Posted inଜାତୀୟ

ଅନୁମତି ମିଳୁ ଅବା ନମିଳୁ ଶିବାଜୀ ପାର୍କରେ କରିବୁ ଦଶହରା ରାଲି, ଉଦ୍ଧବ ସମର୍ଥକଙ୍କ ଘୋଷଣା…

ମୁମ୍ବାଇ, ୨୦।୯ : ଶିବାଜୀ ପାର୍କରେ ଦଶହରା ରାଲି ନେଇ ଉଦ୍ଧବ ଠାକରେଙ୍କ ସମର୍ଥକଙ୍କ ପକ୍ଷରୁ ମଙ୍ଗଳବାର ବଡ଼ ଘୋଷଣା କରାଯାଇଛି। ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ଗୋଷ୍ଠୀଙ୍କୁ ଉଦ୍ଦେଶ୍ୟରେ ଉଦ୍ଧବଙ୍କ ସମର୍ଥକଙ୍କ ପକ୍ଷରୁ କୁହାଯାଇଛି ଯେ, ଅନୁମତି ମିଳୁ ଅବା ନମିଳୁ ଶିବାଜୀ ପାର୍କରେ ଆମେ ଦଶହରା ରାଲି କରିବୁ । ବ୍ରହ୍ମନମ୍ବାଇ ମ୍ୟୁନିସିପାଲ କର୍ପୋରେଶନ (ବିଏମସି) ଏହାର ଅନୁମୋଦନ ଦେଉଛି କି ନାହିଁ ତାହାର କୌଣସିତ ଫରକ ପଡ଼ିବ ନାହିଁ ବୋଲି ଉଦ୍ଧବଙ୍କ ସମର୍ଥକ କହିଛନ୍ତି।

ମୁମ୍ବାଇର ପୂର୍ବତନ ମେୟର ମିଲିନ୍ଦ ବୈଦ୍ୟଙ୍କ ନେତୃତ୍ୱରେ ଉଦ୍ଧବଙ୍କ ଶିବସେନା ନେତାଙ୍କ ଏକ ପ୍ରତିନିଧୀ ଦଳ ବିଏମସି ଅଧିକାରୀଙ୍କୁ ଭେଟି ଏହି ରାଲି ଆୟୋଜନ ପାଇଁ ଅନୁମତି ମାଗିଥିଲେ। ସେମାନେ କହିଛନ୍ତି ଆମେ ଅନୁମତି ପାଇବୁ ଅବା ନ ପାଇବୁ ତାହାର କୌଣସିତ ପ୍ରଭାବ ଧାର୍ଯ୍ୟ ସ୍ଥାନରେ ଦଶହରା ରାଲି ପାଳନ ଉପରେ ପଡ଼ିବ ନାହିଁ। ଆମେ ଶିବାଜୀ ପାର୍କରେ ଏକାଠି ହେବୁ।

ବିଏମସି ଏପର୍ଯ୍ୟନ୍ତ ଏହି ପ୍ରସଙ୍ଗରେ କୌଣସି ନିଷ୍ପତ୍ତି ନେଇନାହିଁ। ବିକଳ୍ପ ଭାବରେ ବାନ୍ଦ୍ରା କୁର୍ଲା କମ୍ପ୍ଲେକ୍ସ (ବି.କେ.ସି) ର ଏମଏମଆରଡିଏ ଗ୍ରାଉଣ୍ଡରେ ରାଲି ଆୟୋଜନ କରିବାକୁ ଅନୁମତି ପାଇଁ ଉଭୟ ଦଳ ମଧ୍ୟ ଆବେଦନ କରିଛନ୍ତି। ପ୍ରକାଶ ଥାଉକି, ଗତ ସପ୍ତାହରେ ବି.କେ.ସିରେ ଏକ ରାଲି କରିବାକୁ ଶିଣ୍ଡେ ଦଳକୁ ଅନୁମତି ଦିଆଯାଇଛି।ିତ୍

ଏହି ପ୍ରସଙ୍ଗରେ ଏନସିପି ନେତା ଅଜିତ ପାୱାର କହିଛନ୍ତି ଯେ ଉଦ୍ଧବ ଠାକୁରଙ୍କ ନେତୃତ୍ୱାଧୀନ ଶିବସେନାଙ୍କୁ ଶିବାଜୀ ପାର୍କରେ ରାଲି କରିବାକୁ ଅନୁମତି ଦିଆଯିବା ଉଚିତ ଏବଂ ଯଦି ଅନୁମତି ନ ଦିଆଯାଏ ତେବେ ସେମାନେ ଆଇନର ଦ୍ୱାରସ୍ଥ ହେବା ଆବଶ୍ୟକ।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ମଞ୍ଚେଶ୍ୱର ଥାନା ASI, ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ…

ଭୁବନେଶ୍ୱର,୧୭।୬: ରାଜଧାନୀରେ ପୁଣି ଜଣେ ପୋଲିସ ବାବୁଙ୍କ ଲାଞ୍ଚ କାରବାରର ପର୍ଦ୍ଦାଫାଶ ହୋଇଛି। ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଭୁବନେଶ୍ୱର ମଞ୍ଚେଶ୍ୱର ଥାନାର ଏଏସଆଇ (ASI)। ଏକ ମାମଲା…

ଝାରସୁଗୁଡ଼ା ସହ ଏହି ଜିଲାରେ ବଢ଼ିଲା ଖରାଛୁଟି ଅବଧି, ଜାଣନ୍ତୁ କେବେ ଖୋଲିବ ସ୍କୁଲ

ଭୁବନେଶ୍ୱର, ୧୭।୬: ଝାରସୁଗୁଡ଼ା ଜିଲାରେ ପଢୁଥିବା ସ୍କୁଲ୍ ଛାତ୍ରଛାତ୍ରୀଙ୍କ ପାଇଁ ଏକ ଗୁରୁତ୍ଵପୂର୍ଣ୍ଣ ଖବର। ଜିଲାରେ ଗ୍ରୀଷ୍ମପ୍ରବାହର ପ୍ରକୋପ ଜାରି ରହିଥିବାରୁ ଛାତ୍ରଛାତ୍ରୀଙ୍କ ସ୍ଵାସ୍ଥ୍ୟକୁ ଦୃଷ୍ଟିରେ ରଖି…

ବୁଧଙ୍କ କୃପାରୁ ଚମକିବ ଭାଗ୍ୟ: ଏହି ୫ଟି ରାଶିର ଲୋକେ ହେବେ ମାଲାମାଲ୍‌, ଧନବର୍ଷା ସାଙ୍ଗକୁ ବଢ଼ିବ ସୁଖ-ସମୃଦ୍ଧି

ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ବୁଧଙ୍କୁ ବୁଦ୍ଧି, ବାଣୀ, ବ୍ୟାପାର, ଗଣିତ, ଶିକ୍ଷା, ତର୍କ ଶକ୍ତି ଏବଂ ଯୋଗାଯୋଗର କାରକ ଗ୍ରହ ଭାବେ ବିବେଚନା କରାଯାଏ। ବର୍ତ୍ତମାନ ବୁଧ…

ବିନା ଇଣ୍ଟରନେଟ୍‌ରେ ବି କରିପାରିବେ Google Maps ବ୍ୟବହାର, ଜାଣନ୍ତୁ ଏହି ସହଜ ଉପାୟ

ନୂଆଦିଲ୍ଲୀ,୧୭।୬: ଗୁଗଲ୍ ମ୍ୟାପ୍ସ ଏବେ କେବଳ କୌଣସି ସ୍ଥାନର ରାସ୍ତା ଦେଖାଇବା ପାଇଁ ଏକ ସାଧାରଣ ଆପ୍ ହୋଇ ରହିନାହିଁ, ବରଂ ଏହା ଏକ ସମ୍ପୂର୍ଣ୍ଣ ‘ଡିଜିଟାଲ୍…

ଚାକିରି ପଛରେ କେତେ ଆଉ ଦୌଡ଼ିବେ? ସରକାରଙ୍କ ଏସବୁ ଯୋଜନାରେ ଆରମ୍ଭ କରନ୍ତୁ ନିଜ ବ୍ୟବସାୟ; ମିଳୁଛି ବଡ଼…

ନୂଆଦିଲ୍ଲୀ,୧୭।୬: ଦେଶରେ ସରକାରୀ ଚାକିରି ପାଇଁ ପ୍ରସ୍ତୁତି କରୁଥିବା ଯୁବକଯୁବତୀଙ୍କ ସଂଖ୍ୟା କ୍ରମାଗତ ଭାବେ ବଢ଼ିବାରେ ଲାଗିଛି, କିନ୍ତୁ ପ୍ରତିଯୋଗିତା ଯୋଗୁ  ସମସ୍ତଙ୍କୁ ସରକାରୀ ଚାକିରି ମିଳିବା…

ଚାକିରି ପଛରେ ଗୋଡ଼ାଇବା ଛାଡ଼ନ୍ତୁ, ଜେସିବି କିଣନ୍ତୁ! ମାସକୁ ଲକ୍ଷ ଲକ୍ଷ ରୋଜଗାର, ହେବେ ମାଲାମାଲ୍‌…

ନୂଆଦିଲ୍ଲୀ,୧୭।୬: ଭାରତରେ ଜେସିବି(JCB)ର ଚାହିଦା ବେଶ୍‌ ଅଧିକ। ନାଳ ଖୋଳିବାଠାରୁ ଆରମ୍ଭ କରି ଘର ଭାଙ୍ଗିବା, ନିର୍ମାଣ କାର୍ଯ୍ୟ, ସଡ଼କ ପ୍ରସ୍ତୁତି ଏବଂ ଜମି ସମତଳ କରିବା…

ଦ୍ୱିପାକ୍ଷିକ ବୈଠକବେଳେ ବଡ଼ ପ୍ରତିଶ୍ରୁତି ଦେଲେ ଡୋନାଲ୍ଡ ଟ୍ରମ୍ପ: ମୋଦି ପିଏମ୍‌ ଥିବା ଯାଏ…ବିଶ୍ୱରେ ପଡିଗଲା ଚହଳ

ନୂଆଦିଲ୍ଲୀ, ୧୭।୬: ଫ୍ରାନ୍ସର ଏଭିଆନଠାରେ ଆୟୋଜିତ ଜି-୭ ସମ୍ମିଳନୀ ଅବସରରେ ବୁଧବାର ସାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ଦ୍ୱିପାକ୍ଷିକ…

ଦୋଷୀ ସାବ୍ୟସ୍ତ ହେବା ପରେ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ, କଟିଯିବ…

କଲମ୍ବୋ,୧୭।୬: ଶ୍ରୀଲଙ୍କାରେ ଚାଲିଥିବା ତ୍ରିଦେଶୀୟ (ଟ୍ରାଇ) ସିରିଜ ଦରମ୍ୟାନ ଏକ ବଡ଼ ବିବାଦ ସାମ୍ନାକୁ ଆସିଛି। ଇଣ୍ଡିଆ ‘ଏ’ ପକ୍ଷରୁ ଖେଳୁଥିବା ଯୁବ ବାମହାତୀ ବ୍ୟାଟ୍ସମ୍ୟାନ ବୈଭବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri