ଗଣେଶ ମେଢ଼ ଭସାଣି ବେଳେ ପୁଣି ବଡ଼ ଦୁର୍ଘଟଣା: ଜେନେରେଟର ନିଆଁରେ ପୋଡ଼ି ୫ ଶିଶୁ ଗୁରୁତର

ପୁରୁଷୋତ୍ତମପୁର,୧୮।୯(ସବିତା ମିଶ୍ର): ଗଣେଶ ମେଢ଼ ଭସାଣି ଶୋଭାଯାତ୍ରା ବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ଏକ ଅଭାବନୀୟ ଦୁର୍ଘଟଣା ଘଟିଯାଇଛି। ପ୍ରତାପୁର ରୁଷିକୂଲ୍ୟା ନଦୀରେ ଭସାଣି ବେଳେ ଛାତ୍ର ନିଖୋଜ ହେବାର କିଛି ଘଣ୍ଟା ମଧ୍ୟରେ ଶୁକ୍ରବାର ରାତିରେ ଜେନେରେଟର ନିଆଁ ଲାଗି ୫ ଜଣ କୋମଳମତି ଶିଶୁ ପୋଡ଼ି ଗୁରୁତର ଆହତ ହୋଇଛନ୍ତି। ଗୁରୁତର ଆହାତ ଶିଶୁମାନେ ସୀତାରାମପୁର ଆଗ୍ରାହରମ୍ ସାହିର ଇତିଶ୍ରୀ ନାୟକ (୪), ସୁହାନି ନାୟକ (୧୧), ଭୂମି ନାୟକ (୮), ରାହରି ନାୟକ (୭) ଏବଂ ବିକାଶ ନାୟକ (୫) ବୋଲି ଜଣାପଡ଼ିଛି।

ସୂଚନା ଅନୁଯାୟୀ, ମେଢ଼ ଭସାଣି ଶୋଭାଯାତ୍ରା ସମୟରେ ଏକ ଟ୍ରାକ୍ଟର ଉପରେ ଜେନେରେଟର ରଖାଯାଇଥିଲା। ତାହା ନିକଟରେ ପେଟ୍ରୋଲ୍ ଜାର୍ ରଖାଯାଇଥିବା ବେଳେ ଏହି ଶିଶୁମାନେ ସେହି ଜେନେରେଟର ପାଖରେ ବସି ଶୋଭାଯାତ୍ରା ଦେଖୁଥିଲେ। ତେବେ ଜେନେରେଟରର ଅତ୍ୟଧିକ ଉତ୍ତାପ (ହିଟ୍) ଯୋଗୁ ନିକଟରେ ଥିବା ପେଟ୍ରୋଲ୍ ଜାର୍‌ରେ ହଠାତ୍ ନିଆଁ ଲାଗିଯାଇଥିଲା। ଫଳରେ ନିକଟରେ ବସିଥିବା ୫ ଜଣ ଶିଶୁ ନିଆଁରେ ପୋଡ଼ି ହୋଇ ଆହତ ହୋଇଥିଲେ।

ଦୁର୍ଘଟଣା ପରେ ପ୍ରଥମେ ସେମାନଙ୍କୁ ସ୍ଥାନୀୟ ଆୟୁଷ୍ମାନ ଆରୋଗ୍ୟ ମନ୍ଦିରକୁ ନିଆଯାଇ ପ୍ରାଥମିକ ଚିକିତ୍ସା କରାଯାଇଥିଲା। ମାତ୍ର ସେମାନଙ୍କ ଅବସ୍ଥା ଗୁରୁତର ଥିବାରୁ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଘଟଣା ସମ୍ପର୍କରେ ଖବର ପାଇ ପୁରୁଷୋତ୍ତମପୁର ତହସିଲଦାର ହସ୍ପିଟାଲରେ ପହଞ୍ଚି ଚିକିତ୍ସା ବ୍ୟବସ୍ଥାର ତଦାରଖ କରିବା ସହ ଆମ୍ବୁଲାନ୍ସ ଯୋଗେ ଶିଶୁମାନଙ୍କୁ ବ୍ରହ୍ମପୁର ପଠାଇବାର ବ୍ୟବସ୍ଥା କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବାତ୍ୟାର ରୂପ ନେବ ଲଘୁଚାପ ନା ହେବ ଝଡ଼ବର୍ଷା? ଓ୍ବାର୍ନିଂ ଜାରି କରି ସତର୍କ କଲା…

ଭୁବନେଶ୍ୱର, ୧୮ା୯(ବନ୍ଦନା ସେଠୀ) – ଉତ୍ତର ଥାଇଲାଣ୍ଡ ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ରପତ୍ତନଠାରୁ ୯.୪ କି.ମି ଉଚ୍ଚତା ପର୍ଯ୍ୟନ୍ତ ବିସ୍ତୃତ ରହିଛି। ଶନିବାର…

IASସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର: ଏକାଧିକ ବିଭାଗର…

ଭୁବନେଶ୍ୱର,୧୮।୯: ରାଜ୍ୟ ପ୍ରଶାସନିକ ସେବାରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ବରିଷ୍ଠ ଅଧିକାରୀମାନଙ୍କ ଦାୟିତ୍ୱରେ ପରିବର୍ତ୍ତନ କରାଯାଇ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଭାଗରେ ନୂତନ…

ବେଆଇନ ବାଣ ବିକ୍ରି ଅଭିଯୋଗରେ ପୋଲିସର ଅତର୍କିତ ଚଢ଼ାଉ: ୧ ଲକ୍ଷରୁ ଊର୍ଦ୍ଧ୍ୱ ବାଣ ଜବତ

ଗଜପତି,୧୭।୯(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ସହରରେ ବେଆଇନ ବାଣ ବିକ୍ରି ଅଭିଯୋଗ ଆଉ ଏକ ଘଟଣା ସାମ୍ନାକୁ ଆସିଛି। ବାଣ ବିକ୍ରି ପାଇଁ ଆବଶ୍ୟକ ଅନୁମତି ନ ଥାଇ…

ଗୁରୁତର ରୋଗୀଙ୍କୁ ଧମକ ଦେଇ ଡିସଚାର୍ଜ ଅଭିଯୋଗ

ଗୁଡ଼ାରି, ୧୮/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀ ସେବାରେ ଅବହେଳା ଓ ଦୁର୍ବ୍ୟବହାର ଭଳି ଏକ ଅଭିଯୋଗ ଶୁକ୍ରବାର ସାମ୍ନାକୁ ଆସିଛି।…

ସିଙ୍ଗାରି ଅଞ୍ଚଳରେ ୨ ହାତୀଙ୍କ ଉପଦ୍ରବ: ବାଣ ଫୁଟାଇ ଜଙ୍ଗଲକୁ ଘଉଡ଼ାଇଲା ବନ ବିଭାଗ!

କଲ୍ୟାଣସିଂହପୁର, ୧୮/୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତ ସାନବାମୁଣଗୁଡ଼ା ଅଞ୍ଚଳରେ ୨ଟି ଜଙ୍ଗଲୀ ହାତୀ ପଶି ଆସିବା ଯୋଗୁଁ ସ୍ଥାନୀୟ…

ଦିଗପହଣ୍ଡିରେ ବିଷ୍ଣୁ ଗୋସ୍ୱାମୀ ମହାରାଜଙ୍କ ଜନ୍ମ ମହୋତ୍ସବ: ଯୋଗଦେଲେ ବିଧାୟକ

ଦିଗପହଣ୍ଡି,୧୮|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ କୃଷ୍ଣ ଚୈତନ୍ୟ ଆଶ୍ରମର ଆଚାର୍ଯ୍ୟ ତଥା ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ଭାଗବତ ପ୍ରଚାରକ ଭକ୍ତି ବିଚାର ଶ୍ରୀ…

ଦିଗପହଣ୍ଡିର ବିଭିନ୍ନ ପର୍ଯ୍ୟଟନ ସ୍ଥଳର ବିକାଶ ପାଇଁ ଜିଲାପାଳଙ୍କ ଉପସ୍ଥିତିରେ ବିଧାୟକଙ୍କ ସମୀକ୍ଷା 

ଦିଗପହଣ୍ଡି,୧୮|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ରହିଥିବା ବିଭିନ୍ନ ପର୍ଯ୍ଯଟନୀସ୍ଥଳ ଗୁଡ଼ିକର ଉନ୍ନତି କରାଯିବା ନେଇ ଶୁକ୍ରବାର ଦିଗପହଣ୍ଡି ବ୍ଲକ ଖମାରୀଗାଁ ପଞ୍ଚାୟତ ଘୋଡାହାଡ…

ଶିଶୁ ଫର୍ମୁଲା ଫୁଡ୍ ମାମଲାରେ ନେସଲେ ଇଣ୍ଡିଆ ବିରୋଧରେ କାର୍ଯ୍ୟାନୁଷ୍ଠାନ, FSSAI ଉଠାଇଲା କଠୋର ପଦକ୍ଷେପ

ନୂଆଦିଲ୍ଲୀ,୧୮।୯: ଶିଶୁମାନଙ୍କ ପାଇଁ ବ୍ୟବହୃତ ହେଉଥିବା ଫର୍ମୁଲା ଫୁଡ୍ (Infant Formula Food) ର ବିଜ୍ଞାପନ ଓ ପୋଷକ ତତ୍ତ୍ୱର ଗୁଣବତ୍ତାକୁ ନେଇ ଖାଦ୍ୟ ସୁରକ୍ଷା ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?