Posted inଜାତୀୟ

ବର୍ଷକରେ କଶ୍ମୀରରେ ୧୮୬ ଆତଙ୍କବାଦୀ ନିହତ, ୧୫୯ ଗିରଫ

ଜମ୍ମୁ,୧।୧: ଜମ୍ମୁ-କଶ୍ମୀରରେ ବିଦାୟୀ ବର୍ଷ ୨୦୨୨ରେ ମୋଟ ୧୮୬ ଆତଙ୍କବାଦୀ ନିହତ ହୋଇଥିବାବେଳେ ସେମାନଙ୍କ ମଧ୍ୟରୁ ୫୬ ଜଣ ପାକିସ୍ତାନୀ। ଏହା ବ୍ୟତୀତ ବର୍ଷକ ମଧ୍ୟରେ ୧୫୯ ଆତଙ୍କବାଦୀଙ୍କୁ ଗିରଫ କରାଯାଇଛି। ସୁରକ୍ଷା ବଳ ପାଇଁ ୨୦୨୨ ସବୁଠୁ ସଫଳ ବର୍ଷ ଥିଲା ବୋଲି ଜମ୍ମୁ-କଶ୍ମୀର ପୋଲିସ ମହାନିର୍ଦ୍ଦେଶକ ଦିଲ୍‌ବାଗ ସିଂ ଶନିବାର କହିଛନ୍ତି। କେନ୍ଦ୍ରଶାସିତ ଅଞ୍ଚଳକୁ ଆତଙ୍କବାଦ ଶୂନ୍ୟ କରିବା ଦିଗରେ ପୋଲିସ ଓ ଅନ୍ୟାନ୍ୟ ସୁରକ୍ଷା ସଂସ୍ଥା ଠିକ୍‌ ଦିଗରେ ଅଗ୍ରସର ହୋଇଛି ବୋଲି ବର୍ଷଶେଷ ଖବରଦାତା ସମ୍ମିଳନୀରେ ଦିଲ୍‌ବାଗ କହିଛନ୍ତି। ବିଦାୟୀ ବର୍ଷରେ ୧୪୬ଟି ପାକିସ୍ତାନୀ ଟେରୋର ମଡ୍ୟୁଲ୍‌ର ପର୍ଦ୍ଦାଫାଶ୍‌ କରାଯାଇଛି। ପ୍ରତି ମଡ୍ୟୁଲ୍‌ରେ ୪ରୁ ୫ ଜଣ ସଦସ୍ୟ ଥିଲେ ଏବଂ ସେମାନଙ୍କୁ ନିର୍ଦ୍ଦିଷ୍ଟ ତଥା ଟାର୍ଗେଟ କିଲିଂ କରିବା ଏବଂ ଗ୍ରେନେଡ୍‌, ଆଇଇଡିରେ ଆକ୍ରମଣ କରିବାକୁ ଦାୟିତ୍ୱ ଦିଆଯାଇଥିଲା। ୨୦୨୨ରେ ଜମ୍ମୁ-କଶ୍ମୀରର ୧୦୦ ଜଣ ଯୁବକ ଆତଙ୍କବାଦରେ ସାମିଲ ହୋଇଥିଲେ। ସେମାନଙ୍କ ମଧ୍ୟରୁ ଅଧିକାଂଶ ନିହତ ହୋଇଛନ୍ତି। ସକ୍ରିୟ ଆତଙ୍କବାଦୀଙ୍କ ସଂଖ୍ୟା ହ୍ରାସ କରିବା ଦିଗରେ ସୁରକ୍ଷା ବଳ କାର୍ଯ୍ୟ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ବରେ ହଲଚଲ! H-1B ଭିସାଧାରୀଙ୍କୁ ଏଭଳି କହିଦେଲା ଆମେରିକା; କଡ଼ା ଜବାବ ଦେଲା ଭାରତ

ନୂଆଦିଲ୍ଲୀ,୯ା୧୦: H-1B ଭିସାଧାରୀଙ୍କୁ ଆମେରିକାର ଉପରାଷ୍ଟ୍ରପତି ଜେଡି ଭାନ୍ସ ‘ଇଣ୍ଡେଞ୍ଚର୍ଡ ଲେବର’ ଅର୍ଥାତ୍‌ ‘ଚୁକ୍ତିବଦ୍ଧ ଶ୍ରମିକ’ ବୋଲି କହିବାକୁ ନେଇ ଭାରତ କଡ଼ା ଆପତ୍ତି ପ୍ରକାଶ କରିଛି…

କ୍ୟାବିନେଟ୍ ବୈଠକରେ ବଡ଼ ନିଷ୍ପତ୍ତି; ବଦଳିବ ଏହି ବିମାନବନ୍ଦର ନାମ, ମୋଦି….

ଲକ୍ଷ୍ନୌ,୯ା୧୦: ଉତ୍ତରପ୍ରଦେଶର ନୋଏଡାସ୍ଥିତ ଜେୱର ଏୟାରପୋର୍ଟର ନାମ ପରିବର୍ତ୍ତନ କରାଯିବ । ଏହାର ନାମ ‘ନରେନ୍ଦ୍ର ମୋଦି ଇଣ୍ଟରନ୍ୟାସନାଲ ଏୟାରପୋର୍ଟ’ ରଖିବାକୁ ଉତ୍ତରପ୍ରଦେଶ ସରକାର ନିଷ୍ପତ୍ତି ନେଇଛନ୍ତି।…

ବିକ୍ଷୋଭ ବେଳେ ଦୁଇ କଂଗ୍ରେସ ନେତ୍ରୀଙ୍କ ମଧ୍ୟରେ ମାରପିଟ, ପରସ୍ପରକୁ ମାରିଲେ ଚାପୁଡ଼ା

ନୂଆଦିଲ୍ଲୀ,୯ା୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଏବଂ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (SIR)ରେ ଅନିୟମିତତା ଅଭିଯୋଗକୁ ନେଇ ହରିୟାଣାର ଫରିଦାବାଦରେ ବିରୋଧୀ…

ଆମେରିକାରେ ଭାରତୀୟ IT କର୍ମଚାରୀଙ୍କୁ ବଡ଼ ଝଟ୍‌କା! ଏହି କମ୍ପାନୀର ଗ୍ରୀନ୍ କାର୍ଡ…..

ୱାଶିଂଟନ୍‌,୯।୧୦: ଆମେରିକାରେ କାମ କରୁଥିବା ଭାରତୀୟ IT କର୍ମଚାରୀଙ୍କ ପାଇଁ ଚିନ୍ତା ବଢ଼ିଛି । ଆମେରିକା ସରକାର ଇନ୍‌ଫୋସିସ୍‌, ଟାଟା କନ୍‌ସଲ୍‌ଟାନ୍ସି ସର୍ଭିସେସ୍‌ (TCS), ୱିପ୍ରୋ, HCLTech,…

ଏଲ୍‌-ନିନୋ ପ୍ରଭାବ, ଅକ୍ଟୋବରରୁ ଡିସେମ୍ବର ଯାଏ ବଢ଼ିବ ତାପମାତ୍ରା

ନୂଆଦିଲ୍ଲୀ,୯।୧୦: ବିଶ୍ୱବ୍ୟାପୀ ପାଣିପାଗ ବିଶେଷଜ୍ଞମାନେ ଏଲ୍‌ ନିନୋର ପ୍ରଭାବ ବୃଦ୍ଧିକୁ ନେଇ ଚେତାବନୀ ଦେଇଛନ୍ତି । ଅକ୍ଟୋବରରୁ ଡିସେମ୍ବର ଯାଏଁ ଏଲ୍‌-ନିନୋ କାରଣରୁ ତାପମାତ୍ରା ପ୍ରାୟ ୩.୭…

ପଶ୍ଚିମବଙ୍ଗରୁ ତାମିଲନାଡୁ…. ଆଜି ୬ ଆସନର ରେଜଲ୍ଟ, କିଏ ମାରିବ ବାଜି?

ନୂଆଦିଲ୍ଲୀ,୯।୧୦: ପଶ୍ଚିମବଙ୍ଗ, ତାମିଲନାଡୁ, ଆସାମ ଓ ପୁଡୁଚେରୀରେ ଅକ୍ଟୋବର ୬ ତାରିଖରେ ହୋଇଥିବା ନିର୍ବାଚନର ଫଳାଫଳ ଆଜି ପ୍ରକାଶ ପାଇବ । ଏଥିରେ ୫ଟି ବିଧାନସଭା ଆସନ…

ରାହୁଲ, ପ୍ରିୟଙ୍କାଙ୍କ ବିରୋଧରେ ଏତଲା

ନୂଆଦିଲ୍ଲୀ,୮ା୧୦: କଂଗ୍ରେସ ପକ୍ଷରୁ ବୁଧବାର ବିକ୍ଷୋଭ ବେଳେ ପୋଲିସ କର୍ମଚାରୀଙ୍କୁ ମାଡ଼ ମାରିବା ଓ ସରକାରୀ କାର୍ଯ୍ୟରେ ବାଧା ଦେବା ଅଭିଯୋଗରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ…

GST କାଉନସିଲର ଐତିହାସିକ ନିଷ୍ପତ୍ତି: ଛୋଟ ଭୁଲରେ ଗିରଫ ହେବେନି….

ନୂଆଦିଲ୍ଲୀ,୮ା୧୦: ବ୍ୟବସାୟୀ, ସୂକ୍ଷ୍ମ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (MSME) ଏବଂ କ୍ଷୁଦ୍ର ବ୍ୟବସାୟୀଙ୍କ ପାଇଁ ବଡ଼ ଆଶ୍ୱସ୍ତି ଆଣିଛି ୫୭ତମ GST କାଉନସିଲ ବୈଠକ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?