ଦୁଷ୍ମନ୍ତ ଦାସ ଆତ୍ମହତ୍ୟା ଘଟଣା: ହାଇକୋର୍ଟରେ ମାମଲା ଦାଏର

କଟକ ଅଫିସ,୧୭ା୯: ଜଗତ୍‌ସିଂହପୁର ଜିଲା କୁଜଙ୍ଗ ଥାନା ଅଧୀନ ପଙ୍କପାଳ ଗ୍ରାମର ଦୁଷ୍ମନ୍ତ ଦାସ ଆତ୍ମହତ୍ୟା ଘଟଣାକୁ ନେଇ ଗୁରୁବାର ହାଇକୋର୍ଟରେ ମାମଲା ଦାଏର ହୋଇଛି। ଏହି ଘଟଣାରେ ହାଇକୋର୍ଟ ହସ୍ତକ୍ଷେପ କରି ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତିଙ୍କ ନେତୃତ୍ୱରେ ଏକ ସ୍ବତନ୍ତ୍ର ତଦନ୍ତକାରୀ ଦଳ(ଏସ୍‌ଆଇଟି) କିମ୍ବା କୌଣସି କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥାଦ୍ୱାରା ତଦନ୍ତ ନିମନ୍ତେ ନିର୍ଦ୍ଦେଶ ଦେବାକୁ ଆବେଦନକାରୀ ଆଇନଜୀବୀ ପଦ୍ମାଳୟା ମହାପାତ୍ର ନିବେଦନ କରିଛନ୍ତି। ଏହି ମାମଲାରେ ମୁଖ୍ୟ ଶାସନ ସଚିବ, ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ଶାସନ ସଚିବ, ଏସ୍‌ସିବି ମେଡିକାଲ କଲେଜ ଆଣ୍ଡ୍‌ ହସ୍ପିଟାଲର ଅଧୀକ୍ଷକ, କ୍ୟାପିଟାଲ ହସ୍ପିଟାଲର ନିର୍ଦ୍ଦେଶକ, ପୋଲିସ କମିଶନର, କ୍ୟାପିଟାଲ ଓ ମଙ୍ଗଳାବାଗ ଥାନା ପୋଲିସକୁ ପକ୍ଷଭୁକ୍ତ କରାଯାଇଛି।
ମାମଲା ବିବରଣୀରୁ ପ୍ରକାଶ, ଦୁଷ୍ମନ୍ତ ୨୦୨୦ ମାର୍ଚ୍ଚ ୨୨ରେ ସଡ଼କ ଦୁର୍ଘଟଣାର ଶିକାର ହେବାରୁ ଗୋଡରେ ଗଭୀର ଆଘାତ ଲାଗିଥିଲା। ଚିକିତ୍ସାଲାଗି ତାଙ୍କୁ ୨୩ ତାରିଖରେ ଏସ୍‌ସିବି ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲର ପ୍ଲାଷ୍ଟିକ ସର୍ଜରି ବିଭାଗରେ ଭର୍ତ୍ତି କରାଯାଇଥିଲା। ସେ ଜୁଲାଇ ୧୫ରେ ମେଡିକାଲରୁ ଡିସ୍‌ଚାର୍ଜ ହୋଇଥିବାବେଳେ ତାଙ୍କର ୨ଥର ଅସ୍ତ୍ରୋପଚାର କରାଯାଇଥିଲା। ବାରମ୍ବାର ସେ ଏସ୍‌ସିବି ମେଡିକାଲ ଯାଇଥିବାବେଳେ ତାଙ୍କୁ ମେଡିକାଲ କର୍ତ୍ତୃପକ୍ଷ ଫିଜିଓଥେରାପି ସହ ଔଷଧ ଖାଇବାକୁ ପରାମର୍ଶ ଦେଇଥିଲେ। ହେଲେ ଉନ୍ନତ ଚିକିତ୍ସା ପାଇଁ ତାଙ୍କୁ ଉଚ୍ଚସ୍ତରୀୟ ହସ୍ପିଟାଲକୁ ରେଫର କରାଯାଇ ନ ଥିଲା। ସେ ମୁଖ୍ୟମନ୍ତ୍ରୀଙ୍କୁ ଦେଖା କରିବାକୁ ଯାଇ ନିରାଶ ହୋଇଥିଲେ। ତାଙ୍କ ବାମ ଗୋଡର ଚିକିତ୍ସା ଭୁଲ୍‌ବଶତଃ କରାଯାଇଥିବାନେଇ ସେ ଗତ ଜୁଲାଇ ୨୦ରେ ସ୍ବାସ୍ଥ୍ୟ ବିଭାଗକୁ ପତ୍ର ଲେଖିଥିଲେ। ଏହି ପତ୍ର ଜଗତ୍‌ସିଂହପୁର ଜିଲାପାଳ, ସ୍ବାସ୍ଥ୍ୟମନ୍ତ୍ରୀ ଓ ରାଜ୍ୟପାଳଙ୍କ ନିକଟକୁ ପଠାଇଥିଲେ। ଅନ୍ୟପକ୍ଷରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ୨ଟି ହସ୍ପିଟାଲ ମାଗଣା ଚିକିତ୍ସା ଯୋଗାଇଦେବାକୁ ମନା କରିଥିଲେ। ସେ ପୁଣି ଗତ ଅଗଷ୍ଟ ୧୬ରେ ଏସ୍‌ସିବିରେ ଭର୍ତ୍ତି ହୋଇଥିଲେ। ସେଠାରେ ଚିକିତ୍ସା ଯୋଗାଇ ଦିଆଯାଇ ନ ଥିବା ସେ ଅଭିଯୋଗ କରିଥିଲେ। ଅଗଷ୍ଟ ୩୧ରେ ସେ ଟୁଇଟ୍‌ ଯୋଗେ ଅଭିଯୋଗ କରିଥିଲେ। ଗତ ୬ ତାରିଖରେ ଦୁଷ୍ମନ୍ତଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ହେଉ ନ ଥିବାରୁ ତାଙ୍କୁ ଏସ୍‌ସିବି ମେଡିକାଲ ପକ୍ଷରୁ ଏମ୍‌ସକୁ ରେଫର କରାଯାଇଥିଲା। ଗତ ୮ ତାରିଖରେ ସେ ବିଧାନସଭା ନିକଟରେ ବିଷ ପିଇବା ସହ ହାତ କାଟି ଆତ୍ମହତ୍ୟା ଉଦ୍ୟମ କରିଥିଲେ। ଚିକିତ୍ସାଲାଗି ତାଙ୍କୁ କ୍ୟାପିଟାଲ ହସ୍ପିଟାଲ ପରେ ଏସ୍‌ସିବି ମେଡିକାଲ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦୂରଶିକ୍ଷା ପାଇଁ ପାଟଣା ଆଞ୍ଚଳିକ ମହାବିଦ୍ୟାଳୟକୁ ଅନୁମତି

ପାଟଣା,୪ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟରେ ଚଳିତ ଶିକ୍ଷାବର୍ଷରୁ ରାଜ୍ୟ ମୁକ୍ତ ବିଶ୍ୱବିଦ୍ୟାଳୟ ଅଧୀନରେ ଦୂରଶିକ୍ଷାରେ ସ୍ନାତକ ଓ ସ୍ନାତକୋତ୍ତର ପାଠ୍ୟକ୍ରମ ପାଇଁ…

ଗଛରେ ପିଟହେଲା ଯାତ୍ରୀବାହୀ ବସ୍‌, ଚାଳକ ମୃତ, ୩୦ ଯାତ୍ରୀ ଆହ, ୧୦ ଗୁରୁତର

ନୟାଗଡ଼,୪।୯(ଲୋକନାଥ ମିଶ୍ର): ନୟାଗଡ଼ ବ୍ଲକ ଇଟାମାଟି ଥାନା ବାଉଁଶିଆପଡ଼ା ଜହ୍ନିପଦା ଛକ ନିକଟ ୫୭ନମ୍ବର ଜାତୀୟ ରାଜପଥରେ ଶୁକ୍ରବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଯାତ୍ରୀବାହୀ…

ଜନ୍ତରମନ୍ତର ପରି ପୁଣି ହେବାକୁ ଯାଉଛି ବଡ଼ ଆନ୍ଦୋଳନ? ସାଂଘାତିକ ଭବିଷ୍ୟବାଣୀ କଲେ…

ନୂଆଦିଲ୍‌ଲୀ,୪।୯: ସେପ୍ଟେମ୍ୱର ୨୦୨୬ରେ ସରକାରଙ୍କୁ ପୁଣି ଥରେ ରାଜରାସ୍ତାରୁ ଉଠୁଥିବା ଏକ ବଡ଼ ବିରୋଧର ସମ୍ମୁଖୀନ ହେବାକୁ ପଡ଼ିପାରେ। ଭାରତର କୁଣ୍ଡଳୀ ଅନୁଯାୟୀ, ୧୮ରୁ ୨୪ ସେପ୍ଟେମ୍ୱର…

BCCIର ବଡ଼ ଆକ୍ସନ୍‌: ଏକାଥରକେ ୬୪ ଖେଳାଳିଙ୍କୁ ବ୍ୟାନ୍‌, ତାଲିକାରେ…

ନୂଆଦିଲ୍ଲୀ,୪।୯: ବୟସ ସମ୍ପର୍କିତ ଜାଲିଆତି ମାମଲାରେ ବଡ଼ ପଦକ୍ଷେପ ନେଇଛି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI)। ବୟସରେ ହେରଫେର କରିଥିବା ଅଭିଯୋଗରେ ଏକାଥରକେ ୬୪ ଜଣ…

ଡେବ୍ରିଗଡ଼ ଅଭୟାରଣ୍ୟ: ବିରଳ ବନ୍ୟପ୍ରାଣୀଙ୍କ ସଂଖ୍ୟା ବଢୁଛି

ସାରା ଦେଶରେ ବିରଳ ତଥା ସଂରକ୍ଷିତ ଧାରା ‘ସିଡ୍ୟୁଲ-୧’ ଶ୍ରେଣୀଭୁକ୍ତ ବନ୍ୟପ୍ରାଣୀଙ୍କ ସଂଖ୍ୟା କମୁଥିବା ବେଳେ ଡେବ୍ରିଗଡ଼ ଅଭୟାରଣ୍ୟରେ ଏମାନଙ୍କ ସଂଖ୍ୟା ବୃଦ୍ଧି ପାଉଛି ବୋଲି ହୀରାକୁଦ…

ସେପ୍ଟେମ୍ୱର ୧୧ରେ ଶୁକ୍ରଙ୍କ ନକ୍ଷତ୍ର ପରିବର୍ତ୍ତନରେ ଫିଟିଯିବ ଭାଗ୍ୟ, ୫ ରାଶିଙ୍କ ଉପରେ ଧନବର୍ଷା

ଶୁକ୍ର ଗ୍ରହ ୧୧ ସେପ୍ଟେମ୍ୱର ୨୦୨୬ ଶୁକ୍ରବାର ରାତି ୧୧ଟା ୧୯ ମିନିଟରେ ସ୍ୱାତୀ ନକ୍ଷତ୍ରରେ ପ୍ରବେଶ କରିବେ। ଶୁକ୍ର ଗ୍ରହଙ୍କର ସ୍ୱାତୀ ନକ୍ଷତ୍ରରେ ଗୋଚର ଫଳରେ…

ଶୋଇଥିଲେ ସ୍ତ୍ରୀ-ସ୍ବାମୀ, ଭୁଶୁଡିଲା କାନ୍ଥ: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୪।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ବ୍ଲଜ ଅନ୍ତର୍ଗତ ତୁଳସୀପୁର ଗ୍ରାମରେ ଏକ ଅଭାବନୀୟ ଘଟଣାରେ ସ୍ବାମୀର ମୃତ୍ୟୁ ହୋଇଯାଇଥିବାବେଳେ ସ୍ତ୍ରୀ ଗୁରୁତର ହୋଇ କେନ୍ଦ୍ରାପଡା ଡାକ୍ତରଖାନାରେ…

ତ୍ରିଶୂଳୀ ସୁଡ଼ଙ୍ଗ ଭିତରେ ‘ହରେ କୃଷ୍ଣ’ ଜପ କରୁଥିଲେ ସଞ୍ଜୟ; ଜନ୍ମାଷ୍ଟମୀରେ ମିଳିଲା ନୂଆ ଜୀବନ

କାଠମାଣ୍ଠୁ,୪।୯: ନେପାଳର ତ୍ରିଶୁଳିରେ ଥିବା ଏକ ଜଳବିଦ୍ୟୁତ ପ୍ରକଳ୍ପର ସୁଡ଼ଙ୍ଗରୁ ଶୁକ୍ରବାର ଦୁଇଜଣ ଶ୍ରମିକଙ୍କୁ ଜୀବିତ ଉଦ୍ଧାର କରାଯାଇଛି। ଅଗଷ୍ଟ ୨୬ରେ ନେପାଳରେ ଆସିଥିବା ଭୟଙ୍କର ବନ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri