Posted inଖେଳ

ବିଏମ୍‌ଡବ୍ଲୁ ବିକିବାକୁ ଚାହୁଁଛନ୍ତି ଦୂତି

ଭୁବନେଶ୍ୱର,୧୦।୭(ବ୍ୟୁରୋ): ଅନ୍ତର୍ଜାତୀୟସ୍ତରରେ ଖ୍ୟାତି ଅର୍ଜନ କରିଥିବା ଧାବିକା ଦୂତି ଚାନ୍ଦ ନିଜର ବିଏମ୍‌ଡବ୍ଲୁ ବିକିବାକୁ ଚାହୁଁଛନ୍ତି। ଏନେଇ ସେ ନିଜର ସୋସିଆଲ ପୃଷ୍ଠା(ଫେସବୁକ୍‌)ରେ ଏକ ପୋଷ୍ଟ କରିଛନ୍ତି। ମୋ ବିଏମ୍‌ଡବ୍ଲୁ କାର୍‌ ବିକିବାକୁ ଚାହୁଁଛି। ଯଦି କିଏ କିଣିବାକୁ ଚାହୁଁଛନ୍ତି ମୋତେ କହିଛନ୍ତି। ମେସେଞ୍ଜରରେ ଏସ୍‌ଏମ୍‌ଏସ୍‌ କରିବେ ବୋଲି ଦୂତି ଲେଖିଛନ୍ତି।
ପୋଷ୍ଟଟି ଏବେ ଭାଇରାଲ ହେଉଥିବା ବେଳେ ସେ ନିଜର ସ୍ପୋଟ୍ସ ଟ୍ରେନିଂ ପାଇଁ ଟଙ୍କା ଦରକାର ଥିବାରୁ ଏଭଳି କରିବାକୁ ଚାହୁଁଥିବା ପ୍ରକାଶ କରିଛନ୍ତି। ପ୍ରଶଂସକମାନେ ନିଜର ପ୍ରିୟ କାର୍‌କୁ ବିକ୍ରି କରନ୍ତୁ ନାହିଁ ବୋଲି କହୁଥିବା ଦେଖାଯାଇଛି। ତେବେ କେହି କେହି ସାହାଯ୍ୟ କରିବାକୁ ଆଗକୁ ଆସିବେ ବୋଲି ମଧ୍ୟ କହୁଛନ୍ତି। ତେବେ ସରକାର ଏବେ କୋଭିଡ ପରିଚାଳନାରେ ବ୍ୟସ୍ତ ଥିବାରୁ ସେ ହଇରାଣ କରିବାକୁ ଚାହୁଁ ନ ଥିବା ଦୂତି କହିଛନ୍ତି।

ପ୍ରକାଶ ଯେ, ଦୌଡ଼ରାଣୀ ଦୂତି ୨୦୧୮ରେ ଏସିଆନ୍‌ ଗେମ୍ସରେ ଭାରତକୁ ଦୁଇଟି ରୋପ୍ୟ ପଦକ ଜିତାଇଥିଲେ। ଏହାକୁ ନେଇ ତାଙ୍କୁ ପ୍ରଶଂସା କରାଯାଇଥିଲା। ଏଥିସହ ସେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ମଧ୍ୟ ଚର୍ଚ୍ଚାରେ ରହିଆସୁଛନ୍ତି। ସେ ନିଜ ସମଲିଙ୍ଗୀ ସମ୍ପର୍କକୁ ସାଧାରଣରେ ଖୋଲାଖୋଲି ଭାବେ ସ୍ବିକାର କରିଥିଲେ। ଏବେ କରୋନାକୁ ନେଇ ଲକ୍‌ଡାଉନ୍‌ ଯୋଗୁ ଆର୍ଥିକ ମାନ୍ଦାବସ୍ଥା ମଥା ଟେକିଛି। ଏଥିରୁ ଦୂତି ବାଦ୍‌ ପଡ଼ି ନାହାନ୍ତି ବୋଲି ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ୭୦% ଶସ୍ତା ହେବ ଏହି ଔଷଧ

ନୂଆଦିଲ୍ଲୀ,୮।୧୦: କ୍ୟାନ୍ସର ଚିକିତ୍ସାରେ ଭାରି ଖର୍ଚ୍ଚକୁ ନେଇ ଚିନ୍ତିତ ରୋଗୀ ଓ ସେମାନଙ୍କ ପରିବାର ପାଇଁ କେନ୍ଦ୍ର ସରକାର ବଡ଼ ପଦକ୍ଷେପ ନେଇଛନ୍ତି । ସମସ୍ତ ନନ୍-ସେଡ୍ୟୁଲ୍…

ଭୋଟ୍‌ ବଞ୍ଚାଅ, ସମ୍ବିଧାନ ବଞ୍ଚାଅ ନାରାରେ କମ୍ପିଲା ଲାଞ୍ଜିଗଡ଼

ଲାଞ୍ଜିଗଡ଼,୮ା୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକରେ ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା ପ୍ରଭାବ ଦେଖିବାକୁ ମିଳିଛି। ବନ୍ଦକୁ…

କ୍ରିକେଟ୍‌ରେ ଚାମ୍ପିୟନ୍‌ ହେଲା ଆମେରିକା: ଭାରତୀୟ ବଂଶୋଦ୍ଭବ କଲେ କମାଲ

ଡଲାସ,୮।୧୦:ଭାରତୀୟ ବଂଶୋଦ୍ଭବ ଅଧିନାୟକ ମୋନାଙ୍କ ପଟେଲଙ୍କ ଧମାକାଦାର ଶତକ ବଳରେ ନାମ୍ବିଆକୁ ୪ ଉଇକେଟରେ ପରାସ୍ତ କରି ICC Cricket World Cup League Two 2023-27ର…

ବଙ୍ଗରେ ହଲଚଲ! ଉପନିର୍ବାଚନକୁ ନେଇ ମମତାଙ୍କ ବଡ଼ ଅଭିଯୋଗ; କହିଲେ ନିର୍ବାଚନ ହୋଇନି, EVMରେ…

କୋଲକାତା,୮।୧୦: ପଶ୍ଚିମବଙ୍ଗର ନନ୍ଦିଗ୍ରାମ ଓ ରେଜିନଗର ବିଧାନସଭା ଆସନର ଉପନିର୍ବାଚନ ଫଳାଫଳ ଆସିବା ପୂର୍ବରୁ ରାଜନୀତି ସରଗରମ ହୋଇଛି । ମମତା ବାନାର୍ଜୀ ଭାଜପା ଉପରେ ଗୁରୁତର…

କୋହଲିଙ୍କୁ ପିଛା ଛାଡ଼ୁନି ବିବାଦ: ଆଗେ ଫସୁଛନ୍ତି ପରେ ଦେଉଛନ୍ତି ସଫେଇ

ନୂଆଦିଲ୍ଲୀ,୮।୧୦: ଭାରତୀୟ କ୍ରିକେଟର ତାରକା ବିରାଟ କୋହଲିଙ୍କୁ ନେଇ ପୁଣିଥରେ ଏକ ବିବାଦ ଚର୍ଚ୍ଚାକୁ ଆସିଛି। ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମକୁ ବିରାଟ କୋହଲି ଏବଂ ତାଙ୍କ ସ୍ତ୍ରୀ…

ଗୁଡ଼ାରୀବାସୀଙ୍କ ପାଇଁ ବଡ଼ ଖବର: ଗୁଡ଼ାରୀ-ଢେପାଗୁଡ଼ା-କର୍ଲାଘାଟି ରାସ୍ତା ପ୍ରଶସ୍ତୀକରଣକୁ ମଞ୍ଜୁରି, ବିଧାୟକ କହିଲେ….

ଗୁଡାରି,୮ା୧୦(ପ୍ରମୋଦ କୁମାର ପତି ): ରାୟଗଡା ଜିଲାର ଗୁଡାରି – ଢେପାଗୁଡା – କର୍ଲାଘାଟି ରାସ୍ତାର ପ୍ରଶସ୍ତୀକରଣ ପ୍ରକଳ୍ପ ମଞ୍ଜୁର ହୋଇଛି । ଏନେଇ ପୂର୍ତ୍ତ ବିଭାଗ…

କଂଗ୍ରେସର ବନ୍ଦ ଡାକରା: ରାଜ୍ୟ ରାଜପଥ ଅବରୋଧ କଲେ ବିକ୍ଷୋଭକାରୀ

ବଞ୍ଚୋ,୮ା୧୦(ପ୍ରଦୋଷ ବିଶ୍ୱାଳ): ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାର ପ୍ରଭାବ ଆନନ୍ଦପୁରରେ ଦେଖିବାକୁ ମିଳିଛି। ବନ୍ଦକୁ ସମର୍ଥନ ଜଣାଇ କଂଗ୍ରେସ, ସିପିଆଇ ସମେତ ବାମପନ୍ଥୀ…

ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା: ୨୫ ଦିନ ହେଲା ନାହିଁ ବିଜୁଳି, ଗରମରେ ସିଝୁଛନ୍ତି ଛାତ୍ରୀଛାତ୍ର

ବାଲିଗୁଡ଼ା,୮ା୧୦(ସଞ୍ଜୟ କୁମାର ପାଣିଗ୍ରାହୀ): ସରକାରୀ ବିଦ୍ୟାଳୟରେ ସ୍ମାର୍ଟ କ୍ଲାସ୍‌ରୁମ୍‌ ନିର୍ମାଣ କରି ଡିଜିଟାଲ ଶିକ୍ଷାକୁ ଗୁରୁତ୍ୱ ଦିଆଯାଉଛି। ହେଲେ ବିଦ୍ୟୁତ୍‌ ନ ଥିବାରୁ ସେହି ସ୍ମାର୍ଟ କ୍ଲାସ୍‌ରୁମ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?