Posted inଜାତୀୟ

ଚନ୍ଦ୍ରାବାବୁଙ୍କ ରୋଡ୍‌ ଶୋ’ ବେଳେ ଦଳାଚକଟା, ୮ ମୃତ

ନେଲ୍ଲୋର,୨୯ା୧୨: ଆନ୍ଧ୍ର ପ୍ରଦେଶର କନ୍ଦୁକୁରରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରାବାବୁ ନାଇଡ଼ୁଙ୍କ ରୋଡ୍‌ ଶୋ’ ବେଳେ ଦଳାଚକଟା ହୋଇଛି। ବହୁ ଲୋକ ଏକ ଡ୍ରେନ୍‌କୁ ଖସିପଡ଼ିଥିବାବେଳେ ସେମାନଙ୍କ ମଧ୍ୟରୁ ୮ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ଜଣେ ମହିଳା ଥିବା ଜଣାପଡ଼ିଛି।

୨୦୨୪ ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ଆନ୍ଧ୍ର ବିଧାନସଭାର ବିରୋଧୀ ଦଳ ନେତା ତଥା ତେଲୁଗୁ ଦେଶମ୍‌ ପାର୍ଟି (ଟିଡିପି) ମୁଖ୍ୟ ଚନ୍ଦ୍ରାବାବୁ ନାଇଡ଼ୁ ରାଜ୍ୟବ୍ୟାପୀ ‘ଇଦେମି ଖର୍ମା ମାନା ରାଷ୍ଟ୍ରନିକି’ (ଆମ ରାଜ୍ୟର ଭାଗ୍ୟ କାହିଁକି ଏପରି ହୋଇଛି) ଅଭିଯାନ ଚଳାଇଛନ୍ତି। ଏହି କ୍ରମରେ ସେ ବୁଧବାର ରାତିରେ ନେଲ୍ଲୋର ଜିଲା କନ୍ଦୁକୁର ସହରରେ ଏକ ସଭାକୁ ସମ୍ବୋଧନ କରିବା କାର୍ଯ୍ୟକ୍ରମ ଥିଲା। ଚନ୍ଦ୍ରବାବୁଙ୍କ ଗାଡ଼ି ସମ୍ପୃକ୍ତ ଅଞ୍ଚଳରେ ପହଞ୍ଚତ୍ବାବେଳକୁ ତାଙ୍କୁ ଦେଖିବା ପାଇଁ ବହୁ ସମର୍ଥକଙ୍କ ଭିଡ଼ ଜମିଥିଲା। ଦଳାଚକଟା ସ୍ଥିତି ଉପୁଜିବାରୁ ରୁଣ୍ଡ ହୋଇଥିବା ବହୁ ଲୋକ ନିକଟସ୍ଥ ଏକ ଖୋଲା ଡ୍ରେନେଜ୍‌ କେନାଲକୁ ଖସିପଡ଼ିଥିଲେ।

ଘଟଣାସ୍ଥଳରେ ସେମାନଙ୍କ ମଧ୍ୟରୁ ୮ ଜଣଙ୍କ ମୃତ୍ୟୁ ଘଟିଛି। ଆହୁରି କେତେଜଣ ଆହତଙ୍କୁ ଏକ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ଅଧିକାରୀମାନେ ସୂଚନା ଦେଇଛନ୍ତି। ଅନ୍ୟପକ୍ଷେ ଚନ୍ଦ୍ରାବାବୁ ତତ୍କାଳ ସଭା ବାତିଲ କରିବା ସହ ମୃତକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ରାଶି ଦେବାକୁ ଘୋଷଣା କରିଛନ୍ତି। ମୃତକଙ୍କ ପିଲାଙ୍କ ଶିକ୍ଷା ପାଇଁ ଆର୍ଥିକ ସହାୟତା ମଧ୍ୟ ପ୍ରଦାନ ପାଇଁ ସେ ପ୍ରତିଶ୍ରୁତି ଦେଇଛନ୍ତି। ଏଥିସହ ଆହତମାନଙ୍କ ଉନ୍ନତ ଚିକିତ୍ସା ସୁନିଶ୍ଚିତ କରିବାକୁ ଟିଡିପି ନେତାମାନଙ୍କୁ ସେ ନିର୍ଦ୍ଦେଶ ଦେଇଛନ୍ତି।

ପ୍ରକାଶ ଯେ, ୨୦୧୯ ବିଧାନସଭା ନିର୍ବାଚନରେ ଓ୍ବାଇଏସ୍‌ଆର୍‌ କଂଗ୍ରେସ ପାର୍ଟି ମୁଖ୍ୟ ଜଗନ୍‌ମୋହନ ରେଡ୍ଡୀ ବିଜୟୀ ହୋଇ ମୁଖ୍ୟମନ୍ତ୍ରୀ ଆସନ ଅଳଙ୍କୃତ କରିଛନ୍ତି। ଏହି ନିର୍ବାଚନରେ ଟିଡିପିକୁ ଶୋଚନୀୟ ପରାଜୟବରଣ କରିବାକୁ ପଡ଼ିଥିଲା। ତେବେ ଟିଡିପିର ବାର୍ଷିକ ସମାବର୍ତ୍ତନ କାର୍ଯ୍ୟକ୍ରମକୁ ବିପୁଳ ଜନ ସମର୍ଥନ ମିଳିବାରେ ଲାଗିଛି। ଆସନ୍ତା ଜାନୁୟାରୀରେ ତାଙ୍କ ପୁଅ ନର ଲୋକେଶ ନାଇଡ଼ୁ ୪,୦୦୦ କି.ମି. ପଦଯାତ୍ରା ଆରମ୍ଭ କରିବେ। ‘ଯୁବ ଗଲମ୍‌’ ନାମରେ ଆୟୋଜିତ ହେବାକୁ ଥିବା ଏହି କାର୍ଯ୍ୟକ୍ରମରେ ଯୁବପିଢ଼ିଙ୍କୁ ସାମିଲ କରି ସେମାନଙ୍କୁ ସ୍ବର ଉତ୍ତୋଳନ କରିବାକୁ ସୁଯୋଗ ଦିଆଯିବ। ‘ଜଗନ୍‌ ହଟାଅ, ଆନ୍ଧ୍ର ପ୍ରଦେଶକୁ ରକ୍ଷା କର’ ସ୍ଲୋଗାନ ଦେଇ ଚନ୍ଦ୍ରାବାବୁ ୨୦୨୪ ନିର୍ବାଚନ ଲଢ଼ିବେ। ଏହା ତାଙ୍କ ଶେଷ ନିର୍ବାଚନ ହେବ ବୋଲି ସେ ପୂର୍ବରୁ ସ୍ପଷ୍ଟ କରିସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ମୁଁ କନଭର୍ଟ ହେବାକୁ ଚାହୁଁଛି…’ କଙ୍ଗନାଙ୍କ ଗୋଟିଏ ବୟାନ ସୋସିଆଲ ମିଡିଆରେ ଲଗାଇଲା ନିଆଁ, ଜାଣନ୍ତୁ ମାମଲା

ନୂଆଦିଲ୍ଲୀ,୩।୮: ବଲିଉଡ୍‌ ଅଭିନେତ୍ରୀ BJP ସାଂସଦ କଙ୍ଗନା ରଣାୱତ ପୁଣି ଥରେ ନିଜର ସ୍ପଷ୍ଟବାଦୀ ଅନ୍ଦାଜ ପାଇଁ ଚର୍ଚ୍ଚାରେ। ଏଥର କାରଣ ହେଉଛି ତାଙ୍କର ସୋସିଆଲ୍‌ ମିଡିଆ…

ବଦଳିଲା ୟୁପିଆଇ ପେମେଣ୍ଟ ନିୟମ, ଟ୍ରାଞ୍ଜାକ୍ସନ୍ ପୂର୍ବରୁ ବ୍ୟାଙ୍କ ପଚାରିବ Yes/No ପ୍ରଶ୍ନ…

ନୂଆଦିଲ୍ଲୀ,୩।୮: ଆପଣଙ୍କର ପରବର୍ତ୍ତୀ UPI ପେମେଣ୍ଟ (Payment) ହୁଏତ ସବୁବେଳେ ଗୋଟିଏ ଟ୍ୟାପ୍‌ରେ ସମ୍ପୂର୍ଣ୍ଣ ନହୋଇପାରେ। ଦେଶରେ ବୃଦ୍ଧି ପାଉଥିବା ଡିଜିଟାଲ୍‌ ପେମେଣ୍ଟ ଠକେଇକୁ ରୋକିବା ଏବଂ…

ଭାଜପା ହାତରୁ ଛଡାଇନେଲେ ଆସନ, ବାଙ୍କିପୁରରେ କେମିତି କାମ କଲା ପ୍ରଶାନ୍ତ କିଶୋରଙ୍କ ମାଷ୍ଟରଷ୍ଟ୍ରୋକ୍‌? ଜାଣନ୍ତୁ…

ପାଟନା,୩।୮: ତିନି ଦଶନ୍ଧି ପରେ ନିଜ ଗଡ଼ରେ ଭାଜପାକୁ ବଡ଼ ପରାଜୟର ସାମ୍ନା କରିବାକୁ ପଡ଼ିଛି। ପରିବର୍ତ୍ତନର ଲହରୀରେ ବିହାରର ବାଙ୍କିପୁର ବିଧାନସଭା ଆସନ, ଯାହା ଭାଜପାର…

ଭାଜପାକୁ ଶକ୍ତ ଝଟ୍‌କା: ଶୋଚନୀୟ ଭାବେ ପରାସ୍ତ କଲା କଂଗ୍ରେସ

ଭୋପାଳ,୩।୮: ମଧ୍ୟପ୍ରଦେଶର ଦତିଆ ବିଧାନସଭା ଆସନ ପାଇଁ ହୋଇଥିବା ଉପନିର୍ବାଚନର ଫଳାଫଳ ସୋମବାର ଘୋଷଣା କରାଯାଇଛି। ଏହି ଉପନିର୍ବାଚନରେ ଶାସକ ଭାରତୀୟ ଜନତା ପାର୍ଟି (ଭାଜପା)କୁ ଏକ…

ବାଙ୍କିପୁର ଉପନିର୍ବାଚନରେ ପ୍ରଶାନ୍ତ କିଶୋରଙ୍କୁ ସହଯୋଗ କଲେ ନୀତିଶ କୁମାର, ଜାଣନ୍ତୁ କ’ଣ ଥିଲା ପିକେଙ୍କ ରଣନୀତି

ପାଟନା,୩।୮: ବାଙ୍କିପୁର ବିଧାନସଭା ଉପନିର୍ବାଚନର ଫଳାଫଳ ପ୍ରକାଶ ପାଇଛି। ଜନ ସୁରାଜର ପ୍ରତିଷ୍ଠାତା ପ୍ରଶାନ୍ତ କିଶୋର ବିଜୟ ହାସଲ କରିଛନ୍ତି। ବଡ଼ ବ୍ୟବଧାନରେ ସେ ଭାଜପା ପ୍ରାର୍ଥୀ…

ଛାତିଥରା ଘଟଣା…ସ୍କୁଲରେ ପଶି ଶିକ୍ଷୟିତ୍ରୀଙ୍କୁ ଛୁରାମାଡ଼ କଲେ ଦୁର୍ବୃତ୍ତ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୩।୮: ହରିୟାଣାର ଫରିଦାବାଦ ଜିଲାର ସିକରୌନା ଗାଁରେ ଥିବା ଏକ ସ୍କୁଲରେ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ଘଟିଛି । ଜଣେ ମୁଖା ପିନ୍ଧିଥିବା ଯୁବକ ସ୍କୁଲ ପରିସରକୁ…

ଜବରଦସ୍ତ ବିଜୟ ପରେ ଭାଜପାକୁ ଏମିତି ଅନୁରୋଧ କଲେ ପ୍ରଶାନ୍ତ କିଶୋର: ମୁଖ୍ୟମନ୍ତ୍ରୀଙ୍କୁ ତୁରନ୍ତ…

ପାଟନା,୩।୮: ଜନ ସୂରଜ ପାର୍ଟି (JSP)ର ପ୍ରତିଷ୍ଠାତା ପ୍ରଶାନ୍ତ କିଶୋର ବାଙ୍କିପୁର ଉପନିର୍ବାଚନରେ ବିଜୟ ହାସଲ କରିଛନ୍ତି। ସେ ଭାଜପା ପ୍ରାର୍ଥୀ ନୀରଜ କୁମାରଙ୍କୁ ପରାସ୍ତ କରିଛନ୍ତି।…

RSSର ବଡ଼ ପ୍ଲାନ! ମୋଦିଙ୍କ ପରେ Gen-Zଙ୍କ ସହ ସିଧାସଳଖ କଥା ହେବେ ମୋହନ ଭାଗବତ

ନୂଆଦିଲ୍ଲୀ,୩।୮: ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (RSS) ର ସଂଘ ଚାଳକ ମୋହନ ଭାଗବତ ଅଗଷ୍ଟ ୬ ତାରିଖରେ ଦେଶର ଯୁବବର୍ଗଙ୍କ ସହ ସୀଧାସଳଖ କଥାବାର୍ତ୍ତା କରିବେ। ଆରଏସଏସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri