ବିଇଓ ଅଫିସ ଘେରିଲେ ଦୁର୍ଗାପ୍ରସାଦ ଗ୍ରାମବାସୀ

ଢେଙ୍କାନାଳ ଅଫିସ, ୨୯।୧୦: ଆଠଟି ଶ୍ରେଣୀରେ ପଢୁଛନ୍ତି ୧୭୨ ପିଲା। ହେଲେ ସେମାନଙ୍କ ପଢ଼ାଇବା ପାଇଁ ଅଛନ୍ତି ମାତ୍ର ୪ ଶିକ୍ଷୟିତ୍ରୀ। ସମସ୍ୟା ସମ୍ପର୍କରେ ଅବଗତ ଥିବା ଶିକ୍ଷା ବିଭାଗ ନୂଆ ଶିକ୍ଷକଙ୍କୁ ନିଯୁକ୍ତି ଦେବା ପରିବର୍ତ୍ତେ ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ଅନ୍ୟତ୍ର ବଦଳି କରିଦେଇଛି। ଏହାକୁ ନେଇ ତାତିଛନ୍ତି ଢେଙ୍କାନାଳ ସଦର ବ୍ଲକ ବେଲଟିକିରି ପଞ୍ଚାୟତର ଦୁର୍ଗାପ୍ରସାଦ ଗ୍ରାମବାସୀ। ସମସ୍ୟାର ସମାଧାନ ଦାବିରେ ସେମାନେ ଶୁକ୍ରବାର ସଦର ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ଘେରାଉ କରିଥିଲେ।
ଗ୍ରାମବାସୀଙ୍କ ଅଭିଯୋଗ ଅନୁଯାୟୀ, ୪ ଶିକ୍ଷୟିତ୍ରୀ ୧୭୨ ଛାତ୍ରୀଛାତ୍ରଙ୍କୁ ପାଠ ପଢ଼ାଉଥିବାରୁ ବ୍ୟାପକ ସମସ୍ୟା ଉପୁଜୁଛି। ଏ ସମ୍ପର୍କରେ ସେମାନେ ସଦର ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କୁ ବହୁବାର ଜଣାଇଥିଲେ। ତେବେ ସମସ୍ୟାର ସମାଧାନ ହୋଇ ନ ଥିବାବେଳେ ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ମଧ୍ୟ ବଦଳି କରିଦିଆଯାଇଛି। ଏହାର ପ୍ରତିବାଦରେ ଗ୍ରାମବାସୀ, ବିଦ୍ୟାଳୟ ପରିଚାଳନା ପରିଷଦ ସଦସ୍ୟ ସଦର ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ଆଗରେ ଧାରଣା ଦେଇଥିଲେ।ଆଉ ୪ଜଣ ଶିକ୍ଷକଙ୍କୁ ତୁରନ୍ତ ନିଯୁକ୍ତି ନ ଦେଲେ ଆନ୍ଦୋଳନ ତୀବ୍ର କରାଯିବ ବୋଲି ପ୍ରସନ୍ନ ଦଳେଇ, ମନୋରଞ୍ଜନ ମିଶ୍ର, ଧନେଶ୍ୱର ରାଉତ, ସନ୍ତୋଷ କରାଉଳ, ତ୍ରିଲୋଚନ ରାଉତ, ବାସନ୍ତୀ ବେହେରା, ନରେନ୍ଦ୍ର ମିଶ୍ର ପ୍ରମୁଖ ଚେତାବନୀ ଦେଇଛନ୍ତି। ଅନ୍ୟପଟେ ଘଟଣା ଜଣାପଡ଼ିବା ପରେ ବିଦ୍ୟାଳୟରେ ଜଣେ ଶିକ୍ଷକଙ୍କୁ ନିଯୁକ୍ତି ଦିଆଯାଇଥିବା ବିଇଓ ବ୍ରହ୍ମାନନ୍ଦ ରାଉତ ସୂଚନା ଦେଇଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

୫୦ରୁ ଅଧିକ ଫଳ ଦୋକାନ ଜଳି ପୋଡି ପାଉଁଶ: ପରିଦର୍ଶନରେ ଆସି ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର କହିଲେ, ଏଥିପାଇଁ…

ବଲାଙ୍ଗୀର,୮।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି । ଦେଖୁ ଦେଖୁ ହୁ ହୁ ହୋଇ...

୪୦ କୋଟି ଟଙ୍କା ବିନିଯୋଗ କରି ନିଜ ବ୍ରାଣ୍ଡ୍ ପାଇଁ ନୂଆ ଅଧ୍ୟାୟ ଆରମ୍ଭ କଲେ ବିରାଟ କୋହଲି

ନୂଆଦିଲ୍ଲୀ,୮।୧୨: ଭାରତୀୟ କ୍ରିକେଟ୍ ତାରକା ବିରାଟ କୋହଲି ୮ ବର୍ଷର ପୁରୁଣା ସମ୍ପର୍କ ଭାଙ୍ଗି ଏକ ନୂଆ ବ୍ୟବସାୟିକ ଯାତ୍ରା ଆରମ୍ଭ କରିଛନ୍ତି। ସୋମବାର କୋହଲି...

ଜୁନିୟର ମହିଳା ହକି: ଓ୍ବେଲ୍ସକୁ ହରାଇଲା ଭାରତ

ସାଣ୍ଟିଆଗୋ, ୮ା୧୨: ଏଫ୍‌ଆଇଏଚ୍‌ ଜୁନିୟର ମହିଳା ହକି ବିଶ୍ୱକପ୍‌ର ୯ମ ସ୍ଥାନ ପାଇଁ ହୋଇଥିବା ଏକ କ୍ଲାସିଫିକେଶନ ମ୍ୟାଚ୍‌ରେ କ୍ୱାର୍ଟରଫାଇନାଲ ଦୌଡ଼ରୁ ବାଦ୍‌ ପଡ଼ିଥିବା ଭାରତ...

ଏକାଠି ହେଲେ ହଳଦିଆ ତୈଳିକ ବୈଶ୍ୟ ସମାଜ ସଭ୍ୟ, ବିଭିନ୍ନ ସମସ୍ୟା ନେଇ

ଦିଗପହଣ୍ଡି,୮ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଚିକିଟି ଓ ଖେମୁଣ୍ଡି ହଳଦିଆ ତୈଳିକ ବୈଶ୍ୟ ସମାଜର ଏକ ଆଲୋଚନା ସଭା ସାନଖେମୁଣ୍ଡି ବ୍ଲକ ଜିଉରା ଗ୍ରାମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri