Posted inଖେଳ

ଅର୍ଜୁନ ପୁରସ୍କାର ତାଲିକାରେ ଦୂତୀ

ଭୁବନେଶ୍ୱର, ୧୯।୮(କ୍ରୀଡ଼ା ପ୍ରତିନିଧି)- ଓଡ଼ିଶା କ୍ରୀଡ଼ା ପାଇଁ ଏକ ଖୁସି ଖବର। ଜାତୀୟ କ୍ରୀଡ଼ା ପୁରସ୍କାର ପାଇଁ ଗଠିତ ଚୟନ କମିଟି ଅର୍ଜୁନ ପୁରସ୍କାର ଲାଗି ସୁପାରିସ କରିଥିବା ୨୯ ଜଣିଆ ଆଥଲେଟ୍‌ ତାଲିକାରେ ଓଡ଼ିଶାର ଦୂତୀ ଚାନ୍ଦ ସ୍ଥାନ ପାଇଛନ୍ତି। ପୂର୍ବରୁ ଓଡ଼ିଶାର ୮ ଖେଳାଳି ଅର୍ଜୁନ ପୁରସ୍କାର ପାଇସାରିଥିବାବେଳେ ଏବେ ଏହି ସଂଖ୍ୟା ୯ରେ ପହଞ୍ଚତ୍ବାକୁ ଯାଉଛି।
୧୯୯୬ ଫେବୃୟାରୀ ୩ରେ ଯାଜପୁର ଜିଲା ଚକଗୋପାଳପୁରରେ ଜନ୍ମିତ ଦୂତୀ ଏବେ ୧୦୦ ମିଟର ଦୌଡ଼ରେ ଜାତୀୟ ରେକର୍ଡଧାରିଣୀ (୧୧.୨୨ ସେକେଣ୍ଡ-୨୦୧୯)। ତାଙ୍କ କ୍ୟାରିୟରର ସଫଳତା ତାଲିକା ବେଶ୍‌ ଲମ୍ବା। ୨୦୧୮ ଜାକର୍ତ୍ତା ଏସିଆନ ଗେମ୍ସର ଉଭୟ ୧୦୦ ଓ ୨୦୦ ମିଟରରେ ରୌପ୍ୟ ପଦକ ହାସଲ ତାଙ୍କ ଅର୍ଜୁନ ପୁରସ୍କାର ପଥକୁ ସୁଗମ କରିଛି। ୨୦୧୭ରେ ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ଏସିଆନ ଆଥଲେଟିକ୍‌ ଚାମ୍ପିୟନଶିପ୍‌ରେ ୨ଟି ବ୍ରୋଞ୍ଜପଦକ ହାସଲ କରିଥିଲେ। ମହିଳା ୧୦୦ ମିଟର ଓ ୪ ଗୁଣା ୧୦୦ ରିଲେ ରେସ୍‌ରେ ସେ ଏହି ସଫଳତା ପାଇଥିଲେ। ସେ ୨୦୧୩ ପୁଣେ ଓ ୨୦୧୯ ଦୋହା ଏସିଆନ ଚାମ୍ପିୟନଶିପ୍‌ରେ ମଧ୍ୟ ବ୍ରୋଞ୍ଜ ପଦକ ହାସଲ କରିଥିଲେ। ଏହା ବ୍ୟତୀତ ୨୦୧୬ ଦୋହା ଏସିଆନ ଇନ୍‌ଡୋର ଆଥଲେଟିକ୍‌ ଚାମ୍ପିୟନଶିପ୍‌ରେ ବ୍ରୋଞ୍ଜ ଏବଂ ସେହିବର୍ଷ ସାଉଥ୍‌ ଏସିଆନ ଗେମ୍ସରେ ଗୋଟିଏ ଲେଖାଏ ରୌପ୍ୟ ଓ ବ୍ରୋଞ୍ଜ ପଦକ ପାଇଥିଲେ। ପ୍ରଥମ ଭାରତୀୟ ଭାବେ ସେ ୨୦୧୯ ଓ୍ବାଲର୍‌ଡ ୟୁନିଭର୍ସିଟି ଗେମ୍ସର ମହିଳା ୧୦୦ ମିଟରରେ ସ୍ବର୍ଣ୍ଣ ପଦକ ଅର୍ଜନ କରିଥିଲେ। ୨୦୧୪ରେ ହାଇପରଆଣ୍ଡ୍ରୋଜେନିଜମ୍‌ ବିବାଦରୁ ମୁକୁଳିଥିବା ଦୂତୀ ୨୦୧୯ରେ ସମଲିଙ୍ଗି ସମ୍ପକର୍ର୍ରେ ଥିବାକଥା ପ୍ରକାଶ କରି ଚର୍ଚ୍ଚାକୁ ଆସିଥିଲେ।
ପ୍ରକାଶଯୋଗ୍ୟ ଯେ, ପୂର୍ବରୁ ଓଡ଼ିଶାର ୮ ଜଣ କ୍ରୀଡ଼ାବିତ୍‌ ଅର୍ଜୁନ ପୁରସ୍କାର ପାଇ ସାରିଛନ୍ତି। ୧୯୮୦ରେ ସାଇକ୍ଲିଷ୍ଟ ମିନତି ମହାପାତ୍ର ପ୍ରଥମ ଓଡ଼ିଆ ଭାବେ ଏହି ସମ୍ମାନ ପାଇଥିଲେ। ପରେ ୧୯୮୨ରେ ଭାରୋତ୍ତୋଳକ ବିଜୟ କୁମାର ଶତପଥୀ, ୧୯୯୮ରେ ଆଥଲେଟ୍‌ ରଚିତା ମିସ୍ତ୍ରି (ପଣ୍ଡା), ୨୦୦୨ରେ ପୂର୍ବତନ ଭାରତୀୟ ହକି ଅଧିନାୟକ ପଦ୍ମଶ୍ରୀ ଦିଲୀପ ତିର୍କୀ, ୨୦୦୭ରେ ପୂର୍ବତନ ଭାରତୀୟ ମହିଳା ହକି ଅଧିନାୟିକା ଜ୍ୟୋତି ସୁନୀତା କୁଲୁ, ୨୦୦୯ରେ ପୂର୍ବତନ ଭାରତୀୟ ହକି ଅଧିନାୟକ ପଦ୍ମଶ୍ରୀ ଇଗ୍ନେଶ ତିର୍କୀ, ୨୦୧୦ରେ ଭାରୋତ୍ତୋଳକ କେ. ରବିକୁମାର ଏବଂ ୨୦୧୯ରେ ଓଡ଼ିଶାର ପ୍ରଥମ ପାରା ଆଥଲେଟ୍‌ଭାବେ ବ୍ୟାଡ୍‌ମିଣ୍ଟନ ଖେଳାଳି ପ୍ରମୋଦ ଭଗତ ଅର୍ଜୁନ ପୁରସ୍କାର ପାଇଥିଲେ। (ସମ୍ପ୍ରତି ଓଡ଼ିଶାରେ ରହୁଥିବା ୧୯୭୫ ହକି ବିଶ୍ୱକପ ଏବଂ ୧୯୭୨ ଅଲିମ୍ପିକ୍ସ ବ୍ରୋଞ୍ଜ ପଦକ ବିଜୟୀ ଦଳର ସଦସ୍ୟ ହକି କିମ୍ବଦନ୍ତୀ ଝାଡ଼ଖଣ୍ଡର ମାଇକେଲ କିଣ୍ଡୋ(୧୯୭୨) ମଧ୍ୟ ଅର୍ଜୁନ ପୁରସ୍କାର ପାଇଥିଲେ।)


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଖାଲି କ୍ରିକେଟ ଖେଳିବାକୁ ଆସିନି, ୧୦-୨୦ ବର୍ଷ ଯାଏ ଡୋମିନେଟ୍‌ କରିବାକୁ ଚାହୁଁଛି: ବୈଭବଙ୍କ…

ନୂଆଦିଲ୍ଲୀ,୭।୬: ଆଇପିଏଲ୍‌ ୨୦୨୬ରେ ନିଜର ବିସ୍ଫୋରକ ବ୍ୟାଟିଂ ଦ୍ୱାରା ସାରା ବିଶ୍ୱକୁ ଚକିତ କରିଥିବା ୧୫ ବର୍ଷର ଯୁବ କ୍ରିକେଟରବୈଭବ ସୂର୍ଯ୍ୟବଂଶୀଙ୍କୁ ଶନିବାର ଦିନ ଏକ ବଡ଼…

ଟିମ ଇଣ୍ଡିଆରେ ଏଣ୍ଟ୍ରି ପରେ ବିଜ୍ଞାପନ ବଜାରରେ ଛାଇଗଲେ ସୂର୍ଯ୍ୟବଂଶୀ; କିନ୍ତୁ ବିରାଟ-ରୋହିତଙ୍କ ଭଳି କରିପାରିବେନି ସବୁ ବ୍ରାଣ୍ଡର ପ୍ରଚାର, ଜାଣନ୍ତୁ କାହିଁକ?

ନୂଆଦିଲ୍ଲୀ,୭।୬: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ଗସ୍ତ ସହିତ ଏସିଆନ ଗେମ୍ସ ପାଇଁ ମଧ୍ୟ ନିଜର ଟି-୨୦ ଦଳ ଘୋଷଣା କରିସାରିଛି।…

‘ସ୍ବପ୍ନ ପୂରଣ ହେଲା..’, ବିରାଟ କୋହଲିଙ୍କୁ ନେଇ ଏମିତି କଥା କହିଲେ ବୈଭବ ସୂର୍ଯ୍ୟବଂଶୀ, ଏବେ ହେଉଛି ଖୁବ ଚର୍ଚ୍ଚା

ନୂଆଦିଲ୍ଲୀ,୭।୬: ଯଦିଓ RCB GTକୁ ପରାସ୍ତ କରି IPL 2026 ଟାଇଟଲ ଜିତିଥିଲା, କିନ୍ତୁ 19ତମ ସିଜିନ ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରଦର୍ଶନ ପାଇଁ ମନେ ରହିବ। ବୈଭବ…

ଅଧିନାୟକ ପଦ ଯିବା ପରେ ସନ୍ୟାସ ନେଲେ ସୂର୍ଯ୍ୟକୁମାର? ସୋସିଆଲ ମିଡିଆରେ ପୋଷ୍ଟ ଭାଇରାଲ

ନୂଆଦିଲ୍ଲୀ,୭।୬: ଟି-୨୦ ବିଶ୍ୱକପ ବିଜୟୀ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କୁ ଟିମ ଇଣ୍ଡିଆର ଇଂଲଣ୍ଡ ଏବଂ ଆୟର୍ଲାଣ୍ଡ ଗସ୍ତ ପାଇଁ ଚୟନ କରାଯାଇ ନଥିଲା। ତାଙ୍କ ସ୍ଥାନରେ ଶ୍ରେୟସ…

ଶ୍ରେୟସ ଆୟର ଟିମ ଇଣ୍ଡିଆର ଅଧିନାୟକ ହେବା ପରେ ମୁହଁ ଖୋଲିଲେ ସୂର୍ଯ୍ୟକୁମାର, କହିଦେଲେ ଏମିତି କଥା…

ନୂଆଦିଲ୍‌ଲୀ,୭।୬: ଆଇପିଏଲ ପରେ ଭାରତୀୟ ଟି-୨୦ ଦଳରେ କିଛି ଚମକାଇ ଦେବା ଭଳି ପରିବର୍ତ୍ତନ ଦେଖିବାକୁ ମିଳିଛି। ସୂର୍ଯ୍ୟକୁମାର ଯାଦବ ଏବେ ଆଉ ଟିମ ଇଣ୍ଡିଆର ଅଧିନାୟକ…

ଆମେରିକା ପ୍ରବେଶ ପାଇଁ ଇରାନ ଫୁଟବଲ ଦଳକୁ ମିଳିଲା ଭିଜା

ଓ୍ବାଶିଂଟନ,୫।୬: ଯୁକ୍ତରାଷ୍ଟ୍ର ଆମେରିକା(ୟୁଏସ୍‌) ଇରାନ ବିଶ୍ୱକପ୍‌ ପୁଟ୍‌ବଲ ଦଳର ସଦସ୍ୟମାନଙ୍କୁ ଭିଜା ପ୍ରଦାନ କରିଛି। ଫଳରେ ଇରାନ ଦଳ ଆମେରିକାରେ ପ୍ରବେଶ କରିପାରିବ। ମେକ୍ସିକୋର ଟିଜୁଆନାରେ ଦଳ…

ପ୍ରଥମ ଦିନ ଖେଳ ଶେଷ ସୁଦ୍ଧା ଭାରତ ୩୬୮/୩

ନୂଆ ଚଣ୍ଡିଗଡ଼,୬ା୬ ଭାରତ-ଆଫଗାନିସ୍ତାନ ମଧ୍ୟରେ ଏକମାତ୍ର ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ମ୍ୟାଚ୍‌ର ପ୍ରଥମ ଦିନ ସମ୍ପୂର୍ଣ୍ଣ ରୂପେ ଭାରତୀୟ ବ୍ୟାଟରଙ୍କ ନିୟନ୍ତ୍ରଣରେ ରହିଛି। ଅଧିନାୟକ…

ସୂର୍ଯ୍ୟକୁମାରଙ୍କୁ ବଦଳାଇ ଶ୍ରେୟସ ଆୟରଙ୍କୁ କାହିଁକି କରାଗଲା ଅଧିନାୟକ ପ୍ରକୃତ କାରଣ କହିଲେ ଅଜିତ ଅଗରକର

ନୂଆଦିଲ୍ଲୀ,୬।୬: ଶନିବାର ଯେତେବେଳେ ବିସିସିଆଇ ସଚିବ ଦେବଜିତ ସାଇକିଆ ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ଗସ୍ତ ପାଇଁ ଭାରତର ଟି-୨୦ ଦଳ ଘୋଷଣା କରିଥିଲେ, ସେତେବେଳେ ତାଲିକାରୁ ଅଧିନାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri