ନିର୍ମାଣର ବର୍ଷକ ମଧ୍ୟରେ ରାସ୍ତା ଦବିଲା

ଡେରାବିଶ,୨୩ା୪ (ବେବର୍ତ୍ତା ଅଜୟ ଦାସ):କେନ୍ଦ୍ରାପଡ଼ା ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଡେରାବିଶ ଅଞ୍ଚଳର ମୁଖ୍ୟ ରାସ୍ତା କୁହାଯାଉଥିବା ୫୩ ନଂ. ଜାତୀୟ ରାଜପଥର ପଞ୍ଚୁପାଣ୍ଡବ ଛକ ନିକଟରୁ ଏଣ୍ଡର ପଞ୍ଚାୟତ କ୍ୟାବିନ ଛକ ଯାଏ ୩ କିଲୋମିଟର ରାସ୍ତାକୁ ୨୦୨୩ ମସିହାରେ ଫେବର ବ୍ଲକ ପକାଯାଇ ନିର୍ମାଣ କରାଯାଇଥିଲା। ଏହି ରାସ୍ତାଟି କେନ୍ଦ୍ରାପଡ଼ା ଜିଲା ସଦର ମହକୁମା ସହ ଯାଜପୁର ଓ କଟକ ଜିଲା ଅଞ୍ଚଳକୁ ସଂଯୋଗ କରୁଛି। ରାସ୍ତାଟି ବ୍ଲକ ଅଞ୍ଚଳର ମୁଖ୍ୟ ରାସ୍ତା ହୋଇଥିବାରୁ ଏହା ଉପରେ ୩ଟି ଜିଲାର ଲୋକମାନେ ନିର୍ଭର କରିଥାନ୍ତି। ୨୦୦୯ରେ ଏହି ରାସ୍ତାକୁ ଢଳେଇ ରାସ୍ତା କରାଯାଇଥିଲା। ପୁଣି ୨୦୨୩ରେ ଉକ୍ତ ରାସ୍ତାର ୩ କି.ମି. ଗ୍ରାମ୍ୟ ଉନ୍ନୟନ ବିଭାଗ କର୍ତ୍ତୃପକ୍ଷ ଫେବର ବ୍ଲକ ପକାଇଥିଲେ। ଆରମ୍ଭରୁ କାର୍ଯ୍ୟ ନିମ୍ନମାନର ହେଉଥିବା ନେଇ ବିଭିନ୍ନ ସମୟରେ ବିଭାଗୀୟ କର୍ତ୍ତୃପକ୍ଷଙ୍କଠାରୁ ଆରମ୍ଭ କରି ଜିଲା ପ୍ରଶାସନ ପର୍ଯ୍ୟନ୍ତ ଅଞ୍ଚଳବାସୀଙ୍କ ପକ୍ଷରୁ ଅଭିଯୋଗ ହେଉଥିଲା। ମାତ୍ର ବର୍ଷେ ନ ପୂରୁଣୁ ଏହି ରାସ୍ତାର ଶ୍ୟାମସୁନ୍ଦରପୁର ଗ୍ରାମ ନିକଟରେ ଫେଭର ବ୍ଲକ ଦବି ଯାଇ ଏକ ବିରାଟ ଗର୍ତ୍ତ ସୃଷ୍ଟି ହୋଇଛି। ଫଳରେ ଏହି ରାସ୍ତା ଦେଇ ଯାତାୟାତ କରୁଥିବା ଲୋକମାନେ ଦୁର୍ଘଟଣାର ସମ୍ମୁଖୀନ ହେଉଛନ୍ତି। ରବିବାର ସନ୍ଧ୍ୟାରେ ବାଇକ୍‌ ଯୋଗେ ଯାଉଥିବା ଦମ୍ପତିଙ୍କ ମଧ୍ୟରୁ ପଛରେ ବସିଥିବା ମହିଳା ଫେଭରର ବ୍ଲକ ଦବିଯାଇଥିବା ସ୍ଥାନରେ ଖସିପଡ଼ି ଗୁରୁତର ହୋଇଥିଲେ। ତେବେ ସ୍ଥାନୀୟ ଯୁବକଙ୍କ ସହାୟତାରେ ମହିଳାଙ୍କୁ ଚିକିତ୍ସା ଲାଗି ପଠାଯାଇଥିଲା। ଏଭଳି ବିପଜ୍ଜନକ ଅବସ୍ଥାକୁ ସୁଧାରିବା ପାଇଁ ସ୍ଥାନୀୟ ଅଞ୍ଚଳବାସୀ ବିଭାଗୀୟ କର୍ତ୍ତୃପକ୍ଷଙ୍କୁ ବାରମ୍ବାର ଜଣାଇଥିଲେ। ମାତ୍ର ଏହି ରାସ୍ତାର ଦବି ଯାଇଥିବା ସ୍ଥାନଟିକୁ ତୁରନ୍ତ ନିର୍ମାଣ ପାଇଁ ବିଭାଗୀୟ କର୍ତ୍ତୃପକ୍ଷ ବାରମ୍ବାର ପ୍ରତିଶ୍ରୁତି ଦେଇଥିଲେ ମଧ୍ୟ ବିଭାଗ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଇ ନ ଥିବାରୁ ଦୁର୍ଘଟଣାରୁ ବର୍ତ୍ତିବା ପାଇଁ ଗ୍ରାମବାସୀ ରାସ୍ତା ଦବି ଯାଇଥିବା ସ୍ଥାନରେ ଗଛର ଡାଳ ପକାଇ ପଥଚାରୀମାନଙ୍କୁ ସତର୍କ କରାଉଛନ୍ତି। ଏଥିସହ ବିଭାଗ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଇ ନ ଥିବାରୁ ସୋମବାର ଦବିଯାଇଥିବା ସ୍ଥାନକୁ ମରାମତି ପାଇଁ ଶ୍ୟାମସୁନ୍ଦରପୁର ଗ୍ରାମର ସୁଶାନ୍ତ ମଳିକ, ଅନାଦି ଚରଣ ମଳିକ, ଛବୀନ୍ଦ୍ର ମଳିକ ପ୍ରମୁଖ ଗ୍ରାମବାସୀ ଏକାଠି ହୋଇଛନ୍ତି। ବିଭାଗୀୟ ସହକାରୀ ଯନ୍ତ୍ରୀ ଶୈଳେନ୍ଦ୍ର କୁମାର ବିଶ୍ୱାଳଙ୍କୁ ପଚାରିବାରେ ରାସ୍ତା ଦବି ଯାଇଥିବା ସ୍ଥାନକୁ ମଙ୍ଗଳବାର ତୁରନ୍ତ ମରାମତି କରିବାକୁ ସମ୍ପୃକ୍ତ ଠିକାଦାରଙ୍କୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ବିଧାୟକଙ୍କ ଦ୍ଵାରା ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ ଉଦଘାଟିତ: ୭ ଟିମ୍ ଖେଳିଲେ ମ୍ୟାଚ୍, ରବିବାର ହେବ…

ଦିଗପହଣ୍ଡି, ,୧୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ୍ ଏବଂ ଏନ୍ଏସି କାର୍ଯ୍ୟାଳୟର ମିଳିତ ଆନୁକୂଲ୍ୟରେ ପବିତ୍ର ସ୍ଵାଧୀନତା ଦିବସ ଅବସରରେ…

ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ପାଳିତ: ମାନବ ଜୀବନର ଲକ୍ଷ୍ୟ କେବଳ…

ଭଞ୍ଜନଗର,୧୫। ୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀଅରବିନ୍ଦ ଶକ୍ତିପୀଠରେ ଶନିବାର ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ଅତ୍ୟନ୍ତ ଶ୍ରଦ୍ଧା ଓ ଭକ୍ତିର ସହ ପାଳିତ ହୋଇଯାଇଛି।…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

କଥା ଦେଇ କଥା ରଖିଲେ ଅକରୁଆ ସରପଞ୍ଚ: ପକ୍କା ହେଲା ବଡ଼ସାହି-କେନ୍ଦୁଗୁଡ଼ା ରାସ୍ତା , ଗ୍ରାମବାସୀଙ୍କ ମଧ୍ୟରେ ଖୁସିର…

ହାଟଡିହୀ/ଛେନାପଦୀ,୧୫।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଦିନେ ଯେଉଁ ରାସ୍ତାରେ ଆଣ୍ଠୁଏ କାଦୁଅ ଓ ପାଣି ଜମି ରହୁଥିବାରୁ ଯାତାୟାତ ଦୁର୍ବିସହ ହୋଇପଡ଼ୁଥିଲା, ଶେଷରେ ସେହି ରାସ୍ତା ପକ୍କା ରାସ୍ତାରେ…

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

ଦାରିଙ୍ଗବାଡ଼ିରେ ୮୦ତମ ସ୍ୱାଧୀନତା ଦିବସ ପାଳିତ: ଜନସେବାକୁ ଦେଶସେବା ବୋଲି କହି…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): ଦେଶ ସ୍ୱାଧୀନତାର ୮୦ତମ ବର୍ଷପୂର୍ତ୍ତି ଉତ୍ସବ ଅବସରରେ କନ୍ଧମାଳ ଜିଜିଲା ଦାରିଙ୍ଗବାଡ଼ି ଅଞ୍ଚଳ ସମ୍ପୂର୍ଣ୍ଣ ଉତ୍ସବମୁଖର ହୋଇପଡ଼ିଛି। ଏହି ପରିପ୍ରେକ୍ଷୀରେ ଦାରିଙ୍ଗବାଡ଼ିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri