Posted inଜାତୀୟ

ଚନ୍ଦ୍ରାବାବୁଙ୍କ ରୋଡ୍‌ ଶୋ’ ବେଳେ ଦଳାଚକଟା, ୮ ମୃତ

ନେଲ୍ଲୋର,୨୯ା୧୨: ଆନ୍ଧ୍ର ପ୍ରଦେଶର କନ୍ଦୁକୁରରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରାବାବୁ ନାଇଡ଼ୁଙ୍କ ରୋଡ୍‌ ଶୋ’ ବେଳେ ଦଳାଚକଟା ହୋଇଛି। ବହୁ ଲୋକ ଏକ ଡ୍ରେନ୍‌କୁ ଖସିପଡ଼ିଥିବାବେଳେ ସେମାନଙ୍କ ମଧ୍ୟରୁ ୮ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ଜଣେ ମହିଳା ଥିବା ଜଣାପଡ଼ିଛି।

୨୦୨୪ ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ଆନ୍ଧ୍ର ବିଧାନସଭାର ବିରୋଧୀ ଦଳ ନେତା ତଥା ତେଲୁଗୁ ଦେଶମ୍‌ ପାର୍ଟି (ଟିଡିପି) ମୁଖ୍ୟ ଚନ୍ଦ୍ରାବାବୁ ନାଇଡ଼ୁ ରାଜ୍ୟବ୍ୟାପୀ ‘ଇଦେମି ଖର୍ମା ମାନା ରାଷ୍ଟ୍ରନିକି’ (ଆମ ରାଜ୍ୟର ଭାଗ୍ୟ କାହିଁକି ଏପରି ହୋଇଛି) ଅଭିଯାନ ଚଳାଇଛନ୍ତି। ଏହି କ୍ରମରେ ସେ ବୁଧବାର ରାତିରେ ନେଲ୍ଲୋର ଜିଲା କନ୍ଦୁକୁର ସହରରେ ଏକ ସଭାକୁ ସମ୍ବୋଧନ କରିବା କାର୍ଯ୍ୟକ୍ରମ ଥିଲା। ଚନ୍ଦ୍ରବାବୁଙ୍କ ଗାଡ଼ି ସମ୍ପୃକ୍ତ ଅଞ୍ଚଳରେ ପହଞ୍ଚତ୍ବାବେଳକୁ ତାଙ୍କୁ ଦେଖିବା ପାଇଁ ବହୁ ସମର୍ଥକଙ୍କ ଭିଡ଼ ଜମିଥିଲା। ଦଳାଚକଟା ସ୍ଥିତି ଉପୁଜିବାରୁ ରୁଣ୍ଡ ହୋଇଥିବା ବହୁ ଲୋକ ନିକଟସ୍ଥ ଏକ ଖୋଲା ଡ୍ରେନେଜ୍‌ କେନାଲକୁ ଖସିପଡ଼ିଥିଲେ।

ଘଟଣାସ୍ଥଳରେ ସେମାନଙ୍କ ମଧ୍ୟରୁ ୮ ଜଣଙ୍କ ମୃତ୍ୟୁ ଘଟିଛି। ଆହୁରି କେତେଜଣ ଆହତଙ୍କୁ ଏକ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ଅଧିକାରୀମାନେ ସୂଚନା ଦେଇଛନ୍ତି। ଅନ୍ୟପକ୍ଷେ ଚନ୍ଦ୍ରାବାବୁ ତତ୍କାଳ ସଭା ବାତିଲ କରିବା ସହ ମୃତକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ରାଶି ଦେବାକୁ ଘୋଷଣା କରିଛନ୍ତି। ମୃତକଙ୍କ ପିଲାଙ୍କ ଶିକ୍ଷା ପାଇଁ ଆର୍ଥିକ ସହାୟତା ମଧ୍ୟ ପ୍ରଦାନ ପାଇଁ ସେ ପ୍ରତିଶ୍ରୁତି ଦେଇଛନ୍ତି। ଏଥିସହ ଆହତମାନଙ୍କ ଉନ୍ନତ ଚିକିତ୍ସା ସୁନିଶ୍ଚିତ କରିବାକୁ ଟିଡିପି ନେତାମାନଙ୍କୁ ସେ ନିର୍ଦ୍ଦେଶ ଦେଇଛନ୍ତି।

ପ୍ରକାଶ ଯେ, ୨୦୧୯ ବିଧାନସଭା ନିର୍ବାଚନରେ ଓ୍ବାଇଏସ୍‌ଆର୍‌ କଂଗ୍ରେସ ପାର୍ଟି ମୁଖ୍ୟ ଜଗନ୍‌ମୋହନ ରେଡ୍ଡୀ ବିଜୟୀ ହୋଇ ମୁଖ୍ୟମନ୍ତ୍ରୀ ଆସନ ଅଳଙ୍କୃତ କରିଛନ୍ତି। ଏହି ନିର୍ବାଚନରେ ଟିଡିପିକୁ ଶୋଚନୀୟ ପରାଜୟବରଣ କରିବାକୁ ପଡ଼ିଥିଲା। ତେବେ ଟିଡିପିର ବାର୍ଷିକ ସମାବର୍ତ୍ତନ କାର୍ଯ୍ୟକ୍ରମକୁ ବିପୁଳ ଜନ ସମର୍ଥନ ମିଳିବାରେ ଲାଗିଛି। ଆସନ୍ତା ଜାନୁୟାରୀରେ ତାଙ୍କ ପୁଅ ନର ଲୋକେଶ ନାଇଡ଼ୁ ୪,୦୦୦ କି.ମି. ପଦଯାତ୍ରା ଆରମ୍ଭ କରିବେ। ‘ଯୁବ ଗଲମ୍‌’ ନାମରେ ଆୟୋଜିତ ହେବାକୁ ଥିବା ଏହି କାର୍ଯ୍ୟକ୍ରମରେ ଯୁବପିଢ଼ିଙ୍କୁ ସାମିଲ କରି ସେମାନଙ୍କୁ ସ୍ବର ଉତ୍ତୋଳନ କରିବାକୁ ସୁଯୋଗ ଦିଆଯିବ। ‘ଜଗନ୍‌ ହଟାଅ, ଆନ୍ଧ୍ର ପ୍ରଦେଶକୁ ରକ୍ଷା କର’ ସ୍ଲୋଗାନ ଦେଇ ଚନ୍ଦ୍ରାବାବୁ ୨୦୨୪ ନିର୍ବାଚନ ଲଢ଼ିବେ। ଏହା ତାଙ୍କ ଶେଷ ନିର୍ବାଚନ ହେବ ବୋଲି ସେ ପୂର୍ବରୁ ସ୍ପଷ୍ଟ କରିସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri