Posted inଜାତୀୟ

କଂଗ୍ରେସ ସରକାର ସମୟରେ ପାକିସ୍ତାନ ଲଗାତାର କରୁଥିଲା ଆତଙ୍କବାଦୀ ଆକ୍ରମଣ…

ନୂଆଦିଲ୍ଲୀ, ୨୩।୮ : କେନ୍ଦ୍ରରେ କଂଗ୍ରେସ ସରକାର ବହୁବର୍ଷ ଧରି ରହିଥିଲେ। ଏହି ସମୟରେ ପାକିସ୍ତାନ ନିଜ ଇଛା ଅନୁସାରେ ଯେବେ ଚାହୁଁଥିଲା ଲଗାତାର ଆତଙ୍କବାଦୀ ଆକ୍ରମଣ କରୁଥିଲା ବୋଲି ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି.ନଡ୍ଡା ଅଭିଯୋଗ କରିଛନ୍ତି। ମଙ୍ଗଳବାର ଦିଲ୍ଲୀରେ ’ମୋଦି ଆଟ୍‌ ଦି ରେଟ୍‌ ୨୦’ କାର୍ଯ୍ୟକ୍ରମକୁ ସମ୍ବୋଧିତ କରି ନଡ୍ଡା ଏଭଳି କହିଛନ୍ତି। କୋଝିକୋଡେରେ ଆୟୋଜିତ ଏକ ସାଧାରଣ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଥିଲେ ଯେ ପାକିସ୍ତାନ ଯାହା କରିଛି ତାହାର ଉପଯୁକ୍ତ ଜବାବ ସର୍ଜିକାଲ ଷ୍ଟ୍ରାଇକରେ ଦିଆଯାଇଛି। ମୋଦିଙ୍କ ଏହି ବିବୃତ୍ତି ସମ୍ପର୍କରେ ନଡ୍ଡା ଗୁରୁତ୍ୱାରୋପ କରିଛନ୍ତି।

ନଡ୍ଡା କହିଛନ୍ତି, ମୋଦି ’ଗୋଟିଏ ଜୀବନ ଗୋଟିଏ ଲକ୍ଷ୍ୟ’ ସହିତ ଅର୍ଥପୂର୍ଣ୍ଣ ଭାବରେ ଜୀବନଯାପନ କରନ୍ତି ଏବଂ ପ୍ରତ୍ୟେକ ମୁହୂର୍ତ୍ତ ଦେଶର ସେବା ପାଇଁ ଉତ୍ସର୍ଗୀକୃତ ରହିଛନ୍ତି। ଏହା କେବଳ କହିବା କଥା ନୁହେଁ, ଆମେ ସମସ୍ତେ ତାଙ୍କୁ ଏଭଳି ଭାବେ ଦେଖୁଛୁ। ପ୍ରଧାନମନ୍ତ୍ରୀଙ୍କର ଲୋକପ୍ରିୟତା ଦିନକୁ ଦିନ, ପ୍ରତ୍ୟେକ ମୁହୂର୍ତ୍ତରେ, ପ୍ରତିବର୍ଷ ବୃଦ୍ଧି ପାଉଛି। ଯଦି ଏକ ସର୍ଭେ କରାଯାଏ ଦେଖାଯିବ ଯେ ବିଜୟ ଆସନ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି।

ମୋଦିଙ୍କର ପଚାଶ ବର୍ଷର ସାର୍ବଜନୀକ ଜୀବନ, କୋଡ଼ିଏ ବର୍ଷର ପ୍ରଶାସନିକ ଜୀବନରେ କୌଣସି ଦୁର୍ନୀତି ନାହିଁ। ସେ ଜୀବନରେ ଅନେକ ଜିନିଷ ବଦଳାଇବାକୁ ଚେଷ୍ଟା କରିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ଯୋଗୁ ରାଜନୀତିର ଦୃଷ୍ଟିକୋଣ ମଧ୍ୟ ବଦଳିଥିବା ନଡ୍ଡା କହିଛନ୍ତି।

ନଡ୍ଡା ଗୁରୁତ୍ୱାରୋପ କରିଛନ୍ତି, ପ୍ରଧାନମନ୍ତ୍ରୀ ସଂସ୍କୃତିକୁ ଯୋଡ଼ିଛନ୍ତି, ଭାରତର ସାଂସ୍କୃତିକ ଐତିହ୍ୟକୁ ବିଶ୍ୱ ସମ୍ମୁଖରେ ରଖିଛନ୍ତି। ତାଙ୍କ ଯୋଗୁ ଭାରତର ଗୋଟିଏ ଜିଲ୍ଲା, ଗୋଟିଏ ଉତ୍ପାଦ ସାରା ପୃଥିବୀରେ ପହଞ୍ଚି ପାରିଛି ବୋଲି ନଡ୍ଡା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓବିସି ବର୍ଗର ସବୁଠୁ ବଡ଼ ଶତ୍ରୁ ହେଉଛି କଂଗ୍ରେସ: ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୪ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର କଂଗ୍ରେସ ନେତୃତ୍ୱାଧୀନ କର୍ଣ୍ଣାଟକ ସରକାରଙ୍କ ମୁସଲିମ ସମ୍ପ୍ରଦାୟକୁ ରାଜ୍ୟ ଓବିସି ତାଲିକାରେ ଅନ୍ତର୍ଭୁକ୍ତ କରିବା ନିଷ୍ପତ୍ତିକୁ ସମାଲୋଚନା କରି...

ଏହି ଆସନରେ ନିଜର ପ୍ରାର୍ଥୀଙ୍କୁ ଭୋଟ୍‌ ନଦେବାକୁ ନିବେଦନ କରୁଛି କଂଗ୍ରେସ

ନୂଆଦିଲ୍ଲୀ,୨୪ା୪: ଦେଶରେ ଜାରି ରହିଥିବା ସାଧାରଣ ନିର୍ବାଚନକୁ ନେଇ ନାନା ରୋଚକ ଖବରମାନ ଦେଖିବାକୁ ମିଳୁଛି। ଏହାରି ମଧ୍ୟରେ ରାଜସ୍ଥାନରେ କଂଗ୍ରେସ ଏହାର ଏକ ପ୍ରାର୍ଥିଙ୍କୁ...

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଏହି ଆସନରୁ ନିର୍ବାଚନ ଲଢିବେ ଅଖିଳେଶ,ଗୁରୁବାର ପ୍ରାର୍ଥିପତ୍ର ଦାଖଲ

ଲକ୍ଷ୍ନୌ,୨୪।୪: ଏସପି ସୁପ୍ରିମୋ ଅଖିଲେଶ ଯାଦବ କନ୍ନୌଜ ଲୋକ ସଭା ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବେ। ଗୁରୁବାର ମଧ୍ୟାହ୍ନ ୧୨ଟାରେ ନାମାଙ୍କନପତ୍ର ଦାଖଲ କରାଯିବ। ଏହାପୂର୍ବରୁ ଏସପି...

ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ

ମୁମ୍ବାଇ,୨୨ା୪: ମଙ୍ଗଳବାର ଅପରାହ୍ନରେ ମହାରାଷ୍ଟ୍ରର ୟବତମାଲରେ ଏକ ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ ହୋଇପଡିଛନ୍ତି। ଗଡକରୀ ଭାଜପାର ନାଗପୁର ପ୍ରାର୍ଥୀ ଭାବରେ...

ରେଳ ବିଭାଗର ବଡ଼ ଘୋଷଣା, ଏବେ ଆପଣଙ୍କୁ ମିଳିବ କନଫର୍ମ ଟିକେଟ୍‌

ନୂଆଦିଲ୍ଲୀ,୨୪।୪: ରେଳ ବିଭାଗର ବଡ଼ ଘୋଷଣା। ଟ୍ରେନ ଯାତ୍ରୀଙ୍କ ପାଇଁ ଆସିଲା ଖୁସି ଖବର । ଆଉ ଟ୍ରେନରେ ୱେଟିଂ କି ଆରଏସି ଟିକେଟ ଝାମେଲା...

ଭିଣୋଇ ଆସିଲେ ଘରର କାଗଜ ପତ୍ର ଲୁଚାଇ ଦେବେ, ରବର୍ଟ ଭଦ୍ରାଙ୍କୁ ଟାର୍ଗେଟ କଲେ ସ୍ମୃତି ଇରାନୀ

ନୂଆଦିଲ୍ଲୀ,୨୪।୪: ବୁଧବାର ଉତ୍ତର ପ୍ରଦେଶର ଆମେଠୀରେ ଏକ ନିର୍ବାଚନ କାର୍ଯ୍ୟକ୍ରମକୁ ସମ୍ବୋଧିତ କରୁଥିବା ବେଳେ କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ ଗାନ୍ଧୀ ପରିବାରକୁ ଟାର୍ଗେଟ କରିଛନ୍ତି।...

ସନ୍ଦେହ ଆଧାରରେ ନିଷ୍ପତ୍ତି ଦିଆଯିବ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୪ା୪: ନିର୍ବାଚନ ଆୟୋଗଙ୍କ ସ୍ପଷ୍ଟୀକରଣ ପରେ ସୁପ୍ରିମକୋର୍ଟ ବୁଧବାର ଇଭିଏମ୍‌ ଭିଭିପାଟ ମାମଲାରେ ନିଜର ନିଷ୍ପତ୍ତି ସଂରକ୍ଷଣ କରିଛନ୍ତି ଏବଂ ସନ୍ଦେହ ଆଧାରରେ ଏହି ନିଷ୍ପତ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri