ଯୌତୁକ ମାମଲାର ତଦନ୍ତ ବେଳେ ପୋଲିସକୁ ଆକ୍ରମଣ ୫ ଗିରଫ, ବାଳସୁଧାର ଗୃହକୁ ଗଲେ ନାବାଳକ

ବ୍ରହ୍ମପୁର ଅଫିସ,୨୩ା୫: ଗୋଷାଣିନୂଆଗାଁ ଥାନା ଅଞ୍ଚଳରେ ଏକ ଯୌତୁକ ନିର୍ଯାତନା ମାମଲାର ତଦନ୍ତ କରିବାକୁ ଯାଇଥିବା ମହିଳା ଥାନା ପୋଲିସକୁ ଆକ୍ରମଣ କରାଯାଇଛି। ଏସ୍‌ଆଇ ଝୁନୁବାଳା ସାସମଲଙ୍କ ସହ ପୋଲିସ ଟିମ୍‌ ଓ ଅଭିଯୋଗକାରୀ ମହିଳାଙ୍କୁ ତାଙ୍କ ଶ୍ୱଶୁର ଘର ଲୋକେ ଆକ୍ରମଣ କରିଛନ୍ତି। ଏ ନେଇ ଥାନାରେ ଅଭିଯୋଗ ପରେ ପୋଲିସ
ଜଣଙ୍କୁ ଗିରଫ କରିଛି। ଆକ୍ରମଣ ଘଟଣାରେ ସମ୍ପୃକ୍ତ ଜଣେ ନାବାଳକଙ୍କୁ ମଙ୍ଗଳବାର ଜୁଭେନାଇଲ ଜଷ୍ଟିସ ବୋର୍ଡ଼ରେ ହାଜର କରାଯାଇ ପରେ ତାଙ୍କୁ ବାଳସୁଧାର ଗୃହକୁ ପଠାଇ ଦିଆଯାଇଛି। ଗିରଫ ୫ ଅଭିଯୁକ୍ତ ବିଶ୍ୱନାଥନଗର ଚାଞ୍ଚେଡ଼ାପଡ଼ିଆ ଅଞ୍ଚଳର ଡି.ଗୋବିନ୍ଦ ପାତ୍ର, ତାଙ୍କ ଭାଇ ଡି. ଘନ ପାତ୍ର, ଘନଙ୍କ ପୁଅ ଡି.ଶିବ ପାତ୍ର, ଡି.ଲକ୍ଷ୍ମୀ ପାତ୍ର, ଘନଙ୍କ ସ୍ତ୍ରୀ ଡି.ମମି ପାତ୍ରଙ୍କୁ କୋର୍ଟ ଚାଲାଣ କରାଯାଇଛି। ସେମାନେ ଆକ୍ରମଣ ବେଳେ ବ୍ୟବହାର କରିଥିବା ଠେଙ୍ଗା ଓ ବାଡ଼ିକୁ ପୋଲିସ ଜବତ କରିଛି।
ପ୍ରକାଶ ଯେ, ଡି.ମମତା ପାତ୍ରଙ୍କୁ ଶାଶୁଘର ଲୋକେ ଯୌତୁକ ନିର୍ଯାତନା ଦେଉଥିବା ନେଇ ସେ ମହିଳା ଥାନାରେ ଅଭିଯୋଗ କରିଥିଲେ। ପୋଲିସ ୭୮/୨୩ରେ ମାମଲା ରୁଜୁ କରିଥିଲା। ଥାନା ଅଧିକାରୀଙ୍କ ନିର୍ଦ୍ଦେଶକ୍ରମେ ଏସ୍‌ଆଇ ଝୁନୁବାଳା ଏହାର ତଦନ୍ତ ଭାର ନେଇଥିଲେ। ସେ ପୋଲିସ ଟିମ୍‌ ସହ ମମତାଙ୍କୁ ସାଙ୍ଗରେ ନେଇ ବିଶ୍ୱନାଥନଗର ଚାଞ୍ଚେଚଡ଼ାପଡ଼ିଆସ୍ଥିତ ମମତାଙ୍କ ଶ୍ୱଶୁର ଘରକୁ ତଦନ୍ତ ସହ ଯୌତୁକ ସାମଗ୍ରୀ ଜବତ କରିବାକୁ ଯାଇଥିଲେ। ତେବେ ଶ୍ୱଶୁର ଘର ଲୋକେ ସେଠାରେ ମମତାଙ୍କୁ ମାଡ଼ ମାରି ଡ୍ରେନରେ ପକାଇ ଦେଇଥିଲେ। ତାଙ୍କୁ ରକ୍ଷା କରିବାକୁ ଯିବାରୁ ଏସ୍‌ଆଇ ଝୁନୁବାଳା ଏବଂ ତାଙ୍କର ଅନ୍ୟ ପୋଲିସ କର୍ମୀଙ୍କୁ ମଧ୍ୟ ସେମାନେ ଠେଙ୍ଗାରେ ପିଟିଥିଲେ। ତେବେ କୌଶଳକ୍ରମେ ମମତାଙ୍କୁ ରକ୍ଷା କରି ପୋଲିସ ଟିମ୍‌ ସେଠାରୁ ଖସି ଆସିଛି। ମମତାଙ୍କ ସହ ଏସ୍‌ଆଇ ଝୁନୁବାଳା ଓ ଅନ୍ୟ ପୋଲିସ କର୍ମୀ ଆହତ ହୋଇଥିଲେ। ଏନେଇ ପୋଲିସ ଏସଆଇ ଝୁନୁବାଳା ସୋମବାର ଗୋଷାଣିନୁଆଗାଁ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ୧୪୨ /୨୩ରେ ମାମଲା ରୁଜୁ କରି ଅଭିଯୁକ୍ତଙ୍କୁ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

LPG ଗ୍ରାହକଙ୍କ ପାଇଁ ବଡ଼ ଖବର, ଗ୍ୟାସ ସିଲିଣ୍ଡର ଫେରାଇଲେ ସିଧା ମିଳିବ ୫୦୦ଟଙ୍କା!

ନୂଆଦିଲ୍ଲୀ,୬।୧୦: ଯଦି ଆପଣ ଚାକିରି କିମ୍ୱା ପାଠପଢ଼ା ପାଇଁ ବାହାରେ କୌଣସି ଅନ୍ୟ ସହରରେ ରହୁଛନ୍ତି ଏବଂ ଆପଣଙ୍କ ପାଖରେ ସେଠାକାର ସ୍ଥାନୀୟ ଠିକଣା ପ୍ରମାଣପତ୍ର (Local…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ଶୁକ୍ରାଦିତ୍ୟ ଯୋଗ ବଦଳାଇବ ୩ ରାଶିଙ୍କ ଭାଗ୍ୟ: ପ୍ରଚୁର ଧନଲାଭ ସହ କ୍ୟାରିୟରରେ ମିଳିବ ବଡ଼ ସଫଳତା

ତୁଳା ରାଶିରେ ସୂର୍ଯ୍ୟଙ୍କ ଗୋଚର ବେଶ ସ୍ୱତନ୍ତ୍ର ହେବାକୁ ଯାଉଛି, କାରଣ ଏହି ରାଶିର ଅଧିପତି ଶୁକ୍ର ବୋଲି ବିବେଚନା କରାଯାଏ। ଅନ୍ୟପକ୍ଷରେ, ସଂଯୋଗବଶତଃ ବର୍ତ୍ତମାନ ଶୁକ୍ର…

ଅଲିମ୍ପିକ୍ସ-୨୦୩୬ ଆୟୋଜନ ପାଇଁ ଭାରତ ବ୍ୟତୀତ ଏହି ୬ ଦେଶ ଆଗ୍ରହୀ, ଜାଣନ୍ତୁ…

ଲାଉସାନେ, ୬ା୧୦: ଅଲିମ୍ପିକ୍‌ ଗେମ୍ସ-୨୦୩୬ର ଆୟୋଜନ ପାଇଁ ଭାରତ ବ୍ୟତୀତ ଅନ୍ୟ ୬ଟି ଦେଶ ଆଗ୍ରହ ପ୍ରକାଶ କରିଛନ୍ତି। ଏହି ଦେଶଗୁଡ଼ିକ ନଭେମ୍ବରରେ ସେମାନଙ୍କ ପ୍ରୋଜେକ୍ଟଗୁଡ଼ିକ ଫ୍ୟୁଚର…

ଶ୍ରମିକଙ୍କୁ ପାର୍ବଣ ଭେଟି ଦେଲେ ସରକାର, ଏତେ ବଢିଲା ମଜୁରୀ!

ନୂଆଦିଲ୍ଲୀ,୬।୧୦: ଦୀପାବଳି ପୂର୍ବରୁ ଦେଶର ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର ଦେଇଛନ୍ତି କେନ୍ଦ୍ର ସରକାର। ଭେରିଏବଲ୍ ଡିଅରନେସ୍ ଆଲାଉନ୍ସ (VDA)କୁ ବୃଦ୍ଧି କରିଛନ୍ତି ସରକାର। ଏହି…

ହାଲ୍‌ରେ ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ସୁନାବେଡ଼ା, ୬।୧୦(କୃତ୍ତିବାସ ପ୍ରଧାନ): କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ହିନ୍ଦୁସ୍ଥାନ ଏରୋନଟିକ୍ସ ଲିମିଟେଡ୍‌ (ହାଲ୍‌)କୁ ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗସ୍ତକରି ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର…

କେଉଁ ୱେଟିଂ ଟିକେଟ ସବୁଠୁ ଆଗ କନଫର୍ମ ହୁଏ? ଜାଣନ୍ତୁ ରେଳବାଇର ନୂଆ ନିୟମ…

ଭାରତୀୟ ରେଳବାଇରେ ଯାତ୍ରା କରୁଥିବା ସମୟରେ ଯଦି ଆପଣଙ୍କୁ କନଫର୍ମ ସିଟ ନ ମିଳେ, ତେବେ IRCTC ସିଷ୍ଟମ ଆପଣଙ୍କୁ ୱେଟିଂ ଟିକେଟ (Waiting Ticket) ପ୍ରଦାନ…

ରାସ୍ତା କାମ ବିଳମ୍ବକୁ ନେଇ ବଣିକ ସଂଘର ଅସନ୍ତୋଷ

ପାତ୍ରପୁର, ୬/୧୦ (ଉମା ଚରଣ ନେପାକ): ପାତ୍ରପୁର ଏନ୍‌ଏସି ଅନ୍ତର୍ଗତ ତଳ ବସଷ୍ଟାଣ୍ଡ ଛକରେ ରାସ୍ତା ନିର୍ମାଣ କାର୍ଯ୍ୟରେ ବିଳମ୍ବକୁ ନେଇ ମା’ ଦୁର୍ଗାଦେବୀ ବଣିକ ସଂଘ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?