ମିଲରଙ୍କ ଶୋଷଣ ନୀତି ରୋକିବାକୁ ଯୁବଚାଷୀଙ୍କୁ ଦାୟିତ୍ୱ

ସମ୍ବଲପୁର,୧୯।୧୧(ବ୍ୟୁରୋ): ପ୍ରଶାସନ ଓ ସରକାରଙ୍କ ସହିତ ସଲାସୁତରା କରି ମିଲରମାନେ ଚାଷୀଙ୍କୁ ଶୋଷଣ କରୁଛନ୍ତି। କଟ୍‌ନୀଛଟ୍‌ନୀ କରି ଚାଷୀଙ୍କ ଅମଳ ଧାନକୁ ମିଳିମିଶି ଲୁଟ କରାଯାଉଛ। ଯୋଗାଣ ବିଭାଗ ଓ ଜିଲା ପ୍ରଶାସନ ପାଖରେ ଅଭିଯୋଗ କଲେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁନାହାନ୍ତି। ଏବେ ଚାଷୀମାନେ ଖୋଦ ନିଜର ସୁରକ୍ଷା ନିଜେ କରିବେ। ଧାନ ସଂଗ୍ରହ ସମୟରେ ମିଲରମାନଙ୍କ ଦାଦାଗିରି ଆଉ ଚଳିବ ନାହିଁ ବୋଲି ଜିଲା କୃଷକ ସଂଗଠନ ସଦସ୍ୟ କ୍ଷୋଭର ସହ କହିଛନ୍ତି।
ମାନେଶ୍ୱର ବ୍ଲକ ତବଲା ମାର୍କେଟ ୟାର୍ଡଠାରେ କୃଷକ ସଂଗଠନ ଉପସଭାପତି ହରିଶଙ୍କର ପୁରୋହିତଙ୍କ ସଭାପତିତ୍ୱରେ ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକର ନିଷ୍ପତ୍ତି ଅନୁଯାୟୀ ଯୁବ ଚାଷୀମାନଙ୍କୁ ନେଇ ଗଠିତ ଟିମ୍‌ ଚାଷୀମାନଙ୍କ ସମସ୍ୟା ବୁଝିବେ ଓ ଘଟଣାସ୍ଥଳରେ ସମାଧାନ କରିବେ। ଏଥିପାଇଁ ଯଦି କୌଣସି ଅଘଟଣ ଘଟେ ଏଥିପାଇଁ ପ୍ରଶାସନ ଦାୟୀ ରହିବ। ବିଗତ ବର୍ଷରେ ଧାନ ସଂଗ୍ରହରେ ହେଉଥିବା ସମସ୍ୟା ଉପରେ ଚାଷୀମାନେ ପୁଙ୍ଖାନୁପୁଙ୍ଖ ଆଲୋଚନା କରିଥିଲେ। ମଣ୍ଡିରେ ଚାଷୀମାନଙ୍କୁ ଉପଯୁକ୍ତ ସୁବିଧା ଯୋଗାଇ ଦିଆଯାଉନାହିଁ। ଧାନ ବିକ୍ରି କରିବାକୁ ଗଲେ ସେଠାରେ ମିଲରଙ୍କ ଏଜେଣ୍ଟମାନେ ଦୁର୍ବ୍ୟବହାର କରୁଛନ୍ତି। ସରକାରଙ୍କ ପକ୍ଷରୁ ଧାନ ସଂଗ୍ରହ ସୁବ୍ୟବସ୍ଥା ପାଇଁ ଜିଲାପାଳ ଓ ଯୋଗାଣ ବିଭାଗକୁ କଡ଼ା ତାଗିଦ କରାଯାଇଛି। ହେଲେ ସମ୍ବଲପୁର ଜିଲାରେ ଏହା ଠିକ୍‌ ଭାବେ ପାଳନ ହୋଇ ପାରୁନାହିଁ। ଆସନ୍ତା ୨୨ତାରିଖରୁ ଜିଲାରେ ଧାନ ସଂଗ୍ରହ ଆରମ୍ଭ ହେବ। ଚଳିତ ବର୍ଷ କଟ୍‌ନୀଛଟ୍‌ନୀ କରାଗଲେ ଚାଷୀମାନେ ବିରୋଧ କରିବେ। ଚାଷୀଙ୍କ ଏହି ସମସ୍ୟା ଦୂର କରିବା ପାଇଁ ଜିଲାର ବିଭିନ୍ନ ବ୍ଲକରୁ ଆସିଥିବା ୩୦ଜଣ ଯୁବଚାଷୀଙ୍କୁ ନେଇ କମିଟି ଗଠନ କରାଯାଇଛି। ଆବଶ୍ୟକ ପଡ଼ିଲେ ଏହି କମିଟି ବର୍ଦ୍ଧିତ କରାଯିବ ବୋଲି ବୈଠକରେ ସ୍ଥିର ହୋଇଥିଲା। ଶତାଧିକ ଚାଷୀ ଉପସ୍ଥିତ ରହି ଏହି ନିଷ୍ପତ୍ତିକୁ ସମର୍ଥନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଝିଅ ବାହାଘର ପାଇଁ ଗୁଆ ନିମନ୍ତ୍ରଣ ଦେବାକୁ ଯାଉଥିଲେ, ସାମ୍ନାରୁ ପିଟିଲା ବାଇକ୍‌; ଚାଲିଗଲା…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ସମବାୟ କାର୍ଯ୍ୟାଳୟ ନିକଟରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ ଟାରେ ରେ ୨…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଆବାସ କିସ୍ତି କରିଦେବାକୁ ମାଗିଥିଲେ ଲାଞ୍ଚ: ଦୋଷୀ ସାବ୍ୟସ୍ତ ହେଲେ ପୂର୍ବତନ ପିଇଓ, ୩ ବର୍ଷ ଜେଲଦଣ୍ଡ ସହ ୫୦ ହଜାର…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଗୋପାଳପୁର ପଞ୍ଚାୟତର ପୂର୍ବତନ ପିଇଓ (ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ) କ୍ଷମା ପ୍ରସାଦ ଦୁରିଆ ୨୦୨୧…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ଭଞ୍ଜନଗରରେ ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ: ବୈଜ୍ଞାନିକ ଓ କୃଷକ ସମନ୍ବୟ ରହିଲେ…

ଭଞ୍ଜନଗର,୧୭ା୨(ବାବୁଲା ପ୍ରଧାନ): ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରର ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବୈଜ୍ଞାନିକ ଏବଂ ଚାଷୀମାନେ ଯୋଗଦେଇଥିଲେ। କୃଷି…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri