ତଦନ୍ତ ବେଳେ ଛାତରୁ ଡେଇଁ କନ୍‌ଷ୍ଟେବଳ ଫେରାର

ବାରିପଦା ଅଫିସ,୧୨।୧: ମୟୂରଭଞ୍ଜ ଜିଲାରେ କାର୍ଯ୍ୟରତ ପୋଲିସ କନଷ୍ଟେବଳ ନୀହାର ରଞ୍ଜନ ଦଣ୍ଡପାଟଙ୍କ ଘରେ ମଙ୍ଗଳବାର ସକାଳେ ଭିଜିଲାନ୍ସ ଚଢ଼ାଉ କରିଛି। ତେବେ ତଦନ୍ତ ଚାଲିଥିବା ସମୟରେ ସେ ଛାତରୁ ଡେଇଁ ଫେରାର ହୋଇଯାଇଥିବା ଭିଜିଲାନ୍ସ ପକ୍ଷରୁ କୁହାଯାଇଛି। ବାରିପଦା ଟାଉନ ପୋଲିସ ସହରର ସମସ୍ତ ରାସ୍ତାରେ ତନଖି କରୁଥିବା ବେଳେ ରିପୋର୍ଟ ଲେଖା ହେବା ସୁଦ୍ଧା ତାଙ୍କୁ ଠାବ କରାଯାଇପାରି ନାହିଁ। କଟକ ଭିଜିଲାନ୍ସ ସେଲ୍‌ର ୬ଟି ଟିମ୍‌ରେ ଥିବା ୩୫ଜଣ ଅଫିସର ଏକକାଳୀନ ୭ଟି ସ୍ଥାନରେ ଚଢ଼ାଉ କରିଛନ୍ତି। ବାରିପଦା ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ଙ୍କ ନିର୍ଦ୍ଦେଶ କ୍ରମେ କନଷ୍ଟେବଳ ଦଣ୍ଡପାଟଙ୍କ ବଡ଼ସାହି ଥାନା ଅଧୀନ ବେଲପାଳ ଗ୍ରାମ ପୈତୃକ ଘର, ରାଉରକେଲା ଛେଣ୍ଡ କଲୋନୀ ସ୍ଥିତ ଶ୍ୱଶୁର ଘର, ବାରିପଦା ଭଞ୍ଜପୁର ସ୍ଥିତ ୟୁନିଟ-୧୮ରେ ଥିବା ୩ ମହଲା ବିଶିଷ୍ଟ କୋଠାଘର, ବାରିପଦା ପୋଲିସ ଲାଇନ୍‌ ସ୍ଥିତ ପି/୮୮ ନଂ.ରେ ସରକାରୀ କ୍ୱାର୍ଟର୍ସ, ବାରିପଦା ଅମ୍ବିକାସାହିରେ ଥିବା ସାଇବର ଆଉଟଲୁକ୍‌ ଦୋକାନ, ବାରିପଦା ପୂର୍ଣ୍ଣଚନ୍ଦ୍ରପୁର ୱାର୍ଡ ନଂ-୨୧ ଓ ମୁର୍ଗାବାଡ଼ିଠାରେ ଥିବା ହୋତା ଏଣ୍ଟରପ୍ରାଇଜର୍ସରେ ଚଢ଼ାଉ କରାଯାଇଛି। କନଷ୍ଟେବଳ ଦଣ୍ଡପାଟ ବର୍ତ୍ତମାନ ମୟୂରଭଞ୍ଜ ଏସ୍‌ପିଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ଅଛନ୍ତି। କିଛିଦିନ ପୂର୍ବରୁ ଚାକିରିରୁ ଅବସର ନେବା ପାଇଁ ଆବେଦନ କରିଥିଲେ। ତେବେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ ହେବା ପରେ ଭିଜିଲାନ୍ସ ଚଢ଼ାଉ କରିଛି। ରିପୋର୍ଟ ଲେଖା ହେବା ବେଳକୁ ଚଢ଼ାଉ ଜାରି ରହିଥିବା ବେଳେ ୧ କୋଟି ୨୭ ଲକ୍ଷ ଟଙ୍କାର ସମ୍ପତ୍ତି ଆକଳନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଜିଲାରେ କରୋନା ଆକ୍ରାନ୍ତ ଚିହ୍ନଟ: ସରକାର କହିଲେ…

ଭୁବନେଶ୍ୱର,୨୩ା୭(ସୁଚିସ୍ମିତା ସାହୁ): ଆନ୍ଧ୍ରପ୍ରଦେଶ ପରେ ଏବେ ଓଡ଼ିଶାରେ କରୋନା ବ୍ୟାପିବା ଆଶଙ୍କା ଦେଖାଦେଇଛି। ଗଞ୍ଜାମ ଜିଲାରେ ଜଣେ ଆକ୍ରାନ୍ତ ରହିଥିବା କୋଭିଡ୍‌ ଡ୍ୟାସ୍‌ବୋର୍ଡରେ ଦର୍ଶାଯାଇଥିବାବେଳେ ମଙ୍ଗଳବାର ଏମ୍‌କେସିଜି…

ଭାରତୀୟ ପାଣିପାଗ ବିଭାଗର ବଡ଼ ପୂର୍ବାନୁମାନ: ଆଗାମୀ ୨ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୨୩ା୭ (ସୌମ୍ୟରଞ୍ଜନ ରାଉତ): ରାଜ୍ୟରେ ବର୍ଷା ପ୍ରକୋପ ଜାରି ରହିଛି। ଲଗାଣ ବର୍ଷା ଯୋଗୁ ବିଭିନ୍ନ ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଥିବା ବେଳେ ଆଗାମୀ ୨ଦିନ ପର୍ଯ୍ୟନ୍ତ…

ଇରାନ୍‌ ଯୁଦ୍ଧରେ ଆମେରିକାର ଖର୍ଚ୍ଚ ହୋଇଛି ଏତେ ଡଲାର, ଜାଣିଲେ ହୋଇଯିବେ ତାଜୁବ

ୱାଶିଂଟନ, ୨୩ା୭: ଇରାନ୍‌ ବିରୋଧରେ ଚାଲିଥିବା ଯୁଦ୍ଧରେ ଆମେରିକାର ଏପର୍ଯ୍ୟନ୍ତ ପ୍ରାୟ ୩୭.୫ ବିଲିୟନ ଡଲାର (ପ୍ରାୟ ୩.୧ ଲକ୍ଷ କୋଟି ଟଙ୍କା) ଖର୍ଚ୍ଚ ହୋଇସାରିଛି। ଆମେରିକା…

ମାଲକାନଗିରିରେ ପରୀକ୍ଷାମୂଳକ ବିମାନ ଉଡ଼ାଣ ସଫଳ

ମାଲକାନଗିର,୨୩।୭ (ଦୁର୍ଯ୍ୟୋଧନ ପାତ୍ର/ ଗୌରୀଶଙ୍କର ପଣ୍ଡା): ମାଲକାନଗିରି ଜିଲାବାସୀଙ୍କ ଦୀର୍ଘ ଦିନର ସ୍ବପ୍ନ ସାକାର ହେବାକୁ ଯାଉଛି। ଜିଲା ପ୍ରଶାସନ ଏବଂ ଓଡ଼ିଶା ସରକାରଙ୍କ ବେସାମରିକ ବିମାନ…

ଜମିବାଡ଼ି ବିବାଦକୁ ନେଇ ଗୋଟିଏ ପରିବାର ଉପରେ ସଂଘବଦ୍ଧ ଆକ୍ରମଣ, ମେଡିକାଲରେ ଦମ୍ପତି

ହାଟଡିହୀ/ଛେନାପଦୀ,୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ଅଧୀନ ମିଠିଗାଁ ଗ୍ରାମରେ ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଗୋଟିଏ ପରିବାର ଉପରେ ସଂଘବଦ୍ଧ…

ଭଦ୍ରକରୁ ଆସି କେନ୍ଦୁଝରରେ ଚୋରି, ଆଗରପଡ଼ାରୁ ଧରାପଡ଼ିଲେ…

ହାଟଡିହୀ/ଛେନାପଦୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ପୋଲିସ ଆଗରପଡ଼ା ଥାନା ଅଞ୍ଚଳରୁ ମୋଟରସାଇକେଲ୍ ଚୋରି ଅଭିଯୋଗରେ ଜଣକୁ ଗିରଫ କରିଛି। ଆଗରପଡ଼ା…

ଗଡ଼ଚଣ୍ଡୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହରେ ଆଣ୍ଠୁଏ ପାଣି, ଶିକ୍ଷାଦାନ ବନ୍ଦ

ହାଟଡିହୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡା): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି ହୋଇଛି। କେଉଁଠି ପୋଲ…

ଜନ୍ତରମନ୍ତରରେ ପୁଣି ପୋଲିସ-ପ୍ରଦର୍ଶନକାରୀ ମୁହାଁମୁହିଁ, ପଥର ମାଡ଼ ପରେ ଲାଠିଚାର୍ଜ

ନୂଆଦିଲ୍ଲୀ,୨୨।୭: ନୂଆଦିଲ୍ଲୀର ଜନ୍ତର ମନ୍ତରରେ ଚାଲିଥିବା CJP ପ୍ରତିବାଦ ମଧ୍ୟରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି । ପ୍ରଦର୍ଶନକାରୀ ଏବଂ ଦିଲ୍ଲୀ ପୋଲିସ ମଧ୍ୟରେ ସଂଘର୍ଷ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri