ଆମେରିକାରେ ଭାରତୀୟ ଦୂତାବାସରେ ଜଣେ ଅଧିକାରୀଙ୍କ ରହସ୍ୟଜନକ ମୃତଦେହ ଉଦ୍ଧାର, ଦେଶରେ ଚହଳ

ଓ୍ବାଶିଂଟନ୍‌,୨୧।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ତିନି ଦିନିଆ ଆମେରିକା ଗସ୍ତରେ ଅଛନ୍ତି। ଏହି ଗସ୍ତ ସମୟରେ ସେ ବାର୍ଷିକ ‘କ୍ୱାଡ’ ଶିଖର ସମ୍ମିଳନୀରେ ଯୋଗଦେବେ ଏବଂ ମିଳିତ ଜାତିସଂଘ ସାଧାରଣ ସଭାରେ ‘ସମିଟ ଅଫ ଦ ଫ୍ୟୁଚର୍‌’କୁ ସମ୍ବୋଧିତ କରିବେ।

ବୈଦେଶିକ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ପ୍ରଧାନମନ୍ତ୍ରୀ ମୋଦି ସେପ୍ଟେମ୍ବର ୨୨ରେ ନ୍ୟୁୟର୍କରେ ଭାରତୀୟ ସମ୍ପ୍ରଦାୟର ଲୋକଙ୍କୁ ମଧ୍ୟ ସମ୍ବୋଧିତ କରିବେ। ଏହାପୂର୍ବରୁ ସେ ସେପ୍ଟେମ୍ବର ୨୧ରେ ଡେଲାୱେରର ୱିଲମିଙ୍ଗଟନରେ ‘କ୍ୱାଡ ଲିଡର୍ସ ସମ୍ମିଳନୀ’ରେ ଯୋଗଦେବେ। ଏହା ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନଙ୍କ ଦ୍ୱାରା ଆୟୋଜିତ ହେବ।

ତେବେ ମୋଦିଙ୍କ ଗସ୍ତ ଭିତରେ ୱାଶିଂଟନରେ ଥିବା ଭାରତୀୟ ଦୂତାବାସର ଜଣେ ଅଧିକାରୀଙ୍କ ମିଶନ ପରିସରରେ ରହସ୍ୟମୟ ଭାବରେ ମୃତଦେହ ମିଳିଛି। ଏହି ଘଟଣା ପରେ ସାରା ଦେଶରେ ଉତ୍ତେଜନା ପ୍ରକାଶ ପାଇଛି। ସ୍ଥାନୀୟ ଆଇନ ଅଧିକାରୀ ଏବଂ ସିକ୍ରେଟ ସର୍ଭିସ ଅଧିକାରୀଙ୍କ ଦ୍ୱାରା ଏହି ଘଟଣାର ଅନୁସନ୍ଧାନ କରାଯାଉଛି। ନ୍ୟୁଜ ଏଜେନ୍ସି ପିଟିଆଇ ଅନୁଯାୟୀ, ଏହି ଘଟଣାରେ ଆତ୍ମହତ୍ୟା ହେବାର ସମ୍ଭାବନାକୁ ଦୃଷ୍ଟିରେ ରଖି ବିଭିନ୍ନ ଦିଗ ଉପରେ ଦୃଷ୍ଟି ଦିଆଯାଉଛି।

ଭାରତୀୟ ଦୂତାବାସ ଏହାର ବିବୃତ୍ତିରେ କହିଛି, ଦୁଃଖର ସହିତ ଆମେ ନିଶ୍ଚିତ କରିବାକୁ ଚାହୁଁଛୁ ଯେ ୧୮ ସେପ୍ଟେମ୍ବର ୨୦୨୪ ସଂଧ୍ୟାରେ ଭାରତୀୟ ଦୂତାବାସର ଜଣେ ସଦସ୍ୟଙ୍କର ଦେହାନ୍ତ ହୋଇଛି। ମୃତଦେହକୁ ଭାରତକୁ ଫେରାଇବା ପାଇଁ ଆମେ ସମସ୍ତ ସଂପୃକ୍ତ ଏଜେନ୍ସି ଏବଂ କର୍ତ୍ତୃପକ୍ଷଙ୍କ ସହ ସମନ୍ବୟ ରକ୍ଷା କରୁଛୁ। ମୃତ ବ୍ୟକ୍ତିଙ୍କ ଗୋପନୀୟତାକୁ ଧ୍ୟାନରେ ରଖି ଆମେ ପରିବାର ସଦସ୍ୟଙ୍କ ସହ ଯୋଗାଯୋଗରେ ଅଛୁ, ଆମର ପ୍ରାର୍ଥନା ଏହି ସମୟରେ ପରିବାର ସହିତ ଅଛି।

 


Enter your email to get our daily news in your inbox.

All Right Reserved By Dharitri.Com

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ଚନ୍ଦ୍ରକୁ ମହାକାଶଚାରୀ ପଠାଇଲା ନାସା, ରକେଟ ଛଡ଼ାଯିବାର ୫ ମିନିଟ୍‌ ପରେ କମାଣ୍ଡର କହିଲେ…

କେପ୍‌ କାନାଭେରାଲ,୨ା୪: ଆମେରିକାର ନ୍ୟାଶନାଲ ଏରୋନଟିକ୍ସ ଆଣ୍ଡ୍‌ ସ୍ପେସ୍‌ ଆଡମିନିଷ୍ଟ୍ରେଶନ(ନାସା) ବୁଧବାର ଚନ୍ଦ୍ର ଅଭିମୁଖେ ୪ଜଣ ମହାକାଶଚାରୀଙ୍କୁ ପଠାଇଛି। ଆର୍ଟେମିସ୍‌-୨ ନାମରେ ଏହି ଚନ୍ଦ୍ର ଅଭିଯାନ ୩ଜଣ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri