Posted inଜାତୀୟ

ଦଶହରା ରାଲି: ଉଦ୍ଧବଙ୍କୁ ଶିବାଜୀ ପାର୍କ-ଶିନ୍ଦେଙ୍କୁ ମିଳିପାରେ ବିକେସି ପଡ଼ିଆ…

ମୁମ୍ବାଇ, ୧୯।୯ : ମୁମ୍ବାଇରେ ଶିବସେନାମର ଦଶହରା ରାଲି ପାଇଁ ପରିସ୍ଥିତି ସମ୍ପୂର୍ଣ୍ଣ ରୂପେ ସ୍ପଷ୍ଟ ହୋଇନାହିଁ। କିନ୍ତୁ କୁହାଯାଉଛି ଯେ ଦଳର ମୁଖ୍ୟ ଉଦ୍ଧବ ଠାକରେ ପୁଣି ଥରେ ଶିବାଜୀ ପାର୍କରେ ଶିବସୈନିକମାନଙ୍କୁ ସମ୍ବୋଧିତ କରିପାରିବେ। ସେହିପରି ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ସମର୍ଥକ ବାନ୍ଦ୍ରା କୁର୍ଲା କମ୍ପ୍ଲେକ୍ସ ଅର୍ଥାତ ବିକେସି ପଡ଼ିଆରେ ଦଶହରା ରାଲି ଆୟୋଜନ କରିବେ। ତେବେ ବିଦ୍ରୋହୀ ଦଳର ନେତାମାନେ କହିଛନ୍ତି ଯେ ସେମାନେ ଶିବାଜୀ ପାର୍କରେ ଏହି ରାଲି କରିବାକୁ ଚାହୁଁଛନ୍ତି।

ଅକ୍ଟୋବର ୫ରେ ଅନୁଷ୍ଠିତ ହେବାକୁ ଥିବା ଦଶହରା ରାଲିକୁ ନେଇ ଦୁଇ ପକ୍ଷ ସମର୍ଥକଙ୍କ ମଧ୍ୟରେ ଉତ୍ତେଜନା ବଢ଼ିବାରେ ଲାଗିଛି। ଉଭୟ ପକ୍ଷଙ୍କ ତରଫରୁ ବ୍ରିହାନମ୍ବାଇ ମ୍ୟୁନିସିପାଲ କର୍ପୋରେଶନରେ ମଧ୍ୟ ଆବେଦନ କରାଯାଇଥିଲା, କିନ୍ତୁ ବିଏମସି ଏପର୍ଯ୍ୟନ୍ତ କୌଣସି ପ୍ରତିକ୍ରିୟା ଦେଇ ନାହିଁ। ବିଏମସି ଏହି ପ୍ରସଙ୍ଗରେ ଆଇନଗତ ପରାମର୍ଶ ନେଉଛି ବୋଲି ଖବର ଆସିଥିଲା। ଶନିବାର ଉଦ୍ଧବର କହିଥିଲେ ଯେ ଯଦି ସେ ଅନୁମତି ନ ପାଆନ୍ତି ତେବେ କୋର୍ଟଙ୍କ ଦ୍ୱାରସ୍ଥ ହେବେ।

ଉଦ୍ଧବଙ୍କ ଦଳର ଶିବସେନା ଏମ୍‌ପି ଅରବିନ୍ଦ ସାୱନ୍ତ କହିଛନ୍ତି ଯେ ଶିନ୍ଦେଙ୍କୁ ବିକେସି ପଡ଼ିଆରେ ଦଶହରା ରାଲି ପାଇଁ ଅନୁମତି ପାଇଛନ୍ତି। ଏମଏମଆରଡିଏ ଏଭଳି କରିଥିବା ସେ କହିଛନ୍ତି। ଯେହେତୁ ଉଦ୍ଧବ ଏହା ପୂର୍ବରୁ ଆବେଦନ କରିଥିଲେ ତେଣୁ ତାଙ୍କୁ ଶିବାଜୀ ପାର୍କ ମିଳିବ। ଶିନ୍ଦେ ଦଳର ମୁଖପାତ୍ର ଶିତଲ ମହାତ୍ରେ କହିଛନ୍ତି, ଆମେ ଏପର୍ଯ୍ୟନ୍ତ ଆନୁଷ୍ଠାନିକ ଭାବେ ସୂଚନା ପାଇନାହୁଁ। ଆମକୁ କୁହାଯାଇଛି ଯେ ଆମର ଚିଠିକୁ ଗ୍ରହଣ କରାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଉପରେ ଆମେରିକାର ଜୋରଦାର ଆକ୍ରମଣ: ଚାରିଆଡ଼େ ଧୂଆଁଧୂଆଁ

ଓ୍ବାଶିଂଟନ୍‌,୯।୭: ପଶ୍ଚିମ ଏସିଆରେ ଉତ୍ତେଜନା ପୁଣି ଥରେ ବିପଜ୍ଜନକ ସ୍ତରରେ ପହଞ୍ଚିଛି। ଆମେରିକା ଇରାନ ଉପରେ ଘନ ଘନ ଆକ୍ରମଣ କରୁଛି। ଦକ୍ଷିଣପୂର୍ବ ଇରାନର ଇରାନଶାହରରେ ଅବସ୍ଥିତ…

ଏସ.ଆଇ.ଆର୍‌ ନେଇ ସଚେତନ ହେବା ଜରୁରୀ: ଛାତ୍ରୀଛାତ୍ରଙ୍କ ମଧ୍ୟରେ କୁଇଜ-ଚିତ୍ରାଙ୍କନ ପ୍ରତିଯୋଗିତା

ଭଞ୍ଜନଗର,୯।୭(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଏସ.ଆଇ.ଆର୍‌ ୨୦୨୬ ଉପରେ ଅଧିକରୁ ଅଧିକ ସଚେତନତା କାର୍ଯ୍ୟକ୍ରମ କରାଯାଉଛି। ଏହାଦ୍ୱାରା ଲୋକେ ଭୋଟର ତାଲିକା ଉପରେ…

ପଥର ଚିପ୍ସ ବୋଝେଇ ହାଇୱା ଉପରକୁ ଗୁଳିମାଡ଼: ଜୀବନ ରକ୍ଷା ଭୟରେ ଡ୍ରାଇଭର୍‌…

କୁତ୍ରା,୯।୭(ଦେବାଶିଷ ସାହୁ): ସୁନ୍ଦରଗଡ ଜିଲା କୁତ୍ରା ଥାନା ଅନ୍ତର୍ଗତ ଲିଟିବେଡ଼ା ଜଙ୍ଗଲ ନିକଟରେ ଆଜି ଭୋର ପ୍ରାୟ ୩ ଟା ୨୦ ମିନିଟ ସମୟରେ ଗୁଳିମାଡ଼ ହୋଇଥିବା…

ବର୍ଷା ସହ ବିଜୁଳି-ଘଡ଼ଘଡ଼ି ସମ୍ଭାବନା: ୩୦ରୁ ୪୦ କିମି ବେଗରେ ବହିବ ପଦନ: ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର,୯ା୭(ସୌମ୍ୟରଞ୍ଜନ ରାଉତ):ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଅବପାତ ଦୁର୍ବଳ ହୋଇ ସଦୃଶ ଲଘୁଚାପରେ ପରିଣତ ହୋଇଛି। ବର୍ତ୍ତମାନ ସଦୃଶ ଲଘୁଚାପ…

ଠିକା କର୍ମଚାରୀ ହେବେ ନିୟମିତ: ସରକାରଙ୍କ ବଡ଼ ଘୋଷଣା

ଭୁବନେଶ୍ୱର, ୯ା୭ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ଦୀର୍ଘବର୍ଷ ଧରି କାର୍ଯ୍ୟରତ ଠିକା କର୍ମଚାରୀଙ୍କୁ ନିୟମିତ କରିବା ପାଇଁ ଦାବିହୋଇ ଆସୁଥିବାବେଳେ ଏହାକୁ ସରକାର ଗୁରୁତ୍ୱର…

ଘଣ୍ଟାକରେ ‘ବ୍ରଶ୍‌ ଟେଷ୍ଟ’ରୁ ଜଣାପଡ଼ିବ ପାଟି କ୍ୟାନ୍‌ସର

ଲଣ୍ଡନ/ନୂଆଦିଲ୍ଲୀ, ୯ା୭ପାଟି କର୍କଟ ବା ଓରାଲ କ୍ୟାନ୍‌ସର ଚିହ୍ନଟ କ୍ଷେତ୍ରରେ ଚିକିତ୍ସା ବିଜ୍ଞାନକୁ ବଡ଼ ସଫଳତା ମିଳିଛି। ବ୍ରିଟେନ୍‌ର କୁଇନ୍‌ ମେରି ୟୁନିଭର୍ସିଟି ଅଫ୍‌ ଲଣ୍ଡନର ଗବେଷକମାନଙ୍କ…

ସକାଳୁ ସକାଳୁ ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ: କୋଲକାତାର ଯୁବକଙ୍କୁ ଅଟକ ରଖିଲା ପୋଲିସ

ପୁରୀ, ୯।୭(ଅଜିତ୍‌ କୁମାର ମହାନ୍ତି): ପୁଣି ଶ୍ରୀମନ୍ଦିରେ ଉପରେ ଉଡିଲା ଡ୍ରୋନ। ଗୁରୁବାର ସକାଳ ପ୍ରାୟ ୫:୩୦ ମିନିଟ ସମୟରେ ଶ୍ରୀମନ୍ଦିର ପରିସରରେ ଏକ ଡ୍ରୋନ ଉଡ଼ୁଥିବା…

ପୁଣି ଚର୍ଚ୍ଚାରେ ଜଳ ସମ୍ପଦ ବିଭାଗ: ଚାଷ ଆରମ୍ଭରୁ ଧସିଗଲା କେନାଲ ପାର୍ଶ୍ୱକାନ୍ଥ

ବରଗଡ଼,୯।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଜଳସମ୍ପଦ ବିଭାଗର ବିବାଦ ପିଛା ଛାଡୁନାହିଁ। ଏହି ବିଭାଗ ଅଧୀନରେ ଜିଲାର ଅନେକ ସ୍ଥାନରେ ବିଭିନ୍ନ ପ୍ରକଳ୍ପ, କେନାଲ ଉନ୍ନତୀକରଣ ଓ ମରାମତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri