ରାତିକରେ ୫୪ ମହିଳା ସମତେ ୫୭ ଗିରଫ

ଭୁବନେଶ୍ୱର,୪।୧୧ (ସୂର୍ଯ୍ୟକାନ୍ତ ବେହେରା): ଗାଁ ପୂରା ଜନଶୂନ୍ୟ। ଅଧିକାଂଶ ଘରେ ଝୁଲୁଛି ତାଲା। ଗୋଷ୍ଠୀ ସଂଘର୍ଷ ପରଠାରୁ ରାଜଧାନୀ ଉପକଣ୍ଠ ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ପଦ୍ମକେଶରୀପୁରରେ ଏଭଳି ପରିସ୍ଥିତି ସୃଷ୍ଟି ହୋଇଛି। ପୋଲିସ ଖୋଜି ଖୋଜି ଗିରଫ କରୁଥିବାରୁ ଭୟରେ ଲୋକେ ତାଲା ପକାଇ ପଳାଉଥିବା ଦେଖିବାକୁ ମିଳିଛି। ପୃଥକ ମାମଲାରେ ପୂର୍ବରୁ ୭୪ଜଣ ଗିରଫ ହୋଇଥିବାବେଳେ ଏବେ ଗୋଟିଏ ରାତିରେ ଆଉ ୫୭ଜଣଙ୍କୁ ଗିରଫ କରିଛି ପୋଲିସ। ଏମାନଙ୍କ ମଧ୍ୟରେ ୫୪ଜଣ ମହିଳା ଓ ୩ଜଣ ପୁରୁଷ ରହିଛନ୍ତି। ଫଳରେ ଏବେ ଗିରଫ ସଂଖ୍ୟା ୧୩୧କୁ ବୃଦ୍ଧି ପାଇଛି। ଘଟଣାର ତଦନ୍ତ ଚାଲିଥିବା ବେଳେ ଗିରଫ ସଂଖ୍ୟା ବଢିପାରେ ବୋଲି ଜୋନ-୫ ଏସିପି ଗୌତମ କିଷାନ ଖବରଦାତା ସମ୍ମିଳନୀ କରି ସୂଚନା ଦେଇଛନ୍ତି। ଅପରପକ୍ଷେ ଘଟଣା ପରଠାରୁ ଗାଁ ଖାଁ ଖାଁ ହୋଇଯାଇଛି। ଏବେ ଗାଁରେ କେତେଜଣ ବୁଢ଼ାବୁଢ଼ୀ ଓ ଛୋଟପିଲାଙ୍କୁ ଦେଖିବାକୁ ମିଳୁଛି। ସେମାନେ ମଧ୍ୟ ଭୟ ଓ ଚିନ୍ତାରେ ରହୁଛନ୍ତି। କାଳେ ପୋଲିସ ଗିରଫ କରିନେବ ସେହି ଭୟରେ ଅଧିକାଂଶ ଲୋକ ଗାଁ ଛାଡି ପଳାଇ ଯାଇଥିବା ସେମାନେ କହିଛନ୍ତି।
ସୂଚନାନୁସାରେ, ପଞ୍ଚାୟତ ନିର୍ବାଚନ ବିବାଦରୁ ପଦ୍ମକେଶରୀପୁରରେ ବାରମ୍ବାର ଗଣ୍ଡଗୋଳ ଘଟୁଛି। ଗତ ୨୬ ତାରିଖ ମଧ୍ୟରାତିରେ ଇଞ୍ଜଣା ପଞ୍ଚାୟତରେ ଥିବା ଏହି ଗ୍ରାମର ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳର ସୂତ୍ରପାତ ହୋଇଥିଲା। ଉଭୟ ଗୋଷ୍ଠୀ ପରସ୍ପର ଉପରକୁ ଟେକାପଥର ଓ ବୋତଲ ମାଡ କରିଥିଲେ। ଏଥିରେ ବହୁ ଲୋକ ଗୁରୁତର ଆହତ ହୋଇଥିଲେ। ଏହି ଘଟଣାକୁ ନେଇ ଉଭୟ ପକ୍ଷର ଅଭିଯୋଗ କ୍ରମେ ଦୁଇଟି ପୃଥକ ମାମଲା ରୁଜୁ କରାଯାଇଥିବା ବେଳେ ପୋଲିସ ନିଜ ଆଡୁ ମଧ୍ୟ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri