ବଧୂ ହତ୍ୟା ମାମଲା: ଗିରଫ ହେଲେ ଶିକ୍ଷକ ସ୍ବାମୀ

ନବରଙ୍ଗପୁର,୨୨।୧(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ପାପଡାହାଣ୍ଡି ବ୍ଲକ ସଦର ମହକୁମା ଭିମା ସାହିରେ ବଧୂ ହତ୍ୟା ଅଭିଯୋଗରେ ପାପଡ଼ାହାଣ୍ଡି ପୋଲିସ ଶିକ୍ଷକ ସ୍ବାମୀ ସୁଦାମ ସେଠୀଙ୍କୁ ଜୟପୁରରୁ ଗିରଫ କରି କୋର୍ଟ ଚାଲାଣ କରିଛି। ଏହି ମାମଲାରେ ଶାଶୁ, ନଣନ୍ଦ ଓ ଭଣଜା ଫେରାର ଅଛନ୍ତି।

ମଳିଥିବା ସୂଚନା ମୁତାବକ, ମାଲକାନଗିରି ଜିଲା କେନାଲ କଲୋନିର ରାମ ସେଠୀ ଓ ସୁଷମାଙ୍କ ଝିଅ ଗୀତା ୨୦୨୩ ଜୁଲାଇରେ ପାପଡ଼ାହାଣ୍ଡି ଭୀମା ସାହିର ଶିକ୍ଷକ ସୁଦାମ ସେଠୀଙ୍କୁ ବିବାହ କରିଥିଲେ। ଶାଶୁଘର ଲୋକେ ଯୌତୁକ ମାଗି ନିର୍ଯାତନା ଦେଉଥିବା ଗୀତାଙ୍କ ପରିବାର ଲୋକେ ଅଭିଯୋଗ କରିଥିଲେ। ଗତ ଶୁକ୍ରବାର ଅପରାହ୍ନ ୨ଟାରେ ଗୀତାଙ୍କୁ ସ୍ବାମୀ ସୁଦାମ ଡାକ୍ତରଖାନାରେ ଭର୍ତ୍ତି କରିଥିବା ବେଳେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ସୁଦାମ ଶ୍ୱଶୁର ଘର ମାଲକାନଗିରିକୁ ଫୋନ କରି ଗୀତା ରଶି ଲଗାଇ ଆତ୍ମହତ୍ୟା କରିଥିବା ନେଇ ଜଣାଇଥିଲେ। ରାତି ୯ଟା ୩୦ରେ ସମୟରେ ଗୀତାଙ୍କ ମା’ ଥାନାରେ ପହଞ୍ଚି ଝିଅକୁ ସ୍ବାମୀ, ନଣନ୍ଦ, ଶାଶୁ ଓ ଭଣଜା ଯୌତୁକ ନିର୍ଯାତନା ଦେଇ ମାରିଦେଇଥିବା ଥାନାରେ ଏତଲା ଦେଇଥିଲେ। ଉକ୍ତ ଏତଲା ଆଧାରରେ ପାପଡ଼ାହାଣ୍ଡି ପୋଲିସ ଏକ ମାମଲା(ନଂ.୩୭ /୨୪) ରୁଜୁ କରିଥିଲା। ଅଭିଯୁକ୍ତମାନଙ୍କୁ ଗିରଫ ନ କରିବା ପର୍ଯ୍ୟନ୍ତ ମୃତଦେହ ବ୍ୟବଚ୍ଛେଦ କରାଇ ଦେବୁନାହିଁ ବୋଲି ସେମାନେ ଜିଦ୍‌ ଧରିଥିଲେ।

ଏସ୍‌ଡିପିଓ ଆଦିତ୍ୟ ସେନ, ପାପଡ଼ାହାଣ୍ଡି ଥାନାଧିକାରୀ ଦୀପକ କୁମାର ଜେନା ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରିଥିଲେ। ସପ୍ତାହକ ମଧ୍ୟରେ ଅଭିଯୁକ୍ତଙ୍କୁ ଗିରଫ କରାଯିବ ବୋଲି ପୋଲିସ ପ୍ରତିଶ୍ରୁତି ଦେଇଥିଲା। ଏହାପରେ ଧାରଣା ହଟିବା ସହ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

ପୁତ୍ର ବିଚ୍ଛେଦରୁ ମୁକୁଳି ପାରୁନାହାନ୍ତି ହ୍ୟୁମାନଙ୍କ ମାଆ, ସ୍ତ୍ରୀ କହିଲେ ”ମୁଁ ୩୦ ବର୍ଷରେ ସ୍ବାମୀ ହରାଇଲି”

ବଲାଙ୍ଗୀର,୭ା୧୨: ଲୋକପ୍ରିୟ ଗାୟକ ହ୍ୟୁମାନ ସାଗରଙ୍କ ଶ୍ରଦ୍ଧାଞ୍ଜଳି ସଭାରେ ପୁଣି ଥରେ ପୁଅର ମୃତ୍ୟୁ ପାଇଁ ପୂର୍ବରୁ କରିଥିବା ଅଭିଯୋଗକୁ ଦୋହରାଇଛନ୍ତି ତାଙ୍କ ମାଆ ।...

ଜାନୁୟାରୀ ୮ରୁ ଶ୍ରୀରାମଚରିତ ମାନସ ପାରାୟଣ: ଯୋଗଦେବେ ସୁନାମଧନ୍ୟ ପ୍ରବକ୍ତା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଡ଼ ବ୍ରାହ୍ମଣସାହି ସ୍ଥିତ ଶ୍ରୀ ଗୋପାଳଜୀ ମଠ ପରିସରରେ ରବିବାର ଶ୍ରୀ ରାମଦୟା ପରିଷଦ ଦିଗପହଣ୍ଡି ଶାଖା...

ହତ୍ୟା ପରେ ବ୍ୟକ୍ତିଙ୍କୁ ଜାଳିଦେଲେ ଦୁର୍ବୃତ୍ତ, ଦୁର୍ଗନ୍ଧ ହେବାରୁ…

ଖଲ୍ଲିକୋଟ,୭ା୧୨(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଚିକିଲି ନିକଟସ୍ଥ ମେଦିପୁର-ଆଲିପୁର ରାସ୍ତା ସୁଳିଆ ପାହାଡ଼ ନିକଟରୁ ଜଣେ ଅଜଣା ବ୍ୟକ୍ତିଙ୍କ ଗଳିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri