ନିଆରା ଢଙ୍ଗରେ ପାଳିତ ହେଲା ଦୁର୍ଗାଷ୍ଟମୀ

ବରୀ,୩ା୧୦(ଡି.ଏନ.ଏ.)-ସୋମବାର ମା’ଦୁର୍ଗାଙ୍କ ଅଷ୍ଟମୀ ପୂଜା ବରୀର ବିଭିନ୍ନ ପୂଜାମଣ୍ଡପରେ ଶେଷ ହୋଇଛି। ଏହି ଅବସରରେ ଦେବୀଙ୍କ ମୁଣ୍ମୟୀ ପ୍ରତିମା ପୂଜା, କଳସ ପୂଜା କରାଯାଉଥିବା ବେଳେ ଉକ୍ତ ବ୍ଲକ୍‌ ଅଧୀନ ବରୀ ତଳସାହିଠାରେ ନିଆରା ଢଙ୍ଗରେ ଦୂର୍ଗାଷ୍ଟମୀ ପାଳନ କରାଯାଇଛି। ଉକ୍ତ ପଞ୍ଚାୟତରେ ହିନ୍ଦୁ ଧର୍ମାଲମ୍ବୀଙ୍କ ସହ ମୁସଲିମ ସମ୍ପ୍ରଦାୟର ଲୋକମାନେ ବସବାସ କରିଥାନ୍ତି। ସରପଞ୍ଚ ସୋନାଲି ସିଂ ମୁସଲିମ ସମ୍ପ୍ରଦାୟର ବହୁ ବରିଷ୍ଠ ନାଗରିକ, ବୁଦ୍ଧିଜିବୀ ଓ ଯୁବକମାନଙ୍କ ଗହଣରେ ଦୁର୍ଗା ମଣ୍ଡପରେ ଉପସ୍ଥିତ ରହି ମହାଷ୍ଟମୀ ପୂଜା କରିଛନ୍ତି। ଏହ ଅବସରରେ ସଫେଇ କାର୍ଯ୍ୟକ୍ରମ ବି ତାଙ୍କ ନେତୃତ୍ୱରେ ହେବା ସହିତ ଜଳଛତ୍ରର ବ୍ୟବସ୍ଥା କରାଯାଇଛି। ଉକ୍ତ କାର୍ଯ୍ୟକ୍ରମ ସଂକ୍ରାନ୍ତରେ ସରପଞ୍ଚ ସିଂ କୁହନ୍ତି, ମୁଁ ଜଣେ ମାଆ , ମାଆ ଦୁର୍ଗା କେଉଁ ଜାତିର ନୁହେଁ କିମ୍ବା କେଉଁ ଧର୍ମର ନୁହନ୍ତି। ସେ ହେଉଛନ୍ତି ଜଗତର ମାଆ। ତେଣୁ ସେ ଯେମିତି ସମସ୍ତଙ୍କୁ ଆଦରି ନେଇଥିଲେ, ମୁଁ ଜଣେ ଲୋକପ୍ରତିନିଧି ହିସାବରେ ମୋ ପଞ୍ଚାୟତର ସମସ୍ତଙ୍କୁ ଏଭଳି କାର୍ଯ୍ୟକ୍ରମରେ ସାମିଲ କରି ଅତ୍ୟନ୍ତ ଗର୍ବିତ। ଉକ୍ତ କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ସହିତ ସଂଗ୍ରାମ ସାହୁ, ମନୋଜ ସିଂ, ବାବୁ କବିଙ୍କ ସମେତ ବିଭିନ୍ନ ମହିଳା ସଙ୍ଗଠନ କର୍ମକର୍ତ୍ତା ଓ ସ୍ବେଛାସେବୀ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାଡ଼ ମାରି ଭାଉଜଙ୍କ ହାତ ଭାଙ୍ଗିଦେଲେ ଦିଅର, ଆଉ ତା’ପରେ…

ଦିଗପହଣ୍ଡି,୧୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଣ୍ଡଦେଉଳି ଗ୍ରାମର ବନିତା ପ୍ରଧାନଙ୍କୁ ରବିବାର ତାଙ୍କ ଦିଅର ପଦ୍ମ ଲୋଚନ ପ୍ରଧାନ ଆକ୍ରମଣ କରି ବାମ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ବାଲ୍ୟବନ୍ଧୁ, BJP ବିଧାୟକଙ୍କୁ ନେଇ ଆଣିଲେ ବଡ଼ ଅଭିଯୋଗ! ଛାନିଆ ହୋଇଗଲେ….

ମୁମ୍ବାଇ,୧୩।୯: ମହାରାଷ୍ଟ୍ରର ଭାୟନ୍ଦରରେ ଜମି ବିବାଦକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାଲ୍ୟବନ୍ଧୁ ଅସଗରଅଲି ଭୋରା ତାଙ୍କୁ ଭେଟିଛନ୍ତି । ୮ ସେପ୍ଟେମ୍ବରରେ ୮୧ ବର୍ଷୀୟ ଭୋରା…

ପଶ୍ଚିମବଙ୍ଗରେ ବନ୍ଦ ହେଲା ୨୫୨ ମଦ୍ରାସା

କୋଲକାତା,୧୩ା୯: ପଶ୍ଚିମବଙ୍ଗ ସରକାର ରାଜ୍ୟରେ ଚାଲୁଥିବା ଇସ୍‌ଲାମୀୟ ଶିକ୍ଷାନୁଷ୍ଠାନଗୁଡ଼ିକର ସମୀକ୍ଷା କରିବା ପରେ ୨୫୨ ମଦ୍ରାସାକୁ ବନ୍ଦ କରିବା ପାଇଁ ନୋଟିସ ଜାରି କରିଛନ୍ତି। ଯାଞ୍ଚ ପ୍ରକ୍ରିୟାର…

ବ୍ୟବସାୟିକ ଜାହାଜ ଉପରେ ଆକ୍ରମଣ: ଭାରତୀୟ ନାବିକ ନିଖୋଜ

ନୂଆଦିଲ୍ଲୀ,୧୩ା୯: ଓମାନ ଉପକୂଳରେ ବ୍ୟବସାୟିକ ଜାହାଜ ଏମ୍‌ଟି ଏଲ୍‌ ଗାଇଆ ଉପରେ ଆକ୍ରମଣ ହେବାରୁ ଜଣେ ଭାରତୀୟ ନାବିକ ନିଖୋଜ ହୋଇଥିବା ବହିର୍ବ୍ୟାପାର ମନ୍ତ୍ରଣାଳୟ ରବିବାର ସ୍ପଷ୍ଟ…

ଦିବ୍ୟାଙ୍ଗ ସାର୍ଟିଫିକେଟ୍ ନାଁରେ ଚାଲିଛି ମୋଟା ଅଙ୍କର ଠକେଇ! ଶିବିରରେ ଉତ୍ତେଜନା

ହାଟଡ଼ିହୀ/ଛେନାପଦୀ,୧୩।୯(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ କାର୍ଯ୍ୟାଳୟ ପରିସରରେ ଶୁକ୍ରବାର ଆୟୋଜିତ ହୋଇଥିବା ଭୀମଭୋଇ ଭିନ୍ନକ୍ଷମ ଶିବିରରେ ଦଲାଲଙ୍କ ପ୍ରାଦୁର୍ଭାବ ଦେଖାଯାଇଥିଲା। ଅଧିକ ପ୍ରତିଶତର…

ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ

ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…

ତାତିଲେ ମହିଳା, ଭାଙ୍ଗିଲେ ମଦ ଭାଟି

ମୋହନ,୧୩।୯(ମନ୍ମଥ ମିଶ୍ର): ଗାଁରେ ଚାଲିଥିଲା ମଦ ଭାଟି। ଏନେଇ ଗାଁରେ ଅଶାନ୍ତ ପରିବେଶ ସୃଷ୍ଟି ହେବା ଯୁବପିଢୀ ପଥଭ୍ରଷ୍ଟ ହେଉଥିଲେ। ବାରମ୍ବାର ଅଭିଯୋଗ ପରେ ବି କାହାର…

ସନତ ସଭାପତି, ଉମାକାନ୍ତ ସାଧାରଣ ସମ୍ପାଦକ ନିର୍ବାଚିତ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ହାବିଲଦାର, କନେଷ୍ଟବଲ ଆସୋସିଏଶନ ନିର୍ବାଚନ ଫଳାଫଳ ରବିବାର ଘୋଷଣା ହୋଇଛି। ଏଥିରେ ସଭାପତି ସନତ କୁମାର ହୋତା ସଭାପତି ନିର୍ବାଚିତ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?