ବର୍ଷାରେ ଭିଜିବ ଦଶହରା: ୪ ଦିନ ଯାଏ ପ୍ରବଳ ବର୍ଷିବ

ଭୁବନେଶ୍ୱର,୧।୧୦ (ବନ୍ଦନା ସେଠୀ):ବର୍ଷାରେ ଭିଜିବ ଦଶହରା। ଲଘୁଚାପ ପ୍ରଭାବରେ ଆସନ୍ତା ୪ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ବୁଧବାର କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏହା ଅକ୍ଟୋବର ୨ତାରିଖ ବେଳକୁ ପଶ୍ଚିମ-କେନ୍ଦ୍ରୀୟ ଏବଂ ପାର୍ଶ୍ୱବର୍ତ୍ତୀ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଅବପାତରେ ପରିଣତ ହେବା ନେଇ ସମ୍ଭାବନା ରହିଛି। ଏହାର ପ୍ରଭାବରେ ବୁଧବାରଠାରୁ ବର୍ଷା ବଢିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ପାଣିପାଗ ବିଜ୍ଞାନୀ ସଞ୍ଜୀବ ଦ୍ୱିବେଦୀ ସୂଚନା ଦେଇଛନ୍ତି। ରାଜ୍ୟର ଉତ୍ତର ଆଭ୍ୟନ୍ତରୀଣ ସହ ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ପୂର୍ଣ୍ଣିବଳୟ ଲଘୁଚାପ ପ୍ରଭାବରେ ଆସନ୍ତା ୨୪ଘଣ୍ଟାରେ ବିଭିନ୍ନ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ବିଶେଷକରି ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ରାୟଗଡ଼ା, କଳାହାଣ୍ଡି, ଗଜପତି ଓ ଗଞ୍ଜାମ ଆଦି ୮ଟି ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ଲଘୁଚାପ ସୃଷ୍ଟି ହେବା ପରେ ୨ତାରିଖରୁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୫ ଜିଲା ଯଥା-ମାଲକାନଗିରି, କୋରାପୁଟ, ରାୟଗଡ଼ା ସହ କନ୍ଧମାଳ ଓ ଗଜପତି ଜିଲାକୁ ଅରେଞ୍ଜ ୱାର୍ନିଂ ଜାରି କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର। ଏଥିସହ ବିଜୁଳି ଘଡ଼ଘଡ଼ି ଏବଂ ୪୦ରୁ ୫୦ କିଲୋମିଟର ପ୍ରତି ଘଣ୍ଟା ବେଗରେ ପବନ ବହିବାର ସମ୍ଭାବନା ନେଇ ପାଣିପାଗ ବିଜ୍ଞାନ କେନ୍ଦ୍ର ଆକଳନ କରିଛି।
ଅପରପକ୍ଷେ ଗତ ୨୪ ଘଣ୍ଟାରେ କେତେକ ସ୍ଥାନରେ ହାଲୁକାରୁ ମାଧ୍ୟମ ଧରଣର ବର୍ଷା ହୋଇଥିବାବେଳେ କନ୍ଧମାଳର ରାଇକିଆରେ ସର୍ବାଧିକ ୪୧.୬ ମି.ମି. ବର୍ଷା ହୋଇଥିବା ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତାକାଲି ପଡୁଛି ୩ ରାଜଯୋଗ; ୫ ରାଶିଙ୍କ ବଦଳିବ ଭାଗ୍ୟ, ମୋଟା ଅଙ୍କର ରୋଜଗାରକୁ ବଡ଼ କମ୍ପାନୀରୁ ଅଫର୍‌

୯ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ କୃଷ୍ଣ ପକ୍ଷର ତ୍ରୟୋଦଶୀ ତିଥି ଏବଂ ବୁଧବାର। ଏହା ସହିତ ଏହି ଦିନଟି ଦ୍ୱିତୀୟ ଚତୁର୍ମାସ୍ୟାର ୧୭ଶ ଦିନ…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ରାହୁଙ୍କ ମକର ରାଶିରେ ଗୋଚର, ୨୦୨୮ ଯାଏ ୩ ରାଶିରେ ଧନବର୍ଷା, ଚାକିରିରେ ମିଳିବ ପ୍ରମୋଶନ

ଶୁକ୍ର ଗ୍ରହ ୧୧ ସେପ୍ଟେମ୍ୱର ୨୦୨୬ରେ ନକ୍ଷତ୍ର ପରିବର୍ତ୍ତନ କରିବାକୁ ଯାଉଛନ୍ତି। ସେ ଚିତ୍ରା ନକ୍ଷତ୍ରରୁ ବାହାରି ରାହୁଙ୍କ ଅଧୀନରେ ଥିବା ସ୍ୱାତୀ ନକ୍ଷତ୍ରରେ ଗୋଚର କରିବେ।…

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…

ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର…

ଭାରତ-ଆଫଗାନିସ୍ତାନ ଟି୨୦ ସିରିଜ୍‌ ଏହି ଚ୍ୟାନେଲର ହେବ ପ୍ରସାରଣ, ଜାଣନ୍ତୁ…

ନୂଆଦିଲ୍ଲୀ,୮ା୯: ଆସନ୍ତା ୧୩ ତାରିଖରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ସୋନୀ ସ୍ପୋଟର୍‌ସ ନେଟ୍‌ଓ୍ବର୍କ ପ୍ରସାରଣ ଅଧିକାର…

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri