ହାଇକୋର୍ଟରେ ଦଶହରା ମାମଲା: ଯେତିକି ଉଚ୍ଚର ମୂର୍ତ୍ତି ହୋଇଛି, ସେତିକି ରହିବ

କଟକ ଅଫିସ,୧୭।୯: ଦଶହରାରେ ମୃଣ୍ମୟୀ ମୂର୍ତ୍ତି ନିର୍ମାଣକୁ ନେଇ ଲାଗିଥିବା ବିବାଦରେ ହାଇକୋର୍ଟ ବୁଧବାର ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଯେଉଁ ପୂଜା କମିଟି ଯେତିକି ଉଚ୍ଚତାର ମୃଣ୍ମୟୀ ମୂର୍ତ୍ତି ନିର୍ମାଣ କରିଛନ୍ତି, ସେତିକି ଉଚ୍ଚତା ପର୍ଯ୍ୟନ୍ତ ଅନୁମତି ମିଳିବ। ଏ ନେଇ ଡିସିପିଙ୍କ ନିକଟରେ ବୁଧବାର ସନ୍ଧ୍ୟା ୭ଟା ସୁଦ୍ଧା ଆବେଦନପତ୍ର ଦାଖଲ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ତେବେ କେତେ ସଂଖ୍ୟକ ପୂଜା କମିଟି ଆବେଦନପତ୍ର ଦାଖଲ କରିଛନ୍ତି, ତାହା ସ୍ପଷ୍ଟ ହୋଇନି। ଏ ସମ୍ପର୍କରେ କୌଣସି ମତାମତ ଦେବାକୁ ଡିସିପି ପ୍ରତୀକ ସିଂ ମନା କରିଥିଲେ।
ଯେଉଁ ପୂଜା କମିଟି ୪ଫୁଟର ମୂର୍ତ୍ତି ନିର୍ମାଣ କରିଛନ୍ତି ସେମାନେ ଏବେ ସେହି ଉଚ୍ଚତାର ମୂର୍ତ୍ତି ପୂଜା କରିବେ। ଏହାଛଡା ଯେଉଁମାନେ ୭ଫୁଟର ମୂର୍ତ୍ତି ନିର୍ମାଣ କରିଛନ୍ତି ସେମାନେ ମଧ୍ୟ ଅପରିବର୍ତ୍ତିତ ରହିବେ। କଟକର ଅଧାରୁ ଅଧିକ ପୂଜା କମିଟି ବର୍ତ୍ତମାନ ସୁଦ୍ଧା ମୂର୍ତ୍ତି ନିର୍ମାଣ କାର୍ଯ୍ୟ ପ୍ରାୟ ଶେଷ କରିସାରିଲେଣି। ନିଜ ମୂର୍ତ୍ତିର ଫଟୋ ଓ ପୂଜା କମିଟିର କାଗଜପତ୍ର ଡିସିପିଙ୍କ ନିକଟରେ ଦାଖଲ କରିବାକୁ ନିର୍ଦ୍ଦେଶ ରହିଥିଲା। କାଗଜପତ୍ର ଯାଞ୍ଚ କରିବା ପରେ ପୋଲିସର ଏକ ଟିମ୍‌ ପୂଜାମଣ୍ଡପ ଅନୁଧ୍ୟାନରେ ଯିବ ବୋଲି ଜଣାପଡ଼ିଛି। ହାଇକୋର୍ଟରେ ରୁଜୁ ହୋଇଥିବା ଏହି ମାମଲାରେ ବୁଧବାର ବିସ୍ତୃତ ଶୁଣାଣି କରାଯାଇଥିଲା। ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ୍‌ ମହମ୍ମଦ ରଫିକ୍‌ ଏବଂ ବିଚାରପତି ଜଷ୍ଟିସ୍‌ ବି.ଆର. ଷଡଙ୍ଗୀଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରି ମାମଲାର ରାୟ ପ୍ରକାଶ କରିଥିଲେ। ଅନ୍ୟପକ୍ଷରେ ରାଜ୍ୟ ସ୍ବତନ୍ତ୍ର ରିଲିଫ କମିଶନରଙ୍କ ଅନ୍ୟ ଏକ ନିୟମକୁ ନେଇ ମଧ୍ୟ ହାଇକୋର୍ଟରେ ଚ୍ୟାଲେଞ୍ଜ କରାଯାଇଥିଲା। ମଣ୍ଡପର ୩ ପାର୍ଶ୍ୱ ଆବଦ୍ଧ କରାଯାଇ ପୂଜା ହେବ ବୋଲି କମିଶନରଙ୍କ ଗାଇଡ୍‌ଲାଇନରେ ଉଲ୍ଲେଖ କରାଯାଇଥିଲା। ହାଇକୋର୍ଟ ଏହି ଘଟଣାରେ କୌଣସି ହସ୍ତକ୍ଷେପ କରି ନ ଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା ପଡ଼ିଲା ମହଙ୍ଗା: ବଦଳିଲେ ବିବାଦୀୟ ପ୍ରଧାନ ଶିକ୍ଷକ, ଥାନାରେ ଏତଲା

ଭବାନୀପାଟଣା, ୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି (SSD) ସ୍କୁଲର ପ୍ରଧାନଶିକ୍ଷକ ଶାନ୍ତନୁ କୁମାର ମେହେରଙ୍କୁ ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା…

କେମିତି ପାତାଳଗଙ୍ଗା ନଦୀରେ ଭାସିଗଲା ହଜାର ହଜାର LPG ସିଲିଣ୍ଡର, ଜାଣନ୍ତୁ ଏହା ପଛର ବଡ଼ କାରଣ

ମୁମ୍ବାଇ,୯।୭: ମହାରାଷ୍ଟ୍ରରେ ନିରନ୍ତର ମୁଷଳଧାରାରେ ବର୍ଷା ଏବେ ଦୈନନ୍ଦିନ ଜୀବନ ଏବଂ ଶିଳ୍ପ ପ୍ରତିଷ୍ଠାନ ଉଭୟ ଉପରେ ଖୁବ୍‌ ପ୍ରଭାବ ପକାଇଛି। ଚାଭନେ (ପାନଭେଲ ତାଲୁକା, ରାୟଗଡ…

ବେଆଇନ ବିସ୍ଫୋରକ ବିରୋଧରେ ଗଞ୍ଜାମ ପୋଲିସର ସ୍ୱତନ୍ତ୍ର ଅଭିଯାନ: ୧୮ ମାମଲା ରୁଜୁ, ୨୪ ଗିରଫ

ଛତ୍ରପୁର,୯।୭ (ଦିଲ୍ଲୀପ ସାମଲ): ଜନସାଧାରଣଙ୍କ ସୁରକ୍ଷା ନିଶ୍ଚିତ କରିବା ଏବଂ ବିସ୍ଫୋରକ ପଦାର୍ଥର ବେଆଇନ ମହଜୁଦ, ପରିବହନ ଓ ଦୁରୁପଯୋଗକୁ ରୋକିବା ଲକ୍ଷ୍ୟରେ ଗଞ୍ଜାମ ପୋଲିସ ପକ୍ଷରୁ…

ଜୋତା ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ, ଜୀବନ୍ତ ଜଳିଗଲେ ୨୮ ଜଣ, ଆସିଲା ଛାତିଥରା Video

ବେଜିଂ,୯।୭: ଗୁରୁବାର (ଜୁଲାଇ ୯, ୨୦୨୬) ଦିନ ଚାଇନାର ଜିନଜିଆଙ୍ଗରେ ଏକ ଜୋତା କାରଖାନାରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲା, ଯାହା ଫଳରେ ୨୮ ଜଣଙ୍କର ମୃତ୍ୟୁ ହୋଇଥିଲା।…

ଅନ୍ଧାରକୁ ଯାଉଛି ଟିମ ଇଣ୍ଡିଆ; ଲଗାତାର ପରାଜୟକୁ ନେଇ ପୂର୍ବତନ କ୍ରିକେଟରମାନେ କହିଲେ…

ନୂଆଦିଲ୍ଲୀ,୯।୭: ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ବର୍ତ୍ତମାନ ଦଳର ରଣନୀତିରେ ଗଭୀର ଆଶ୍ଚର୍ଯ୍ୟ ହୋଇଛନ୍ତି ଏବଂ ଦଳ ପରିଚାଳନା ଦ୍ୱାରା ନିଆଯାଇଥିବା ଅନେକ ନିଷ୍ପତ୍ତିକୁ କଡ଼ା…

ଇନ୍ଦ୍ରାବତୀ ପମ୍ପ ଷ୍ଟୋରେଜ୍ ବିଦ୍ୟୁତ ପ୍ରକଳ୍ପ: ଶିଳାନ୍ୟାସର ୧୯ ଦିନ ପରେ ବୋର୍ଡରୁ ଫଳକ ଗାୟବ, ଚର୍ଚ୍ଚା ଜୋର୍

ଜୟପାଟଣା, ୯।୭(ଓମ୍ ପ୍ରକାଶ ବୈଠାରୁ): କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ଅନ୍ତର୍ଗତ ଇନ୍ଦ୍ରାବତୀ ପାୱାର ହାଉସ ପାର୍ଶ୍ୱ ରାଣୀବାହାଲ ଗ୍ରାମ ପରିସରରେ ନୂତନ ଭାବେ ସ୍ଥାପନ ହେବାକୁ…

ଆମେରିକା-ଇରାନ ଯୁଦ୍ଧବିରତି ଶେଷ; ଏବେ ହର୍ମୁଜ ସହ ତୈଳ ବଜାର ଉପରେ ନଜର, ଭାରତ ପାଇଁ ଆଗାମୀ ୪୦ ଦିନ କାହିଁକି ଗୁରୁତ୍ୱପୂର୍ଣ୍ଣ? ଜାଣନ୍ତୁ…

ନୂଆଦିଲ୍ଲୀ,୯।୭: ତିନି ସପ୍ତାହ ପୂର୍ବେ ଆମେରିକା ଏବଂ ଇରାନ ମଧ୍ୟରେ ପ୍ରତିଷ୍ଠିତ ଯୁଦ୍ଧବିରତି ଏବେ ଶେଷ ହୋଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ପଷ୍ଟ କରିଛନ୍ତି ଯେ…

ଆଦେଶ ସତ୍ତ୍ୱେ କୋର୍ଟରେ ହେଉ ନ ଥିଲେ ହାଜର, ୱାରେଣ୍ଟିଙ୍କୁ ଗିରଫ କଲା…

ଦିଗପହଣ୍ଡି, ୯|୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ରାମଚନ୍ଦ୍ରପୁର ଗ୍ରାମର ଜଣେ ୱାରେଣ୍ଟିଙ୍କୁ ଗୁରୁବାର ପାଟପୁର ପୋଲିସ ଗିରଫ କରି କୋର୍ଟ ଚାଲାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri