ବନ୍ୟାକୁ ବର୍ଷେ, ମରାମତି ହେଲାନି ରାସ୍ତା

ବିଞ୍ଝାରପୁର,୧୯ା୧୨(ଡି.ଏନ.ଏ.): ଖରସ୍ରୋତା ନଦୀରେ ଗତବର୍ଷ ବନ୍ୟା ଆସି ବିଞ୍ଝାରପୁର ବ୍ଲକ ଚନ୍ଦ୍ରମୁଁ ପଞ୍ଚାୟତ ମଲ୍ଲିପୁର ଗ୍ରାମର ରାସ୍ତା ଭାଙ୍ଗିଥିଲା। ଇତିମଧ୍ୟରେ ବନ୍ୟାକୁ ବର୍ଷେ ପୂରିଥିଲେ ମଧ୍ୟ ରାସ୍ତା ମରାମତି ହୋଇନାହିଁ। ଯାହାକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଗ୍ରାମାଞ୍ଚଳର ଲୋକଙ୍କ ଗମନାଗମନ ପାଇଁ ପ୍ରତିବର୍ଷ ସରକାର ଲକ୍ଷଲକ୍ଷ ଟଙ୍କା ଖର୍ଚ୍ଚ କରୁଛନ୍ତି। ମାତ୍ର ପ୍ରଶାସନିକ ଅଧିକାରୀଙ୍କ ଇଚ୍ଛାଶକ୍ତିର ଅଭାବ ଯୋଗୁ ସରକାରଙ୍କ ପ୍ରକୃତ ଉଦ୍ଦେଶ୍ୟପୂରଣ ହୋଇପାରୁନି ବୋଲି ଲୋକେ ଅଭିଯୋଗ କରିଛନ୍ତି।
ସୂଚନା ଅନୁସାରେ, ଗ୍ରାମର ଏହି ମୁଖ୍ୟ ରାସ୍ତା ଗ୍ରାମ୍ୟ ଉନ୍ନୟନ ବିଭାଗକୁ ହସ୍ତାନ୍ତର ହେବାପରେ କିଛିବର୍ଷ ପୂର୍ବେ ତାହାକୁ ପକ୍କାରାସ୍ତା କରାଯାଇଥିଲା। ତେବେ ବିଭିନ୍ନ ସାହିକୁ ଯାତାୟାତ ପାଇଁ ଉଦ୍ଦିଷ୍ଟ ରାସ୍ତା ନିର୍ମାଣ ଓ ମରାମତି ବ୍ଲକ ଏବଂ ପଞ୍ଚାୟତ ଅଧୀନରେ ରହିଛି। କିନ୍ତୁ ରାସ୍ତାଟି ମରାମତି ନ ହେବାରୁ ତାହା ମରଣଯନ୍ତା ପାଲଟିଛି। ଲୋକେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ତେଣୁ ରାସ୍ତାକୁ ତୁରନ୍ତ ମରାମତି କରିବାକୁ ଗ୍ରାମର ଆନଦ ମଲ୍ଲିକ, ରବି ମଲ୍ଲିକ, ସନା ମଲ୍ଲିକ, ଶ୍ରୀରଧର ମଲ୍ଲିକ, ମିଥୁନ ଦାସ, ଅମୂଲ୍ୟ ମଲ୍ଲିକ, ଭଜହରି ମଲ୍ଲିକ, ପହଲି ମଲ୍ଲିକ ଓ ନରୋତ୍ତମ ପରିଡ଼ା ପ୍ରମୁଖ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା: ବନ୍ଧା ହେଲେ ୱେବ ଚ୍ୟାନେଲ ସାମ୍ବାଦିକ

ଖୋର୍ଦ୍ଧା,୩୦।୧୨(ପ୍ରଭାତ ପାଣିଗ୍ରାହୀ): ସାମ୍ବାଦିକ ଆଳରେ ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା। ଖୋର୍ଦ୍ଧା ଅବକାରୀ ବିଭାଗର ଜିଲା ମୋବାଇଲ ୟୁନିଟ ହାତରେ ଧରାପଡ଼ିଲେ ୱେବ ଚ୍ୟାନେଲ ସାମ୍ବାଦିକ...

ତହସିଲଦାରଙ୍କ ଘରୁ ମିଳିଲା ବିଡ଼ାବିଡ଼ା ଟଙ୍କା ସାଙ୍ଗକୁ ପୁଳାପୁଳା ସୁନା: ଭିଜିଲାନ୍ସର ବଡ଼ଧରଣର ରେଡ୍‌

ଭୁବନେଶ୍ୱର,୩୦।୧୨: କଟକ ବାରଙ୍ଗ ତହସିଲର ଅତିରିକ୍ତ ତହସିଲଦାର ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ହାବୁଡରେ ପଡ଼ିଛନ୍ତି। ତହସିଲଦାର ଜିତେନ୍ଦ୍ର କୁମାର ପଣ୍ଡାଙ୍କ ଘରେ ଭିଜିଲାନ୍ସ...

ପାହାଡ଼ ଉପରେ ପୂଜା ପାଉଛନ୍ତି ମା’ ବାଳକୁମାରୀ, ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଏହି ସ୍ଥାନ

ଗଞ୍ଜାମ ,୩୦।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲା ବ୍ରହ୍ମପୁର ଠାରୁ ୨୫ କି.ମି. ଚିକିଟିରୁ ୮ କିଲୋମିଟର ଗଲାପରେ ଧାନ ଘର ଛକ ଏବଂ ସେଠାରୁ...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଦଳ ଘୋଷଣା କଲା ଇଂଲଣ୍ଡ, ଜାଣନ୍ତୁ କାହାକୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୩୦।୧୨: ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB) ଭାରତରେ ହେବାକୁ ଥିବା ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଏହାର ଦଳ ଘୋଷଣା କରିଛି। ଆଶ୍ଚର୍ଯ୍ୟଜନକ...

ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କ ବଡ଼ ବୟାନ, ବଣଭୋଜି ନାରେ ପ୍ରଦୂଷଣ କଲେ ହେବ…

ଭୁବନେଶ୍ୱର,୩୦।୧୨: ବର୍ତ୍ତମାନ ସମୟରେ ପର୍ଯ୍ୟଟନ ଋତୁ ଚାଲୁଥିବା ବେଳେ ଅନେକ ସ୍ଥାନରେ ପର୍ଯ୍ୟଟକଙ୍କ ଗହଳି ଦେଖାଯାଉଛି । ବଣଭୋଜି କରି ମଜା ନେଉଛନ୍ତି ଲୋକେ ।...

ଖଣି ପାଇଁ ଜମି ଯିବାରୁ ଜୀବନ ହାରିଲେ ଯୁବକ, ୧୭ ଘଣ୍ଟାରୁ ଅଧିକ ସମୟ ମୃତଦେହକୁ ରଖି ବିକ୍ଷୋଭ କଲେ…

ଝାରସୁଗୁଡା, ୩୦।୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଉବୁଡା ଗ୍ରାମର ଜଣେ ୨୫ ବର୍ଷୀୟ ଯୁବକଙ୍କ ସୋମବାର ଆତ୍ମହତ୍ୟା ପରେ ସ୍ଥାନୀୟ ଅଞ୍ଚଳରେ...

ନୂଆବର୍ଷ ପାଇଁ ପୁରୀରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା

ପୁରୀ,୩୦।୧୨: ନୂଆବର୍ଷ ପାଳନ ପାଇଁ ପୁରୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିଦିଆଯାଇଛି। ଶ୍ରଦ୍ଧାଳୁଙ୍କ ସୁରକ୍ଷା ଏବଂ ଶୃଙ୍ଖଳିତ ଦର୍ଶନ ପାଇଁ ୭୦ ପ୍ଲାଟୁନ ପୋଲିସ ଫୋର୍ସ...

ଭଦ୍ରକରେ କିନ୍ନରଙ୍କୁ ଆକ୍ରମଣ: ଚୁଟି କାଟିବା ସହ ଟଙ୍କା ସୁନା ଲୁଟ ଅଭିଯୋଗ, ଥାନାରେ ଉତ୍ତେଜନା

ଭଦ୍ରକ, ୩୦/୧୨(ସନାତନ ରାଉତ): ଭଦ୍ରକରେ ୨ ଗୋଷ୍ଠୀ କିନ୍ନରଙ୍କ ବିବାଦ ଥମିବାର ନାଁ ଧରୁନି । ଉଭୟ ଗୋଷ୍ଠୀ ମଧ୍ୟରେ ଛକା ପଞ୍ଝା ଲାଗି ରହିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri