Posted inଖେଳ

ଅର୍ଜୁନ ପୁରସ୍କାର ତାଲିକାରେ ଦୂତୀ

ଭୁବନେଶ୍ୱର, ୧୯।୮(କ୍ରୀଡ଼ା ପ୍ରତିନିଧି)- ଓଡ଼ିଶା କ୍ରୀଡ଼ା ପାଇଁ ଏକ ଖୁସି ଖବର। ଜାତୀୟ କ୍ରୀଡ଼ା ପୁରସ୍କାର ପାଇଁ ଗଠିତ ଚୟନ କମିଟି ଅର୍ଜୁନ ପୁରସ୍କାର ଲାଗି ସୁପାରିସ କରିଥିବା ୨୯ ଜଣିଆ ଆଥଲେଟ୍‌ ତାଲିକାରେ ଓଡ଼ିଶାର ଦୂତୀ ଚାନ୍ଦ ସ୍ଥାନ ପାଇଛନ୍ତି। ପୂର୍ବରୁ ଓଡ଼ିଶାର ୮ ଖେଳାଳି ଅର୍ଜୁନ ପୁରସ୍କାର ପାଇସାରିଥିବାବେଳେ ଏବେ ଏହି ସଂଖ୍ୟା ୯ରେ ପହଞ୍ଚତ୍ବାକୁ ଯାଉଛି।
୧୯୯୬ ଫେବୃୟାରୀ ୩ରେ ଯାଜପୁର ଜିଲା ଚକଗୋପାଳପୁରରେ ଜନ୍ମିତ ଦୂତୀ ଏବେ ୧୦୦ ମିଟର ଦୌଡ଼ରେ ଜାତୀୟ ରେକର୍ଡଧାରିଣୀ (୧୧.୨୨ ସେକେଣ୍ଡ-୨୦୧୯)। ତାଙ୍କ କ୍ୟାରିୟରର ସଫଳତା ତାଲିକା ବେଶ୍‌ ଲମ୍ବା। ୨୦୧୮ ଜାକର୍ତ୍ତା ଏସିଆନ ଗେମ୍ସର ଉଭୟ ୧୦୦ ଓ ୨୦୦ ମିଟରରେ ରୌପ୍ୟ ପଦକ ହାସଲ ତାଙ୍କ ଅର୍ଜୁନ ପୁରସ୍କାର ପଥକୁ ସୁଗମ କରିଛି। ୨୦୧୭ରେ ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ଏସିଆନ ଆଥଲେଟିକ୍‌ ଚାମ୍ପିୟନଶିପ୍‌ରେ ୨ଟି ବ୍ରୋଞ୍ଜପଦକ ହାସଲ କରିଥିଲେ। ମହିଳା ୧୦୦ ମିଟର ଓ ୪ ଗୁଣା ୧୦୦ ରିଲେ ରେସ୍‌ରେ ସେ ଏହି ସଫଳତା ପାଇଥିଲେ। ସେ ୨୦୧୩ ପୁଣେ ଓ ୨୦୧୯ ଦୋହା ଏସିଆନ ଚାମ୍ପିୟନଶିପ୍‌ରେ ମଧ୍ୟ ବ୍ରୋଞ୍ଜ ପଦକ ହାସଲ କରିଥିଲେ। ଏହା ବ୍ୟତୀତ ୨୦୧୬ ଦୋହା ଏସିଆନ ଇନ୍‌ଡୋର ଆଥଲେଟିକ୍‌ ଚାମ୍ପିୟନଶିପ୍‌ରେ ବ୍ରୋଞ୍ଜ ଏବଂ ସେହିବର୍ଷ ସାଉଥ୍‌ ଏସିଆନ ଗେମ୍ସରେ ଗୋଟିଏ ଲେଖାଏ ରୌପ୍ୟ ଓ ବ୍ରୋଞ୍ଜ ପଦକ ପାଇଥିଲେ। ପ୍ରଥମ ଭାରତୀୟ ଭାବେ ସେ ୨୦୧୯ ଓ୍ବାଲର୍‌ଡ ୟୁନିଭର୍ସିଟି ଗେମ୍ସର ମହିଳା ୧୦୦ ମିଟରରେ ସ୍ବର୍ଣ୍ଣ ପଦକ ଅର୍ଜନ କରିଥିଲେ। ୨୦୧୪ରେ ହାଇପରଆଣ୍ଡ୍ରୋଜେନିଜମ୍‌ ବିବାଦରୁ ମୁକୁଳିଥିବା ଦୂତୀ ୨୦୧୯ରେ ସମଲିଙ୍ଗି ସମ୍ପକର୍ର୍ରେ ଥିବାକଥା ପ୍ରକାଶ କରି ଚର୍ଚ୍ଚାକୁ ଆସିଥିଲେ।
ପ୍ରକାଶଯୋଗ୍ୟ ଯେ, ପୂର୍ବରୁ ଓଡ଼ିଶାର ୮ ଜଣ କ୍ରୀଡ଼ାବିତ୍‌ ଅର୍ଜୁନ ପୁରସ୍କାର ପାଇ ସାରିଛନ୍ତି। ୧୯୮୦ରେ ସାଇକ୍ଲିଷ୍ଟ ମିନତି ମହାପାତ୍ର ପ୍ରଥମ ଓଡ଼ିଆ ଭାବେ ଏହି ସମ୍ମାନ ପାଇଥିଲେ। ପରେ ୧୯୮୨ରେ ଭାରୋତ୍ତୋଳକ ବିଜୟ କୁମାର ଶତପଥୀ, ୧୯୯୮ରେ ଆଥଲେଟ୍‌ ରଚିତା ମିସ୍ତ୍ରି (ପଣ୍ଡା), ୨୦୦୨ରେ ପୂର୍ବତନ ଭାରତୀୟ ହକି ଅଧିନାୟକ ପଦ୍ମଶ୍ରୀ ଦିଲୀପ ତିର୍କୀ, ୨୦୦୭ରେ ପୂର୍ବତନ ଭାରତୀୟ ମହିଳା ହକି ଅଧିନାୟିକା ଜ୍ୟୋତି ସୁନୀତା କୁଲୁ, ୨୦୦୯ରେ ପୂର୍ବତନ ଭାରତୀୟ ହକି ଅଧିନାୟକ ପଦ୍ମଶ୍ରୀ ଇଗ୍ନେଶ ତିର୍କୀ, ୨୦୧୦ରେ ଭାରୋତ୍ତୋଳକ କେ. ରବିକୁମାର ଏବଂ ୨୦୧୯ରେ ଓଡ଼ିଶାର ପ୍ରଥମ ପାରା ଆଥଲେଟ୍‌ଭାବେ ବ୍ୟାଡ୍‌ମିଣ୍ଟନ ଖେଳାଳି ପ୍ରମୋଦ ଭଗତ ଅର୍ଜୁନ ପୁରସ୍କାର ପାଇଥିଲେ। (ସମ୍ପ୍ରତି ଓଡ଼ିଶାରେ ରହୁଥିବା ୧୯୭୫ ହକି ବିଶ୍ୱକପ ଏବଂ ୧୯୭୨ ଅଲିମ୍ପିକ୍ସ ବ୍ରୋଞ୍ଜ ପଦକ ବିଜୟୀ ଦଳର ସଦସ୍ୟ ହକି କିମ୍ବଦନ୍ତୀ ଝାଡ଼ଖଣ୍ଡର ମାଇକେଲ କିଣ୍ଡୋ(୧୯୭୨) ମଧ୍ୟ ଅର୍ଜୁନ ପୁରସ୍କାର ପାଇଥିଲେ।)


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

Video: ଆଉଟ୍‌ ଦେଇଥିବା ଅମ୍ପାୟାରଙ୍କଠାରୁ ‘ପ୍ରତିଶୋଧ’ ନେଲେ ବିରାଟ, ସର୍ବସମ୍ମୁଖରେ କଲେ ଏଭଳି…

ନୂଆଦିଲ୍ଲୀ,୨୩।୪: ବିରାଟ କୋହଲି କ୍ରିକେଟ ମଇଦାନରେ ନିଜର କ୍ରୋଧକୁ ନେଇ ପରିଚିତ। ଖେଳ ସମୟରେ ନିଜ ବିରୋଧୀ ଟିମ୍‌ର ମୁହଁ ଏବଂ ବ୍ୟାଟ୍‌ ଉଭୟର ଉଚିତ...

‘ପନ୍ତଙ୍କୁ ଚୟନ କରା ନ ଗଲେ ଭାରତ ମ୍ୟାଚ୍‌ରେ ପ୍ରଭାବ ପଡ଼ିବ’ 

ନୂଆଦିଲ୍ଲୀ,୨୩।୪: ଟି୨୦ ବିଶ୍ୱକପ୍‌ ପାଇଁ ଟିମ୍‌ ଇଣ୍ଡିଆର ଚୟନ ଚଳିତ ମାସ ଶେଷ ଆଡ଼କୁ ହୋଇପାରେ। ଦଳରେ ଅନେକ ଖେଳାଳିଙ୍କୁ ଚୟନ କରିବାକୁ ନେଇ ଏଯାଏ...

ହେଲା ବଡ଼ ଖୁଲାସା, ଏହି ଗୋଟିଏ ଭୁଲ୍‌ ପାଇଁ ଆର୍‌ସିବିରେ ନାହାନ୍ତି ଚହଲ…

ନୂଆଦିଲ୍ଲୀ,୨୩।୪: ଯୁଜବେନ୍ଦ୍ର ଚହଲଙ୍କୁ ଦଳରେ ନ ରଖିବାର ନିଷ୍ପତ୍ତି ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍‌ସିବି)କୁ ଅବଶୋଷ ରହିବ। କିଛି ଏଭଳି ପ୍ରତିକ୍ରିୟା ରଖିଛନ୍ତି ଫ୍ରାଞ୍ଚାଇଜ୍‌ର ପୂର୍ବ କ୍ରିକେଟ...

ଇତିହାସ ରଚିଲେ ଚହଲ: ଆଇପିଏଲ୍‌ରେ ଏମିତି କାରନାମା କରିବାରେ ପ୍ରଥମ ବୋଲର

ନୂଆଦିଲ୍ଲୀ,୨୩।୪: ମୁମ୍ବାଇ ଇଣ୍ଡିଆନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚରେ ୟୁଜବେନ୍ଦ୍ର ଚହଲ ତାଙ୍କ ଆଇପିଏଲ କ୍ୟାରିୟରରେ ୨୦୦ ଉଇକେଟ ପୂରଣ କରିଛନ୍ତି। ମୁମ୍ବାଇ...

ଅରେଞ୍ଜ କ୍ୟାପ୍‌ ଉପରେ କୋହଲଙ୍କ କବ୍‌ଜା: ପର୍ପଲ କ୍ୟାପ୍‌ ରେସ୍‌ ହେଉଛି ରୋଚକ

ନୂଆଦିଲ୍ଲୀ,୨୩।୪: ବ୍ୟାଟ୍ସମ୍ୟାନ ଭାବରେ ବିରାଟ କୋହଲିଙ୍କ ଆଭିମୁଖ୍ୟ ଆଇପିଏଲ ୨୦୨୪ ରେ ଜାରି ରହିଛି। ବିରାଟ କୋହଲି ୮ଟି ମ୍ୟାଚରେ ହାରାହାରି ୬୩.୧୭ରେ ୩୭୯ ରନ...

ହଠାତ୍‌ ପଡ଼ିଆ ମଝିରେ ବିପକ୍ଷ ବ୍ୟାଟ୍ସମ୍ୟାନଙ୍କୁ ଆଲିଙ୍ଗନ କଲେ ରୋହିତ ଶର୍ମା: ଜାଣନ୍ତୁ କାହିଁକି

ମୁମ୍ବାଇ,୨୩।୪: ରାଜସ୍ଥାନ ରୟାଲ୍ସର ଓପନର୍‌ ଯଶସ୍ବୀ ଜୟସ୍ବାଲ ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ୬୦ ବଲରେ ୧୦୪ ରନର ଅପରାଜିତ ଇନିଂସ ଖେଳିଥିଲେ। ସେ ତାଙ୍କ ଇନିଂସରେ...

ପିଏନ୍‌ବି ବାଲେଶ୍ୱର ମଣ୍ଡଳର ନୂତନ ମଣ୍ଡଳ ମୁଖ୍ୟ

ଭୁବନେଶ୍ୱର,୨୩।୪: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ ବା ପିଏନ୍‌ବି ବାଲେଶ୍ୱର ମଣ୍ଡଳର ନୂତନ ମଣ୍ଡଳ ମୁଖ୍ୟ ଭାବେ ବିଶ୍ୱଜିତ ବିଶ୍ୱାଳ ନିକଟରେ କାର୍ଯ୍ୟଭାର ଗ୍ରହଣ କରିଛନ୍ତି। ଏହା...

‘ଗୁକେଶ ଭବିଷ୍ୟତର ବିଶ୍ୱ ଚାମ୍ପିୟନ’

ନୂଆଦିଲ୍ଲୀ, ୨୪ା୪(ପି.ଟି.): ମର୍ଯ୍ୟାଦାପୂର୍ଣ୍ଣ କ୍ୟାଣ୍ଡିଡେଟ୍ସ ଟୁର୍ନାମେଣ୍ଟ ଜିତି ଭାରତର ଡି. ଗୁକେଶ ଏକ ଐତିହାସିକ ସଫଳତା ହାସଲ କରିଛନ୍ତି। କେବଳ ଚେସ୍‌ ନୁହେଁ ସବୁ ମହଲରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri