Posted inଜାତୀୟ

ବୁଲା କୁକୁର ମାମଲା: ସୁପ୍ରିମକୋର୍ଟରେ ‘କୁକୁର, ବିଲେଇ ଓ ମୂଷା’କୁ ନେଇ ରୋଚକ ଯୁକ୍ତି

ନୂଆଦିଲ୍ଲୀ,୮ା୧: ଦେଶରେ ବୁଲା କୁକୁରଙ୍କ ସଂଖ୍ୟା ନିୟନ୍ତ୍ରଣ ଓ ସାଧାରଣ ଲୋକଙ୍କ ସୁରକ୍ଷାକୁ ସୁପ୍ରିମକୋର୍ଟରେ ଶୁଣାଣି ଜାରି ରହିଛି। ଏହି ପ୍ରସଙ୍ଗରେ ଏକ ଜନସ୍ୱାର୍ଥ ମାମଲାର ଶୁଣାଣି ସମୟରେ ସୁପ୍ରିମକୋର୍ଟରେ ରୋଚକ ପରିସ୍ଥିତି ସୃଷ୍ଟି ହୋଇଛି। ବିଚାରପତି ଜଷ୍ଟିସ୍ ବିକ୍ରମ ନାଥ, ସନ୍ଦୀପ ମେହେଟ୍ଟା ଏବଂ ଏନ.ଭି. ଅଞ୍ଜାରିଆଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରୁଥିବା ବେଳେ କୁକୁରଙ୍କ ଉପସ୍ଥିତି ସାମାଜିକ ସନ୍ତୁଳନ ରକ୍ଷା କରେ ବୋଲି ପଶୁପ୍ରେମୀଙ୍କ ପକ୍ଷରୁ ଯୁକ୍ତି କରାଯାଇଥିଲା।

ବରିଷ୍ଠ ଆଇନଜୀବୀ ସି.ୟୁ. ସିଂ କହିଥିଲେ ଯେ, ସହରରୁ କୁକୁରଙ୍କୁ ହଠାତ୍ ହଟାଇ ଦେଲେ ମୂଷାଙ୍କ ସଂଖ୍ୟା ବୃଦ୍ଧି ପାଇବ, ଯାହା ରୋଗ ବ୍ୟାପିବାର କାରଣ ହେବ। ଏହି ସମୟରେ ଜଷ୍ଟିସ୍ ମେହେଟ୍ଟା ହାଲୁକା ଭାବେ କହିଥିଲେ, “କୁକୁର ଏବଂ ବିଲେଇ ଶତ୍ରୁ। ଆମେ ବିଲେଇଙ୍କୁ ପ୍ରୋତ୍ସାହନ ଦେବା ଉଚିତ୍, କାରଣ ସେମାନେ ମୂଷାଙ୍କୁ ନିୟନ୍ତ୍ରଣ କରିପାରିବେ।”

ଏହି ଶୁଣାଣି ସମୟରେ ବୁଲା କୁକୁରଙ୍କ ବନ୍ଧ୍ୟାକରଣ (ABC Rules) ପାଇଁ ବଜେଟ୍ ଏବଂ ଭିତ୍ତିଭୂମିର ଅଭାବ ଉପରେ ଆଇନଜୀବୀମାନେ ପ୍ରଶ୍ନ ଉଠାଇଥିଲେ। ବର୍ତ୍ତମାନ ଦେଶରେ ୫.୨ କୋଟି ବୁଲା କୁକୁର ଥିବାବେଳେ ମାତ୍ର ୬୬ଟି ସ୍ୱୀକୃତିପ୍ରାପ୍ତ ବନ୍ଧ୍ୟାକରଣ କେନ୍ଦ୍ର ରହିଛି। ଶିକ୍ଷାନୁଷ୍ଠାନ, ହସ୍ପିଟାଲ ଏବଂ ସାଧାରଣ ସ୍ଥାନରେ କୁକୁରଙ୍କ ଉପସ୍ଥିତି ଯୋଗୁଁ ଘଟୁଥିବା ଦୁର୍ଘଟଣା ଓ କାମୁଡ଼ା ଘଟଣା ଉପରେ କୋର୍ଟ ଗଭୀର ଚିନ୍ତା ପ୍ରକଟ କରିଛନ୍ତି।

ସୁପ୍ରିମକୋର୍ଟ ସ୍ପଷ୍ଟ କରିଛନ୍ତି ଯେ, ସେ ସବୁ କୁକୁରଙ୍କୁ ରାସ୍ତାରୁ ହଟାଇବାକୁ ନିର୍ଦ୍ଦେଶ ଦେଇନାହାନ୍ତି, ବରଂ ନିୟମ ଅନୁଯାୟୀ ସେମାନଙ୍କର ପରିଚାଳନା କରିବାକୁ କହିଛନ୍ତି। କୋର୍ଟ ଆହୁରି ମଧ୍ୟ କହିଛନ୍ତି ଯେ, ନିୟମ ଥାଇ ମଧ୍ୟ ଅନେକ ରାଜ୍ୟରେ ଏହାର ଉଲ୍ଲଂଘନ ହେଉଛି, ଯାହା ଫଳରେ ମଣିଷଙ୍କ ଜୀବନ ବିପଦରେ ପଡୁଛି।


Enter your email to get our daily news in your inbox.

All Right Reserved By Dharitri.Com

ବଲିଉଡରୁ ଆସିଲା ଦୁଃଖଦ ଖବର: ପରଲୋକରେ ଲୋକପ୍ରିୟ ଅଭିନେତା

ମୁମ୍ବାଇ: ଲୋକପ୍ରିୟ ଅଭିନେତା ପ୍ରଦୀପ ରାୱତଙ୍କର ୭୪ ବର୍ଷ ବୟସରେ ପରଲୋକ ଘଟିଛି। ତାଙ୍କ ଦେହାନ୍ତ ସମ୍ବନ୍ଧୀୟ ସୂଚନା ଅଭିନେତା ଯଶପାଳ ଶର୍ମା ସୋସିଆଲ ମିଡିଆରେ ପୋଷ୍ଟ…

ଦ୍ୱିଅର୍ଥବୋଧକ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ୍‌ଙ୍କୁ ଗିରଫ ପରେ ଜାମିନ

ଚେନ୍ନାଇ,୫ା୮: ଲୋକପ୍ରିୟ ଅଭିନେତ୍ରୀ ତ୍ରିଶାଙ୍କୁ ଇଙ୍ଗିତ କରି ଓ ତାଙ୍କ ସମ୍ମାନ ଏବଂ ନାରୀତ୍ୱକୁ ଅପମାନିତ କରି ଦ୍ୱିଅର୍ଥବୋଧକ ମନ୍ତବ୍ୟ ଦେବା ଅଭିଯୋଗରେ ତାମିଲନାଡୁର ପୂର୍ବତନ ଉପମୁଖ୍ୟମନ୍ତ୍ରୀ…

ସୁୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ, ଏମାନଙ୍କୁ ଆଉ ମିଳିବନି ପେଟ୍ରୋଲ…

ନୂଆଦିଲ୍ଲୀ,୪।୮: ବିନା ଥାର୍ଡ ପାର୍ଟି ବୀମାରେ ଚାଲୁଥିବା ଗାଡ଼ିକୁ ନେଇ କଠୋର ହେଲେ ସୁପ୍ରିମକୋର୍ଟ। ଅଦାଲତ କହିଛନ୍ତି ଯେଉଁ ଗାଡ଼ିଗୁଡ଼ିକର ବୈଧ ଥାର୍ଡ ପାର୍ଟି ବୀମା ନାହିଁ…

ବିଜୟଙ୍କ ଉପରେ ସଙ୍ଗୀନ ଅଭିଯୋଗ ଆଣିଲେ ଜୁନିୟର ଷ୍ଟାଲିନ୍‌, କହିଲେ ମୋ ସହ…

ନୂଆଦିଲ୍ଲୀ,୪।୮: ତାମିଲନାଡୁର ବିରୋଧୀ ଦଳ ନେତା ଏବଂ ଡିଏମକେ ନେତା ଉଦୟନିଧି ଷ୍ଟାଲିନ୍ ମଙ୍ଗଳବାର ଦିନ ଟିଭିକେ ସରକାରଙ୍କ ବିରୋଧରେ ଗମ୍ଭୀର ଅଭିଯୋଗ ଆଣିଛନ୍ତି। ଏକ ଜନସଭାରେ…

ଉପନିର୍ବାଚନରେ ପରାଜୟ ପରେ ଭାଜପାର ବଡ଼ ଆକ୍ସନ, ଭାଙ୍ଗିଦେଲା ଦଳର…

ନୂଆଦିଲ୍ଲୀ,୪।୮: ଦତିଆ ବିଧାନସଭା ଉପନିର୍ବାଚନରେ ମିଳିଥିବା ଶୋଚନୀୟ ପରାଜୟ ପରେ ଭାଜପା ଏକ ବଡ଼ ନିଷ୍ପତ୍ତି ନେଇଛି। ଦଳ ସଂଗଠନରେ ପରିବର୍ତ୍ତନ ଆଣିବା ଉଦ୍ଦେଶ୍ୟରେ ସମଗ୍ର ଜିଲ୍ଲା…

ଆସନ୍ତାକାଲି ଠାରୁ ମିଳିବ ଶୁଦ୍ଧ ପେଟ୍ରୋଲ? E20ରୁ ମିଳିବ ମୁକ୍ତି, ବଡ଼ ବୟାନ ଦେଲେ ସରକାର…

ନୂଆଦିଲ୍ଲୀ,୪।୮:: ଗତ କିଛି ଦିନ ଧରି, ସୋସିଆଲ ମିଡିଆରେ ଏକ ଖବର ଭାଇରାଲ ହେଉଛି, ଯେଉଁଥିରେ ଦାବି କରାଯାଉଛି ଯେ, ସରକାର E20 ପେଟ୍ରୋଲକୁ ପର୍ଯ୍ୟାୟକ୍ରମେ ବନ୍ଦ…

ଏଣିକି UPI ପେମେଣ୍ଟରେ ଲାଗିବ ଏକ୍ସର୍ଟା ଚାର୍ଜ? ଜାଣନ୍ତୁ କେତେ ଟ୍ରାଞ୍ଜାକ୍ସନ କଲେ ଦେବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୪।୮: ସରକାର ୟୁପିଆଇ (UPI) ମାଧ୍ୟମରେ ପେମେଣ୍ଟ କରିବାକୁ ନେଇ ଏକ ବଡ଼ ପରିବର୍ତ୍ତନ କରିବାକୁ ପ୍ରସ୍ତୁତି କରୁଛନ୍ତି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ‘ପେମେଣ୍ଟ ଆଣ୍ଡ୍…

ତପ୍ତପାଣି ଗସ୍ତ ସାରି ଫେରିଲେ ରାଷ୍ଟ୍ରପତି: ଉଷ୍ମ ପସ୍ରବଣର ଗନ୍ଧକଯୁକ୍ତ ପାଣିରେ ସ୍ନାନ, ମା’ କନ୍ଧୁଣି ଦେବୀଙ୍କୁ କଲେ ପୂଜାର୍ଚ୍ଚନା

ଦିଗପହଣ୍ଡି, ୪।୮ (ଅଶେଷ ନାଥ ମିଶ୍ର): ଦେଶର ପ୍ରଥମ ନାଗରିକ ତଥା ମାନ୍ୟବର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ଗଞ୍ଜାମ-ଗଜପତି ସୀମାନ୍ତର ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri