ବିଇଓ ଅଫିସ ଘେରିଲେ ଦୁର୍ଗାପ୍ରସାଦ ଗ୍ରାମବାସୀ

ଢେଙ୍କାନାଳ ଅଫିସ, ୨୯।୧୦: ଆଠଟି ଶ୍ରେଣୀରେ ପଢୁଛନ୍ତି ୧୭୨ ପିଲା। ହେଲେ ସେମାନଙ୍କ ପଢ଼ାଇବା ପାଇଁ ଅଛନ୍ତି ମାତ୍ର ୪ ଶିକ୍ଷୟିତ୍ରୀ। ସମସ୍ୟା ସମ୍ପର୍କରେ ଅବଗତ ଥିବା ଶିକ୍ଷା ବିଭାଗ ନୂଆ ଶିକ୍ଷକଙ୍କୁ ନିଯୁକ୍ତି ଦେବା ପରିବର୍ତ୍ତେ ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ଅନ୍ୟତ୍ର ବଦଳି କରିଦେଇଛି। ଏହାକୁ ନେଇ ତାତିଛନ୍ତି ଢେଙ୍କାନାଳ ସଦର ବ୍ଲକ ବେଲଟିକିରି ପଞ୍ଚାୟତର ଦୁର୍ଗାପ୍ରସାଦ ଗ୍ରାମବାସୀ। ସମସ୍ୟାର ସମାଧାନ ଦାବିରେ ସେମାନେ ଶୁକ୍ରବାର ସଦର ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ଘେରାଉ କରିଥିଲେ।
ଗ୍ରାମବାସୀଙ୍କ ଅଭିଯୋଗ ଅନୁଯାୟୀ, ୪ ଶିକ୍ଷୟିତ୍ରୀ ୧୭୨ ଛାତ୍ରୀଛାତ୍ରଙ୍କୁ ପାଠ ପଢ଼ାଉଥିବାରୁ ବ୍ୟାପକ ସମସ୍ୟା ଉପୁଜୁଛି। ଏ ସମ୍ପର୍କରେ ସେମାନେ ସଦର ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କୁ ବହୁବାର ଜଣାଇଥିଲେ। ତେବେ ସମସ୍ୟାର ସମାଧାନ ହୋଇ ନ ଥିବାବେଳେ ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ମଧ୍ୟ ବଦଳି କରିଦିଆଯାଇଛି। ଏହାର ପ୍ରତିବାଦରେ ଗ୍ରାମବାସୀ, ବିଦ୍ୟାଳୟ ପରିଚାଳନା ପରିଷଦ ସଦସ୍ୟ ସଦର ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ଆଗରେ ଧାରଣା ଦେଇଥିଲେ।ଆଉ ୪ଜଣ ଶିକ୍ଷକଙ୍କୁ ତୁରନ୍ତ ନିଯୁକ୍ତି ନ ଦେଲେ ଆନ୍ଦୋଳନ ତୀବ୍ର କରାଯିବ ବୋଲି ପ୍ରସନ୍ନ ଦଳେଇ, ମନୋରଞ୍ଜନ ମିଶ୍ର, ଧନେଶ୍ୱର ରାଉତ, ସନ୍ତୋଷ କରାଉଳ, ତ୍ରିଲୋଚନ ରାଉତ, ବାସନ୍ତୀ ବେହେରା, ନରେନ୍ଦ୍ର ମିଶ୍ର ପ୍ରମୁଖ ଚେତାବନୀ ଦେଇଛନ୍ତି। ଅନ୍ୟପଟେ ଘଟଣା ଜଣାପଡ଼ିବା ପରେ ବିଦ୍ୟାଳୟରେ ଜଣେ ଶିକ୍ଷକଙ୍କୁ ନିଯୁକ୍ତି ଦିଆଯାଇଥିବା ବିଇଓ ବ୍ରହ୍ମାନନ୍ଦ ରାଉତ ସୂଚନା ଦେଇଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରାଯିବ କାମ: ଛତ୍ରପୁର ବିଧାୟକ ଦେଲେ କଡ଼ା ନିର୍ଦ୍ଦେଶ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ): ଆର୍ଯ୍ୟପଲ୍ଲୀ ପ୍ରଭାବିତ ଅଞ୍ଚଳରେ ସମୁଦ୍ର କୂଳ ସୁରକ୍ଷା ଓ କ୍ଷୟ ରୋକିବା ଦାବିରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ…

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁଡାରେ ଜଣେ ୭…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ, ଗାଁରେ ପହଞ୍ଚିଲା କଂଗ୍ରେସ ଟିମ୍‌

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତ ବାଉଁଶିଆପଡା ଗ୍ରାମ ଶ୍ମଶାନକୁ ରାସ୍ତା ନ ଥିବାରୁ ଲୋକେ ମୃତଦେହ ଦାହ ପାଇଁ…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, କ୍ଷତିପୂରଣ ଦାବିରେ ତେଜିଲା ଆନ୍ଦୋଳନ

ପୁରୁଷୋତ୍ତମପୁର,୧୭ା୮(ସବିତା ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଇଧର ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଡାଲାଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

ଇତିହାସ ରଚିଲେ ରବୀନ୍ଦ୍ର ଜାଡେଜା, ଏପରି କରିବାରେ ହେଲେ ଦ୍ୱିତୀୟ ଭାରତୀୟ

ନୂଆଦିଲ୍ଲୀ, ୧୭।୮: ଶ୍ରୀଲଙ୍କା ବିପକ୍ଷରେ ଗଲ୍‌ରେ ଖେଳାଯାଉଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତୀୟ ସ୍ପିନ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜ ନାମରେ ଏକ ବଡ଼ ରେକର୍ଡ କରିଛନ୍ତି।…

ଭାରତୀୟ ମଜଦୁର ସଂଘର ଦେଶ ବ୍ୟାପୀ ପ୍ରତିବାଦ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ରାଞ୍ଚିଠାରେ ହୋଇଥିବା ୧୬୧ତମ କେନ୍ଦ୍ରୀୟ କାର୍ଯ୍ୟ ସମିତିର ନିଷ୍ପତ୍ତି କ୍ରମେ ଭାରତୀୟ ମଜଦୁର ସଂଘ(ବିଏମ୍‌ଏସ) ପକ୍ଷରୁ ସୋମବାର ସ୍ଥାନୀୟ ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri