Posted inଜାତୀୟ

ମୋଦିଙ୍କ ଶପଥ ଗ୍ରହଣ ସମୟରେ, ସେପଟେ ଶ୍ରଦ୍ଧାଳୁଙ୍କ ବସ ଉପରେ ଆତଙ୍କବାଦୀ ଆକ୍ରମଣ: ୧୦ ମୃତ

ନୂଆଦିଲ୍ଲୀ,୯।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କ୍ୟାବିନେଟର ଶପଥ ଗ୍ରହଣ ସମାରୋହ ଦିଲ୍ଲୀରେ ଚାଲିଥିବାବେଳେ ଜମ୍ମୁରେ ମାତା ବୈଷ୍ଣୋ ଦେବୀ ଦର୍ଶନ ପାଇଁ ଯାଉଥିବା ଯାତ୍ରୀବାହୀ ବସ ଉପରେ ଆତଙ୍କବାଦୀମାନେ ଆକ୍ରମଣ କରିଥିଲେ। ଏହି ଆତଙ୍କବାଦୀ ଆକ୍ରମଣରେ ୧୦ ଜଣ ଭକ୍ତଙ୍କ ମୃତ୍ୟୁ ଖବର ରହିଛି। ସୁରକ୍ଷା ବାହିନୀ ଘଟଣାସ୍ଥଳରେ ପହଞ୍ଚିବା ପରେ ରିଲିଫ ଓ ଉଦ୍ଧାର କାର୍ଯ୍ୟ ଚାଲିଛି। ଏହି ଦୁର୍ଘଟଣାରେ ଆହତ ହୋଇଥିବା ଅନେକ ଭକ୍ତଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଏଥି ସହ ଆତଙ୍କବାଦୀଙ୍କ ସନ୍ଧାନରେ ଭାରତୀୟ ସେନା, ସିଆରପିଏଫ, ଜମ୍ମୁ କଶ୍ମୀର ପୋଲିସ ସର୍ଚ୍ଚ ଅପରେସନ ଆରମ୍ଭ କରିଛି।

ସୂଚନାନୁସାରେ, ଏହି ଆତଙ୍କବାଦୀ ଘଟଣା ଜମ୍ମୁ କାଶ୍ମୀରର ନିଛାଟିଆ ଅଞ୍ଚଳରେ ଘଟିଛି। ଶିବଖୋଦୀ ମନ୍ଦିରରେ ଦର୍ଶନ ପରେ ଭକ୍ତମାନେ ମାତା ବୈଷ୍ଣୋ ଦେବୀଙ୍କ ଦର୍ଶନ ପାଇଁ ବସ ଯୋଗେ କଟ୍ରା ଯାଉଥିଲେ। ବସ ଜଙ୍ଗଲ ଅଞ୍ଚଳରେ ପହଞ୍ଚିବା ମାତ୍ରେ ଆମ୍ବୁସରେ ବସିଥିବା ଆତଙ୍କବାଦୀମାନେ ବସ ଉପରେ ଶୀଘ୍ର ଗୁଳି ଚଳାଇବା ଆରମ୍ଭ କରିଥିଲେ। ଆତଙ୍କବାଦୀଙ୍କ ଗୁଳିରେ ଭୟଭୀତ ହୋଇ ବସ ଡ୍ରାଇଭର ନିୟନ୍ତ୍ରଣ ହରାଇ ବସଟି ଖାଲରେ ପଡ଼ିଯାଇଥିଲା। କୁହାଯାଉଛି ଯେ ବସରେ ପ୍ରାୟ ୫୦ ଭକ୍ତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଛୁରୀ ଭୁଶି ଯୁବକଙ୍କୁ ହତ୍ୟା: ପୂର୍ବ ଶତ୍ରୁତାରୁ ଆକ୍ରମଣ, ଦୁଇ ଯୁବକ ଫେରାର

ଖଲ୍ଲିକୋଟ, ୧୫।୯ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଥାନା ଅନ୍ତର୍ଗତ ଖୋଜାପଲ୍ଲୀ ଗ୍ରାମରେ ଜଣେ ଯୁବକଙ୍କୁ ଛୁରୀ ଭୁଶି ହତ୍ୟା କରାଯାଇଛି। ମୃତକ ହେଲେ ଖୋଜାପଲ୍ଲୀ ଗ୍ରାମର…

ପଞ୍ଚାୟତ ନିର୍ବାଚନ ପାଇଁ ରଣନୀତି : ବୁଥ୍‌ରୁ ଗାଁ ଯାଏ ସଂଗଠନ ମଜବୁତ କରିବ ଭାଜପା

ଭଞ୍ଜନଗର, ୧୫/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଡେକା ସମ୍ମିଳନୀ କକ୍ଷରେ ମଙ୍ଗଳବାର ଭାଜପା ଭଞ୍ଜନଗର ସାଂଗଠନିକ ଜିଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା…

ରହସ୍ୟଜନକ ପାରା ଥାନାରେ ଅଟକ: ବାଂଲାଦେଶରୁ ଆସିଥିବା ସନ୍ଦେହ

ବୈଶିଙ୍ଗା, ୧୫/୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ କଷିପଦା ଗ୍ରାମରୁ ମଙ୍ଗଳବାର ଦ୍ୱିପ୍ରହର ସମୟରେ ଏକ ରହସ୍ୟଜନକ ପାରା ଉଦ୍ଧାର କରାଯାଇଛି। ଗ୍ରାମର…

କଳାହାଣ୍ଡିରେ ଧୁମ୍‌ଧାମ୍‌ରେ ପାଳିତ ହେଲା ନୂଆଁଖାଇ, ଖିରି, ପିଠାରେ ମହକିଲା ଗାଁ ଦାଣ୍ଡ

ଭବାନୀପାଟଣା,୧୫ା୯(ଉତ୍ତମ କୁମାର ଦାଶ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ମଙ୍ଗଳବାର କଳାହାଣ୍ଡି ଜିଲାରେ ଧୁମ୍‌ଧାମରେ ପାଳିତ ହୋଇଯାଇଛି। ଜିଲାର ସର୍ବପୁରାତନ ଜୁନାଗଡ଼ ସହରସ୍ଥିତ ଦଧିବାମନ ମନ୍ଦିରରେ ସକାଳ…

ମଦ ବିକ୍ରିକୁ ନେଇ ତାତିଲେ ମହିଳା, ପ୍ରଶାସନ ନିକଟରେ ଦାବି

ପାଟଣା, ୧୪/୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ବଡ଼ପାଟଣା ପଞ୍ଚାୟତ ମଙ୍ଗଳପୁର, କୁଆପଶି, ଲେଖେନା ଓ ଡିଆନାଳି ଅଞ୍ଚଳରେ ବେଆଇନ ଭାବେ…

୧୯ ବର୍ଷ ହେଲା ବଜାୟ ରହିଛି ପରମ୍ପରା: ନୂଆଁଖାଇରେ ଶିରାବାହାଲ ଗ୍ରାମବାସୀ ଏକାଠି ଖାଇଲେ

ବଲାଙ୍ଗୀର ଅଫିସ, ୧୫।୯ (ସୁନିଲ କୁମାର ମହାନ୍ତି): ଯେଉଁ ମହାନ ଉଦ୍ଦେଶ୍ୟ ନେଇ ନୂଆଁଖାଇ ତିହାରର ପରିକଳ୍ପନା କରାଯାଇଥିଲା, ତାହାକୁ ସାକାର ରୂପ ଦେଉଛନ୍ତି ବଲାଙ୍ଗୀର ଜିଲା…

ବିଜ୍ଞାନକୁ ବାଦ୍‌ ଦେଇ ଦେଶର ପ୍ରଗତି ପରିକଳ୍ପନା ଅସମ୍ଭବ

ଦିଗପହଣ୍ଡି, ୧୫।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଜ୍ଞାନଶ୍ରୀ ପବ୍ଲିକ୍‌ ସ୍କୁଲର ଷଷ୍ଠତମ ଜ୍ଞାନବିଜ୍ଞାନ ମେଳା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ହରିବନ୍ଧୁ ଦୋରା, କାଳୁଚରଣ…

ଗାଡ଼ି ଲାଇଟ୍‌ ଉପରେ ସରକାର ଆଣୁଛନ୍ତିି ବଡ଼ ନିୟମ, ଜାଣନ୍ତୁ କ’ଣ ହେବ ପରିବର୍ତ୍ତନ

ନୂଆଦିଲ୍‌ଲୀ,୧୫।୯: ରାତି ସମୟରେ ରାସ୍ତାରେ ଗାଡ଼ିଗୁଡ଼ିକର ହାଇ ବିମ (High Beam) ହେଡଲାଇଟ ଆଖି ଝଲସାଇ ଦେବା ସଡ଼କ ଦୁର୍ଘଟଣାର ଏକ ବଡ଼ କାରଣ ପାଲଟିଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?