ନିର୍ମାଣର ବର୍ଷକ ମଧ୍ୟରେ ରାସ୍ତା ଦବିଲା

ଡେରାବିଶ,୨୩ା୪ (ବେବର୍ତ୍ତା ଅଜୟ ଦାସ):କେନ୍ଦ୍ରାପଡ଼ା ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଡେରାବିଶ ଅଞ୍ଚଳର ମୁଖ୍ୟ ରାସ୍ତା କୁହାଯାଉଥିବା ୫୩ ନଂ. ଜାତୀୟ ରାଜପଥର ପଞ୍ଚୁପାଣ୍ଡବ ଛକ ନିକଟରୁ ଏଣ୍ଡର ପଞ୍ଚାୟତ କ୍ୟାବିନ ଛକ ଯାଏ ୩ କିଲୋମିଟର ରାସ୍ତାକୁ ୨୦୨୩ ମସିହାରେ ଫେବର ବ୍ଲକ ପକାଯାଇ ନିର୍ମାଣ କରାଯାଇଥିଲା। ଏହି ରାସ୍ତାଟି କେନ୍ଦ୍ରାପଡ଼ା ଜିଲା ସଦର ମହକୁମା ସହ ଯାଜପୁର ଓ କଟକ ଜିଲା ଅଞ୍ଚଳକୁ ସଂଯୋଗ କରୁଛି। ରାସ୍ତାଟି ବ୍ଲକ ଅଞ୍ଚଳର ମୁଖ୍ୟ ରାସ୍ତା ହୋଇଥିବାରୁ ଏହା ଉପରେ ୩ଟି ଜିଲାର ଲୋକମାନେ ନିର୍ଭର କରିଥାନ୍ତି। ୨୦୦୯ରେ ଏହି ରାସ୍ତାକୁ ଢଳେଇ ରାସ୍ତା କରାଯାଇଥିଲା। ପୁଣି ୨୦୨୩ରେ ଉକ୍ତ ରାସ୍ତାର ୩ କି.ମି. ଗ୍ରାମ୍ୟ ଉନ୍ନୟନ ବିଭାଗ କର୍ତ୍ତୃପକ୍ଷ ଫେବର ବ୍ଲକ ପକାଇଥିଲେ। ଆରମ୍ଭରୁ କାର୍ଯ୍ୟ ନିମ୍ନମାନର ହେଉଥିବା ନେଇ ବିଭିନ୍ନ ସମୟରେ ବିଭାଗୀୟ କର୍ତ୍ତୃପକ୍ଷଙ୍କଠାରୁ ଆରମ୍ଭ କରି ଜିଲା ପ୍ରଶାସନ ପର୍ଯ୍ୟନ୍ତ ଅଞ୍ଚଳବାସୀଙ୍କ ପକ୍ଷରୁ ଅଭିଯୋଗ ହେଉଥିଲା। ମାତ୍ର ବର୍ଷେ ନ ପୂରୁଣୁ ଏହି ରାସ୍ତାର ଶ୍ୟାମସୁନ୍ଦରପୁର ଗ୍ରାମ ନିକଟରେ ଫେଭର ବ୍ଲକ ଦବି ଯାଇ ଏକ ବିରାଟ ଗର୍ତ୍ତ ସୃଷ୍ଟି ହୋଇଛି। ଫଳରେ ଏହି ରାସ୍ତା ଦେଇ ଯାତାୟାତ କରୁଥିବା ଲୋକମାନେ ଦୁର୍ଘଟଣାର ସମ୍ମୁଖୀନ ହେଉଛନ୍ତି। ରବିବାର ସନ୍ଧ୍ୟାରେ ବାଇକ୍‌ ଯୋଗେ ଯାଉଥିବା ଦମ୍ପତିଙ୍କ ମଧ୍ୟରୁ ପଛରେ ବସିଥିବା ମହିଳା ଫେଭରର ବ୍ଲକ ଦବିଯାଇଥିବା ସ୍ଥାନରେ ଖସିପଡ଼ି ଗୁରୁତର ହୋଇଥିଲେ। ତେବେ ସ୍ଥାନୀୟ ଯୁବକଙ୍କ ସହାୟତାରେ ମହିଳାଙ୍କୁ ଚିକିତ୍ସା ଲାଗି ପଠାଯାଇଥିଲା। ଏଭଳି ବିପଜ୍ଜନକ ଅବସ୍ଥାକୁ ସୁଧାରିବା ପାଇଁ ସ୍ଥାନୀୟ ଅଞ୍ଚଳବାସୀ ବିଭାଗୀୟ କର୍ତ୍ତୃପକ୍ଷଙ୍କୁ ବାରମ୍ବାର ଜଣାଇଥିଲେ। ମାତ୍ର ଏହି ରାସ୍ତାର ଦବି ଯାଇଥିବା ସ୍ଥାନଟିକୁ ତୁରନ୍ତ ନିର୍ମାଣ ପାଇଁ ବିଭାଗୀୟ କର୍ତ୍ତୃପକ୍ଷ ବାରମ୍ବାର ପ୍ରତିଶ୍ରୁତି ଦେଇଥିଲେ ମଧ୍ୟ ବିଭାଗ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଇ ନ ଥିବାରୁ ଦୁର୍ଘଟଣାରୁ ବର୍ତ୍ତିବା ପାଇଁ ଗ୍ରାମବାସୀ ରାସ୍ତା ଦବି ଯାଇଥିବା ସ୍ଥାନରେ ଗଛର ଡାଳ ପକାଇ ପଥଚାରୀମାନଙ୍କୁ ସତର୍କ କରାଉଛନ୍ତି। ଏଥିସହ ବିଭାଗ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଇ ନ ଥିବାରୁ ସୋମବାର ଦବିଯାଇଥିବା ସ୍ଥାନକୁ ମରାମତି ପାଇଁ ଶ୍ୟାମସୁନ୍ଦରପୁର ଗ୍ରାମର ସୁଶାନ୍ତ ମଳିକ, ଅନାଦି ଚରଣ ମଳିକ, ଛବୀନ୍ଦ୍ର ମଳିକ ପ୍ରମୁଖ ଗ୍ରାମବାସୀ ଏକାଠି ହୋଇଛନ୍ତି। ବିଭାଗୀୟ ସହକାରୀ ଯନ୍ତ୍ରୀ ଶୈଳେନ୍ଦ୍ର କୁମାର ବିଶ୍ୱାଳଙ୍କୁ ପଚାରିବାରେ ରାସ୍ତା ଦବି ଯାଇଥିବା ସ୍ଥାନକୁ ମଙ୍ଗଳବାର ତୁରନ୍ତ ମରାମତି କରିବାକୁ ସମ୍ପୃକ୍ତ ଠିକାଦାରଙ୍କୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri