Posted inଜାତୀୟ

ଦଶହରା ରାଲି: ଉଦ୍ଧବଙ୍କୁ ଶିବାଜୀ ପାର୍କ-ଶିନ୍ଦେଙ୍କୁ ମିଳିପାରେ ବିକେସି ପଡ଼ିଆ…

ମୁମ୍ବାଇ, ୧୯।୯ : ମୁମ୍ବାଇରେ ଶିବସେନାମର ଦଶହରା ରାଲି ପାଇଁ ପରିସ୍ଥିତି ସମ୍ପୂର୍ଣ୍ଣ ରୂପେ ସ୍ପଷ୍ଟ ହୋଇନାହିଁ। କିନ୍ତୁ କୁହାଯାଉଛି ଯେ ଦଳର ମୁଖ୍ୟ ଉଦ୍ଧବ ଠାକରେ ପୁଣି ଥରେ ଶିବାଜୀ ପାର୍କରେ ଶିବସୈନିକମାନଙ୍କୁ ସମ୍ବୋଧିତ କରିପାରିବେ। ସେହିପରି ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ସମର୍ଥକ ବାନ୍ଦ୍ରା କୁର୍ଲା କମ୍ପ୍ଲେକ୍ସ ଅର୍ଥାତ ବିକେସି ପଡ଼ିଆରେ ଦଶହରା ରାଲି ଆୟୋଜନ କରିବେ। ତେବେ ବିଦ୍ରୋହୀ ଦଳର ନେତାମାନେ କହିଛନ୍ତି ଯେ ସେମାନେ ଶିବାଜୀ ପାର୍କରେ ଏହି ରାଲି କରିବାକୁ ଚାହୁଁଛନ୍ତି।

ଅକ୍ଟୋବର ୫ରେ ଅନୁଷ୍ଠିତ ହେବାକୁ ଥିବା ଦଶହରା ରାଲିକୁ ନେଇ ଦୁଇ ପକ୍ଷ ସମର୍ଥକଙ୍କ ମଧ୍ୟରେ ଉତ୍ତେଜନା ବଢ଼ିବାରେ ଲାଗିଛି। ଉଭୟ ପକ୍ଷଙ୍କ ତରଫରୁ ବ୍ରିହାନମ୍ବାଇ ମ୍ୟୁନିସିପାଲ କର୍ପୋରେଶନରେ ମଧ୍ୟ ଆବେଦନ କରାଯାଇଥିଲା, କିନ୍ତୁ ବିଏମସି ଏପର୍ଯ୍ୟନ୍ତ କୌଣସି ପ୍ରତିକ୍ରିୟା ଦେଇ ନାହିଁ। ବିଏମସି ଏହି ପ୍ରସଙ୍ଗରେ ଆଇନଗତ ପରାମର୍ଶ ନେଉଛି ବୋଲି ଖବର ଆସିଥିଲା। ଶନିବାର ଉଦ୍ଧବର କହିଥିଲେ ଯେ ଯଦି ସେ ଅନୁମତି ନ ପାଆନ୍ତି ତେବେ କୋର୍ଟଙ୍କ ଦ୍ୱାରସ୍ଥ ହେବେ।

ଉଦ୍ଧବଙ୍କ ଦଳର ଶିବସେନା ଏମ୍‌ପି ଅରବିନ୍ଦ ସାୱନ୍ତ କହିଛନ୍ତି ଯେ ଶିନ୍ଦେଙ୍କୁ ବିକେସି ପଡ଼ିଆରେ ଦଶହରା ରାଲି ପାଇଁ ଅନୁମତି ପାଇଛନ୍ତି। ଏମଏମଆରଡିଏ ଏଭଳି କରିଥିବା ସେ କହିଛନ୍ତି। ଯେହେତୁ ଉଦ୍ଧବ ଏହା ପୂର୍ବରୁ ଆବେଦନ କରିଥିଲେ ତେଣୁ ତାଙ୍କୁ ଶିବାଜୀ ପାର୍କ ମିଳିବ। ଶିନ୍ଦେ ଦଳର ମୁଖପାତ୍ର ଶିତଲ ମହାତ୍ରେ କହିଛନ୍ତି, ଆମେ ଏପର୍ଯ୍ୟନ୍ତ ଆନୁଷ୍ଠାନିକ ଭାବେ ସୂଚନା ପାଇନାହୁଁ। ଆମକୁ କୁହାଯାଇଛି ଯେ ଆମର ଚିଠିକୁ ଗ୍ରହଣ କରାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଚିରାଗ ପାସଓ୍ବାନଙ୍କୁ ନିର୍ବାଚନ ପୂର୍ବରୁ ଝଟ୍‌କା! ବିଏସପିରେ ସାମିଲ ହେଲେ ପୂର୍ବତନ ଏମପି

ପାଟନା,୨୩।୪: ଲୋକ ସଭା ନିର୍ବାଚନରେ ଟିକେଟ ଦାବିରେ ଚିରାଗ ପାସୱାନଙ୍କଠାରୁ ଅଲଗା ହୋଇଥିବା ପୂର୍ବତନ ଏମପି ଅରୁଣ କୁମାର ବହୁଜନ ସମାଜ ପାର୍ଟିରେ ଯୋଗ ଦେଇଛନ୍ତି।...

ହାଇକୋର୍ଟର ମୁଖ୍ୟ ବିଚାରପତି କାହିଁକି କହିଲେ ଘୁଞ୍ଚାଇ ଦିଆଯାଉ ନିର୍ବାଚନ ତାରିଖ

କୋଲକାତା,୨୩।୪: ମଙ୍ଗଳବାର କୋଲାକାତା ହାଇକୋର୍ଟ ଚେତାବନୀ ଦେଇଛନ୍ତି ଯେ ପଶ୍ଚିମବଙ୍ଗର ସେହି ଲୋକ ସଭା ନିର୍ବାଚନମଣ୍ଡଳୀରେ ମତଦାନ ଅନୁମତି ଦିଆ ନ ଯାଉ ଯେଉଁଠାରେ ରାମ...

ଅରବିନ୍ଦ କେଜରିଓ୍ବାଲ, କେ. କବିତାଙ୍କୁ କୋର୍ଟରୁ ମିଳିଲା ଝଟ୍‌କା

ନୂଆଦିଲ୍ଲୀ,୨୩।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟିର ଜାତୀୟ ସଂଯୋଜକ ଅରବିନ୍ଦ କେଜରିୱାଲ ମଙ୍ଗଳବାର ଏକ୍ସାଇଜ ପଲିସି ସ୍କାମ ସହ ଜଡିତ ମନି ଲଣ୍ଡରିଂ...

ପତଞ୍ଜଳି ଉପରେ ବର୍ଷିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୩।୪: ପତଞ୍ଜଳିର ବିଭ୍ରାନ୍ତିକର ବିଜ୍ଞାପନ ମାମଲାର ଶୁଣାଣି ଆଜି ସୁପ୍ରିମକୋର୍ଟରେ ହୋଇଥିଲା। ଏହି ସମୟରେ ଯୋଗ ଗୁରୁ ରାମଦେବ ଏବଂ ଆଚାର୍ଯ୍ୟ ବାଲକ୍ରିଷ୍ଣା ଉପସ୍ଥିତ ଥିଲେ।...

କଂଗ୍ରେସ ସମର୍ଥନରେ ପଚାର ମଇଦାନକୁ ଓହ୍ଲାଇଲେ ପୁଷ୍ପା! ଜାଣନ୍ତୁ ଭାଇରାଲ ଭିଡିଓର ସତ୍ୟତା

ନୂଆଦିଲ୍ଲୀ,୨୩।୪: କିଛି ଦିନ ଧରି ଭାରତରେ ଡିପ୍‌ଫେକ ସମସ୍ୟା ଗମ୍ଭୀର ହୋଇପଡ଼ିଛି। ଅନେକ ତାରକା ଡିପ୍‌ଫେକ ଭିଡିଓର ଶିକାର ହୋଉଛନ୍ତି ଏବଂ ଏହା ଏ ପର୍ଯ୍ୟନ୍ତ...

ବିପଜ୍ଜନକ ହାରରେ ତରଳୁଛି ହିମାଳୟ ଗ୍ଲେସିୟର

ବେଙ୍ଗାଲୁରୁ,୨୩/୪:ବିସ୍ତୀର୍ଣ୍ଣ ଗ୍ଲେସିୟର ଏବଂ ତୁଷାରାବୃତ୍ତ ଅଞ୍ଚଳ ଲାଗି ତୃତୀୟ ମେରୁ ଭାବେ ପରିଚିତ ହିମାଳୟ ପର୍ବତମାଳା ଉଭୟ ଭୌତିକ ଓ ସାମାଜିକ ଦୃଷ୍ଟିରୁ ବୈଶ୍ୱିକ ଜଳବାୟୁ...

ଚାପରେ ଭୁଲ୍‌ ତଥ୍ୟ ଦେଉଛନ୍ତି ଜେଲ କର୍ତ୍ତୃପକ୍ଷ: କେଜ୍‌ରିଓ୍ବାଲଙ୍କ

ନୂଆଦିଲ୍ଲୀ,୨୩ା୪:ତିହାର ଜେଲ କର୍ତ୍ତୃପକ୍ଷ ଇନ୍‌ସୁଲିନ୍‌ ଯୋଗାଣକୁ ସ୍ଥଗିତ ରଖିଥିବା ଡାଇବେଟିସ୍‌ ଆକ୍ରାନ୍ତ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଅଭିଯୋଗ କରିଛନ୍ତି। ସେମାନେ ଶାସକ ଭାଜପାର ଚାପରେ...

ଏଲ୍‌ଏଲ୍‌ବି ପାଠ୍ୟକ୍ରମ ୫ ବର୍ଷ ରହିବ

ନୂଆଦିଲ୍ଲୀ,୨୩ା୪: ଆଇନ ପେସାକୁ ପରିପକ୍ୱ ବ୍ୟକ୍ତିମାନେ ଆସିବା ଆବଶ୍ୟକ ବୋଲି ସୁପ୍ରିମକୋର୍ଟ ଟିପ୍ପଣୀ ଦେବା ସହ ଆଇନ ଡିଗ୍ରୀ ପାଠ୍ୟକ୍ରମକୁ ୩ ବର୍ଷକୁ ହ୍ରାସ କରିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri