ୭୫ବର୍ଷ ପୂର୍ତ୍ତୀ ପରିପ୍ରେକ୍ଷୀରେ ପୂଜାମଣ୍ଡପକୁ ଆକର୍ଷଣୀୟ ସୁସଜ୍ଜିତ କରାଯାଇଛି। ରଙ୍ଗୀନ ଆଲୋକମାଳା ସହିତ ସୁଉଚ୍ଚ ତୋରଣରେ ପୂଜାମଣ୍ଡପ ଶ୍ରଦ୍ଧାଳୁଙ୍କୁ ବେଶ୍‌ ଆକର୍ଷଣୀୟ କରିଛି। ଦୈନିକ ପୂଜା ମଣ୍ଡପ ନିକଟରେ ସାଂସ୍କୃତିକ କାର୍ଯ୍ୟକ୍ରମମାନ ପରିବେଷଣ କରାଯାଉଛି। ମା’ଙ୍କୁ ଦର୍ଶନ କରିବା ପାଇଁ ସନ୍ଧ୍ୟା ସମୟରେ ଶ୍ରଦ୍ଧାଳୁଙ୍କର ଭିଡ ପରିଲକ୍ଷିତ ହୋଇଛି। ଅନ୍ୟପକ୍ଷରେ ଶୃଙ୍ଖଳାକୁ ନିୟନ୍ତ୍ରଣ ପାଇଁ ଆନନ୍ଦପୁର ପୋଲିସ ସଜାଗ ରହିଛି। ଶ୍ରଦ୍ଧାଳୁଙ୍କ ଶାନ୍ତି ଶୃଙ୍ଖଳାରେ ଦର୍ଶନ ପାଇଁ କମିଟି ପକ୍ଷରୁ ବ୍ୟାପକ ଆୟୋଜନ କରାଯାଇଛି। ସେହିପରି ଘସିପୁରା ଥାନା ଛକ ନିକଟରେ କମିଟି ପକ୍ଷରୁ ମା’ଙ୍କ ପୂଜା ଯଥାରୀତି ପାଳିତ ହୋଇଆସୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଦନ୍ତ ଚିକିତ୍ସକ ଡ. ଶାନ୍ତି ତୁମ୍ମାଲା ଚାକିରି ଛାଡ଼ି ବେଙ୍ଗାଲୁରୁରେ ବର୍ଜ୍ୟ ସମସ୍ୟାର ସମାଧାନ ପାଇଁ ପଦକ୍ଷେପ ନେଇଛନ୍ତି। ଥରେ ଜଣେ ମହିଳା ଏକ ଅଳିଆଗଦା ନିକଟରେ…

ତଳ ଅଫିସର

ଆଜିର ଦିନରେ ସବୁଠି ଗହଳଚହଳ ଅଧିକ। ହାଟରେ ଯେମିତି ଘୋ ଘୋ, ନାହିଁ ନ ଥିବା ଭିଡ଼, ଠିକ୍‌ ସେମିତି ଭିଡ଼ ଦେଖାଯାଏ ସବୁଠି। ଟ୍ରେନ୍‌ରେ ଯାତ୍ରୀଙ୍କ…

ବିଶ୍ୱ ପାଇଁ ଚେତାବନୀ

ମଣିଷ ବିଜ୍ଞାନ-ସଭ୍ୟତାର ଶୀର୍ଷରେ ପହଞ୍ଚତ୍ଥିଲେ ମଧ୍ୟ ଯୁଦ୍ଧ ଓ ହିଂସାକୁ ଛାଡ଼ିପାରିନାହିଁ। ଏବେ ସମଗ୍ର ବିଶ୍ୱରେ ଯେମିତି ସଂଘର୍ଷ, ହିଂସା, ପ୍ରତିଶୋଧର ବାତାବରଣ ସୃଷ୍ଟି ହୋଇଛି ତାହା…

ଜୈନଧର୍ମରେ ମହିଳା

ଜୈନଧର୍ମରେ ୨୪ ସନ୍ନ୍ୟାସୀ (ତୀର୍ଥଙ୍କର)ଙ୍କ ପ୍ରଦର୍ଶିତ ପଥ ଜୈନଧର୍ମ ଅନୁସରଣ କରେ। ଜୈନଧର୍ମର ଶ୍ୱେତାମ୍ବର ବିଚାରରେ ପଶ୍ଚିମ ଭାରତରେ ପାର୍ଶ୍ୱନାଥ ଏବଂ ମହାବୀର ଯଥାକ୍ରମେ ୨୩ ଓ…

ଓଡ଼ିଆକୁ ଜାଣ, ଓଡ଼ିଶାକୁ ଜାଣ: କାଶୀ ବିଶ୍ୱବିଦ୍ୟାଳୟରେ ଶୁଭିଲା ଓଡ଼ିଆଙ୍କ ସ୍ବର

ଭୁବନେଶ୍ୱର,୨।୪(ସୌମ୍ୟରଞ୍ଜନ ରାଉତ):ଓଡ଼ିଶା ଦିବସ ପାଳନ ଅବସରରେ ‘ଓଡ଼ିଆକୁ ଜାଣ, ଓଡ଼ିଶାକୁ ଜାଣ’ ଶୀର୍ଷକ ୨ଦିନିଆ ଜାତୀୟ ସମ୍ମିଳନୀର ୨ୟ ସଂସ୍କରଣ କାଶୀ ହିନ୍ଦୁ ବିଶ୍ବବିଦ୍ୟାଳୟ ବାରାଣସୀରେ ଉଦ୍‌ଘାଟିତ…

ଓଜନ ହ୍ରାସ ଔଷଧ ବେଆଇନ ବିକ୍ରିକଲେ ଲାଇସେନ୍ସ ରଦ୍ଦ: କେନ୍ଦ୍ରର ଚେତାବନୀ

ନୂଆଦିଲ୍ଲୀ,୨ା୪:ଓଜନ ହ୍ରାସ ପାଇଁ ଉଦ୍ଦିଷ୍ଟ ଔଷଧଗୁଡ଼ିକ ଭାରତୀୟ ବଜାରରେ ସହଜରେ ଉପଲବ୍ଧ ହେଉଥିବାରୁ ଏହାର ଅପବ୍ୟବହାର ବଢ଼ିବାରେ ଲାଗିଛି। ଏଭଳି ଡ୍ରଗ୍ସ ବିକ୍ରେତାଙ୍କ ଲାଇସେନ୍ସ ରଦ୍ଦ କରାଯିବା…

୩ ବର୍ଷ ପରେ ଖୋଲିଲା ପୋଲ, ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

କୋରାପୁଟ,୨ା୪(ଅମିତାଭ ବେହେରା): ଦୀର୍ଘ ୩ ବର୍ଷ ୭ ମାସର ପ୍ରତୀକ୍ଷା ପରେ ବୁଧବାର ଏନ୍‌ଏଚ୍‌-୩୨୬ର ବଙ୍ଗଳାଗୁଡା ପୋଲରେ ଯାତାୟାତ ସୱାଭାବିକ ହୋଇଛି। କୋରାପୁଟ ଜିଲା ବଙ୍ଗଳାଗୁଡ଼ା ନିକଟରେ…

ଚାଲିଥିଲା ଗ୍ରାମସଭା: ଗୁପ୍ତାଙ୍ଗ ଦେଖାଇଲେ ଯୁବକ, ଆଉ ତା’ ପରେ ଘଟିଲା…

ନିରାକାରପୁର,୨ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଇଲାକାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଗାଁର ସଭା ଚାଲିଥିବା ବେଳେ ଗ୍ରାମର ଜଣେ ଯୁବକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri